< ଦ୍ୱିତୀୟ ରାଜାବଳୀ 22 >
1 ଯୋଶୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ଥିଲେ, ଆଉ ସେ ଯିରୂଶାଲମରେ ଏକତିରିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ଯିଦୀଦା, ସେ ବସ୍କତୀୟ ଅଦାୟାଙ୍କର କନ୍ୟା ଥିଲେ।
Jošiji je bilo osam godina kad se zakraljio. Kraljevao je trideset i jednu godinu u Jeruzalemu. Mati mu se zvala Jedida, kći Adajina, i bila je iz Boskata.
2 ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ସେ ଡାହାଣ କିମ୍ବା ବାମ ପାର୍ଶ୍ୱକୁ ଫେରିଲେ ନାହିଁ।
Činio je što je pravo u Jahvinim očima. U svemu je hodio putem svoga oca Davida, ne skrećući ni desno ni lijevo.
3 ଏଥିଉତ୍ତାରେ ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ରାଜା, ମଶୁଲ୍ଲମ୍ର ପୌତ୍ର ଅତ୍ସଲୀୟର ପୁତ୍ର ଶାଫନ୍ ଲେଖକଙ୍କୁ ସଦାପ୍ରଭୁଙ୍କ ଗୃହକୁ ପଠାଇ କହିଲେ,
Osamnaeste godine svoga kraljevanja Jošija posla svoga tajnika Šafana, sina Asalijahina, sina Mešulamova, u Dom Jahvin i reče mu:
4 “ସଦାପ୍ରଭୁଙ୍କ ଗୃହକୁ ଆନୀତ ଯେଉଁ ମୁଦ୍ରା ଦ୍ୱାରପାଳମାନେ ଲୋକମାନଙ୍କଠାରୁ ସଂଗ୍ରହ କରିଅଛନ୍ତି, ତାହା ଯେପରି ହିଲ୍କୀୟ ମହାଯାଜକ ଗଣିବ, ଏଥିପାଇଁ ତାହା ନିକଟକୁ ଯାଅ।
“Idi velikom svećeniku Hilkiji da ti pripremi novac koji je odnesen u Dom Jahvin i koji su čuvari praga sakupili od naroda.
5 ଆଉ ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପଣ କରନ୍ତୁ ଓ ସେମାନେ ସଦାପ୍ରଭୁଙ୍କ ଗୃହର କର୍ମକାରୀମାନଙ୍କୁ,
Neka ga uruči poslovođama postavljenim u Domu Jahvinu, a oni neka isplate radnike koji popravljaju Dom Jahvin,
6 ଅର୍ଥାତ୍, ସୂତ୍ରଧର ଓ ନିର୍ମାଣକାରୀ ଓ ରାଜମିସ୍ତ୍ରୀମାନଙ୍କୁ ଗୃହର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ ଓ ଗୃହର ପୁନଃନିର୍ମାଣ କରିବା ନିମନ୍ତେ କାଷ୍ଠ ଓ ଖୋଦିତ ପ୍ରସ୍ତର କିଣିବା ପାଇଁ ତାହା ଦେଉନ୍ତୁ।”
drvodjelje, graditelje i zidare, i da se kupuje drvo i kamenje klesano što je potrebno za popravak Doma.
7 ତଥାପି ସେମାନଙ୍କ ହସ୍ତରେ ଯେଉଁ ମୁଦ୍ରା ସମର୍ପିତ ହେଲା, ତହିଁର ହିସାବ ସେମାନଙ୍କଠାରୁ ନିଆଗଲା ନାହିଁ, କାରଣ ସେମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ।
Ali neka se ne traži od njih račun za uručeni novac jer oni rade pošteno.”
8 ସେତେବେଳେ ହିଲ୍କୀୟ ମହାଯାଜକ ଶାଫନ୍ ଲେଖକଙ୍କୁ କହିଲା, “ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା-ପୁସ୍ତକ ପାଇଅଛୁ।” ଆଉ ହିଲ୍କୀୟ ଶାଫନ୍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା।
Veliki svećenik Hilkija reče tajniku Šafanu: “Našao sam Knjigu Zakona u Domu Jahvinu.” I Hilkija dade knjigu Šafanu, koji ju je pročitao.
