< ଦ୍ୱିତୀୟ ରାଜାବଳୀ 19 >
1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ସଦାପ୍ରଭୁଙ୍କ ଗୃହକୁ ଗଲେ।
Mfalme Hezekia aliposikia haya, akararua nguo zake na kuvaa nguo ya gunia, naye akaenda katika Hekalu la Bwana.
2 ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମ୍କୁ ଓ ଶିବ୍ନ ଲେଖକଙ୍କୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କ ନିକଟକୁ ପଠାଇଲେ।
Akawatuma Eliakimu msimamizi wa nyumba ya mfalme, Shebna mwandishi, na viongozi wa makuhani, wote wakiwa wamevaa nguo za magunia, waende kwa nabii Isaya mwana wa Amozi.
3 ତହିଁରେ ସେମାନେ ଯିଶାଇୟଙ୍କୁ କହିଲେ, “ହିଜକୀୟ କହନ୍ତି, ଆଜି ଦିନ ଆପଦ ଓ ଅନୁଯୋଗ ଓ ଅପମାନର ଦିନ; କାରଣ ବାଳକଗଣ ପ୍ରସବ-ଦ୍ୱାରରେ ଉପସ୍ଥିତ, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।
Wakamwambia, “Hili ndilo asemalo Hezekia: Siku hii ni siku ya dhiki, ya kukaripiwa na ya aibu, kama wakati watoto wanapofikia karibu kuzaliwa na kumbe hakuna nguvu ya kuwazaa.
4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।”
Yamkini Bwana, Mungu wako atayasikia maneno ya jemadari wa jeshi, ambaye bwana wake, mfalme wa Ashuru, amemtuma kumdhihaki Mungu aliye hai, tena kwamba atamkemea kwa maneno ambayo Bwana, Mungu wako ameyasikia. Kwa hiyo omba kwa ajili ya mabaki ambao bado wako.”
5 ଏହିରୂପେ ହିଜକୀୟ ରାଜାଙ୍କର ଦାସମାନେ ଯିଶାଇୟଙ୍କ ନିକଟରେ ଉପସ୍ଥିତ ହେଲେ।
Maafisa wa Mfalme Hezekia walipofika kwa Isaya,
6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ‘ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।
Isaya akawaambia, “Mwambieni bwana wenu, ‘Hili ndilo asemalo Bwana: Usiogope kwa hayo uliyoyasikia, yale maneno ambayo watumishi wa mfalme wa Ashuru wamenitukana nayo.
7 ଦେଖ, ଆମ୍ଭେ ତାହା ମଧ୍ୟରେ ଏକ ଆତ୍ମା ଦେବା, ପୁଣି ସେ କୌଣସି ଜନରବ ଶୁଣି ଆପଣା ଦେଶକୁ ଫେରିଯିବ। ଆଉ ଆମ୍ଭେ ତାହାର ନିଜ ଦେଶରେ ଖଡ୍ଗ ଦ୍ୱାରା ତାହାକୁ ନିପାତ କରିବା।’”
Sikiliza! Nitatia roho fulani ndani yake ili atakaposikia taarifa fulani, atarudi nchi yake mwenyewe, nami huko nitafanya auawe kwa upanga.’”
8 ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।
Jemadari wa jeshi aliposikia kwamba mfalme wa Ashuru ameondoka Lakishi, alirudi, akamkuta mfalme akipigana na Libna.
9 ପୁଣି ଅଶୂରୀୟ ରାଜା କୂଶଦେଶୀୟ ତିର୍ହକ ରାଜା ବିଷୟରେ ଏହି କଥା ଶୁଣିଲା, “ଦେଖ, ସେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଅଛି।” ତହୁଁ ସେ ହିଜକୀୟଙ୍କ ନିକଟକୁ ପୁନର୍ବାର ଦୂତମାନଙ୍କୁ ପଠାଇ କହିଲା,
Basi Senakeribu akapata taarifa kwamba Tirhaka, Mkushi mfalme wa Misri, alikuwa anaenda kupigana naye. Basi akatuma tena wajumbe kwa Hezekia na neno hili:
10 “ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।
“Mwambieni Hezekia mfalme wa Yuda: Usikubali huyo Mungu unayemtumainia akudanganye wakati anaposema, ‘Yerusalemu haitatiwa mkononi mwa mfalme wa Ashuru.’
