< ଦ୍ୱିତୀୟ ରାଜାବଳୀ 23 >
1 ଏଥିଉତ୍ତାରେ ରାଜା ଲୋକ ପଠାନ୍ତେ, ସେମାନେ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ତାଙ୍କ ନିକଟରେ ଏକତ୍ର କଲେ।
Hivyo mfalme akawatuma wajumbe waliokuwa wamemzunguka wazee wote wa Yuda na wa Yerusalemu.
2 ପୁଣି ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ତାଙ୍କ ସଙ୍ଗେ ଯିହୁଦାର ସମସ୍ତ ମନୁଷ୍ୟ ଓ ଯିରୂଶାଲମ ନିବାସୀ ସମସ୍ତେ ଓ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ସାନ ବଡ଼ ସମସ୍ତ ଲୋକ ଗମନ କଲେ। ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।
Kisha mfalme akapanda hadi kwenye nyumba ya Yahwe, na watu wote wa Yuda na wenyeji wote wa Yerusalemu pamoja naye, na makuhani, manabii, na watu wote, kuanzia mdogo hadi mkubwa. Kisha akasoma katika masikioni kwao maneno yote ya kitabu cha agano ambalo lililokuwa limepatikana kwenye nyumba ya Yahwe.
3 ଏଥିରେ ରାଜା ସ୍ତମ୍ଭ ନିକଟରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କ ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି, ଏହି ପୁସ୍ତକରେ ଲିଖିତ ନିୟମ-ବାକ୍ୟ ସଫଳ କରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ନିୟମ କଲେ। ଆଉ ସମୁଦାୟ ଲୋକ ସେହି ନିୟମରେ ସମ୍ମତ ହେଲେ।
Mfalme akasimama karibu na nguzo na kufanya agano mbele ya Yahwe, kutembea pamoja na Yahwe na kukumbuka maagizo yake, kanuni zake, na sheria zake, kwa moyo wake wote na kwa roho yake yote, kuthibitisha maneno ya hili agano ambalo lililokuwa limeandikwa kwenye hiki kitabu. Hivyo watu wote wakakubaliana kusimama kwenye agano
4 ପୁଣି ରାଜା ଯୋଶୀୟ ସଦାପ୍ରଭୁଙ୍କ ମନ୍ଦିରରୁ ବାଲ୍ର ଓ ଆଶେରା ମୂର୍ତ୍ତିର ଓ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ନିର୍ମିତ ସକଳ ସାମଗ୍ରୀ ବାହାର କରି ଆଣିବା ପାଇଁ ହିଲ୍କୀୟ ମହାଯାଜକକୁ ଓ ଦ୍ୱିତୀୟ ଶ୍ରେଣୀର ଯାଜକମାନଙ୍କୁ ଓ ଦ୍ୱାରପାଳମାନଙ୍କୁ ଆଜ୍ଞା କଲେ; ତହୁଁ ସେ ଯିରୂଶାଲମର ବାହାରେ କିଦ୍ରୋଣ ପଦାରେ ତାହାସବୁ ଦଗ୍ଧ କରି ତହିଁର ଭସ୍ମ ବେଥେଲ୍କୁ ନେଇଗଲେ।
Mfalme akamwamuru Hilkia yule kuhani mkuu, makuhani chini yake, na walinzi wa lango watoe kwenye hekalu vyombo vilivyokuwa vimetengenezwa kwa ajili ya Baali na Ashera, na kwa ajili ya nyota zote za mbinguni. Akivichoma moto Yerusalimu kwenye mashamba ya bonde la Kidroni na kubeba majivu yake kwenda Betheli.
