< ଦ୍ୱିତୀୟ ରାଜାବଳୀ 20 >
1 ସେହି ସମୟରେ ହିଜକୀୟଙ୍କର ସାଂଘାତିକ ପୀଡ଼ା ହୋଇଥିଲା। ତହିଁରେ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ତାଙ୍କ ନିକଟକୁ ଆସି କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆପଣା ଗୃହ ବିଷୟ ସଜାଡ଼; କାରଣ ତୁମ୍ଭେ ମରିବ, ବଞ୍ଚିବ ନାହିଁ।”
Dans ces jours-là Ezéchias fut malade à la mort. Alors Ésaïe, fils d'Amots, le prophète, vint le trouver et lui dit: Ainsi parle l'Éternel: Donne tes ordres pour ta maison, car tu mourras et ne guériras point.
2 ଏଥିରେ ସେ କାନ୍ଥ ଆଡ଼େ ମୁଖ ଫେରାଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ,
Alors Ezéchias tourna son visage vers la paroi et fit sa prière à l'Éternel en ces termes:
3 “ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
Oh! Éternel, daigne te rappeler que j'ai marché en ta présence avec fidélité et avec un cœur non partagé, et pratiqué ce qui est bien à tes yeux.
4 ଏଥିଉତ୍ତାରେ ଯିଶାଇୟ ନଗରର ମଧ୍ୟଭାଗକୁ ବାହାରି ଯିବା ପୂର୍ବେ ତାଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା,
Et Ezéchias versa d'abondantes larmes. Et Ésaïe qui était sorti, n'avait pas atteint le milieu de la cour, que la parole de l'Éternel lui fut adressée en ces termes:
5 ଯଥା, “ଫେରିଯାଅ ଓ ଆମ୍ଭ ଲୋକମାନଙ୍କ ଅଧିପତି ହିଜକୀୟକୁ କୁହ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଦାଉଦର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଲୁ, ଆମ୍ଭେ ତୁମ୍ଭର ଲୋତକ ଦେଖିଲୁ; ଦେଖ, ଆମ୍ଭେ ତୁମ୍ଭକୁ ସୁସ୍ଥ କରିବୁ; ତୁମ୍ଭେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବ।
Retourne et dis à Ezéchias, prince de mon peuple: Ainsi parle l'Éternel, Dieu de David, ton père: J'ai entendu ta prière, vu tes larmes; voici, je vais te rétablir: dans trois jours tu monteras au temple de l'Éternel.
6 ଆଉ ଆମ୍ଭେ ତୁମ୍ଭର ଆୟୁ ପନ୍ଦର ବର୍ଷ ବୃଦ୍ଧି କରିବା; ପୁଣି ଆମ୍ଭେ ତୁମ୍ଭକୁ ଓ ଏହି ନଗରକୁ ଅଶୂରୀୟ ରାଜାର ହସ୍ତରୁ ରକ୍ଷା କରିବା; ଆଉ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରର ସପକ୍ଷ ହେବା।”
Et j'ajouterai à tes jours quinze années et te sauverai de la main du roi d'Assyrie, ainsi que cette ville, et je protégerai cette ville pour l'amour de moi, et pour l'amour de David, mon serviteur.
7 ତହୁଁ ଯିଶାଇୟ କହିଲେ, “ଏକ ଡିମ୍ବିରି ଚକ୍ତି ଆଣ।” ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ।
Et Ésaïe dit: Procurez un gâteau de figues. Et on l'apporta, et l'appliqua sur l'ulcère, et il guérit.
8 ପୁଣି ହିଜକୀୟ ଯିଶାଇୟଙ୍କୁ କହିଲେ, “ସଦାପ୍ରଭୁ ଯେ ମୋତେ ସୁସ୍ଥ କରିବେ ଓ ମୁଁ ଯେ ତୃତୀୟ ଦିନରେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର କି ଚିହ୍ନ ହେବ।”
Et Ezéchias dit à Ésaïe: Quel signe me prouvera que l'Éternel va me rétablir et que dans trois jours je monterai au temple de l'Éternel?
9 ତହିଁରେ ଯିଶାଇୟ କହିଲେ, “ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ; ଛାୟା କି ଆଗକୁ ଦଶ ପାହୁଣ୍ଡ ଯିବ, ଅବା ପଛକୁ ଦଶ ପାହୁଣ୍ଡ ଯିବ।”
Et Ésaïe dit: Aie ceci comme signe de par l'Éternel de l'exécution de la promesse à toi faite par l'Éternel: L'ombre doit-elle avancer de dix degrés ou reculer de dix degrés?
10 ତହିଁରେ ହିଜକୀୟ ଉତ୍ତର କଲେ, “ଛାୟା ଆଗକୁ ଦଶ ପାହୁଣ୍ଡ ଯିବାର କ୍ଷୁଦ୍ର ବିଷୟ; ନା; ମାତ୍ର ଛାୟା ପଛକୁ ଦଶ ପାହୁଣ୍ଡ ଫେରିଯାଉ।”
Et Ezéchias dit: Il est facile que l'ombre se projette de dix degrés: non! il faut que l'ombre recule de dix degrés.
