< ଦ୍ୱିତୀୟ ରାଜାବଳୀ 21 >

1 ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ ଆଉ ତାଙ୍କର ମାତାଙ୍କ ନାମ ହୀଫ୍ସୀବା ଥିଲା।
בֶּן־שְׁתֵּ֨ים עֶשְׂרֵ֤ה שָׁנָה֙ מְנַשֶּׁ֣ה בְמָלְכ֔וֹ וַחֲמִשִּׁ֤ים וְחָמֵשׁ֙ שָׁנָ֔ה מָלַ֖ךְ בִּירוּשָׁלִָ֑ם וְשֵׁ֥ם אִמּ֖וֹ חֶפְצִי־בָֽהּ׃
2 ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
וַיַּ֥עַשׂ הָרַ֖ע בְּעֵינֵ֣י יְהוָ֑ה כְּתֽוֹעֲבֹת֙ הַגּוֹיִ֔ם אֲשֶׁר֙ הוֹרִ֣ישׁ יְהוָ֔ה מִפְּנֵ֖י בְּנֵ֥י יִשְׂרָאֵֽל׃
3 କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ରାଜା ଆହାବ ଯେପରି କରିଥିଲେ, ସେପରି ସେ ବାଲ୍‍ ନିମନ୍ତେ ଯଜ୍ଞବେଦିମାନ ପ୍ରସ୍ତୁତ କଲେ, ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଓ ଆକାଶସ୍ଥ ବାହିନୀ ସକଳକୁ ପୂଜା କରି ସେମାନଙ୍କର ସେବା କଲେ।
וַיָּ֗שָׁב וַיִּ֙בֶן֙ אֶת־הַבָּמ֔וֹת אֲשֶׁ֥ר אִבַּ֖ד חִזְקִיָּ֣הוּ אָבִ֑יו וַיָּ֨קֶם מִזְבְּחֹ֜ת לַבַּ֗עַל וַיַּ֤עַשׂ אֲשֵׁרָה֙ כַּאֲשֶׁ֣ר עָשָׂ֗ה אַחְאָב֙ מֶ֣לֶךְ יִשְׂרָאֵ֔ל וַיִּשְׁתַּ֙חוּ֙ לְכָל־צְבָ֣א הַשָּׁמַ֔יִם וַֽיַּעֲבֹ֖ד אֹתָֽם׃
4 “ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
וּבָנָ֥ה מִזְבְּחֹ֖ת בְּבֵ֣ית יְהוָ֑ה אֲשֶׁר֙ אָמַ֣ר יְהוָ֔ה בִּירוּשָׁלִַ֖ם אָשִׂ֥ים אֶת־שְׁמִֽי׃
5 ଆହୁରି ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ଯଜ୍ଞବେଦିମାନ ନିର୍ମାଣ କଲେ।
וַיִּ֥בֶן מִזְבְּח֖וֹת לְכָל־צְבָ֣א הַשָּׁמָ֑יִם בִּשְׁתֵּ֖י חַצְר֥וֹת בֵּית־יְהוָֽה׃
6 ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
וְהֶעֱבִ֤יר אֶת־בְּנוֹ֙ בָּאֵ֔שׁ וְעוֹנֵ֣ן וְנִחֵ֔שׁ וְעָ֥שָׂה א֖וֹב וְיִדְּעֹנִ֑ים הִרְבָּ֗ה לַעֲשׂ֥וֹת הָרַ֛ע בְּעֵינֵ֥י יְהוָ֖ה לְהַכְעִֽיס׃
7 ଆହୁରି ସେ ମନ୍ଦିରରେ ଆପଣା ନିର୍ମିତ ଆଶେରାର ଖୋଦିତ ମୂର୍ତ୍ତି ସ୍ଥାପନ କଲେ। ସେହି ମନ୍ଦିର ବିଷୟରେ ସଦାପ୍ରଭୁ ଦାଉଦଙ୍କୁ ଓ ତାଙ୍କର ପୁତ୍ର ଶଲୋମନଙ୍କୁ କହିଥିଲେ, “ଏହି ଗୃହରେ ଓ ଇସ୍ରାଏଲର ସମୁଦାୟ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ଯିରୂଶାଲମରେ ଆମ୍ଭେ ଆପଣା ନାମ ଚିରକାଳ ସ୍ଥାପନ କରିବା।
וַיָּ֕שֶׂם אֶת־פֶּ֥סֶל הָאֲשֵׁרָ֖ה אֲשֶׁ֣ר עָשָׂ֑ה בַּבַּ֗יִת אֲשֶׁ֨ר אָמַ֤ר יְהוָה֙ אֶל־דָּוִד֙ וְאֶל־שְׁלֹמֹ֣ה בְנ֔וֹ בַּבַּ֨יִת הַזֶּ֜ה וּבִירוּשָׁלִַ֗ם אֲשֶׁ֤ר בָּחַ֙רְתִּי֙ מִכֹּל֙ שִׁבְטֵ֣י יִשְׂרָאֵ֔ל אָשִׂ֥ים אֶת־שְׁמִ֖י לְעוֹלָֽם׃