5 ପୁଣି ଯିହୁଦାର ରାଜାମାନେ ଯେଉଁ ପୌତ୍ତଳିକ ପୁରୋହିତମାନଙ୍କୁ ଯିହୁଦା ଦେଶସ୍ଥ ନଗରସବୁର ଉଚ୍ଚସ୍ଥଳୀମାନରେ ଓ ଯିରୂଶାଲମର ଚତୁର୍ଦ୍ଦିଗର ସ୍ଥାନସବୁରେ ଧୂପ ଜ୍ୱଳାଇବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କୁ, ମଧ୍ୟ ଯେଉଁମାନେ ବାଲ୍ର, ସୂର୍ଯ୍ୟର ଓ ଚନ୍ଦ୍ରର ଓ ଗ୍ରହଗଣର ଓ ଆକାଶସ୍ଥ ବାହିନୀ ସକଳ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ, ସେସବୁକୁ ସେ ରହିତ କଲେ।
Akawaondoa makuhani waliokuwa wanaabudu miungu ambao wafalme wa Yuda waliwachagua ili kwa ajili ya kufukiza ubani katika mahali pa juu kwenye miji ya Yuda na sehemu zinazoizunguka Yerusalemu-wale waliokuwa wanchoma ubani kwa Baali, kwa juana kwa mwezi, kwa sayari, na kwa nyota zote za mbinguni.
6 ଆଉ ଯୋଶୀୟ ସଦାପ୍ରଭୁଙ୍କ ଗୃହରୁ ଆଶେରା ମୂର୍ତ୍ତି ବାହାର କରି ଯିରୂଶାଲମର ବାହାରେ କିଦ୍ରୋଣ ନଦୀକୁ ଆଣିଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ ଓ ସେହି ଚୂର୍ଣ୍ଣ ସାଧାରଣ ଲୋକମାନଙ୍କ କବର ଉପରେ ନିକ୍ଷେପ କଲେ।
Akaiondoa Ashera kutoka kwenye hekalu la Yahwe, nje ya Yerusalemu hata bonde la Kidroni na kuichoma hapo. Akaipiga kwenye mavumbi na kuiyatupa yale mavumbi kwenye makaburi ya watu wa kawaida.
7 ଆହୁରି ଯେଉଁ ସ୍ଥାନରେ ସ୍ତ୍ରୀମାନେ ଆଶେରା ନିମନ୍ତେ ପଟଗୃହ ନିର୍ମାଣ କଲେ, ସଦାପ୍ରଭୁଙ୍କ ଗୃହରେ ସ୍ଥିତ ସଦୋମୀମାନଙ୍କ ସେହି ଗୃହସବୁ ଭାଙ୍ଗି ପକାଇଲେ।
Akavisafisha vyumba vya makahaba ambao walikuwa kwenye hekalu la Yahwe, ambako wanawake waliposhonea nguo kwa ajili ya Ashera
8 ପୁଣି ଯୋଶୀୟ ଯିହୁଦାର ନାନା ନଗରରୁ ସମସ୍ତ ଯାଜକଙ୍କୁ ଆଣିଲେ ଓ ଗେବାଠାରୁ ବେର୍ଶେବା ପର୍ଯ୍ୟନ୍ତ ଯେ ଯେ ସ୍ଥାନରେ ଯାଜକମାନେ ଧୂପ ଜ୍ୱଳାଇଥିଲେ, ସେସବୁ ଉଚ୍ଚସ୍ଥଳୀ ଅଶୁଚି କଲେ। ପୁଣି ସେ ନଗର-ଦ୍ୱାରରେ ପ୍ରବେଶକାରୀ ମନୁଷ୍ୟର ବାମ ଦିଗସ୍ଥିତ, ନଗରାଧ୍ୟକ୍ଷ ଯିହୋଶୂୟର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ନଗର ଦ୍ୱାରର ଉଚ୍ଚସ୍ଥଳୀସକଳ ଭାଙ୍ଗି ପକାଇଲେ।
Yosia akawaleta makuhani wote nje ya miji ya Yuda na kupanajisi mahali pa juu ambako makuhani walipokuwa wakichomea ubani, kutoka Geba hata Bersheba. Akapaharibu mahala pa juu kwenye malango ambayo yaliyokuwa ya kuingilia kwenda kwenye lango la Yoshua (liwali wa mji), upande wa kushoto wa lango la mji.
