< ଦ୍ୱିତୀୟ ରାଜାବଳୀ 2 >

1 ଏଥିଉତ୍ତାରେ ସଦାପ୍ରଭୁ ଏଲୀୟଙ୍କୁ ଘୂର୍ଣ୍ଣିବାୟୁରେ ସ୍ୱର୍ଗକୁ ଘେନିଯିବା ପାଇଁ ଉଦ୍ୟତ ହୁଅନ୍ତେ, ଏଲୀୟ ଇଲୀଶାୟଙ୍କ ସହିତ ଗିଲ୍‍ଗଲ୍‍ରୁ ଗଲେ।
Wakati Bwana alipokuwa karibu kumchukua Eliya mbinguni kwa upepo wa kisulisuli, Eliya na Elisha walikuwa njiani wakitoka Gilgali.
2 ପୁଣି ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ବେଥେଲ୍‍ ପର୍ଯ୍ୟନ୍ତ ପଠାଇଅଛନ୍ତି।” ତହିଁରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ବେଥେଲ୍‍କୁ ଗଲେ।
Eliya akamwambia Elisha, “Kaa hapa. Bwana amenituma Betheli.” Lakini Elisha akasema, “Kwa hakika, kama Bwana aishivyo na wewe uishivyo, sitakuacha.” Kwa hiyo wakaenda Betheli pamoja.
3 ସେତେବେଳେ ବେଥେଲ୍‍ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ବାହାରି ଆସି ତାଙ୍କୁ କହିଲେ, “ଆଜି ସଦାପ୍ରଭୁ ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ତହୁଁ ସେ କହିଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”
Wana wa manabii waliokuwako huko Betheli wakamjia Elisha na kumuuliza, “Je, unajua ya kwamba Bwana atakuondolea bwana wako leo?” Elisha akawajibu, “Ndiyo, najua, lakini msizungumze juu ya jambo hilo.”
4 ଏଉତ୍ତାରେ ଏଲୀୟ ତାଙ୍କୁ କହିଲେ, “ହେ ଇଲୀଶାୟ, ମୁଁ ବିନୟ କରୁଅଛି, ତୁମ୍ଭେ ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯିରୀହୋକୁ ପଠାଇଅଛନ୍ତି।” ଏଥିରେ ଇଲୀଶାୟ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତହୁଁ ସେମାନେ ଯିରୀହୋକୁ ଗଲେ।
Kisha Eliya akamwambia, “Baki hapa, Elisha. Bwana amenituma Yeriko.” Naye akajibu, “Kwa hakika kama Bwana aishivyo na wewe uishivyo, sitakuacha.” Hivyo wakaenda Yeriko.
5 ଏଥିରେ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ସଦାପ୍ରଭୁ ଆଜି ତୁମ୍ଭଠାରୁ ତୁମ୍ଭ ପ୍ରଭୁଙ୍କୁ ନେଇଯିବେ ବୋଲି ତୁମ୍ଭେ କʼଣ ଜାଣୁଅଛ?” ସେ ଉତ୍ତର କଲେ, “ହଁ, ମୁଁ ଜାଣୁଅଛି; ତୁମ୍ଭେମାନେ ତୁନି ହୁଅ।”
Wana wa manabii waliokuwako huko Yeriko wakamwendea Elisha na kumuuliza, “Je, unajua ya kwamba Bwana atakuondolea bwana wako leo?” Akawajibu, “Ndiyo, najua, lakini msizungumze juu ya jambo hilo.”
6 ଏଥିଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଏଠାରେ ଥାଅ; କାରଣ ସଦାପ୍ରଭୁ ମୋତେ ଯର୍ଦ୍ଦନକୁ ପଠାଇଅଛନ୍ତି।” ତହୁଁ ସେ କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ଏଥିରେ ସେ ଦୁହେଁ ଅଗ୍ରସର ହେଲେ।
Kisha Eliya akamwambia, “Kaa hapa. Bwana amenituma kwenda Yordani.” Naye akamjibu, “Kwa hakika kama Bwana aishivyo na wewe uishivyo, sitakuacha.” Hivyo wote wawili wakaendelea pamoja.
7 ପୁଣି ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ପଚାଶ ଜଣ ଯାଇ ସେମାନଙ୍କ ସମ୍ମୁଖରେ ଦୂରରେ ଠିଆ ହେଲେ; ଆଉ ସେ ଦୁହେଁ ଯର୍ଦ୍ଦନ ନିକଟରେ ଠିଆ ହେଲେ।
Wana hamsini wa manabii wakaenda na kusimama kwa mbali, kuelekea mahali ambapo Eliya na Elisha walikuwa wamesimama kando ya Mto Yordani.
