< ଦ୍ୱିତୀୟ ରାଜାବଳୀ 2 >
1 ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍ଗଲ୍ରୁ ଗଲେ।
A kad Gospod šæaše uzeti Iliju u vihoru na nebo, poðoše Ilija i Jelisije iz Galgala.
2 ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବେଥେଲ୍ ପର୍ଯ୍ୟନ୍ତ ପଠାଇଅଛନ୍ତି।” ତହିଁରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ବେଥେଲ୍କୁ ଗଲେ।
I reèe Ilija Jelisiju: ostani ti ovdje, jer mene Gospod šalje do Vetilja. Ali Jelisije reèe: tako živ bio Gospod i tako živa bila duša tvoja, neæu te ostaviti. I doðoše u Vetilj.
3 ସେତେବେଳେ ବେଥେଲ୍ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”
Tada doðoše k Jelisiju sinovi proroèki koji bijahu u Vetilju, i rekoše mu: znaš li da æe danas Gospod uzeti gospodara tvojega od tebe? A on reèe: znam, muèite.
4 ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, “ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି।” ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ଯିରୀହୋକୁ ଗଲେ।
Opet mu reèe Ilija: Jelisije, ostani ti tu, jer me Gospod šalje u Jerihon. A on reèe: tako živ bio Gospod i tako živa bila duša tvoja, neæu te ostaviti. Tako doðoše u Jerihon.
5 ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”
A sinovi proroèki koji bijahu u Jerihonu pristupiše k Jelisiju, i rekoše mu: znaš li da æe danas uzeti Gospod od tebe gospodara tvojega? A on reèe: znam, muèite.
6 ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ।
Opet mu reèe Ilija: ostani ti tu, jer me Gospod šalje na Jordan. A on reèe: tako živ bio Gospod i tako bila živa tvoja duša, neæu te ostaviti. Tako otidoše obojica.
7 ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।
I pedeset ljudi izmeðu sinova proroèkih otidoše i stadoše prema njima izdaleka, a oni obojica ustaviše se kod Jordana.
8 ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।
I uze Ilija plašt svoj, i saviv ga udari njim po vodi, a ona se rastupi tamo i amo, te prijeðoše obojica suhim.
9 ପୁଣି ସେମାନେ ପାର ହୋଇଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ନିଆଯିବା ପୂର୍ବରୁ ମାଗ।” ତହିଁରେ ଇଲୀଶାୟ କହିଲେ, “ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋʼ ଉପରେ ବର୍ତ୍ତୁ।”
A kad prijeðoše, reèe Ilija Jelisiju: išti šta hoæeš da ti uèinim, dokle se nijesam uzeo od tebe. A Jelisije reèe: da budu dva dijela duha tvojega u mene.
10 ଏଥିରେ ଏଲୀୟ କହିଲେ, “ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ନିଆଯିବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ।”
A on mu reèe: zaiskao si tešku stvar; ali ako me vidiš kad se uzmem od tebe, biæe ti tako; ako li ne vidiš, neæe biti.
11 ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।
I kad iðahu dalje razgovarajuæi se, gle, ognjena kola i ognjeni konji rastaviše ih, i Ilija otide u vihoru na nebo.
12 ଆଉ ଇଲୀଶାୟ ତାହା ଦେଖି ଉଚ୍ଚସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।
A Jelisije videæi to vikaše: oèe moj, oèe moj! kola Izrailjeva i konjici njegovi! I ne vidje ga više; potom uze haljine svoje i razdrije ih na dva komada.
13 ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ଡ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ।
I podiže plašt Ilijin, koji bješe spao s njega, i vrativ se stade na brijegu Jordanskom.
14 ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।
I uzev plašt Ilijin, koji bješe spao s njega, udari po vodi i reèe: gdje je Gospod Bog Ilijin? A kad i on udari po vodi, rastupi se voda tamo i amo, i prijeðe Jelisije.
15 ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍ବକ୍ତାଗଣଙ୍କ ଯେଉଁ ଦଳ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, “ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା।” ତହୁଁ ସେମାନେ ଇଲୀଶାୟଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ।
A kad s druge strane vidješe sinovi proroèki, koji bijahu u Jerihonu, rekoše: poèinu duh Ilijin na Jelisiju. I sretoše ga i pokloniše mu se do zemlje.