9 ତଥାପି ଉଚ୍ଚସ୍ଥଳୀର ଯାଜକମାନେ ଯିରୂଶାଲମସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆସିଲେ ନାହିଁ, ମାତ୍ର ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ ଥାଇ ତାଡ଼ିଶୂନ୍ୟ ରୁଟି ଭୋଜନ କଲେ।
Ingawa makuhani wa mahali pa juu hawakuruhusiwa kuhudumu kwenye madhabahu ya Yahwe katika Yerusalemu, wakala mikate isiyotiwa chachu miongoni mwa ndugu zao.
10 ପୁଣି କେହି ଯେପରି ମୋଲକ୍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍ ନାମକ ସ୍ଥାନକୁ ଅଶୁଚି କଲେ।
Yosia akainajisi Tofethi, ambayo ipo kwenye bonde la Ben Hinomu, ili kwamba mtu yeyote asimuweke mtoto wake wa kiume au binti yake kwenye moto kama sadaka kwa Molaki.
11 ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ, ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ।
Akawachukua farasi ambao wafalme wa Yuda waliokuwa wametolewa kwa ajili ya jua. Walikuwa kwenye eneo la lango la uingilia kwenye hekalu la Yahwe, karibu na chumba cha Nathani Meleki, msimamizi mkuu wa nyumba ya mfalme. Yosia akayachoma yale magari ya farasi ya jua
12 ଆଉ ଯିହୁଦାର ରାଜାମାନେ ଆହସ୍ର ଉପରିସ୍ଥ କୋଠରି ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡ଼ି ଦେଲେ।
Yosia mfalme akayaharibu madhabahu yaliyokuwa kwenye dari ya juu ya chumba cha Ahazi, ambacho wafalme wa Yuda walikitengeneza, na madhabahu ambayo Manase aliyatengeneza kwenye behewa mbili za nyumba ya Yahwe. Yosia akazivunga vipande vipande na kuvitupa kwenye bonde la Kidroni.
13 ପୁଣି ବିନାଶ ପର୍ବତର ଦକ୍ଷିଣ ପାର୍ଶ୍ୱରେ ଯିରୂଶାଲମ ସମ୍ମୁଖରେ ଇସ୍ରାଏଲର ରାଜା ଶଲୋମନ ସୀଦୋନୀୟମାନଙ୍କ ଘୃଣାଯୋଗ୍ୟ ଅଷ୍ଟାରୋତ୍ ନିମନ୍ତେ ଓ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ଘୃଣାଯୋଗ୍ୟ ମିଲ୍କମ୍ ନିମନ୍ତେ ଯେ ଯେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ସେସବୁକୁ ରାଜା ଅଶୁଚି କଲେ।
Mfalme akapaangamiza mahali pa juu magharibi mwa Yerusalemu, kusini mwa mlima wa uharibifu ambapo Sulemani mfalme wa Israeli alipajenga kwa ajili ya Ashtorithi, chukizo la Wamoabu; sanamu za karaha za Wasidoni; kwa Kemoshi, sanamu za karaha wa Moabu; na kwa Moleki, sanamu wa karaha wa watu wa Amoni.
14 ଆଉ ସେ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ ଛେଦନ କରି ମନୁଷ୍ୟର ଅସ୍ଥିରେ ସେମାନଙ୍କ ସ୍ଥାନ ପୂର୍ଣ୍ଣ କଲେ।
Akazivunja nguzo za jiwe kuwa vipande vipande na kuziangusha chini nguzo za Ashera na kuzijaza zile sehemu kwa mifupa ya watu.
15 ଆହୁରି ବେଥେଲ୍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ।
Yosia pia akaiteketeza kabisa madhabahu iliyokuwa Betheli na mahali pa juu ambako Yeroboamu mwana wa Nebati (ambaye aliwafanya Waisraeli kuasi) aliijenga. Pia aliichoma moto ile madhabahu na mahali pa juu na kupapiga hadi pakawa vumbi. Pia akaichoma moto nguzo ya Ashera.