8 ଏଥିରେ ଏଲୀୟ ଆପଣା ବସ୍ତ୍ର ନେଇ ଏକତ୍ର ଗୁଡ଼ାଇ ଜଳକୁ ଆଘାତ କଲେ, ତହିଁରେ ଜଳ ଏପାଖେ ସେପାଖେ ବିଭକ୍ତ ହୋଇଯାଆନ୍ତେ, ସେ ଦୁହେଁ ଶୁଷ୍କ ଭୂମି ଦେଇ ପାର ହୋଇଗଲେ।
Eliya akachukua vazi lake, akalisokota na kupiga nalo maji. Maji yakagawanyika upande wa kuume na upande wa kushoto, nao wawili wakavuka pakavu.
9 ପୁଣି ସେମାନେ ପାର ହୋଇଗଲା ଉତ୍ତାରେ ଏଲୀୟ ଇଲୀଶାୟଙ୍କୁ କହିଲେ, “ମୁଁ ତୁମ୍ଭ ପାଇଁ କଅଣ କରିବି, ଏହା ମୁଁ ତୁମ୍ଭ ନିକଟରୁ ନିଆଯିବା ପୂର୍ବରୁ ମାଗ।” ତହିଁରେ ଇଲୀଶାୟ କହିଲେ, “ମୁଁ ବିନୟ କରୁଅଛି, ଆପଣଙ୍କ ଆତ୍ମାର ଦୁଇଗୁଣ ଅଂଶ ମୋʼ ଉପରେ ବର୍ତ୍ତୁ।”
Walipokwisha kuvuka, Eliya akamwambia Elisha, “Niambie, nikufanyie nini kabla sijaondolewa kutoka kwako?” Elisha akajibu, “Naomba nirithi sehemu maradufu ya roho yako.”
10 ଏଥିରେ ଏଲୀୟ କହିଲେ, “ତୁମ୍ଭେ ଦୁଃସାଧ୍ୟ ବିଷୟ ମାଗିଲ; ତଥାପି ମୁଁ ତୁମ୍ଭ ନିକଟରୁ ନିଆଯିବା ବେଳେ ଯେବେ ତୁମ୍ଭେ ମୋତେ ଦେଖିବ, ତେବେ ତୁମ୍ଭ ପ୍ରତି ତଦ୍ରୂପ ବର୍ତ୍ତିବ; ମାତ୍ର ତାହା ନ ହେଲେ, ବର୍ତ୍ତିବ ନାହିଁ।”
Eliya akasema, “Umeomba jambo gumu. Lakini kama utaniona wakati ninapoondolewa kutoka kwako litakuwa lako. La sivyo, hautalipata.”
11 ଏହିରୂପେ ସେମାନେ ଯାଉ ଯାଉ ଓ କଥାବାର୍ତ୍ତା କରୁ କରୁ ଦେଖ, ଏକ ଅଗ୍ନିମୟ ରଥ ଓ ଅଗ୍ନିମୟ ଅଶ୍ୱମାନ ଉପସ୍ଥିତ ହୋଇ ସେ ଦୁହିଁଙ୍କୁ ପୃଥକ କଲା; ପୁଣି ଏଲୀୟ ଘୂର୍ଣ୍ଣିବାୟୁରେ ସ୍ୱର୍ଗାରୋହଣ କଲେ।
Walipokuwa wakitembea pamoja na kuzungumza, ghafula gari la moto na farasi wa moto vilitokea na kuwatenganisha wao wawili, naye Eliya akapanda mbinguni katika upepo wa kisulisuli.
12 ଆଉ ଇଲୀଶାୟ ତାହା ଦେଖି ଉଚ୍ଚସ୍ୱରରେ କହିଲେ, “ହେ ଆମ୍ଭ ପିତଃ, ହେ ଆମ୍ଭ ପିତଃ, ହେ ଇସ୍ରାଏଲର ରଥ ଓ ତହିଁର ଅଶ୍ୱାରୋହୀଗଣ!” ଏଉତ୍ତାରେ ସେ ଏଲୀୟଙ୍କୁ ଆଉ ଦେଖିଲେ ନାହିଁ; ଏଣୁ ସେ ଆପଣା ବସ୍ତ୍ର ଧରି ଦୁଇ ଖଣ୍ଡ କରି ଚିରିଲେ।
Elisha aliona hili, naye akapaza sauti, “Baba yangu! Baba yangu! Magari ya Israeli na wapanda farasi wake!” Naye Elisha hakumwona tena. Kisha akazishika nguo zake mwenyewe na kuzirarua.
