< ଦ୍ୱିତୀୟ ରାଜାବଳୀ 23 >

1 ଏଥିଉତ୍ତାରେ ରାଜା ଲୋକ ପଠାନ୍ତେ, ସେମାନେ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ତାଙ୍କ ନିକଟରେ ଏକତ୍ର କଲେ।
ئینجا پاشا ناردی و هەموو پیرانی یەهودا و ئۆرشەلیمی کۆکردەوە.
2 ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ। ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।
لەگەڵ هەموو گەلی یەهودا و دانیشتووانی ئۆرشەلیم، کاهین و پێغەمبەرەکان و هەموو گەل لە گەورەوە هەتا بچووک چوونە پەرستگای یەزدان. لەبەردەمیان تەواوی وشەکانی پەڕتووکی پەیمانی خوێندەوە، ئەوەی لە پەرستگای یەزدان دۆزرایەوە.
3 ଏଥିରେ ରାଜା ସ୍ତମ୍ଭ ନିକଟରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କ ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି, ଏହି ପୁସ୍ତକରେ ଲିଖିତ ନିୟମ-ବାକ୍ୟ ସଫଳ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ। ଆଉ ସମୁଦାୟ ଲୋକ ସେହି ନିୟମରେ ସମ୍ମତ ହେଲେ।
پاشا لەلای کۆڵەکەکە ڕاوەستا و لەبەردەم یەزدان پەیمانی دا کە دوای یەزدان بکەوێت و بە هەموو دڵ و گیانییەوە فەرمان و یاسا و فەرزەکانی بەجێبهێنێت، بۆ ئەوەی وشەکانی ئەم پەیمانەی لەم پەڕتووکەدا نووسراوە پەیڕەو بکرێت، هەموو گەلیش پابەندی پەیمانەکە بوون.
4 ପୁଣି ରାଜା ଯୋଶୀୟ ସଦାପ୍ରଭୁଙ୍କ ମନ୍ଦିରରୁ ବାଲ୍‍ର ଓ ଆଶେରା ମୂର୍ତ୍ତିର ଓ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲ୍‍କୀୟ ମହାଯାଜକକୁ ଓ ଦ୍ୱିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ୱାରପାଳମାନଙ୍କୁ ଆଜ୍ଞା କଲେ; ତହୁଁ ସେ ଯିରୂଶାଲମର ବାହାରେ କିଦ୍ରୋଣ ପଦାରେ ତାହାସବୁ ଦଗ୍ଧ କରି ତହିଁର ଭସ୍ମ ବେଥେଲ୍‍କୁ ନେଇଗଲେ।
ئینجا پاشا فەرمانی دا بە حیلقیای سەرۆک کاهین و کاهینەکانی کۆمەڵی دووەم و دەرگاوانەکان کە هەموو ئەو قاپوقاچاغانەی بۆ بەعل و ئەشێرا و هەموو هێزەکانی ئاسمان دروستکراون، لە پەرستگای یەزدان ببەنە دەرەوە و لە دەرەوەی ئۆرشەلیم لە کێڵگەکانی دۆڵی قدرۆن بیانسووتێنن و خۆڵەمێشەکەشی ببەنە بێت‌ئێل.
5 ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗର ସ୍ଥାନସବୁରେ ଧୂପ ଜ୍ୱଳାଇବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍‍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ବାହିନୀ ସକଳ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ, ସେସବୁକୁ ସେ ରହିତ କଲେ।
کاهینە بتپەرستەکانیشی نەهێشت کە پاشاکانی یەهودا دایاننابوون تاکو لە نزرگەکانی سەر بەرزایی و لە شارۆچکەکانی یەهودا و دەوروبەری ئۆرشەلیم بخوور بسووتێنن، ئەوانەی بۆ بەعل و خۆر و مانگ و کەلووەکان و هەموو ئەستێرەکانی ئاسمان بخووریان دەسووتاند.
6 ଆଉ ଯୋଶୀୟ ସଦାପ୍ରଭୁଙ୍କ ଗୃହରୁ ଆଶେରା ମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକୁ ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।
ئەو ستوونە ئەشێرایەشی لە پەرستگای یەزدانەوە بردە دۆڵی قدرۆن لە دەرەوەی ئۆرشەلیم و لەوێ سووتاندی، کوتای هەتا بووە خۆڵ، خۆڵەکەشی بەسەر گۆڕی مردووانی خەڵکەکە بە با کرد.
