< ଦ୍ୱିତୀୟ ରାଜାବଳୀ 22 >

1 ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ, ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିଦୀଦା, ସେ ବସ୍କତୀୟ ଅଦାୟାଙ୍କର କନ୍ୟା ଥିଲେ।
约西亚登基的时候年八岁,在耶路撒冷作王三十一年。他母亲名叫耶底大,是波斯加人亚大雅的女儿。
2 ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ସେ ଡାହାଣ କିମ୍ବା ବାମ ପାର୍ଶ୍ୱକୁ ଫେରିଲେ ନାହିଁ।
约西亚行耶和华眼中看为正的事,行他祖大卫一切所行的,不偏左右。
3 ଏଥିଉତ୍ତାରେ ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ରାଜା, ମଶୁଲ୍ଲମ୍‍ର ପୌତ୍ର ଅତ୍‍ସଲୀୟର ପୁତ୍ର ଶାଫନ୍‍ ଲେଖକଙ୍କୁ ସଦାପ୍ରଭୁଙ୍କ ଗୃହକୁ ପଠାଇ କହିଲେ,
约西亚王十八年,王差遣米书兰的孙子、亚萨利的儿子—书记沙番上耶和华殿去,吩咐他说:
4 “ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍‍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ।
“你去见大祭司希勒家,使他将奉到耶和华殿的银子,就是守门的从民中收聚的银子,数算数算,
5 ଆଉ ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପଣ କରନ୍ତୁ ଓ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀମାନଙ୍କୁ,
交给耶和华殿里办事的人,使他们转交耶和华殿里做工的人,好修理殿的破坏之处,
6 ଅର୍ଥାତ୍‍, ସୂତ୍ରଧର ଓ ନିର୍ମାଣକାରୀ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ ଓ ଗୃହର ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ।”
就是转交木匠和工人,并瓦匠,又买木料和凿成的石头修理殿宇,
7 ତଥାପି ସେମାନଙ୍କ ହସ୍ତରେ ଯେଉଁ ମୁଦ୍ରା ସମର୍ପିତ ହେଲା, ତହିଁର ହିସାବ ସେମାନଙ୍କଠାରୁ ନିଆଗଲା ନାହିଁ, କାରଣ ସେମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ।
将银子交在办事的人手里,不与他们算帐,因为他们办事诚实。”
8 ସେତେବେଳେ ହିଲ୍‍କୀୟ ମହାଯାଜକ ଶାଫନ୍‍ ଲେଖକଙ୍କୁ କହିଲା, “ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା-ପୁସ୍ତକ ପାଇଅଛୁ।” ଆଉ ହିଲ୍‍କୀୟ ଶାଫନ୍‍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା।
大祭司希勒家对书记沙番说:“我在耶和华殿里得了律法书。”希勒家将书递给沙番,沙番就看了。
9 ଏଥିଉତ୍ତାରେ ଶାଫନ୍‍ ଲେଖକ ରାଜାଙ୍କ ନିକଟକୁ ଆସିଲା ଓ ପୁନର୍ବାର ରାଜାଙ୍କୁ ସମ୍ବାଦ ଦେଇ କହିଲା, “ଆପଣଙ୍କ ଦାସମାନେ ମନ୍ଦିରରେ ପ୍ରାପ୍ତ ସମସ୍ତ ମୁଦ୍ରା ଖାଲି କରି ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
书记沙番到王那里,回复王说:“你的仆人已将殿里的银子倒出数算,交给耶和华殿里办事的人了。”
10 ଆହୁରି ଶାଫନ୍‍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍‍କୀୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍‍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।”
书记沙番又对王说:“祭司希勒家递给我一卷书。”沙番就在王面前读那书。
11 ଏଥିରେ ରାଜା ସେହି ବ୍ୟବସ୍ଥା-ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।
王听见律法书上的话,便撕裂衣服,
12 ପୁଣି ରାଜା ଯୋଶୀୟ ହିଲ୍‍କୀୟ ଯାଜକକୁ ଓ ଶାଫନ୍‍ର ପୁତ୍ର ଅହୀକାମକୁ ଓ ମୀଖାୟର ପୁତ୍ର ଅକ୍‍‌‌ବୋରକୁ ଓ ଶାଫନ୍‍ ଲେଖକଙ୍କୁ ଓ ଅସାୟ ନାମକ ରାଜଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ,