13 ମଧ୍ୟ ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ରଖଣ୍ଡ ଉଠାଇ ନେଲେ ଓ ଫେରିଯାଇ ଯର୍ଦ୍ଦନ ତୀରରେ ଠିଆ ହେଲେ।
Akaliokota lile vazi lililoanguka kutoka kwa Eliya, kisha akarudi na kusimama ukingoni mwa Yordani.
14 ପୁଣି ସେ ଏଲୀୟଙ୍କଠାରୁ ପଡ଼ିଥିବା ବସ୍ତ୍ର ନେଇ ଜଳକୁ ଆଘାତ କରି କହିଲେ, “ସଦାପ୍ରଭୁ ଏଲୀୟଙ୍କର ପରମେଶ୍ୱର କାହାନ୍ତି?” ପୁଣି ସେ ମଧ୍ୟ ଜଳକୁ ଆଘାତ କରନ୍ତେ, ତାହା ଏପାଖେ ସେପାଖେ ବିଭକ୍ତ ହୋଇଗଲା; ତହିଁରେ ଇଲୀଶାୟ ପାର ହୋଇଗଲେ।
Ndipo akalichukua lile vazi ambalo lilikuwa limeanguka kutoka kwa Eliya, naye akayapiga yale maji nalo. Akauliza, “Yuko wapi sasa Bwana, Mungu wa Eliya?” Elisha alipoyapiga maji, yakagawanyika kulia na kushoto, naye akavuka.
15 ଆଉ ଯିରୀହୋ ନିବାସୀ ଭବିଷ୍ୟଦ୍‍ବକ୍ତାଗଣଙ୍କ ଯେଉଁ ଦଳ ତାଙ୍କ ସମ୍ମୁଖରେ ଥିଲେ, ସେମାନେ ତାଙ୍କୁ ଦେଖି କହିଲେ, “ଏଲୀୟଙ୍କର ଆତ୍ମା ଇଲୀଶାୟଙ୍କ ଉପରେ ବର୍ତ୍ତିଲା।” ତହୁଁ ସେମାନେ ଇଲୀଶାୟଙ୍କୁ ଭେଟିବାକୁ ଆସି ତାଙ୍କ ସମ୍ମୁଖରେ ଭୂମିଷ୍ଠ ପ୍ରଣାମ କଲେ।
Wale wana wa manabii kutoka Yeriko waliokuwa wakitazama wakasema, “Roho wa Eliya inamkalia Elisha.” Nao wakaenda kumlaki na kusujudu hadi nchi mbele yake.
16 ଆଉ ସେମାନେ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆପଣଙ୍କ ଦାସମାନଙ୍କ ସଙ୍ଗେ ପଚାଶ ବଳବାନ ଲୋକ ଅଛନ୍ତି; ଆମ୍ଭେମାନେ ବିନୟ କରୁଅଛୁ, ସେମାନେ ଯାଇ ଆପଣଙ୍କ ପ୍ରଭୁଙ୍କୁ ଖୋଜନ୍ତୁ; ହୋଇପାରେ, ସଦାପ୍ରଭୁଙ୍କ ଆତ୍ମା ତାଙ୍କୁ ଊର୍ଦ୍ଧ୍ୱକୁ ନେଇ କୌଣସି ପର୍ବତ ଅବା ଉପତ୍ୟକାରେ ପକାଇ ଦେଇଥିବେ।” ଏଥିରେ ଇଲୀଶାୟ କହିଲେ, “ତୁମ୍ଭେମାନେ ପଠାଅ ନାହିଁ।”
Wakasema, “Tazama, sisi watumishi wako tunao watu hamsini wenye uwezo. Waruhusu waende kumtafuta bwana wako. Labda Roho wa Bwana amemtwaa na kumweka katika mlima fulani au bonde fulani.” Elisha akajibu, “Hapana, msiwatume.”
17 ତଥାପି ଇଲୀଶାୟ ଲଜ୍ଜିତ ହେବା ପର୍ଯ୍ୟନ୍ତ ସେମାନେ ତାଙ୍କୁ ପ୍ରବର୍ତ୍ତାନ୍ତେ, ସେ କହିଲେ, “ପଠାଅ।” ଏହେତୁ ସେମାନେ ପଚାଶ ଲୋକ ପଠାଇଲେ, ଆଉ ସେମାନେ ତାଙ୍କୁ ତିନି ଦିନ ଖୋଜିଲେ, ମାତ୍ର ପାଇଲେ ନାହିଁ।
Lakini wakasisitiza, mpaka akaona aibu kuwakatalia. Hivyo akasema, “Watumeni.” Nao wakawatuma watu hamsini, wakamtafuta kwa siku tatu, lakini hawakumpata.