8 ପୁଣି ଆମ୍ଭେ ସେମାନଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ ଓ ଆମ୍ଭ ସେବକ ମୋଶା ସେମାନଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛି, କେବଳ ତଦନୁସାରେ ଆଚରଣ କରିବାକୁ ଯଦି ସେମାନେ ମନୋଯୋଗୀ ହେବେ, ତେବେ ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ଇସ୍ରାଏଲର ପାଦକୁ ଆଉ ଭ୍ରମଣ କରାଇବା ନାହିଁ।”
וְלֹ֣א אֹסִ֗יף לְהָנִיד֙ רֶ֣גֶל יִשְׂרָאֵ֔ל מִן־הָ֣אֲדָמָ֔ה אֲשֶׁ֥ר נָתַ֖תִּי לַֽאֲבוֹתָ֑ם רַ֣ק ׀ אִם־יִשְׁמְר֣וּ לַעֲשׂ֗וֹת כְּכֹל֙ אֲשֶׁ֣ר צִוִּיתִ֔ים וּלְכָל־הַ֨תּוֹרָ֔ה אֲשֶׁר־צִוָּ֥ה אֹתָ֖ם עַבְדִּ֥י מֹשֶֽׁה׃
9 ମାତ୍ର ସେମାନେ ଶୁଣିଲେ ନାହିଁ; ପୁଣି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରେ ଯେଉଁ ଦେଶୀୟମାନଙ୍କୁ ବିନାଶ କରିଥିଲେ, ସେମାନଙ୍କ ଅପେକ୍ଷା ଅଧିକ କୁକର୍ମ କରିବାକୁ ମନଃଶି ସେମାନଙ୍କୁ ଭୁଲାଇଲେ।
וְלֹ֖א שָׁמֵ֑עוּ וַיַּתְעֵ֤ם מְנַשֶּׁה֙ לַעֲשׂ֣וֹת אֶת־הָרָ֔ע מִן־הַ֨גּוֹיִ֔ם אֲשֶׁר֙ הִשְׁמִ֣יד יְהוָ֔ה מִפְּנֵ֖י בְּנֵ֥י יִשְׂרָאֵֽל׃
10 ଏଥିରେ ସଦାପ୍ରଭୁ ଆପଣା ସେବକ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଏହି କଥା କହିଲେ,
וַיְדַבֵּ֧ר יְהוָ֛ה בְּיַד־עֲבָדָ֥יו הַנְּבִיאִ֖ים לֵאמֹֽר׃
11 “ଯିହୁଦାର ରାଜା ମନଃଶି ଏହି ସକଳ ଘୃଣାଯୋଗ୍ୟ କର୍ମ କରିଅଛି ଓ ତାହାର ପୂର୍ବେ ଯେଉଁ ଇମୋରୀୟମାନେ ଥିଲେ, ସେମାନଙ୍କ ଅପେକ୍ଷା ଅଧିକ ଦୁଷ୍କର୍ମ କରିଅଛି ଓ ଯିହୁଦାକୁ ମଧ୍ୟ ଆପଣା ପ୍ରତିମାଗଣ ଦ୍ୱାରା ପାପ କରାଇଅଛି।
יַעַן֩ אֲשֶׁ֨ר עָשָׂ֜ה מְנַשֶּׁ֤ה מֶֽלֶךְ־יְהוּדָה֙ הַתֹּעֵב֣וֹת הָאֵ֔לֶּה הֵרַ֕ע מִכֹּ֛ל אֲשֶׁר־עָשׂ֥וּ הָאֱמֹרִ֖י אֲשֶׁ֣ר לְפָנָ֑יו וַיַּחֲטִ֥א גַֽם־אֶת־יְהוּדָ֖ה בְּגִלּוּלָֽיו׃ פ
12 ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଯିରୂଶାଲମ ଓ ଯିହୁଦା ଉପରେ ଏପରି ଅମଙ୍ଗଳ ଆଣିବା ଯେ, କେହି ତାହା ଶୁଣିଲେ ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ।
לָכֵ֗ן כֹּֽה־אָמַ֤ר יְהוָה֙ אֱלֹהֵ֣י יִשְׂרָאֵ֔ל הִנְנִי֙ מֵבִ֣יא רָעָ֔ה עַל־יְרוּשָׁלִַ֖ם וִֽיהוּדָ֑ה אֲשֶׁר֙ כָּל־שמעיו תִּצַּ֖לְנָה שְׁתֵּ֥י אָזְנָֽיו׃