16 ଆଉ ସେମାନେ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆପଣଙ୍କ ଦାସମାନଙ୍କ ସଙ୍ଗେ ପଚାଶ ବଳବାନ ଲୋକ ଅଛନ୍ତି; ଆମ୍ଭେମାନେ ବିନୟ କରୁଅଛୁ, ସେମାନେ ଯାଇ ଆପଣଙ୍କ ପ୍ରଭୁଙ୍କୁ ଖୋଜନ୍ତୁ; ହୋଇପାରେ, ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଊର୍ଦ୍ଧ୍ୱକୁ ନେଇ କୌଣସି ପର୍ବତ ଅବା ଉପତ୍ୟକାରେ ପକାଇ ଦେଇଥିବେ।” ଏଥିରେ ଇଲୀଶାୟ କହିଲେ, “ତୁମ୍ଭେମାନେ ପଠାଅ ନାହିଁ।”
I rekoše mu: evo ima u sluga tvojih pedeset junaka, neka idu i traže tvojega gospodara, da ga ne bude uzeo duh Gospodnji i bacio ga na kakvo brdo ili u kakav do. A on reèe: ne šaljite.
17 ତଥାପି ଇଲୀଶାୟ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, “ପଠାଅ।” ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ।
Ali oni navaljivahu na nj dokle mu se ne dosadi, te reèe: pošljite. I poslaše pedeset ljudi koji ga tražiše tri dana, ali ne naðoše.
18 ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, “ନ ଯାଅ ବୋଲି ମୁଁ କʼଣ ତୁମ୍ଭମାନଙ୍କୁ କହି ନ ଥିଲି।”
I vratiše se k njemu, a on bijaše u Jerihonu, pa im reèe: nijesam li vam govorio da ne idete?
19 ଏଥିଉତ୍ତାରେ ନଗରସ୍ଥ ଲୋକମାନେ ଇଲୀଶାୟଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କ ପ୍ରଭୁ ଦେଖୁଅଛନ୍ତି ଯେ, ଏହି ନଗରର ସ୍ଥାନ ମନୋରମ; ମାତ୍ର ଜଳ ମନ୍ଦ ଓ ଭୂମି ଫଳନାଶକ।”
Tada graðani rekoše Jelisiju: gle, dobro je živjeti u ovom gradu, kao što gospodar naš vidi; ali je voda zla i zemlja nerodna.
20 ତହିଁରେ ସେ କହିଲେ, “ମୋʼ ନିକଟକୁ ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ।” ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ।
A on im reèe: donesite mi nov kutao, i metnite u nj soli. I donesoše mu.
21 ଏଥିରେ ସେ ଜଳ ନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁୁଜନକ ଅବା ଫଳନାଶକ ଆଉ ହେବ ନାହିଁ।”
A on izide na izvor i baci u nj so, govoreæi: ovako veli Gospod: iscijelih ovu vodu, da ne bude više od nje smrti ni nerodnosti.
22 ଏହିରୂପେ ଇଲୀଶାୟଙ୍କର ଉକ୍ତ ବାକ୍ୟାନୁସାରେ ସେହି ଜଳ ଆଜି ପର୍ଯ୍ୟନ୍ତ ଭଲ ହୋଇଅଛି।
I voda posta zdrava do današnjega dana po rijeèi Jelisijevoj, koju izreèe.
23 ଏଥିଉତ୍ତାରେ ଇଲୀଶାୟ ସେଠାରୁ ବେଥେଲ୍କୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା।”
Potom otide odande u Vetilj; i kad iðaše putem, izidoše mala djeca iz grada i rugahu mu se govoreæi mu: hodi, æelo! hodi, æelo!
24 ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।
A Jelisije obazre se i videæi ih prokle ih imenom Gospodnjim. Tada izidoše dvije medvjedice iz šume, i rastrgoše èetrdeset i dvoje djece.
25 ଏଥିଉତ୍ତାରେ ସେ ସେଠାରୁ କର୍ମିଲ ପର୍ବତକୁ ଗଲେ ଓ ସେଠାରୁ ଶମରୀୟାକୁ ଫେରିଗଲେ।
Odande otide na goru Karmilsku, a odande se vrati u Samariju.