18 ପୁଣି ଇଲୀଶାୟ ଯିରୀହୋରେ ଥାଉ ଥାଉ ସେମାନେ ତାଙ୍କ ନିକଟକୁ ଫେରି ଆସିଲେ; ଏଥିରେ ସେ ସେମାନଙ୍କୁ କହିଲେ, “ନ ଯାଅ ବୋଲି ମୁଁ କʼଣ ତୁମ୍ଭମାନଙ୍କୁ କହି ନ ଥିଲି।”
Walipomrudia Elisha, ambaye alikuwa akingojea huko Yeriko, akawaambia, “Je, sikuwaambia msiende?”
19 ଏଥିଉତ୍ତାରେ ନଗରସ୍ଥ ଲୋକମାନେ ଇଲୀଶାୟଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭମାନଙ୍କ ପ୍ରଭୁ ଦେଖୁଅଛନ୍ତି ଯେ, ଏହି ନଗରର ସ୍ଥାନ ମନୋରମ; ମାତ୍ର ଜଳ ମନ୍ଦ ଓ ଭୂମି ଫଳନାଶକ।”
Watu wa mji wakamwambia Elisha, “Tazama, bwana wetu, mahali mji huu ulipojengwa ni pazuri, kama bwana wangu aonavyo, lakini maji yake ni mabaya, na nchi haizai.”
20 ତହିଁରେ ସେ କହିଲେ, “ମୋʼ ନିକଟକୁ ଗୋଟିଏ ନୂତନ ପାତ୍ର ଆଣ ଓ ତହିଁରେ ଲବଣ ଦିଅ।” ତହୁଁ ସେମାନେ ତାଙ୍କ ନିକଟକୁ ତାହା ଆଣିଲେ।
Akasema, “Nileteeni bakuli mpya, mweke chumvi ndani yake.” Kwa hiyo wakamletea.
21 ଏଥିରେ ସେ ଜଳ ନିର୍ଝର ନିକଟକୁ ଗଲେ ଓ ତହିଁରେ ଲବଣ ପକାଇ କହିଲେ, ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଏହି ଜଳ ଭଲ କଲି; ତାହା ମୃତ୍ୟୁୁଜନକ ଅବା ଫଳନାଶକ ଆଉ ହେବ ନାହିଁ।”
Kisha akaenda kwenye chemchemi na kuitupa ile chumvi ndani yake, akisema, “Hili ndilo asemalo Bwana: ‘Nimeyaponya maji haya. Kamwe hayatasababisha mauti tena wala kutozaa.’”
22 ଏହିରୂପେ ଇଲୀଶାୟଙ୍କର ଉକ୍ତ ବାକ୍ୟାନୁସାରେ ସେହି ଜଳ ଆଜି ପର୍ଯ୍ୟନ୍ତ ଭଲ ହୋଇଅଛି।
Nayo yale maji yakaponywa mpaka leo, sawasawa na neno la Elisha alilokuwa amesema.
23 ଏଥିଉତ୍ତାରେ ଇଲୀଶାୟ ସେଠାରୁ ବେଥେଲ୍‍କୁ ଗଲେ; ପୁଣି ସେ ପଥରେ ଯାଉ ଯାଉ କେତେକ କ୍ଷୁଦ୍ର ବାଳକ ନଗରରୁ ବାହାରି ଆସି ତାଙ୍କୁ ପରିହାସ କରି କହିଲେ, “ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା; ଆରେ ଟାଙ୍ଗରାମୁଣ୍ଡା, ଉପରକୁ ଯା।”
Kutoka huko Elisha akakwea kwenda Betheli. Ikawa alipokuwa akitembea barabarani, baadhi ya vijana wakatoka mjini na kumfanyia mzaha. Wakasema, “Paa, wewe mwenye upaa! Paa, wewe mwenye upaa!”
24 ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।
Akageuka, akawatazama na kuwalaani kwa Jina la Bwana. Kisha dubu wawili wa kike wakatokea mwituni na kuwararua vijana arobaini na wawili miongoni mwao.
25 ଏଥିଉତ୍ତାରେ ସେ ସେଠାରୁ କର୍ମିଲ ପର୍ବତକୁ ଗଲେ ଓ ସେଠାରୁ ଶମରୀୟାକୁ ଫେରିଗଲେ।
Naye akaondoka huko, akaenda Mlima Karmeli, na kutoka huko akarudi Samaria.

< ଦ୍ୱିତୀୟ ରାଜାବଳୀ 2 >