吩咐祭司希勒家与沙番的儿子亚希甘、米该亚的儿子亚革波、书记沙番和王的臣仆亚撒雅,说:
13 “ତୁମ୍ଭେମାନେ ଯାଅ, ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ଆମ୍ଭ ପାଇଁ ଓ ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ ସଦାପ୍ରଭୁଙ୍କୁ ପଚାର, କାରଣ ଆମ୍ଭମାନଙ୍କ ବିଷୟରେ ଏହି ପୁସ୍ତକ-ଲିଖିତ ସମସ୍ତ ବାକ୍ୟାନୁସାରେ କର୍ମ କରିବା ପାଇଁ ଆମ୍ଭମାନଙ୍କ ପିତୃଲୋକମାନେ ମନୋଯୋଗୀ ନ ହେବାରୁ, ଆମ୍ଭମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ପ୍ରଜ୍ୱଳିତ କ୍ରୋଧ ଗୁରୁତର ହୋଇଅଛି।”
“你们去为我、为民、为犹大众人,以这书上的话求问耶和华;因为我们列祖没有听从这书上的言语,没有遵着书上所吩咐我们的去行,耶和华就向我们大发烈怒。”
14 ତହିଁରେ ହିଲ୍‍କୀୟ ଯାଜକ ଓ ଅହୀକାମ୍‍ ଓ ଅକ୍‍‌‌ବୋର ଓ ଶାଫନ୍‍ ଓ ଅସାୟ, ବସ୍ତ୍ରାଗାରର ରକ୍ଷକ ହର୍ହସର ପୌତ୍ର ତିକ୍‍ବର ପୁତ୍ର ଶଲ୍ଲୁମ୍‍ର ଭାର୍ଯ୍ୟା ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ନିକଟକୁ ଗଲେ। ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ଆଉ ସେମାନେ ତାହା ସଙ୍ଗେ କଥୋପକଥନ କଲେ।
于是,祭司希勒家和亚希甘、亚革波、沙番、亚撒雅都去见女先知户勒大。户勒大是掌管礼服沙龙的妻;沙龙是哈珥哈斯的孙子、特瓦的儿子。户勒大住在耶路撒冷第二区。他们请问于她。
15 ତହିଁରେ ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ସେମାନଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲେ, ତାହାକୁ କୁହ,
她对他们说:“耶和华—以色列的 神如此说:‘你们可以回复那差遣你们来见我的人说,
16 ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ଯିହୁଦାର ରାଜା ଏହି ପୁସ୍ତକର ଯେଉଁ ଯେଉଁ ବାକ୍ୟ ପାଠ କରିଅଛି, ସେହି ସମସ୍ତ ଘଟାଇବା।
耶和华如此说:我必照着犹大王所读那书上的一切话,降祸与这地和其上的居民。
17 କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି। ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ ଓ ତାହା ନିର୍ବାଣ ହେବ ନାହିଁ।
因为他们离弃我,向别神烧香,用他们手所做的惹我发怒,所以我的忿怒必向这地发作,总不止息。’
18 ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲେ ଯେ ଯିହୁଦା-ରାଜା ଯୋଶୀୟ, ତାଙ୍କୁ ତୁମ୍ଭେମାନେ କହିବ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭର ଶ୍ରୁତ ବାକ୍ୟ ବିଷୟରେ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ବିରୁଦ୍ଧରେ ଓ ତହିଁର ନିବାସୀମାନଙ୍କ ବିରୁଦ୍ଧରେ ଯେସକଳ ବାକ୍ୟ କହିଅଛୁ, ଅର୍ଥାତ୍‍, ସେମାନେ ଯେ ଧ୍ୱଂସର ଓ ଅଭିଶାପର ପାତ୍ର ହେବେ,
然而,差遣你们来求问耶和华的犹大王,你们要这样回复他说:‘耶和华—以色列的 神如此说:至于你所听见的话,
19 ଏହି କଥା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
就是听见我指着这地和其上的居民所说、要使这地变为荒场、民受咒诅的话,你便心里敬服,在我面前自卑,撕裂衣服,向我哭泣,因此我应允了你。这是我—耶和华说的。
20 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ତୁମ୍ଭ ପିତୃଲୋକଙ୍କ ନିକଟରେ ସଂଗ୍ରହ କରିବା ଓ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଯେସବୁ ଅମଙ୍ଗଳ ଆଣିବା, ତାହା ତୁମ୍ଭ ଚକ୍ଷୁ ଦେଖିବ ନାହିଁ।’” ଏଥିଉତ୍ତାରେ ଲୋକମାନେ ପୁନର୍ବାର ରାଜାଙ୍କୁ ଏହି କଥାର ସମାଚାର ଦେଲେ।
我必使你平平安安地归到坟墓到你列祖那里;我要降与这地的一切灾祸,你也不至亲眼看见。’”他们就回复王去了。

< ଦ୍ୱିତୀୟ ରାଜାବଳୀ 22 >