< ଦ୍ୱିତୀୟ ରାଜାବଳୀ 19 >

1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ସଦାପ୍ରଭୁଙ୍କ ଗୃହକୁ ଗଲେ।
А кад то чу цар Језекија, раздре хаљине своје и веза око себе кострет, па отиде у дом Господњи.
2 ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମ୍‍କୁ ଓ ଶିବ୍‍ନ ଲେଖକଙ୍କୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇଲେ।
И посла Елијакима, који беше над двором, и Сомну писара и најстарије свештенике обучене у кострет к Исаији пророку, сину Амосовом.
3 ତହିଁରେ ସେମାନେ ଯିଶାଇୟଙ୍କୁ କହିଲେ, “ହିଜକୀୟ କହନ୍ତି, ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।
И рекоше му: Овако вели Језекија: Ово је дан невоље и кара и руга; јер приспеше деца до порођаја, а нема снаге да се роде.
4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।”
Да ако је чуо Господ Бог твој све што рече Равсак, ког посла цар асирски, господар његов да ружи Бога Живога и да Га вређа речима, које је чуо Господ Бог твој; помоли се за остатак који се налази.
5 ଏହିରୂପେ ହିଜକୀୟ ରାଜାଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।
И дођоше к Исаији слуге цара Језекије.
6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ‘ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।
И рече им Исаија: Овако реците господару свом: Овако вели Господ: Не плаши се од речи које си чуо, којима хулише на ме слуге цара асирског.
7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ। ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”
Ево, ја ћу пустити на њ дух, те ће чути глас и вратити се у своју земљу, и учинићу да погине од мача у својој земљи.
8 ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍‍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍‍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍‍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।
И тако, вративши се Равсак нађе цара асирског где бије Ливну, јер беше чуо да је отишао од Лахиса.
9 ପୁଣି ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, “ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।” ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା,
А он чу за Тираку, цара хуског где казаше: Ево иде да се бије с тобом. Зато опет посла посланике к Језекији говорећи:
10 “ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।
Овако реците Језекији, цару Јудином: Немој да те вара Бог твој, у ког се уздаш говорећи: Неће се дати Јерусалим у руке цару асирском.
11 ଦେଖ, ଅଶୂରୀୟ ରାଜାମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କʼଣ ଉଦ୍ଧାର ପାଇବ?
Ето чуо си шта су учинили цареви асирски свим земљама потрвши их сасвим; а ти ли ћеш се избавити?
12 ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ ଓ ହାରଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?
Јесу ли народе које сатрше оци моји избавили богови њихови, Госанце, Харанце, Ресефе и синове Еденове, који беху у Теласару?
13 ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”
Где је цар ематски и цар арфадски и цар од града Сефарвима, од Ене и Аве?
14 ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ। ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଖୋଲିଲେ।
А кад Језекија прими књигу из руку посланика и прочита је, отиде у дом Господњи, и разви је Језекија пред Господом.
15 ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
И помоли се Језекија Господу говорећи: Господе Боже Израиљев, који седиш на херувимима, Ти си сам, Бог свим царствима на земљи, Ти си створио небо и земљу,
16 ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍‍‌‌ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।
Пригни, Господе, ухо своје и чуј; отвори, Господе, очи своје и види; чуј речи Сенахирима, који посла да ружи Бога Живога.
17 ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶ ଉଚ୍ଛିନ୍ନ କରିଅଛନ୍ତି,
Истина је, Господе, опустошили су цареви асирски оне народе и земље њихове;
18 ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ।
И побацали су богове њихове у огањ, јер не беху богови, него дело руку човечијих, дрво и камен; зато их потрше.
19 ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
И зато, Господе Боже наш, избави нас из руку његових, да познаду сва царства на земљи да си Ти, Господе, сам Бог.
20 ଏଥିଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍‍‌‌ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ।
Тада посла Исаија син Амосов к Језекији, и поручи му: Овако вели Господ Бог Израиљев: Услишио сам за шта си ми се молио ради Сенахирима, цара асирског.
21 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି: ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।
Ово је реч коју изрече Господ за њ: Руга ти се и подсмева ти се девојка, кћи сионска, за тобом маше главом кћи јерусалимска.
22 ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ!
Кога си ружио и хулио? И на кога си подигао глас? И подигао у вис очи своје? На Свеца Израиљевог.