11 ଦେଖ, ଅଶୂରୀୟ ରାଜାମାନେ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ଦ୍ୱାରା ସମୁଦାୟ ଦେଶ ପ୍ରତି ଯାହା କରିଅଛନ୍ତି, ତାହା ତୁମ୍ଭେ ଶୁଣିଅଛ; ତେବେ ତୁମ୍ଭେ କʼଣ ଉଦ୍ଧାର ପାଇବ?
Hakika umesikia yale ambayo wafalme wa Ashuru wametenda kwa nchi zote, wakiwaangamiza kabisa. Je, wewe utaokolewa?
12 ଆମ୍ଭ ପିତୃଲୋକମାନେ ଯେଉଁ ଗୋଶନ ଓ ହାରଣ ଓ ରେତ୍ସଫ ଦେଶୀୟମାନଙ୍କୁ ଓ ତଲଃସର ନିବାସୀ ଏଦନ ସନ୍ତାନମାନଙ୍କୁ ବିନାଶ କଲେ, ସେମାନଙ୍କର ଦେବତାମାନେ କʼଣ ସେମାନଙ୍କୁ ଉଦ୍ଧାର କଲେ?
Je, miungu ya mataifa ambayo yaliangamizwa na baba zangu iliweza kuwaokoa, hiyo miungu ya Gozani, Harani, Resefu, na ya watu wa Edeni waliokuwa Telasari?
13 ହମାତର ରାଜା ଓ ଅର୍ପଦର ରାଜା ଓ ସଫର୍ବୟିମ ନଗରର, ହେନାର ଓ ଅବ୍ବାର ରାଜା କାହାନ୍ତି?’”
Yuko wapi mfalme wa Hamathi, mfalme wa Arpadi, mfalme wa mji wa Sefarvaimu, au wa Hena au wa Iva?”
14 ତହିଁରେ ହିଜକୀୟ ଦୂତମାନଙ୍କଠାରୁ ପତ୍ର ଗ୍ରହଣ କରି ତାହା ପାଠ କଲେ। ଆଉ ହିଜକୀୟ ସଦାପ୍ରଭୁଙ୍କ ଗୃହକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଖୋଲିଲେ।
Hezekia akapokea barua kutoka kwa wale wajumbe, naye akaisoma. Kisha akapanda katika Hekalu la Bwana, akaikunjua mbele za Bwana.
15 ଆଉ ହିଜକୀୟ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାର୍ଥନା କରି କହିଲେ, “ହେ କିରୂବଗଣ ଉପରେ ଉପବିଷ୍ଟ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
Naye Hezekia akamwomba Bwana akisema: “Ee Bwana, Mungu wa Israeli, uketiye juu ya kiti cha enzi kati ya makerubi, wewe peke yako ndiwe Mungu juu ya falme zote za dunia. Wewe umeumba mbingu na nchi.
16 ହେ ସଦାପ୍ରଭୋ, ଆପଣା କର୍ଣ୍ଣ ଡେର ଓ ଶୁଣ; ହେ ସଦାପ୍ରଭୋ, ଆପଣା ଚକ୍ଷୁ ଫିଟାଅ ଓ ଦେଖ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ସନ୍ହେରୀବ ଯାହା କହି ପଠାଇଅଛି, ତାହାର ସେହି କଥା ଶୁଣ।
Tega sikio, Ee Bwana, usikie; fungua macho yako, Ee Bwana, uone; sikiliza maneno ambayo Senakeribu ametuma kumtukana Mungu aliye hai.
17 ହେ ସଦାପ୍ରଭୋ, ଅଶୂରୀୟ ରାଜାମାନେ ନାନା ଗୋଷ୍ଠୀ ଓ ସେମାନଙ୍କ ଦେଶ ଉଚ୍ଛିନ୍ନ କରିଅଛନ୍ତି,
“Ni kweli, Ee Bwana, kwamba wafalme wa Ashuru wameyaangamiza mataifa haya na nchi zao.
