< ଦ୍ୱିତୀୟ ରାଜାବଳୀ 20 >

1 ସେହି ସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତା ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”
In those days Hezekiah was sick and dying. Isaiah the prophet the son of Amoz came to him, and said to him, “The LORD says, ‘Set your house in order; for you will die, and not live.’”
2 ଏଥିରେ ସେ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ,
Then he turned his face to the wall, and prayed to the LORD, saying,
3 “ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
“Remember now, LORD, I beg you, how I have walked before you in truth and with a perfect heart, and have done that which is good in your sight.” And Hezekiah wept bitterly.
4 ଏଥିଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,
Before Isaiah had gone out into the middle part of the city, the LORD’s word came to him, saying,
5 ଯଥା, “ଫେରିଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ।
“Turn back, and tell Hezekiah the prince of my people, ‘The LORD, the God of David your father, says, “I have heard your prayer. I have seen your tears. Behold, I will heal you. On the third day, you will go up to the LORD’s house.
6 ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା।”
I will add to your days fifteen years. I will deliver you and this city out of the hand of the king of Assyria. I will defend this city for my own sake, and for my servant David’s sake.”’”
7 ତହୁଁ ଯିଶାଇୟ କହିଲେ, “ଏକ ଡିମ୍ବିରି ଚକ୍ତି ଆଣ।” ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ।
Isaiah said, “Take a cake of figs.” They took and laid it on the boil, and he recovered.
8 ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, “ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ।”
Hezekiah said to Isaiah, “What will be the sign that the LORD will heal me, and that I will go up to the LORD’s house the third day?”
9 ତହିଁରେ ଯିଶାଇୟ କହିଲେ, “ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ଡ ଯିବ, ଅବା ପଛକୁ ଦଶ ପାହୁଣ୍ଡ ଯିବ।”
Isaiah said, “This will be the sign to you from the LORD, that the LORD will do the thing that he has spoken: should the shadow go forward ten steps, or go back ten steps?”
10 ତହିଁରେ ହିଜକୀୟ ଉତ୍ତର କଲେ, “ଛାୟା ଆଗକୁ ଦଶ ପାହୁଣ୍ଡ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ଡ ଫେରିଯାଉ।”
Hezekiah answered, “It is a light thing for the shadow to go forward ten steps. No, but let the shadow return backward ten steps.”
11 ତହୁଁ ଯିଶାଇୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍‌ଙ୍କର ସୂର୍ଯ୍ୟ ଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ।
Isaiah the prophet cried to the LORD; and he brought the shadow ten steps backward, by which it had gone down on the sundial of Ahaz.
12 ସେହି ସମୟରେ ବଲ୍‍ଦନ୍‍ର ପୁତ୍ର ବରୋଦକ୍‍ ବଲ୍‍ଦନ୍ ନାମକ ବାବିଲର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା।
At that time Berodach Baladan the son of Baladan, king of Babylon, sent letters and a present to Hezekiah, for he had heard that Hezekiah had been sick.
13 ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ। ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା।
Hezekiah listened to them, and showed them all the storehouse of his precious things—the silver, the gold, the spices, and the precious oil, and the house of his armor, and all that was found in his treasures. There was nothing in his house, or in all his dominion, that Hezekiah did not show them.
14 ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲେ, “ସେମାନେ ଦୂର ଦେଶ ବାବିଲରୁ ଆସିଅଛନ୍ତି।”
Then Isaiah the prophet came to King Hezekiah, and said to him, “What did these men say? From where did they come to you?” Hezekiah said, “They have come from a far country, even from Babylon.”
15 ଏଥିରେ ଯିଶାଇୟ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲେ, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”
He said, “What have they seen in your house?” Hezekiah answered, “They have seen all that is in my house. There is nothing among my treasures that I have not shown them.”
16 ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ଶୁଣ:
Isaiah said to Hezekiah, “Hear the LORD’s word.
17 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି। ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।
‘Behold, the days come that all that is in your house, and that which your fathers have laid up in store to this day, will be carried to Babylon. Nothing will be left,’ says the LORD.
18 ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”
‘They will take away some of your sons who will issue from you, whom you will father; and they will be eunuchs in the palace of the king of Babylon.’”
19 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲେ, “ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କʼଣ (ଉତ୍ତମ) ନୁହେଁ?”
Then Hezekiah said to Isaiah, “The LORD’s word which you have spoken is good.” He said moreover, “Is not it so, if peace and truth will be in my days?”
20 ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Now the rest of the acts of Hezekiah, and all his might, and how he made the pool, and the conduit, and brought water into the city, are not they written in the book of the chronicles of the kings of Judah?
21 ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।
Hezekiah slept with his fathers, and Manasseh his son reigned in his place.

< ଦ୍ୱିତୀୟ ରାଜାବଳୀ 20 >