16 ଏଥିଉତ୍ତାରେ ଯୋଶୀୟ ମୁଖ ଫେରାଇବା ବେଳେ ସେଠାର ପର୍ବତସ୍ଥିତ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସେହି କବରରୁ ଅସ୍ଥି ଅଣାଇଲେ, ଆଉ ପରମେଶ୍ୱରଙ୍କର ଯେଉଁ ଲୋକ ପୂର୍ବେ ଏହିସବୁ ବିଷୟ ପ୍ରଚାର କରିଥିଲେ, ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ସେହି ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ଦଗ୍ଧ କରି ତାହା ଅଶୁଚି କଲେ।
Yosia alipotazama kwenye lile eneo, akagundua kwamba yale makaburi yalikuwa juu ya mlima. Akawatuma watu kuichukua mifupa kutoka kwenye yale makaburi; kisha akaichoma kwenye madhabahu, akainajisi. Hii ilitokana na neno la Yahwe ambalo mtu wa Mungu aliliongea, yule mtu aliyekuwa ameongea haya mambo kabla.
17 ତହୁଁ ସେ ପଚାରିଲେ, “ସେହି ଯେ ସ୍ତମ୍ଭ ଆମ୍ଭେ ଦେଖୁଅଛୁ, ତାହା କଅଣ?” ଏଥିରେ ନଗରର ଲୋକମାନେ ଉତ୍ତର କଲେ, “ପରମେଶ୍ୱରଙ୍କର ଯେଉଁ ଲୋକ ଯିହୁଦାରୁ ଆସି ଆପଣଙ୍କ କୃତ ଏହି ସକଳ ବିଷୟ ବେଥେଲ୍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ପ୍ରଚାର କରିଥିଲେ, ତାହା ତାଙ୍କର କବର।”
Kisha akasema, “Ni ukumbusho wa nani ule ninao uona?” Mtu wa ule mji akamwambia, “Lile ni kaburi la mtu wa Mungu ambaye alikuja kutoka Yuda na kuongea kuhusu haya mambo ambayo ameyafanya dhidi ya madhabahu ya Betheli.”
18 ତେବେ ରାଜା ଯୋଶୀୟ କହିଲେ, “ତାଙ୍କୁ ଛାଡ଼ିଦିଅ; କେହି ତାଙ୍କର ଅସ୍ଥି ସ୍ଥାନାନ୍ତର ନ କରୁ।” ଏହେତୁ ସେମାନେ ଶମରୀୟାରୁ ଆଗତ ଭବିଷ୍ୟଦ୍ବକ୍ତାଙ୍କର ଅସ୍ଥି ସହିତ ତାହାର ଅସ୍ଥି ଛାଡ଼ିଦେଲେ।
Hivyo Yosia akasema, “Mwacheni. Mtu asihamishe mifupa yake.” Hivyo wakaacha mifupa yake, pamoja na mifupa ya nabii ambaye alikuja kutoka Samaria.
19 ପୁଣି ଇସ୍ରାଏଲର ରାଜାମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଶମରୀୟାର ନାନା ନଗରରେ ଯେ ଯେ ଉଚ୍ଚସ୍ଥଳୀର ଗୃହ ନିର୍ମାଣ କରିଥିଲେ, ଯୋଶୀୟ ସେସବୁ ମଧ୍ୟ ଦୂର କଲେ ଓ ବେଥେଲ୍ରେ ଯେପରି କର୍ମ କରିଥିଲେ, ସେସବୁ ପ୍ରତି ସେହିପରି କଲେ।
Kisha Yosia akahamisha nyumba zote za mahali pa juu ambazo zilikuwa katika mji wa Samaria, ambazo wafalme wa Israeli walizokuwa wamezitengeneza, na ambazo zilizokuwa zimemgadhabisha Yahwe kwa hasira.