9 ଏଥିଉତ୍ତାରେ ଶାଫନ୍ ଲେଖକ ରାଜାଙ୍କ ନିକଟକୁ ଆସିଲା ଓ ପୁନର୍ବାର ରାଜାଙ୍କୁ ସମ୍ବାଦ ଦେଇ କହିଲା, “ଆପଣଙ୍କ ଦାସମାନେ ମନ୍ଦିରରେ ପ୍ରାପ୍ତ ସମସ୍ତ ମୁଦ୍ରା ଖାଲି କରି ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
Tajnik Šafan dođe kralju te ga izvijesti: “Tvoje sluge”, reče on, “pokupile su novac koji se našao u Domu i predale su ga poslovođama postavljenim u Domu Jahvinu.”
10 ଆହୁରି ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, “ହିଲ୍କୀୟ ଯାଜକ ଆମ୍ଭକୁ ଏହି ପୁସ୍ତକ ଦେଇଅଛନ୍ତି ଓ ଶାଫନ୍ ତାହା ରାଜାଙ୍କ ସାକ୍ଷାତରେ ପାଠ କଲା।”
Tada tajnik Šafan obavijesti kralja: “Svećenik Hilkija dade mi jednu knjigu.” I Šafan je poče čitati pred kraljem.
11 ଏଥିରେ ରାଜା ସେହି ବ୍ୟବସ୍ଥା-ପୁସ୍ତକରୁ ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।
Čuvši riječi Knjige Zakona, kralj razdrije haljine svoje.
12 ପୁଣି ରାଜା ଯୋଶୀୟ ହିଲ୍କୀୟ ଯାଜକକୁ ଓ ଶାଫନ୍ର ପୁତ୍ର ଅହୀକାମକୁ ଓ ମୀଖାୟର ପୁତ୍ର ଅକ୍ବୋରକୁ ଓ ଶାଫନ୍ ଲେଖକଙ୍କୁ ଓ ଅସାୟ ନାମକ ରାଜଭୃତ୍ୟକୁ ଏହି ଆଜ୍ଞା ଦେଇ କହିଲେ,
I naredi svećeniku Hilkiji, Šafanovu sinu Ahikamu, Mikinu sinu Akboru, tajniku Šafanu i kraljevu sluzi Asaji:
13 “ତୁମ୍ଭେମାନେ ଯାଅ, ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ଆମ୍ଭ ପାଇଁ ଓ ଲୋକମାନଙ୍କ ପାଇଁ ଓ ସମଗ୍ର ଯିହୁଦା ପାଇଁ ସଦାପ୍ରଭୁଙ୍କୁ ପଚାର, କାରଣ ଆମ୍ଭମାନଙ୍କ ବିଷୟରେ ଏହି ପୁସ୍ତକ-ଲିଖିତ ସମସ୍ତ ବାକ୍ୟାନୁସାରେ କର୍ମ କରିବା ପାଇଁ ଆମ୍ଭମାନଙ୍କ ପିତୃଲୋକମାନେ ମନୋଯୋଗୀ ନ ହେବାରୁ, ଆମ୍ଭମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ପ୍ରଜ୍ୱଳିତ କ୍ରୋଧ ଗୁରୁତର ହୋଇଅଛି।”
“Idite i upitajte Jahvu o meni, i o narodu, i o svoj Judeji zbog ove knjige što je nađena, jer je velika Jahvina jarost što se izlila na nas zato što naši očevi nisu slušali riječi ove knjige, nisu vršili što nam je u njoj napisano.”