7 ଆହୁରି ଯେଉଁ ସ୍ଥାନରେ ସ୍ତ୍ରୀମାନେ ଆଶେରା ନିମନ୍ତେ ପଟଗୃହ ନିର୍ମାଣ କଲେ, ସଦାପ୍ରଭୁଙ୍କ ଗୃହରେ ସ୍ଥିତ ସଦୋମୀମାନଙ୍କ ସେହି ଗୃହସବୁ ଭାଙ୍ଗି ପକାଇଲେ।
ماڵی پیاوە لەشفرۆشەکانیشی ڕووخاند کە لەناو پەرستگای یەزدان بوون، ئەوەی کە ژنان لەوێ پەردەیان بۆ بتە ئەشێراکە دەچنی.
8 ପୁଣି ଯୋଶୀୟ ଯିହୁଦାର ନାନା ନଗରରୁ ସମସ୍ତ ଯାଜକଙ୍କୁ ଆଣିଲେ ଓ ଗେବାଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଯେ ଯେ ସ୍ଥାନରେ ଯାଜକମାନେ ଧୂପ ଜ୍ୱଳାଇଥିଲେ, ସେସବୁ ଉଚ୍ଚସ୍ଥଳୀ ଅଶୁଚି କଲେ। ପୁଣି ସେ ନଗର-ଦ୍ୱାରରେ ପ୍ରବେଶକାରୀ ମନୁଷ୍ୟର ବାମ ଦିଗସ୍ଥିତ, ନଗରାଧ୍ୟକ୍ଷ ଯିହୋଶୂୟର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ନଗର ଦ୍ୱାରର ଉଚ୍ଚସ୍ଥଳୀସକଳ ଭାଙ୍ଗି ପକାଇଲେ।
یۆشیا هەموو کاهینەکانی لە شارۆچکەکانی یەهوداوە هێنا و ئەو نزرگانەی سەر بەرزایی گڵاوکرد کە کاهینەکان لەوێ بخووریان دەسووتاند، لە گەڤەعەوە هەتا بیری شابەع. نزرگەکانی دەروازەکانیشی ڕووخاند، ئەوەی لە بەردەم دەروازەی یەشوعی فەرمانڕەوای شارەکە بوو کە دەکەوتە لای چەپی دەروازەی شارەکە.
9 ତଥାପି ଉଚ୍ଚସ୍ଥଳୀର ଯାଜକମାନେ ଯିରୂଶାଲମସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆସିଲେ ନାହିଁ, ମାତ୍ର ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ ଥାଇ ତାଡ଼ିଶୂନ୍ୟ ରୁଟି ଭୋଜନ କଲେ।
هەرچەندە کاهینی نزرگەکانی سەر بەرزایی بۆیان نەبوو بچنە قوربانگای یەزدان لە ئۆرشەلیم، بەڵام لەگەڵ براکانیان نانی فەتیرەیان خوارد.
10 ପୁଣି କେହି ଯେପରି ମୋଲକ୍‍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍‍ ନାମକ ସ୍ଥାନକୁ ଅଶୁଚି କଲେ।
ئینجا تۆفەتی دۆڵی بەن‌هینۆمی گڵاوکرد بۆ ئەوەی کەس کوڕەکەی یان کچەکەی بۆ مۆلەخ وەک قوربانی نەسووتێنێت.
11 ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ, ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ।
ئەو پەیکەری ئەسپانەش کە پاشاکانی پێشووی یەهودا بۆ خۆر تەرخانیان کردبوو، لە دەروازەی پەرستگای یەزدان ڕایماڵین. لە حەوشەکەی نزیک ژوورەکەی ناتان‌مەلەخی کاربەدەست بوون. پاشان یۆشیا گالیسکە تەرخانکراوەکانیشی بە ئاگر سووتاند، کە بۆ پەرستنی خۆر بەکاردەهێنران.
12 ଆଉ ଯିହୁଦାର ରାଜାମାନେ ଆହସ୍‌ର ଉପରିସ୍ଥ କୋଠରି ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡ଼ି ଦେଲେ।
ئەو قوربانگایانەشی تێکدا کە پاشاکانی یەهودا لە سەربانی ژووری سەرەوەی ئاحاز دروستیان کردبوو، هەروەها ئەو قوربانگایانەی کە مەنەشە لە هەردوو حەوشەکەی پەرستگای یەزدان بنیادی نابوون. پاشا لەوێش دووری خستنەوە، وردوخاشی کردن و دار و بەردەکەیان لە دۆڵی قدرۆن بە با کرد.