11 ତହୁଁ ଯିଶାଇୟ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନିକଟରେ ଡାକି ପ୍ରାର୍ଥନା କଲେ। ଏଥିରେ ଆହସ୍ଙ୍କର ସୂର୍ଯ୍ୟ ଘଟିକାରେ ଛାୟା ଯେଉଁ ଦଶ ପାହୁଣ୍ଡ ଆଗକୁ ଯାଇଥିଲା, ସେତିକି ସେ ପଛକୁ ଫେରାଇ ଆଣିଲେ।
Alors Ésaïe, le prophète, invoqua l'Éternel, et Il fit reculer l'ombre au cadran solaire où elle était descendue, au cadran solaire d'Achaz, de dix degrés.
12 ସେହି ସମୟରେ ବଲ୍ଦନ୍ର ପୁତ୍ର ବରୋଦକ୍ ବଲ୍ଦନ୍ ନାମକ ବାବିଲର ରାଜା ହିଜକୀୟଙ୍କ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ସେ ହିଜକୀୟଙ୍କ ପୀଡ଼ିତ ହେବାର କଥା ଶୁଣିଥିଲା।
Dans ce temps-là Berodach-Baladan, fils de Baladan, roi de Babel, envoya une lettre et un présent à Ezéchias, sur ce qu'il avait appris la maladie d'Ezéchias.
13 ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ। ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା।
Et Ezéchias leur donna audience, et il leur montra tout son trésor, l'argent et l'or, et les aromates et l'huile fine et tout son arsenal et tout ce qui se trouvait dans ses trésors; il n'y eut rien qu'Ezéchias ne leur montrât dans son palais et dans toute sa souveraineté.
14 ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ?” ତହିଁରେ ହିଜକୀୟ କହିଲେ, “ସେମାନେ ଦୂର ଦେଶ ବାବିଲରୁ ଆସିଅଛନ୍ତି।”
Alors Ésaïe, le prophète, vint trouver le roi Ezéchias et lui dit: Qu'ont dit ces gens? et d'où sont-ils venus chez toi? Et Ezéchias dit: Ils viennent d'un pays lointain, de Babel.
15 ଏଥିରେ ଯିଶାଇୟ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କି କି ବିଷୟ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲେ, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ନ ଦେଖାଇଲି, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।”
Et Ésaïe dit: Qu'ont-ils vu dans ton palais? Et Ezéchias dit: Ils ont vu tout ce qui est dans mon palais; il n'est rien que je ne leur aie montré dans mes trésors.
16 ଏଥିରେ ଯିଶାଇୟ ହିଜକୀୟଙ୍କୁ କହିଲେ, “ସଦାପ୍ରଭୁଙ୍କ ବାକ୍ୟ ଶୁଣ:
Alors Ésaïe dit à Ezéchias: Écoute la parole de l'Éternel!
17 ଦେଖ, ତୁମ୍ଭ ଗୃହସ୍ଥିତ ସମସ୍ତ ଦ୍ରବ୍ୟ ଓ ଆଜି ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ସଞ୍ଚିତ ସମସ୍ତ ଦ୍ରବ୍ୟ ବାବିଲକୁ ନିଆଯିବାର ସମୟ ଆସୁଅଛି। ସଦାପ୍ରଭୁ କହନ୍ତି, କିଛି ଛଡ଼ାଯିବ ନାହିଁ।
Voici, les jours viennent où sera emporté tout ce qui est dans ton palais et tout ce qu'ont amassé tes pères jusqu'à ce jour, à Babel; il ne restera rien, dit l'Éternel.
18 ତୁମ୍ଭ ପୁତ୍ରମାନଙ୍କ ମଧ୍ୟରେ ଯେଉଁମାନେ ତୁମ୍ଭ ଔରସରେ ଜାତ ଓ ତୁମ୍ଭଠାରୁ ଉତ୍ପନ୍ନ ହେବେ, ସେମାନଙ୍କୁ ସେମାନେ ନେଇଯିବେ ଓ ସେମାନେ ବାବିଲ ରାଜାର ଅଟ୍ଟାଳିକାରେ ନପୁଂସକ ହୋଇ ରହିବେ।”
Et parmi tes fils qui seront issus de toi, que tu engendreras, ils en prendront pour en faire des eunuques dans le palais du roi de Babel.
19 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲେ, “ଯେବେ ଆମ୍ଭ ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହୁଏ, ତେବେ ତାହା କʼଣ (ଉତ୍ତମ) ନୁହେଁ?”
Et Ezéchias dit à Ésaïe: Bénigne est la parole de l'Éternel que tu as exprimée! et il dit: Qu'il y ait du moins ma vie durant salut et stabilité!
20 ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସେ କିପରି ପୁଷ୍କରିଣୀ ଓ ନାଳ ପ୍ରସ୍ତୁତ କରି ନଗର ମଧ୍ୟକୁ ଜଳ ଆଣିଲେ, ଏହାସବୁ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Le reste des actes d'Ezéchias, et tous ses exploits et l'exécution de l'étang et de l'aqueduc, et l'introduction de l'eau dans la ville, cela est d'ailleurs consigné dans le livre des annales des rois de Juda.
21 ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ; ଆଉ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।
Et Ezéchias reposa avec ses pères, et Manassé, son fils, devint roi en sa place.