20 ପୁଣି ସେ ଉଚ୍ଚସ୍ଥଳୀର ଯାଜକ ସମସ୍ତଙ୍କୁ ଯଜ୍ଞବେଦିରେ ବଧ କରି, ତହିଁ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଦଗ୍ଧ କଲେ; ଏଥିଉତ୍ତାରେ ସେ ଯିରୂଶାଲମକୁ ଫେରିଗଲେ।
Aliwafanyia kile ambacho kilikuwa kimefanyika katika Betheli. Aliwachinja makuhani wote wa mahali pa juu ya madhabahu na aliichoma mifupa ya watu juu yao. Kisha akarudi Yerusalemu.
21 ଆହୁରି ରାଜା ସମସ୍ତ ଲୋକଙ୍କୁ ଆଜ୍ଞା ଦେଇ କହିଲେ, “ଏହି ନିୟମ ପୁସ୍ତକରେ ଯେପରି ଲେଖାଅଛି; ତଦନୁସାରେ ତୁମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କର।”
Kisha mfalme akawaamuru watu wote, akisema, “Itunzeni Pasaka ya Yahwe Mungu wenu, kama ilivyoandikwa kwenye hiki kitabu cha agano.”
22 ପ୍ରକୃତରେ ଇସ୍ରାଏଲର ବିଚାରକାରୀ ବିଚାରକର୍ତ୍ତୃଗଣର ସମୟଠାରୁ, କିଅବା ଇସ୍ରାଏଲର ରାଜାମାନଙ୍କର ଓ ଯିହୁଦାର ରାଜାମାନଙ୍କର ସମସ୍ତ ସମୟରେ ଏପ୍ରକାର ନିସ୍ତାର ପର୍ବ ପାଳନ କରାଯାଇ ନ ଥିଲା।
Hiyo Pasaka haijawahi kufanyika tangu siku za waamuzi ambao waliiongoza Israeli, wala katika siku zote za wafalme wa Israeli au Yuda.
23 ମାତ୍ର ଯୋଶୀୟ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ଏହି ନିସ୍ତାର ପର୍ବ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ପାଳନ କରାଗଲା।
Lakini katika mwaka wa kumi na nane wa Mfalme Yosia hii Pasaka ya Yahwe ilisheherekewa katika Yerusalemu.
24 ଆହୁରି ଯୋଶୀୟ ଯେପରି ସଦାପ୍ରଭୁଙ୍କ ଗୃହରେ ହିଲ୍କୀୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ଏଥିପାଇଁ ଯିହୁଦା ଦେଶରେ ଓ ଯିରୂଶାଲମରେ ଯେସବୁ ଭୂତୁଡ଼ିଆ, ଗୁଣିଆ, ଠାକୁର, ପୁତ୍ତଳି ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା, ସେ ତାହାସବୁ ଦୂର କଲେ।
Yosia pia akawafukuza wale ambao waliokuwa wameongea na wafu au na roho. Pia aliifukuza miungu ya sananmu, sanamu, na vitu vyote ambavyo ni chukizo vilivyokuwa vinaonekana katika nchi ya Yuda na katika Yerusalemu, hivyo kwa kuthibitisha yale maneno ya sheria ambayo iliyokuwa imeandikwa kwenye kitabu cha Hilkia yule kuhani aliyekuwa amepatikana kwenye nyumba ya Yahwe.
