< ଦ୍ୱିତୀୟ ରାଜାବଳୀ 20 >

1 ସେହି ସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”
Masiku amenewo Hezekiya anadwala ndipo anali pafupi kufa. Mneneri Yesaya, mwana wa Amozi anapita kukamuona ndipo anamuwuza kuti, “Yehova akuti: Konza nyumba yako chifukwa umwalira ndipo suchira.”
2 ଏଥିରେ ସେ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ,
Hezekiya anatembenuka nayangʼana ku khoma ndipo anapemphera kwa Yehova kuti,
3 “ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
“Inu Yehova, kumbukirani ndithu mmene ndayendera mokhulupirika ndi mtima wonse ndipo ndachita zolungama pamaso panu.” Hezekiya analira kwambiri.
4 ଏଥିଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,
Yesaya asanatuluke mʼbwalo lapakati, Yehova anayankhula kuti,
5 ଯଥା, “ଫେରିଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ।
“Bwerera, kamuwuze Hezekiya mtsogoleri wa anthu anga kuti, ‘Yehova Mulungu wa Davide kholo lako akuti: Ndamva pemphero lako ndipo misozi yako ndayiona ndipo ndidzakuchiritsa. Tsiku lachitatu kuchokera lero udzapita ku Nyumba ya Yehova.
6 ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା।”
Ndidzawonjezera zaka khumi ndi zisanu pa moyo wako. Ndidzakupulumutsa iwe pamodzi ndi mzinda umenewu mʼdzanja la mfumu ya ku Asiriya. Ndidzateteza mzinda umenewu chifukwa cha Ine mwini ndiponso chifukwa cha Davide mtumiki wanga.’”
7 ତହୁଁ ଯିଶାଇୟ କହିଲେ, “ଏକ ଡିମ୍ବିରି ଚକ୍ତି ଆଣ।” ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ।
Pamenepo Yesaya anati, “Konzani phala lankhuyu.” Iwo anakonza phalalo nalipaka pa chithupsacho ndipo Hezekiya anachira.
8 ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, “ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ।”
Tsono Hezekiya anafunsa Yesaya kuti, “Kodi padzakhala chizindikiro chanji choonetsa kuti Yehova adzandichiritsa ndi kuti ndidzapita ku Nyumba ya Yehova pa tsiku lachitatu kuchokera lero lino?”
9 ତହିଁରେ ଯିଶାଇୟ କହିଲେ, “ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ଡ ଯିବ, ଅବା ପଛକୁ ଦଶ ପାହୁଣ୍ଡ ଯିବ।”
Yesaya anayankha kuti, “Chizindikiro cha Yehova chosonyeza kuti Iye adzachita chimene walonjeza ndi ichi: Kodi chithunzithunzi chipite patsogolo kapena chibwerere pambuyo makwerero khumi?”
10 ତହିଁରେ ହିଜକୀୟ ଉତ୍ତର କଲେ, “ଛାୟା ଆଗକୁ ଦଶ ପାହୁଣ୍ଡ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ଡ ଫେରିଯାଉ।”
Hezekiya anati, “Nʼchapafupi kuti chithunzithunzi chipite patsogolo makwerero khumi, kulekana nʼkuti chithunzithunzicho chibwerere mʼmbuyo makwerero khumi.”
11 ତହୁଁ ଯିଶାଇୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍‌ଙ୍କର ସୂର୍ଯ୍ୟ ଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ।
Pamenepo mneneri Yesaya anapemphera kwa Yehova ndipo Yehova anachititsa kuti chithunzithunzi chibwerere mʼmbuyo makwerero khumi pa makwerero amene mfumu Ahazi anamanga.
12 ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବରୋଦକ୍‍ ବଲ୍‍ଦନ୍ ନାମକ ବାବିଲର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା।
Pa nthawi imeneyo Merodaki-Baladani mwana wa Baladani mfumu ya Babuloni anatumiza amithenga kwa Hezekiya kukapereka makalata ndi mphatso, chifukwa nʼkuti atamva za kudwala kwa Hezekiyayo.
13 ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ। ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା।
Hezekiya analandira amithengawo ndipo anawaonetsa zonse zimene zinali mʼnyumba zake zosungiramo chuma. Anawaonetsa siliva, golide, zonunkhiritsa zakudya ndi mafuta abwino kwambiri, zida zake zankhondo ndiponso china chilichonse chimene chinali mosungiramo zinthu zake. Panalibe chinthu mʼnyumba yake yaufumu kapena mu ufumu wake wonse chimene Hezekiya sanawaonetse.
14 ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲେ, “ସେମାନେ ଦୂର ଦେଶ ବାବିଲରୁ ଆସିଅଛନ୍ତି।”
Tsono mneneri Yesaya anapita kwa Mfumu Hezekiya namufunsa kuti, “Kodi anthu aja anakuwuzani zotani ndipo anachokera kuti?” Hezekiya anayankha kuti, “Anachokera ku dziko lakutali, ku Babuloni.”
15 ଏଥିରେ ଯିଶାଇୟ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲେ, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”
Mneneriyo anafunsa kuti, “Kodi anaona chiyani mʼnyumba yanu yaufumu?” Hezekiya anayankha kuti, “Anaona china chilichonse mʼnyumba yanga yaufumu ndipo palibe ndi chinthu chimodzi chomwe chimene sindinawaonetse mʼnyumba zanga zosungiramo chuma.”
16 ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ଶୁଣ:
Pamenepo Yesaya anawuza Hezekiya kuti, “Imvani zimene Yehova akunena:
17 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି। ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।
Taonani, masiku akubwera ndithu pamene zonse za mʼnyumba yanu yaufumu, zonse zimene makolo anu anazisunga mpaka lero, zidzatengedwa kupita ku Babuloni. Palibe chimene chidzatsale, akutero Yehova.
18 ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”
Ndipo ena mwa ana anu omwe, amene mudzabereke adzatengedwa ndipo adzawasandutsa anthu ofulidwa mʼnyumba yaufumu ya mfumu ya Babuloni.”
19 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲେ, “ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କʼଣ (ଉତ୍ତମ) ନୁହେଁ?”
Hezekiya anayankha kuti, “Mawu a Yehova amene mwayankhulawa ndi abwino. Pakuti iye ankaganiza kuti, ‘Kodi pa nthawi yanga sipadzakhala mtendere ndi bata?’”
20 ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Ntchito zina za Hezekiya ndi zonse zimene anachita, kodi sizinalembedwe mʼbuku la mbiri ya mafumu a Yuda?
21 ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।
Hezekiya anamwalira nagona pamodzi ndi makolo ake. Ndipo Manase mwana wake analowa ufumu mʼmalo mwake.

< ଦ୍ୱିତୀୟ ରାଜାବଳୀ 20 >