13 ପୁଣି ବିନାଶ ପର୍ବତର ଦକ୍ଷିଣ ପାର୍ଶ୍ୱରେ ଯିରୂଶାଲମ ସମ୍ମୁଖରେ ଇସ୍ରାଏଲର ରାଜା ଶଲୋମନ ସୀଦୋନୀୟମାନଙ୍କ ଘୃଣାଯୋଗ୍ୟ ଅଷ୍ଟାରୋତ୍‍ ନିମନ୍ତେ ଓ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ଘୃଣାଯୋଗ୍ୟ ମିଲ୍‍କମ୍‍ ନିମନ୍ତେ ଯେ ଯେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ସେସବୁକୁ ରାଜା ଅଶୁଚି କଲେ।
ئەو نزرگانەی سەر بەرزاییش کە لە ڕۆژهەڵاتی ئۆرشەلیمن لەلای باشووری گردی گەندەڵین، ئەوانەی کە سلێمانی پاشای ئیسرائیل بنیادی نان بۆ عەشتۆرەتی خواژنە قێزەونی سەیدائییەکان و کەمۆشی خوداوەندی قێزەونی مۆئابییەکان و مۆلەخی خوداوەندی قێزەونی عەمۆنییەکان، پاشا هەموویانی گڵاوکرد.
14 ଆଉ ସେ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ ଛେଦନ କରି ମନୁଷ୍ୟର ଅସ୍ଥିରେ ସେମାନଙ୍କ ସ୍ଥାନ ପୂର୍ଣ୍ଣ କଲେ।
یۆشیا بەردە تەرخانکراوەکانی شکاند و ستوونە ئەشێراکانی بڕییەوە، شوێنەکانی بە ئێسکی خەڵک پڕکردەوە.
15 ଆହୁରି ବେଥେଲ୍‍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ।
هەروەها ئەو قوربانگایەی لە بێت‌ئێلە، ئەو نزرگەیەی سەر بەرزایی کە یارۆڤعامی کوڕی نەڤات دروستی کرد، ئەوەی بەهۆیەوە ئیسرائیلی تووشی گوناه کرد، یۆشیا ئەو قوربانگایە و ئەو نزرگەیەی سەر بەرزاییشی ڕووخاند، نزرگەکەی سووتاند و کوتای هەتا بووە خۆڵ، ستوونە ئەشێراکەشی سووتاند.
16 ଏଥିଉତ୍ତାରେ ଯୋଶୀୟ ମୁଖ ଫେରାଇବା ବେଳେ ସେଠାର ପର୍ବତସ୍ଥିତ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସେହି କବରରୁ ଅସ୍ଥି ଅଣାଇଲେ, ଆଉ ପରମେଶ୍ୱରଙ୍କର ଯେଉଁ ଲୋକ ପୂର୍ବେ ଏହିସବୁ ବିଷୟ ପ୍ରଚାର କରିଥିଲେ, ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ସେହି ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ଦଗ୍ଧ କରି ତାହା ଅଶୁଚି କଲେ।
ئینجا یۆشیا ئاوڕی دایەوە و ئەو گۆڕانەی بینی کە لەوێ لە چیاکە بوون، ناردی و ئێسکەکانی لە گۆڕەکانەوە برد و لەسەر قوربانگاکە سووتاندنی و گڵاوی کرد، بەپێی ئەو فەرمایشتەی یەزدان کە پیاوەکەی خودا بانگەوازی پێی کرد، ئەوەی بانگەوازی بەم فەرمایشتە کرد.
17 ତହୁଁ ସେ ପଚାରିଲେ, “ସେହି ଯେ ସ୍ତମ୍ଭ ଆମ୍ଭେ ଦେଖୁଅଛୁ, ତାହା କଅଣ?” ଏଥିରେ ନଗରର ଲୋକମାନେ ଉତ୍ତର କଲେ, “ପରମେଶ୍ୱରଙ୍କର ଯେଉଁ ଲୋକ ଯିହୁଦାରୁ ଆସି ଆପଣଙ୍କ କୃତ ଏହି ସକଳ ବିଷୟ ବେଥେଲ୍‍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ପ୍ରଚାର କରିଥିଲେ, ତାହା ତାଙ୍କର କବର।”
ئینجا پاشا پرسیاری کرد: «ئەو کێلی گۆڕە چییە لەوێ دەیبینم؟» پیاوانی شارەکەش گوتیان: «ئەوە گۆڕی ئەو پیاوەی خودایە کە لە یەهوداوە هات و هەموو ئەو شتانەی ڕاگەیاند کە تۆ لە دژی قوربانگاکەی بێت‌ئێل کردت.»