25 ଆଉ ଯୋଶୀୟଙ୍କ ପରି ଯେ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ଦ୍ୱାରା ମୋଶାଙ୍କର ସକଳ ବ୍ୟବସ୍ଥାନୁସାରେ ସଦାପ୍ରଭୁଙ୍କ ପ୍ରତି ଫେରିଲେ, ଏପରି କୌଣସି ରାଜା ତାଙ୍କର ପୂର୍ବେ ନ ଥିଲେ, କିଅବା ଯୋଶୀୟଙ୍କ ପରି କେହି ତାଙ୍କ ଉତ୍ତାରେ ଉଦିତ ହେଲେ ନାହିଁ।
Kabla ya Yosia, hapakuwa na mfalme kama yeye, aliyekuwa amemwelekea yahwe kwa moyo wake wote, roho yake yote, na nguvu zake zote, ambaye alifuata sheria zote za Musa. Hapakuwa na mfalme kama Yosia aliyeinuka baada ya yeye.
26 ତଥାପି ମନଃଶି ଯେସବୁ ବିରକ୍ତିଜନକ କ୍ରିୟା ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିଥିଲେ, ତହିଁ ସକାଶୁ ଯିହୁଦା ପ୍ରତିକୂଳରେ ତାହାଙ୍କର ଯେଉଁ କ୍ରୋଧ ପ୍ରଜ୍ୱଳିତ ହୋଇଥିଲା, ସଦାପ୍ରଭୁ ଆପଣାର ସେହି ପ୍ରଚଣ୍ଡ ମହାକୋପରୁ ଫେରିଲେ ନାହିଁ।
Walakini, Yahwe hakugeuka kutoka kwenye ukali wa hasira yake, ambayo ilikuwa dhidi ya Yuda kwa waabudu wapagani wote pamoja ambao Manase aliokuwa amemgadhibisha.
27 ଆହୁରି ସଦାପ୍ରଭୁ କହିଲେ, “ଆମ୍ଭେ ଯେପରି ଇସ୍ରାଏଲକୁ ଦୂର କରିଅଛୁ, ସେପରି ଆମ୍ଭେ ଆପଣା ଦୃଷ୍ଟିରୁ ଯିହୁଦାକୁ ମଧ୍ୟ ଦୂର କରିବା ଓ ଆମ୍ଭେ ଏହି ଯେ ଯିରୂଶାଲମ ନଗରକୁ ମନୋନୀତ କରିଅଛୁ ଓ ଏହି ସ୍ଥାନରେ ଆମ୍ଭର ନାମ ରହିବ ବୋଲି ଯେଉଁ ଗୃହ ବିଷୟରେ କରିଅଛୁ, ଏହାକୁ ଆମ୍ଭେ ଅଗ୍ରାହ୍ୟ କରିବା।”
Hivyo Yahwe akasema, “Pia nitaiondoa Yuda usoni kwangu, kama nilivyoiondoa Israeli, na nitautupilia mbali huu mji ambao nilio uchagua, Yerusalemu, na ile nyumba ambayo niliyokuwa nimesema, 'Jina langu litakuwa humo.”'
28 ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Kama kwa mambo mengine yanayo muhusu Yosia, kila kitu alichofanya, je vimeandikwa kwenye kitabu cha matukio ya wafalme wa Yuda?
29 ତାଙ୍କ ସମୟରେ ମିସରୀୟ ରାଜା ଫାରୋ-ନଖୋ ଅଶୂରୀୟ ରାଜାର ବିରୁଦ୍ଧରେ ଫରାତ୍ ନଦୀ ଆଡ଼କୁ ଯାତ୍ରା କଲା; ଆଉ ଯୋଶୀୟ ରାଜା ତାହା ବିରୁଦ୍ଧରେ ଯାତ୍ରା କଲେ ତହିଁରେ ଫାରୋ-ନଖୋ ତାଙ୍କୁ ଦେଖି ମଗିଦ୍ଦୋ ନିକଟରେ ତାଙ୍କୁ ବଧ କଲା।
Katika siku zake, Farao Neko, mfalme wa Misri, alienda kupigana dhidi ya mfalme wa Ashuru huko mto Frati. Mfalme Yosia akaenda kuonana na Neco katika mapigano, na Neko akamuua huko Megido.