14 ତହିଁରେ ହିଲ୍କୀୟ ଯାଜକ ଓ ଅହୀକାମ୍ ଓ ଅକ୍ବୋର ଓ ଶାଫନ୍ ଓ ଅସାୟ, ବସ୍ତ୍ରାଗାରର ରକ୍ଷକ ହର୍ହସର ପୌତ୍ର ତିକ୍ବର ପୁତ୍ର ଶଲ୍ଲୁମ୍ର ଭାର୍ଯ୍ୟା ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ନିକଟକୁ ଗଲେ। ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ଆଉ ସେମାନେ ତାହା ସଙ୍ଗେ କଥୋପକଥନ କଲେ।
Svećenik Hilkija, Ahikam, Akbor, Šafan i Asaja odoše proročici Huldi, ženi Šaluma, sina Tikvina, sina Harkasova, čuvara odjeće; ona je živjela u Jeruzalemu, u novom gradu. Kad joj to kazaše,
15 ତହିଁରେ ହୁଲ୍ଦା ଭବିଷ୍ୟଦ୍ବକ୍ତ୍ରୀ ସେମାନଙ୍କୁ କହିଲା, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେଉଁ ଲୋକ ତୁମ୍ଭମାନଙ୍କୁ ଆମ୍ଭ ନିକଟକୁ ପଠାଇଲେ, ତାହାକୁ କୁହ,
ona im reče: “Ovako veli Jahve, Bog Izraelov: 'Kažite čovjeku koji vas je poslao k meni:
16 ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଯିହୁଦାର ରାଜା ଏହି ପୁସ୍ତକର ଯେଉଁ ଯେଉଁ ବାକ୍ୟ ପାଠ କରିଅଛି, ସେହି ସମସ୍ତ ଘଟାଇବା।
Ovako veli Jahve: Evo, dovest ću nesreću na ovaj grad i na njegove stanovnike, izvršit ću sve što kaže knjiga koju je pročitao judejski kralj.
17 କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସମସ୍ତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି। ଏହେତୁ ଏହି ସ୍ଥାନ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ ଓ ତାହା ନିର୍ବାଣ ହେବ ନାହିଁ।
Jer su me ostavili i prinose žrtve tuđim bogovima da bi me ljutili svim djelima ruku svojih, planut će jarost moja na to mjesto i neće se ugasiti.'
18 ମାତ୍ର ସଦାପ୍ରଭୁଙ୍କୁ ପଚାରିବା ପାଇଁ ତୁମ୍ଭମାନଙ୍କୁ ପଠାଇଲେ ଯେ ଯିହୁଦା-ରାଜା ଯୋଶୀୟ, ତାଙ୍କୁ ତୁମ୍ଭେମାନେ କହିବ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭର ଶ୍ରୁତ ବାକ୍ୟ ବିଷୟରେ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନ ବିରୁଦ୍ଧରେ ଓ ତହିଁର ନିବାସୀମାନଙ୍କ ବିରୁଦ୍ଧରେ ଯେସକଳ ବାକ୍ୟ କହିଅଛୁ, ଅର୍ଥାତ୍, ସେମାନେ ଯେ ଧ୍ୱଂସର ଓ ଅଭିଶାପର ପାତ୍ର ହେବେ,
A judejskom kralju, koji vas je poslao po Jahvin savjet, recite ovo: 'Ovako veli Jahve, Bog Izraelov: Riječi si čuo.
19 ଏହି କଥା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।
Ali kako ti je omekšalo srce i jer si se ponizio pred Jahvom čuvši što sam objavio tome gradu i njegovim stanovnicima, koje će pogoditi pustošenje i prokletstvo, i jer si razdro haljine svoje i plakao preda mnom, zato sam te uslišio' - riječ je Jahvina.
20 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ତୁମ୍ଭ ପିତୃଲୋକଙ୍କ ନିକଟରେ ସଂଗ୍ରହ କରିବା ଓ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଯେସବୁ ଅମଙ୍ଗଳ ଆଣିବା, ତାହା ତୁମ୍ଭ ଚକ୍ଷୁ ଦେଖିବ ନାହିଁ।’” ଏଥିଉତ୍ତାରେ ଲୋକମାନେ ପୁନର୍ବାର ରାଜାଙ୍କୁ ଏହି କଥାର ସମାଚାର ଦେଲେ।
'Evo, sjedinit ću te s ocima tvojim i s mirom ćeš leći u grob da ne vidiš svojim očima svu nesreću koju ću svaliti na ovo mjesto.'” Oni odnesoše taj odgovor kralju.