18 ଓ ସେମାନଙ୍କ ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନ ଥିଲେ, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେହି ରାଜାମାନେ ସେମାନଙ୍କୁ ବିନାଶ କଲେ।
Wameitupa miungu yao kwenye moto na kuiangamiza, kwa kuwa haikuwa miungu, bali miti na mawe tu iliyotengenezwa kwa mikono ya wanadamu.
19 ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
Sasa basi, Ee Bwana Mungu wetu, tuokoe kutoka mkononi mwake, ili falme zote duniani zipate kujua kwamba wewe peke yako, Ee Bwana, ndiwe Mungu.”
20 ଏଥିଉତ୍ତାରେ ଆମୋସର ପୁତ୍ର ଯିଶାଇୟ ହିଜକୀୟଙ୍କ ନିକଟକୁ କହି ପଠାଇଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଅଶୂରର ରାଜା ସନ୍ହେରୀବ ବିରୁଦ୍ଧରେ ଆମ୍ଭ ନିକଟରେ ଯେଉଁ ପ୍ରାର୍ଥନା କରିଅଛ, ତାହା ଆମ୍ଭେ ଶୁଣିଲୁ।
Kisha Isaya mwana wa Amozi akapeleka ujumbe kwa Hezekia, akasema: “Hili ndilo asemalo Bwana, Mungu wa Israeli: Nimesikia maombi yako kuhusu Senakeribu mfalme wa Ashuru.
21 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି: ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭଆଡ଼େ ମୁଣ୍ଡ ହଲାଇଅଛି।
Hili ndilo neno ambalo Bwana amelisema dhidi yake: “‘Bikira Binti Sayuni anakudharau na kukudhihaki. Binti Yerusalemu anatikisa kichwa chake unapokimbia.
22 ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ!
Ni nani uliyemtukana na kumkufuru? Ni nani uliyeinua sauti yako dhidi yake, na kumwinulia macho yako kwa kiburi? Ni dhidi ya yule Aliye Mtakatifu wa Israeli!
23 ତୁମ୍ଭେ ଆପଣା ଦୂତମାନଙ୍କ ଦ୍ୱାରା ପ୍ରଭୁଙ୍କୁ ତିରସ୍କାର କରିଅଛ ଓ କହିଅଛ, ଆମ୍ଭେ ଆପଣା ବହୁସଂଖ୍ୟକ ରଥରେ ପର୍ବତଗଣର ଊର୍ଦ୍ଧ୍ୱକୁ, ଲିବାନୋନର ଅଭ୍ୟନ୍ତରକୁ ଆସିଅଛୁ; ଆଉ ଆମ୍ଭେ ତହିଁର ଉଚ୍ଚ ଏରସ ବୃକ୍ଷ, ଓ ତହିଁର ଉତ୍କୃଷ୍ଟ ଦେବଦାରୁ ବୃକ୍ଷସବୁ କାଟି ପକାଇବା; ପୁଣି ଆମ୍ଭେ ତାହାର ଦୂରବର୍ତ୍ତୀ ବାସ ସ୍ଥାନରେ, ଓ ତାହାର ଫଳପୂର୍ଣ୍ଣ କ୍ଷେତ୍ରରୂପ ଅରଣ୍ୟରେ ପ୍ରବେଶ କରିବା।
Kupitia kwa wajumbe wako umelundika matukano juu ya Bwana. Nawe umesema, “Kwa magari yangu mengi ya vita, nimepanda juu ya vilele vya milima, vilele vya juu sana katika Lebanoni. Nami nimeiangusha mierezi yake mirefu, misunobari yake iliyo bora sana. Nimefikia sehemu zake zilizo mbali sana, misitu yake iliyo mizuri sana.
24 ଆମ୍ଭେ ଖୋଳି ଅଜ୍ଞାତ ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ସବୁ ନଦୀ ଶୁଷ୍କ କରିବା।
Nimechimba visima katika nchi za kigeni na kunywa maji yake. Kwa nyayo za miguu yangu nimekausha vijito vyote vya Misri.”
