< ଦ୍ୱିତୀୟ ରାଜାବଳୀ 2 >

1 ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍‍ଗଲ୍‍ରୁ ଗଲେ।
Shortly before the LORD took Elijah up to heaven in a whirlwind, Elijah and Elisha were on their way from Gilgal,
2 ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବେଥେଲ୍‍ ପର୍ଯ୍ୟନ୍ତ ପଠାଇଅଛନ୍ତି।” ତହିଁରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ବେଥେଲ୍‍କୁ ଗଲେ।
and Elijah said to Elisha, “Please stay here, for the LORD has sent me on to Bethel.” But Elisha replied, “As surely as the LORD lives and as you yourself live, I will not leave you.” So they went down to Bethel.
3 ସେତେବେଳେ ବେଥେଲ୍‍ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”
Then the sons of the prophets at Bethel came out to Elisha and said, “Do you know that the LORD will take your master away from you today?” “Yes, I know,” he replied. “Do not speak of it.”
4 ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, “ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି।” ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ଯିରୀହୋକୁ ଗଲେ।
And Elijah said to Elisha, “Please stay here, for the LORD has sent me on to Jericho.” But Elisha replied, “As surely as the LORD lives and as you yourself live, I will not leave you.” So they went to Jericho.
5 ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”
Then the sons of the prophets at Jericho came up to Elisha and said, “Do you know that the LORD will take your master away from you today?” “Yes, I know,” he replied. “Do not speak of it.”
6 ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ।
And Elijah said to Elisha, “Please stay here, for the LORD has sent me on to the Jordan.” But Elisha replied, “As surely as the LORD lives and as you yourself live, I will not leave you.” So the two of them went on.
7 ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।
Then a company of fifty of the sons of the prophets went and stood at a distance, facing Elijah and Elisha as the two of them stood by the Jordan.
8 ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।
And Elijah took his cloak, rolled it up, and struck the waters, which parted to the right and to the left, so that the two of them crossed over on dry ground.
9 ପୁଣି ସେମାନେ ପାର ହୋଇଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ନିଆଯିବା ପୂର୍ବରୁ ମାଗ।” ତହିଁରେ ଇଲୀଶାୟ କହିଲେ, “ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋʼ ଉପରେ ବର୍ତ୍ତୁ।”
After they had crossed over, Elijah said to Elisha, “Tell me, what can I do for you before I am taken away from you?” “Please, let me inherit a double portion of your spirit,” Elisha replied.
10 ଏଥିରେ ଏଲୀୟ କହିଲେ, “ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ନିଆଯିବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ।”
“You have requested a difficult thing,” said Elijah. “Nevertheless, if you see me as I am taken from you, it will be yours. But if not, then it will not be so.”
11 ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।
As they were walking along and talking together, suddenly a chariot of fire with horses of fire appeared and separated the two of them, and Elijah went up into heaven in a whirlwind.
12 ଆଉ ଇଲୀଶାୟ ତାହା ଦେଖି ଉଚ୍ଚସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।
As Elisha watched, he cried out, “My father, my father, the chariots and horsemen of Israel!” And he saw Elijah no more. So taking hold of his own clothes, he tore them in two.
13 ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ଡ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ।
Elisha also picked up the cloak that had fallen from Elijah, and he went back and stood on the bank of the Jordan.
14 ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।
Then he took the cloak of Elijah that had fallen from him and struck the waters. “Where now is the LORD, the God of Elijah?” he asked. And when he had struck the waters, they parted to the right and to the left, and Elisha crossed over.
15 ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଯେଉଁ ଦଳ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, “ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା।” ତହୁଁ ସେମାନେ ଇଲୀଶାୟଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ।
When the sons of the prophets who were facing him from Jericho saw what had happened, they said, “The spirit of Elijah rests on Elisha.” And they went to meet him and bowed down to the ground before him.