23 ତୁମ୍ଭେ ଆପଣା ଦୂତମାନଙ୍କ ଦ୍ୱାରା ପ୍ରଭୁଙ୍କୁ ତିରସ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ, ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ; ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ, ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସ ସ୍ଥାନରେ, ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
Преко посланика својих ружио си Господа и рекао си: С мноштвом кола својих изиђох на високе горе, на стране ливанске, и посећи ћу високе кедре његове и лепе јеле његове, и ући ћу у крајњи стан његов, у шуму његова Кармила.
24 ଆମ୍ଭେ ଖୋଳି ଅଜ୍ଞାତ ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ସବୁ ନଦୀ ଶୁଷ୍କ କରିବା।
Ја сам копао и пио воду туђу, и исушио сам стопама својим све потоке градовима.
25 ଏହା କʼଣ ତୁମ୍ଭେ ଶୁଣି ନାହଁ, କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ, ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ? ଏହା ଏବେ ଆମ୍ଭେ ସଫଳ କରିଅଛୁ। ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି, ସେସବୁକୁ ଢିପି କରିବ।
Ниси ли чуо да ја то одавна чиним и од искона да сам тако уредио? Сада пуштам то, да превратиш тврде градове у пусте гомиле.
26 ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଲଜ୍ଜିତ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ-ଛାତ ଉପରିସ୍ଥ ଘାସ, ଓ ଅପକ୍ୱ ଅବସ୍ଥାରେ ଶୁଷ୍କ ଶସ୍ୟ ତୁଲ୍ୟ ହେଲେ।
Зато који у њима живе изнемогоше, уплашише се и сметоше се, посташе као трава пољска, као зелена травица, као трава на крововима, која се суши пре него сазри.
27 ମାତ୍ର ତୁମ୍ଭର ବସିବାର, ଓ ବାହାରକୁ ଯିବାର ଓ ଭିତରକୁ ଆସିବାର, ଓ ଆମ୍ଭ ବିରୁଦ୍ଧରେ ତୁମ୍ଭର କ୍ରୋଧ କରିବାର ମଧ୍ୟ ଆମ୍ଭେ ଜାଣୁ।
Знам седење твоје, и полажење твоје и долажење твоје знам, и како бесниш на ме.
28 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ, ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ, ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।
Јер бесниш на ме, и твоја обест дође до мојих ушију; зато ћу метнути брњицу своју на ноздрве твоје и узду своју у губицу твоју, па ћу те одвести натраг путем којим си дошао.
29 ଏଣୁ (ହେ ହିଜକୀୟ, ) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।
А теби ово нека буде знак: јешћете ове године шта само од себе роди, и друге године шта опет само од себе роди; а треће године сејте и жањите и садите винограде и једите род с њих.
30 ପୁଣି ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
Јер остатак дома Јудиног, што остане, опет ће пустити жиле оздо и родити озго.
31 କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ, ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ। ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସିଦ୍ଧ କରିବ।
Јер ће из Јерусалима изаћи остатак, и из горе Сиона, који се сачувају. Ревност Господа над војскама учиниће то.
32 ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି: ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ। କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।
Зато овако вели Господ за цара асирског: Неће ући у овај град нити ће бацити амо стреле, неће се примаћи ка њему са штитом, нити ће ископати опкопе око њега.
33 ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ, ଓ ସେ ଏହି ନଗରକୁ ଆସିବ ନାହିଁ।
Вратиће се путем којим је дошао, а у град овај неће ући, вели Господ.
34 କାରଣ ଆମ୍ଭେ ଆପଣା ସକାଶୁ, ଓ ଆମ୍ଭ ଦାସ ଦାଉଦ ସକାଶୁ, ଏହି ନଗରକୁ ରକ୍ଷା କରିବାକୁ ସପକ୍ଷ ହେବା।”
Јер ћу бранити тај град, и сачуваћу га себе ради и ради Давида, слуге свог.
35 ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ହଜାର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।
И исту ноћ анђео Господњи изађе и поби у логору асирском сто и осамдесет и пет хиљада; и кад усташе ујутру, а то све сами мртваци.
36 ତହିଁରେ ଅଶୂରର ରାଜା ସନ୍‍‌‌ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।
Те се подиже Сенахирим, цар асирски, и отиде, и вративши се оста у Ниневији.
37 ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍‍ ଓ ଶରେତ୍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍‍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍‍ହଦ୍ଦୋନ୍‍ ତାହାର ପଦରେ ରାଜ୍ୟ କଲା।
И кад се клањаше у дому Нисрока, бога свог, Адрамелех и Сарасар синови његови убише га мачем, а сами побегоше у земљу араратску, и на његово се место зацари Есарадон, син његов.

< ଦ୍ୱିତୀୟ ରାଜାବଳୀ 19 >