25 ଏହା କʼଣ ତୁମ୍ଭେ ଶୁଣି ନାହଁ, କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ, ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ? ଏହା ଏବେ ଆମ୍ଭେ ସଫଳ କରିଅଛୁ। ତୁମ୍ଭେ ଯେ ପ୍ରାଚୀର-ବେଷ୍ଟିତ ନଗରମାନ ବିନାଶ କରି, ସେସବୁକୁ ଢିପି କରିବ।
“‘Je, hujasikia? Zamani sana niliamuru hili. Siku za kale nilipanga hili; sasa nimelifanya litokee, kwamba umegeuza miji yenye ngome kuwa malundo ya mawe.
26 ଏହେତୁ ତନ୍ନିବାସୀଗଣ ଅଳ୍ପ ଶକ୍ତିବିଶିଷ୍ଟ ହେଲେ, ସେମାନେ ହତାଶ ଓ ଲଜ୍ଜିତ ହେଲେ; ସେମାନେ କ୍ଷେତ୍ରର ଶାକ ଓ ନବୀନ ତୃଣ, ଗୃହ-ଛାତ ଉପରିସ୍ଥ ଘାସ, ଓ ଅପକ୍ୱ ଅବସ୍ଥାରେ ଶୁଷ୍କ ଶସ୍ୟ ତୁଲ୍ୟ ହେଲେ।
Watu wa miji hiyo wameishiwa nguvu, wanavunjika mioyo na kuaibishwa. Wao ni kama mimea katika shamba, kama machipukizi mororo ya kijani, kama majani yachipuayo juu ya paa la nyumba, ambayo hukauka kabla ya kukua.
27 ମାତ୍ର ତୁମ୍ଭର ବସିବାର, ଓ ବାହାରକୁ ଯିବାର ଓ ଭିତରକୁ ଆସିବାର, ଓ ଆମ୍ଭ ବିରୁଦ୍ଧରେ ତୁମ୍ଭର କ୍ରୋଧ କରିବାର ମଧ୍ୟ ଆମ୍ଭେ ଜାଣୁ।
“‘Lakini ninajua mahali ukaapo, kutoka kwako na kuingia kwako, na jinsi unavyoghadhibika dhidi yangu.
28 ତୁମ୍ଭେ ଆମ୍ଭ ବିରୁଦ୍ଧରେ କ୍ରୋଧ କରିଅଛ, ଓ ତୁମ୍ଭର ଦର୍ପ କଥା ଆମ୍ଭ କର୍ଣ୍ଣରେ ଉପସ୍ଥିତ ହୋଇଅଛି, ଏହେତୁ ଆମ୍ଭେ ତୁମ୍ଭ ନାସିକାରେ ଆପଣା ଅଙ୍କୁଶ, ଓ ତୁମ୍ଭ ଓଷ୍ଠାଧରରେ ଆପଣା ଲଗାମ ଦେବା, ପୁଣି ତୁମ୍ଭେ ଯେଉଁ ବାଟରେ ଆସିଲ, ସେହି ବାଟରେ ଆମ୍ଭେ ତୁମ୍ଭକୁ ଫେରାଇ ଦେବା।
Kwa sababu unaghadhibika dhidi yangu, na ufidhuli wako umefika masikioni mwangu, nitaweka ndoana yangu puani mwako na hatamu yangu kinywani mwako, nami nitakufanya urudi kwa njia ile uliyoijia.’
29 ଏଣୁ (ହେ ହିଜକୀୟ, ) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।
“Hii ndiyo itakuwa ishara kwako, ee Hezekia: “Mwaka huu utakula kile kiotacho chenyewe, na mwaka wa pili utakula kutoka machipukizi yake. Lakini katika mwaka wa tatu, panda na uvune, panda mashamba ya mizabibu na ule matunda yake.
30 ପୁଣି ଯିହୁଦା ବଂଶର ରକ୍ଷାପ୍ରାପ୍ତ ଅବଶିଷ୍ଟ ଲୋକମାନେ ପୁନର୍ବାର ତଳକୁ ଚେର ମାଡ଼ିବେ ଓ ଉପରେ ଫଳ ଫଳିବେ।
Mara nyingine tena mabaki ya nyumba ya Yuda wataeneza mizizi chini na kuzaa matunda juu.