18 ତେବେ ରାଜା ଯୋଶୀୟ କହିଲେ, “ତାଙ୍କୁ ଛାଡ଼ିଦିଅ; କେହି ତାଙ୍କର ଅସ୍ଥି ସ୍ଥାନାନ୍ତର ନ କରୁ।” ଏହେତୁ ସେମାନେ ଶମରୀୟାରୁ ଆଗତ ଭବିଷ୍ୟଦ୍‍ବକ୍ତାଙ୍କର ଅସ୍ଥି ସହିତ ତାହାର ଅସ୍ଥି ଛାଡ଼ିଦେଲେ।
پاشا گوتی: «لێیگەڕێن، کەس ئێسکەکانی نەجوڵێنێت.» جا وازیان لە ئێسکەکانی ئەو هێنا لەگەڵ ئێسکەکانی ئەو پێغەمبەرەی کە لە سامیرەوە هاتبوو.
19 ପୁଣି ଇସ୍ରାଏଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଶମରୀୟାର ନାନା ନଗରରେ ଯେ ଯେ ଉଚ୍ଚସ୍ଥଳୀର ଗୃହ ନିର୍ମାଣ କରିଥିଲେ, ଯୋଶୀୟ ସେସବୁ ମଧ୍ୟ ଦୂର କଲେ ଓ ବେଥେଲ୍‍ରେ ଯେପରି କର୍ମ କରିଥିଲେ, ସେସବୁ ପ୍ରତି ସେହିପରି କଲେ।
هەروەها یۆشیا هەموو نزرگەکانی سەر بەرزایی کە شارۆچکەکانی سامیرە بوون، ئەوانەی پاشاکانی ئیسرائیل بۆ پەستکردنی یەزدان دروستیان کردبوو، تێکی دان و هەموو ئەوەی پێکردن کە لە بێت‌ئێل کردبووی.
20 ପୁଣି ସେ ଉଚ୍ଚସ୍ଥଳୀର ଯାଜକ ସମସ୍ତଙ୍କୁ ଯଜ୍ଞବେଦିରେ ବଧ କରି, ତହିଁ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଦଗ୍ଧ କଲେ; ଏଥିଉତ୍ତାରେ ସେ ଯିରୂଶାଲମକୁ ଫେରିଗଲେ।
هەموو کاهینەکانی نزرگەکانی سەر بەرزاییش کە لەوێ بوون لەسەر قوربانگاکان سەری بڕین، ئێسکی مرۆڤی لەسەر قوربانگاکان سووتاند و پاشان گەڕایەوە ئۆرشەلیم.
21 ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, “ଏହି ନିୟମ ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।”
پاشا فەرمانی بە هەموو گەل دا و گوتی: «جەژنی پەسخە بۆ یەزدانی پەروەردگارتان بکەن، وەک ئەوەی لەم پەڕتووکی پەیمانەدا نووسراوە.»
22 ପ୍ରକୃତରେ ଇସ୍ରାଏଲର ବିଚାରକାରୀ ବିଚାରକର୍ତ୍ତୃଗଣର ସମୟଠାରୁ, କିଅବା ଇସ୍ରାଏଲର ରାଜାମାନଙ୍କର ଓ ଯିହୁଦାର ରାଜାମାନଙ୍କର ସମସ୍ତ ସମୟରେ ଏପ୍ରକାର ନିସ୍ତାର ପର୍ବ ପାଳନ କରାଯାଇ ନ ଥିଲା।
جەژنی پەسخەی ئاوا نەکراوە، نە لە سەردەمی ڕابەران کە دادوەریێتی ئیسرائیلیان کردووە و نە لە هەموو سەردەمەکانی پاشاکانی ئیسرائیل و پاشاکانی یەهودا.
23 ମାତ୍ର ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ଏହି ନିସ୍ତାର ପର୍ବ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ପାଳନ କରାଗଲା।
بەڵام لە ساڵی هەژدەیەمینی یۆشیای پاشا ئەم جەژنەی پەسخە لە ئۆرشەلیم بۆ یەزدان گێڕدرا.