13 ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ-ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା।
וְנָטִ֣יתִי עַל־יְרוּשָׁלִַ֗ם אֵ֚ת קָ֣ו שֹֽׁמְר֔וֹן וְאֶת־מִשְׁקֹ֖לֶת בֵּ֣ית אַחְאָ֑ב וּמָחִ֨יתִי אֶת־יְרוּשָׁלִַ֜ם כַּֽאֲשֶׁר־יִמְחֶ֤ה אֶת־הַצַּלַּ֙חַת֙ מָחָ֔ה וְהָפַ֖ךְ עַל־פָּנֶֽיהָ׃
14 ଆଉ ଆମ୍ଭେ ଆପଣା ଅଧିକାରର ଅବଶିଷ୍ଟାଂଶକୁ ଦୂର କରିବା ଓ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରେ ସମର୍ପଣ କରିବା। ତହିଁରେ ସେମାନେ ଆପଣା ଶତ୍ରୁ ସମସ୍ତଙ୍କର ମୃଗୟା ଓ ଲୁଟ ସ୍ୱରୂପ ହେବେ।
וְנָטַשְׁתִּ֗י אֵ֚ת שְׁאֵרִ֣ית נַחֲלָתִ֔י וּנְתַתִּ֖ים בְּיַ֣ד אֹֽיְבֵיהֶ֑ם וְהָי֥וּ לְבַ֛ז וְלִמְשִׁסָּ֖ה לְכָל־אֹיְבֵיהֶֽם׃
15 କାରଣ ସେମାନେ ଆମ୍ଭ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ସେମାନେ ଆପଣା ପିତୃଗଣ ମିସରରୁ ବାହାରି ଆସିବାର ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭକୁ ବିରକ୍ତ କରିଅଛନ୍ତି।”
יַ֗עַן אֲשֶׁ֨ר עָשׂ֤וּ אֶת־הָרַע֙ בְּעֵינַ֔י וַיִּהְי֥וּ מַכְעִסִ֖ים אֹתִ֑י מִן־הַיּ֗וֹם אֲשֶׁ֨ר יָצְא֤וּ אֲבוֹתָם֙ מִמִּצְרַ֔יִם וְעַ֖ד הַיּ֥וֹם הַזֶּֽה׃
16 ଆହୁରି ମନଃଶି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଆପଣାର ସେହି ପାପ ଦ୍ୱାରା ଯିହୁଦାକୁ ପାପ କରାଇବା ଛଡ଼ା ସେ ବହୁତ ନିର୍ଦ୍ଦୋଷ ରକ୍ତପାତ କରି ଯିରୂଶାଲମକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ରକ୍ତରେ ପରିପୂର୍ଣ୍ଣ କଲେ।
וְגַם֩ דָּ֨ם נָקִ֜י שָׁפַ֤ךְ מְנַשֶּׁה֙ הַרְבֵּ֣ה מְאֹ֔ד עַ֛ד אֲשֶׁר־מִלֵּ֥א אֶת־יְרוּשָׁלִַ֖ם פֶּ֣ה לָפֶ֑ה לְבַ֤ד מֵֽחַטָּאתוֹ֙ אֲשֶׁ֣ר הֶחֱטִ֣יא אֶת־יְהוּדָ֔ה לַעֲשׂ֥וֹת הָרַ֖ע בְּעֵינֵ֥י יְהוָֽה׃
17 ଏହି ମନଃଶିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପାପ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
וְיֶ֨תֶר דִּבְרֵ֤י מְנַשֶּׁה֙ וְכָל־אֲשֶׁ֣ר עָשָׂ֔ה וְחַטָּאת֖וֹ אֲשֶׁ֣ר חָטָ֑א הֲלֹא־הֵ֣ם כְּתוּבִ֗ים עַל־סֵ֛פֶר דִּבְרֵ֥י הַיָּמִ֖ים לְמַלְכֵ֥י יְהוּדָֽה׃
18 ଏଥିଉତ୍ତାରେ ମନଃଶି ମୃତ୍ୟୁବରଣ କଲେ ଓ ଆପଣା ଗୃହର ଉଦ୍ୟାନରେ, ଅର୍ଥାତ୍‍, ଉଷର ଉଦ୍ୟାନରେ କବରପ୍ରାପ୍ତ ହେଲେ। ତହୁଁ ତାଙ୍କର ପୁତ୍ର ଆମୋନ୍‍ ତାଙ୍କର ପଦରେ ରାଜ୍ୟ କଲେ।
וַיִּשְׁכַּ֤ב מְנַשֶּׁה֙ עִם־אֲבֹתָ֔יו וַיִּקָּבֵ֥ר בְּגַן־בֵּית֖וֹ בְּגַן־עֻזָּ֑א וַיִּמְלֹ֛ךְ אָמ֥וֹן בְּנ֖וֹ תַּחְתָּֽיו׃ פ