16 ଆଉ ସେମାନେ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆପଣଙ୍କ ଦାସମାନଙ୍କ ସଙ୍ଗେ ପଚାଶ ବଳବାନ ଲୋକ ଅଛନ୍ତି; ଆମ୍ଭେମାନେ ବିନୟ କରୁଅଛୁ, ସେମାନେ ଯାଇ ଆପଣଙ୍କ ପ୍ରଭୁଙ୍କୁ ଖୋଜନ୍ତୁ; ହୋଇପାରେ, ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଊର୍ଦ୍ଧ୍ୱକୁ ନେଇ କୌଣସି ପର୍ବତ ଅବା ଉପତ୍ୟକାରେ ପକାଇ ଦେଇଥିବେ।” ଏଥିରେ ଇଲୀଶାୟ କହିଲେ, “ତୁମ୍ଭେମାନେ ପଠାଅ ନାହିଁ।”
“Look now,” they said to Elisha, “we your servants have fifty valiant men. Please let them go and search for your master. Perhaps the Spirit of the LORD has taken him up and put him on one of the mountains or in one of the valleys.” “Do not send them,” Elisha replied.
17 ତଥାପି ଇଲୀଶାୟ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, “ପଠାଅ।” ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ।
But when they pressed him to the point of embarrassment, he said, “Send them.” And they sent fifty men, who searched for three days but did not find Elijah.
18 ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, “ନ ଯାଅ ବୋଲି ମୁଁ କʼଣ ତୁମ୍ଭମାନଙ୍କୁ କହି ନ ଥିଲି।”
When they returned to Elisha, who was staying in Jericho, he said to them, “Didn’t I tell you not to go?”
19 ଏଥିଉତ୍ତାରେ ନଗରସ୍ଥ ଲୋକମାନେ ଇଲୀଶାୟଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କ ପ୍ରଭୁ ଦେଖୁଅଛନ୍ତି ଯେ, ଏହି ନଗରର ସ୍ଥାନ ମନୋରମ; ମାତ୍ର ଜଳ ମନ୍ଦ ଓ ଭୂମି ଫଳନାଶକ।”
Then the men of the city said to Elisha, “Please note, our lord, that the city’s location is good, as you can see. But the water is bad and the land is unfruitful.”
20 ତହିଁରେ ସେ କହିଲେ, “ମୋʼ ନିକଟକୁ ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ।” ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ।
“Bring me a new bowl,” he replied, “and put some salt in it.” So they brought it to him,
21 ଏଥିରେ ସେ ଜଳ ନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁୁଜନକ ଅବା ଫଳନାଶକ ଆଉ ହେବ ନାହିଁ।”
and Elisha went out to the spring, cast the salt into it, and said, “This is what the LORD says: ‘I have healed this water. No longer will it cause death or unfruitfulness.’”
22 ଏହିରୂପେ ଇଲୀଶାୟଙ୍କର ଉକ୍ତ ବାକ୍ୟାନୁସାରେ ସେହି ଜଳ ଆଜି ପର୍ଯ୍ୟନ୍ତ ଭଲ ହୋଇଅଛି।
And the waters there have been healthy to this day, according to the word spoken by Elisha.
23 ଏଥିଉତ୍ତାରେ ଇଲୀଶାୟ ସେଠାରୁ ବେଥେଲ୍‍କୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା।”
From there, Elisha went up to Bethel, and as he was walking up the road, a group of boys came out of the city and jeered at him, chanting, “Go up, you baldhead! Go up, you baldhead!”
24 ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।
Then he turned around, looked at them, and called down a curse on them in the name of the LORD. Suddenly two female bears came out of the woods and mauled forty-two of the boys.
25 ଏଥିଉତ୍ତାରେ ସେ ସେଠାରୁ କର୍ମିଲ ପର୍ବତକୁ ଗଲେ ଓ ସେଠାରୁ ଶମରୀୟାକୁ ଫେରିଗଲେ।
And Elisha went on to Mount Carmel, and from there he returned to Samaria.

< ଦ୍ୱିତୀୟ ରାଜାବଳୀ 2 >