31 କାରଣ ଯିରୂଶାଲମରୁ ଏକ ଅବଶିଷ୍ଟାଂଶ ଲୋକ, ଓ ସିୟୋନ ପର୍ବତରୁ ରକ୍ଷାପ୍ରାପ୍ତ ଲୋକମାନେ ବାହାରିବେ। ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସିଦ୍ଧ କରିବ।
Kwa kuwa kutoka Yerusalemu watakuja mabaki, na kutoka Mlima Sayuni kundi la walionusurika. Wivu wa Bwana Mwenye Nguvu Zote ndio utatimiza jambo hili.
32 ଏହେତୁ ସଦାପ୍ରଭୁ ଅଶୂରୀୟ ରାଜା ବିଷୟରେ ଏହି କଥା କହନ୍ତି: ସେ ଏହି ନଗରକୁ ଆସିବ ନାହିଁ, ଅବା ସେଠାରେ ତୀର ମାରିବ ନାହିଁ। କିଅବା ତହିଁ ସମ୍ମୁଖକୁ ଢାଲ ଧରି ଆସିବ ନାହିଁ, ଅଥବା ତହିଁ ବିରୁଦ୍ଧରେ ବନ୍ଧ ବାନ୍ଧିବ ନାହିଁ।
“Kwa hiyo hili ndilo asemalo Bwana kuhusu mfalme wa Ashuru: “Hataingia katika mji huu wala hatapiga mshale hapa. Hatakuja mbele yake akiwa na ngao, wala kupanga majeshi kuuzingira.
33 ସଦାପ୍ରଭୁ କହନ୍ତି, ସେ ଯେଉଁ ବାଟରେ ଆସିଲା, ସେହି ବାଟରେ ଫେରିଯିବ, ଓ ସେ ଏହି ନଗରକୁ ଆସିବ ନାହିଁ।
Kwa njia ile aliyoijia, ndiyo atakayorudi; hataingia katika mji huu, asema Bwana.
34 କାରଣ ଆମ୍ଭେ ଆପଣା ସକାଶୁ, ଓ ଆମ୍ଭ ଦାସ ଦାଉଦ ସକାଶୁ, ଏହି ନଗରକୁ ରକ୍ଷା କରିବାକୁ ସପକ୍ଷ ହେବା।”
Nitaulinda mji huu na kuuokoa, kwa ajili yangu mwenyewe, na kwa ajili ya Daudi mtumishi wangu.”
35 ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ହଜାର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।
Usiku ule, malaika wa Bwana akaenda, akawaua wanajeshi 185,000 katika kambi ya Waashuru. Wenzao walipoamka asubuhi yake, walikuta maiti kila mahali!
36 ତହିଁରେ ଅଶୂରର ରାଜା ସନ୍ହେରୀବ ପ୍ରସ୍ଥାନ କଲା ଓ ଫେରିଯାଇ ନୀନିବୀରେ ବାସ କଲା।
Basi Senakeribu mfalme wa Ashuru akavunja kambi na kuondoka. Akarudi Ninawi na kukaa huko.
37 ଏଥିଉତ୍ତାରେ ସେ ଆପଣାର ନିଷ୍ରୋକ ନାମକ ଦେବତାର ଗୃହରେ ପୂଜା କରିବା ବେଳେ ତାହାର ଦୁଇ ପୁତ୍ର ଅଦ୍ରମ୍ମେଲକ୍ ଓ ଶରେତ୍ସର ତାହାକୁ ଖଡ୍ଗରେ ବଧ କଲେ; ତହୁଁ ସେମାନେ ଆରାରାଟ୍ ଦେଶକୁ ପଳାୟନ କଲେ। ପୁଣି ତାହାର ପୁତ୍ର ଏସର୍ହଦ୍ଦୋନ୍ ତାହାର ପଦରେ ରାଜ୍ୟ କଲା।
Siku moja, alipokuwa akiabudu katika hekalu la mungu wake Nisroki, wanawe Adrameleki na Shareza wakamuua kwa upanga, nao wakakimbilia nchi ya Ararati. Naye Esar-Hadoni mwanawe akawa mfalme badala yake.