30 ଏଥିଉତ୍ତାରେ ଯୋଶୀୟଙ୍କ ଦାସମାନେ ମଗିଦ୍ଦୋରୁ ଯିରୂଶାଲମକୁ ତାଙ୍କର ମୃତ ଶରୀର ରଥରେ ଆଣି ତାଙ୍କର ନିଜ କବରରେ କବର ଦେଲେ। ତହୁଁ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍ଙ୍କୁ ନେଇ ତାଙ୍କୁ ଅଭିଷେକ କରି ତାଙ୍କ ପିତାଙ୍କ ପଦରେ ତାଙ୍କୁ ରାଜା କଲେ।
Watumishi wa Yosia wakambeba kwenye gari la farasi akiwa amekufa kutoka Migido, kumleta Yerusalemu, na kumzika katika kaburi lake mwenyewe. Kisha watu wa nchi wakamchukua Yehoahazi mwana wa Yosia, wakamtia mafuta, na kumfanya kuwa mfalme katika mahali pake.
31 ଯିହୋୟାହସ୍ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ହମୁଟଲ୍, ସେ ଲିବ୍ନା ନିବାସୀ ଯିରିମୀୟର କନ୍ୟା ଥିଲେ।
Yehoahazi alikuwa na umri wa miaka ishirini na tatu alipoanza kutawala, na alitawala miezi mitatu katika Yerusalemu. Mama yake alikuwa akiitwa Hamutali; alikuwa binti wa Yeremia wa Libana.
32 ସେ ଆପଣା ପୂର୍ବପୁରୁଷଗଣର ସକଳ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
Yehoahazi alifanya yaliyo maovu usoni kwa Yahwe, kama kila kitu ambacho babu zake walichokifanya.
33 ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ବସାଇଲା।
Farao Neko akamfunga gerezani huko Ribla katika nchi ya Hamathi, hivyo asiweze kutawala katika Yerusalemu. Kisha Neko akaitoza Yuda talanta mia moja za fedha na talanta moja ya dhahabu.
34 ତହୁଁ ଫାରୋ-ନଖୋ ଯୋଶୀୟଙ୍କର ପୁତ୍ର ଇଲିୟାକୀମ୍ଙ୍କୁ ତାଙ୍କର ପିତା ଯୋଶୀୟଙ୍କର ପଦରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍ ରଖିଲା; ମାତ୍ର ସେ ଯିହୋୟାହସ୍ଙ୍କୁ ନେଇଗଲା; ଆଉ ସେ ମିସରରେ ଉପସ୍ଥିତ ହୋଇ ସେଠାରେ ମଲେ।
Farao Neko akamfanya Eliakimu mwana wa Yosia mfalme katika mahali pa Yosia baba yake, na kubadilisha jina lake kuwa Yehoyakimu. Lakini akamchukua mfalme Yehoahazi kwenda Misri, na Yehoahazi akafia huko.
35 ଏଥିଉତ୍ତାରେ ଯିହୋୟାକୀମ୍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହି ସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ। ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।
Yehoyakimu akalipa fedha na dhahabu kwa Farao. Ili akutane na amri ya Farao, Yehoyakimu akaitoza nchi na kulazimisha kila mtu miongoni mwa watu wa nchi wamlipe fedha na dhahabu kulingana na makadirio yao.
36 ଯିହୋୟାକୀମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କର ନାମ ସବୀଦା, ସେ ରୁମା ନିବାସୀ ପଦାୟର କନ୍ୟା ଥିଲେ।
Yehoyakimu alikuwa na umri wa miaka ishirini na tano alipoanza kutawala, na alitawala miaka kumi na moja katika Yerusalemu. Mama yake alikuwa akiitwa Zebida; alikuwa binti wa Pedaia wa Ruma.
37 ଏହି ଯିହୋୟାକୀମ୍ ଆପଣା ପୂର୍ବପୁରୁଷଗଣର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
Yehoyakimu akafanya yale yaliyo maovu usoni kwa Yahwe, kama waliyoyafanya babu zake.