24 ଆହୁରି ଯୋଶୀୟ ଯେପରି ସଦାପ୍ରଭୁଙ୍କ ଗୃହରେ ହିଲ୍‍କୀୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ଏଥିପାଇଁ ଯିହୁଦା ଦେଶରେ ଓ ଯିରୂଶାଲମରେ ଯେସବୁ ଭୂତୁଡ଼ିଆ, ଗୁଣିଆ, ଠାକୁର, ପୁତ୍ତଳି ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା, ସେ ତାହାସବୁ ଦୂର କଲେ।
هەروەها یۆشیا هەموو نێوانگر و ڕۆح ئامادەکار و پەیکەر و بت و هەموو پەیکەرە قێزەونەکان کە لە خاکی یەهودا و لە ئۆرشەلیم دەبینران لەناوی بردن، بۆ ئەوەی دەقی ئەو فێرکردنانە پەیڕەو بکات کە لەناو ئەو پەڕتووکە نووسراون کە حیلقیای کاهین لە پەرستگای یەزدان دۆزییەوە.
25 ଆଉ ଯୋଶୀୟଙ୍କ ପରି ଯେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ଦ୍ୱାରା ମୋଶାଙ୍କର ସକଳ ବ୍ୟବସ୍ଥାନୁସାରେ ସଦାପ୍ରଭୁଙ୍କ ପ୍ରତି ଫେରିଲେ, ଏପରି କୌଣସି ରାଜା ତାଙ୍କର ପୂର୍ବେ ନ ଥିଲେ, କିଅବା ଯୋଶୀୟଙ୍କ ପରି କେହି ତାଙ୍କ ଉତ୍ତାରେ ଉଦିତ ହେଲେ ନାହିଁ।
هیچ پاشایەک لەپێش خۆی وەکو یۆشیا نەبوو، کە بە هەموو دڵ و گیان و هێزییەوە بگەڕێتەوە لای یەزدان، بەپێی هەموو تەوراتی موسا، لەپاش ئەویش کەسی وەک خۆی نەبوو.
26 ତଥାପି ମନଃଶି ଯେସବୁ ବିରକ୍ତିଜନକ କ୍ରିୟା ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିଥିଲେ, ତହିଁ ସକାଶୁ ଯିହୁଦା ପ୍ରତିକୂଳରେ ତାହାଙ୍କର ଯେଉଁ କ୍ରୋଧ ପ୍ରଜ୍ୱଳିତ ହୋଇଥିଲା, ସଦାପ୍ରଭୁ ଆପଣାର ସେହି ପ୍ରଚଣ୍ଡ ମହାକୋପରୁ ଫେରିଲେ ନାହିଁ।
بەڵام گڕی تووڕەییە مەزنەکەی یەزدان دانەمرکایەوە، چونکە تووڕەییەکەی بەسەر یەهوداوە گڕی گرتبوو بەهۆی هەموو ئەو کارانەی کە مەنەشە یەزدانی پێ پەست کردبوو.
27 ଆହୁରି ସଦାପ୍ରଭୁ କହିଲେ, “ଆମ୍ଭେ ଯେପରି ଇସ୍ରାଏଲକୁ ଦୂର କରିଅଛୁ, ସେପରି ଆମ୍ଭେ ଆପଣା ଦୃଷ୍ଟିରୁ ଯିହୁଦାକୁ ମଧ୍ୟ ଦୂର କରିବା ଓ ଆମ୍ଭେ ଏହି ଯେ ଯିରୂଶାଲମ ନଗରକୁ ମନୋନୀତ କରିଅଛୁ ଓ ଏହି ସ୍ଥାନରେ ଆମ୍ଭର ନାମ ରହିବ ବୋଲି ଯେଉଁ ଗୃହ ବିଷୟରେ କରିଅଛୁ, ଏହାକୁ ଆମ୍ଭେ ଅଗ୍ରାହ୍ୟ କରିବା।”
ئیتر یەزدان فەرمووی: «هەروەها یەهوداش لەبەردەمم لادەبەم، هەروەک چۆن ئیسرائیلم لابرد، ئەم شارەش کە هەڵمبژارد، ئۆرشەلیم، لەگەڵ ئەو پەرستگایە ڕەت دەکەمەوە کە گوتم:”ناوی من لەوێ دەبێت“.»
28 ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
ڕووداوەکانی دیکەی پاشایەتی یۆشیا و هەموو ئەوەی کردی لە پەڕتووکی کاروباری ڕۆژانەی پاشاکانی یەهودا تۆمار کراون.