19 ଆମୋନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ ତାଙ୍କର ମାତାର ନାମ ମଶୁଲ୍ଲେମତ୍‍, ସେ ଯଟ୍‍ବା ନିବାସୀ ହାରୁଷଙ୍କର କନ୍ୟା ଥିଲେ।
בֶּן־עֶשְׂרִ֨ים וּשְׁתַּ֤יִם שָׁנָה֙ אָמ֣וֹן בְּמָלְכ֔וֹ וּשְׁתַּ֣יִם שָׁנִ֔ים מָלַ֖ךְ בִּירוּשָׁלִָ֑ם וְשֵׁ֣ם אִמּ֔וֹ מְשֻׁלֶּ֥מֶת בַּת־חָר֖וּץ מִן־יָטְבָֽה׃
20 ପୁଣି ଆମୋନ୍‍ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
וַיַּ֥עַשׂ הָרַ֖ע בְּעֵינֵ֣י יְהוָ֑ה כַּאֲשֶׁ֥ר עָשָׂ֖ה מְנַשֶּׁ֥ה אָבִֽיו׃
21 ତାଙ୍କର ପିତା ଯେଉଁ ପଥରେ ଚାଲିଥିଲେ, ସେ ସେହି ସମସ୍ତ ପଥରେ ଚାଲିଲେ ଓ ତାଙ୍କର ପିତା ଯେଉଁ ଦେବତାମାନଙ୍କର ସେବା କରିଥିଲେ, ସେ ସେମାନଙ୍କର ସେବା କଲେ ଓ ସେମାନଙ୍କୁ ପୂଜା କଲେ।
וַיֵּ֕לֶךְ בְּכָל־הַדֶּ֖רֶךְ אֲשֶׁר־הָלַ֣ךְ אָבִ֑יו וַֽיַּעֲבֹ֗ד אֶת־הַגִּלֻּלִים֙ אֲשֶׁ֣ר עָבַ֣ד אָבִ֔יו וַיִּשְׁתַּ֖חוּ לָהֶֽם׃
22 ଆହୁରି ସେ ସଦାପ୍ରଭୁ ତାଙ୍କର ପିତୃଗଣର ପରମେଶ୍ୱରଙ୍କୁ ତ୍ୟାଗ କଲେ ଓ ସଦାପ୍ରଭୁଙ୍କ ପଥରେ ଚାଲିଲେ ନାହିଁ।
וַיַּעֲזֹ֕ב אֶת־יְהוָ֖ה אֱלֹהֵ֣י אֲבֹתָ֑יו וְלֹ֥א הָלַ֖ךְ בְּדֶ֥רֶךְ יְהוָֽה׃
23 ଆମୋନ୍‍ଙ୍କର ଦାସମାନେ ତାଙ୍କର ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଙ୍କୁ ତାଙ୍କର ନିଜ ଗୃହରେ ବଧ କଲେ।
וַיִּקְשְׁר֥וּ עַבְדֵֽי־אָמ֖וֹן עָלָ֑יו וַיָּמִ֥יתוּ אֶת־הַמֶּ֖לֶךְ בְּבֵיתֽוֹ׃
24 ମାତ୍ର ଯେଉଁମାନେ ଆମୋନ୍‍ ରାଜା ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ, ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ।
וַיַּךְ֙ עַם־הָאָ֔רֶץ אֵ֥ת כָּל־הַקֹּשְׁרִ֖ים עַל־הַמֶּ֣לֶךְ אָמ֑וֹן וַיַּמְלִ֧יכוּ עַם־הָאָ֛רֶץ אֶת־יֹאשִׁיָּ֥הוּ בְנ֖וֹ תַּחְתָּֽיו׃
25 ଏହି ଆମୋନ୍‍ଙ୍କର କୃତ ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
וְיֶ֛תֶר דִּבְרֵ֥י אָמ֖וֹן אֲשֶׁ֣ר עָשָׂ֑ה הֲלֹא־הֵ֣ם כְּתוּבִ֗ים עַל־סֵ֛פֶר דִּבְרֵ֥י הַיָּמִ֖ים לְמַלְכֵ֥י יְהוּדָֽה׃
26 ପୁଣି ସେ ଉଷର ଉଦ୍ୟାନସ୍ଥିତ ଆପଣା କବରରେ କବର ପାଇଲେ, ଆଉ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟ ରାଜ୍ୟ କଲେ।
וַיִּקְבֹּ֥ר אֹת֛וֹ בִּקְבֻרָת֖וֹ בְּגַן־עֻזָּ֑א וַיִּמְלֹ֛ךְ יֹאשִׁיָּ֥הוּ בְנ֖וֹ תַּחְתָּֽיו׃ פ

< ଦ୍ୱିତୀୟ ରାଜାବଳୀ 21 >