29 ତାଙ୍କ ସମୟରେ ମିସରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ବିରୁଦ୍ଧରେ ଫରାତ୍‍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ବିରୁଦ୍ଧରେ ଯାତ୍ରା କଲେ ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା।
لە ماوەی پاشایەتی یۆشیا، نێخۆی فیرعەونی میسر چوو لەلای ڕووباری فورات یارمەتی پاشای ئاشور بدات. یۆشیا پاشا چوو بەرەنگاری بێتەوە، بەڵام نێخۆ لە مەگیدۆ ڕووبەڕووی بووەوە و کوشتی.
30 ଏଥିଉତ୍ତାରେ ଯୋଶୀୟଙ୍କ ଦାସମାନେ ମଗିଦ୍ଦୋରୁ ଯିରୂଶାଲମକୁ ତାଙ୍କର ମୃତ ଶରୀର ରଥରେ ଆଣି ତାଙ୍କର ନିଜ କବରରେ କବର ଦେଲେ। ତହୁଁ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍‌ଙ୍କୁ ନେଇ ତାଙ୍କୁ ଅଭିଷେକ କରି ତାଙ୍କ ପିତାଙ୍କ ପଦରେ ତାଙ୍କୁ ରାଜା କଲେ।
خزمەتکارەکانی بە مردوویی لە مەگیدۆوە خستیانە ناو گالیسکەوە و هێنایانە ئۆرشەلیم، لە گۆڕەکەی خۆیدا ناشتیان. ئینجا گەلی خاکەکە یەهۆئاحازی کوڕی یۆشیایان برد و دەستنیشانیان کرد، لە جێی باوکی کردیانە پاشا.
31 ଯିହୋୟାହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍‍, ସେ ଲିବ୍‍ନା ନିବାସୀ ଯିରିମୀୟର କନ୍ୟା ଥିଲେ।
یەهۆئاحاز گەنجێکی بیست و سێ ساڵان بوو کە بوو بە پاشا، سێ مانگ لە ئۆرشەلیم پاشایەتی کرد، ناوی دایکی حەموتەلی کچی یەرمیا بوو، خەڵکی لیڤنا بوو.
32 ସେ ଆପଣା ପୂର୍ବପୁରୁଷଗଣର ସକଳ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
لەبەرچاوی یەزدان خراپەکاری کرد، هەروەک ئەوەی باوباپیرانی کردیان.
33 ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ବସାଇଲା।
جا نێخۆی فیرعەون لە ڕیڤلە لە خاکی حەمات بەندی کرد، تاکو لە ئۆرشەلیم پاشایەتی نەکات. هەروەها سەرانەی بەسەر یەهودا سەپاند، سەد تالنت زیو و تالنتێک زێڕ.
34 ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲିୟାକୀମ୍‍ଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା; ମାତ୍ର ସେ ଯିହୋୟାହସ୍‌ଙ୍କୁ ନେଇଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ।
هەروەها نێخۆی فیرعەون ئەلیاقیمی کوڕی یۆشیای لە جێی یۆشیای باوکی کردە پاشا و ناوەکەی گۆڕی بۆ یەهۆیاقیم، یەهۆئاحازیشی بردە میسر و لەوێ مرد.
35 ଏଥିଉତ୍ତାରେ ଯିହୋୟାକୀମ୍‍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହି ସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ। ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।
یەهۆیاقیم بۆ ئەوەی زێڕ و زیوەکە بداتە فیرعەون کە داوای لێی کردبوو باجی خستە سەر خاکەکە بۆ کۆکردنەوەی زێڕ و زیو لە خەڵکەکە بەگوێرەی توانایان، ئەو زێڕ و زیوە بدەنە نێخۆی فیرعەون.
36 ଯିହୋୟାକୀମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ସବୀଦା, ସେ ରୁମା ନିବାସୀ ପଦାୟର କନ୍ୟା ଥିଲେ।
یەهۆیاقیم گەنجێکی بیست و پێنج ساڵان بوو کە بوو بە پاشا، یازدە ساڵ لە ئۆرشەلیم پاشایەتی کرد، ناوی دایکی زەڤیدای کچی پەدایا بوو، خەڵکی ڕومە بوو.
37 ଏହି ଯିହୋୟାକୀମ୍‍ ଆପଣା ପୂର୍ବପୁରୁଷଗଣର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
لەبەرچاوی یەزدان خراپەکاری کرد، هەروەک ئەوەی باوباپیرانی کردیان.

< ଦ୍ୱିତୀୟ ରାଜାବଳୀ 23 >