< ଦ୍ୱିତୀୟ ରାଜାବଳୀ 24 >
1 ଯିହୋୟାକୀମ୍ଙ୍କ ରାଜତ୍ୱ ସମୟରେ ବାବିଲର ରାଜା ନବୂଖଦ୍ନିତ୍ସର ଯିହୁଦା ଉପରେ ଆକ୍ରମଣ କଲେ, ପୁଣି ଯିହୋୟାକୀମ୍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ।
A zamani Yehohiyakim, Nebukadnezzar sarkin Babilon ya kawo wa ƙasar farmaki, Yehohiyakim dai ya zama abokin tarayyarsa na tsawon shekara uku. Daga baya kuma sai ya canja ra’ayi ya yi wa Nebukadnezzar tawaye.
2 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।
Ubangiji ya aiki maharan Babiloniyawa, da na Arameyawa, da na Mowabawa, da na Ammonawa. Ya aike su su hallaka Yahuda bisa ga maganar Ubangiji wadda ya furta ta bakin bayinsa annabawa.
3 ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ,
Ba shakka waɗannan abubuwa sun faru da Yahuda bisa ga umarnin Ubangiji domin yă kawar da su daga gabansa saboda zunuban Manasse da dukan abin da ya yi,
4 ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ।
haɗe da zub da jinin marasa laifi. Gama ya ƙazantar da Urushalima da jinin marasa laifi. Ubangiji kuwa bai yi niyyar yafewa ba.
5 ଏହି ଯିହୋୟାକୀମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Game da sauran ayyukan mulkin Yehohiyakim da abubuwan da ya aikata, duk a rubuce suke a cikin littafin tarihin sarakunan Yahuda.
6 ଏଥିଉତ୍ତାରେ ଯିହୋୟାକୀମ୍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍ ତାଙ୍କର ପଦରେ ରାଜ୍ୟ କଲେ।
Yehohiyakim ya huta da kakanninsa. Yehohiyacin ɗansa ya gāje shi.
7 ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ମିସରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ।
Sarkin Masar bai sāke fita daga ƙasarsa don yaƙi ba domin sarkin Babilon ya mamaye yankin, daga Rafin Masar har zuwa Kogin Yuferites.
8 ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍ନାଥନ୍ର କନ୍ୟା।
Yehohiyacin yana da shekara goma sha takwas da ya zama sarki, ya kuma yi mulki wata uku a Urushalima. Sunan mahaifiyarsa Nehushta’yar Elnatan, mutuniyar Urushalima.
9 ଯିହୋୟାଖୀନ୍ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
Ya aikata mugunta a gaban Ubangiji yadda mahaifinsa ya yi.
10 ସେସମୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଦାସମାନେ ଯିରୂଶାଲମକୁ ଆସିଲେ, ତହିଁରେ ନଗର ଅବରୁଦ୍ଧ ହେଲା।
A wannan lokaci, hafsoshin Nebukadnezzar sarkin Babilon suka kawo wa Urushalima yaƙi, suka kuma kewaye ta.
11 ପୁଣି ତାହାର ଦାସମାନେ ଅବରୋଧ କରୁଥିବା ସମୟରେ ବାବିଲର ରାଜା ନବୂଖଦ୍ନିତ୍ସର ନଗରରେ ଉପସ୍ଥିତ ହେଲା।
Nebukadnezzar na Babilon da kansa kuwa ya zo birnin yayinda hafsoshinsa suka kewaye ta.
12 ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜା ନିକଟକୁ ବାହାରିଗଲେ; ପୁଣି ବାବିଲ ରାଜା ଆପଣା ରାଜତ୍ଵର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା।
Yehohiyacin sarkin Yahuda, da mahaifiyarsa, da masu yi masa hidima, da hakimansa, da kuma fadawansa duk suka miƙa kansu ga Nebukadnezzar. A shekara ta takwas ta mulkin sarkin Babilon, sarkin Babilon ya mai da Yehohiyacin ɗan kurkuku.
13 ଆଉ ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ୱର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ଡ ଖଣ୍ଡ କରି କାଟି ପକାଇଲା।
Yadda Ubangiji ya faɗa, Nebukadnezzar ya kwashe dukan dukiyar haikalin Ubangiji, da ta fadan sarki, ya kuma kwashe dukan kayan zinariyar da Solomon sarkin Isra’ila ya ƙera domin haikalin Ubangiji.
14 ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।
Ya kwashi dukan mutanen Urushalima zuwa bauta, ya kwashi dukan fadawa, da mayaƙa, da masu sana’a, da maƙera, yawansu ya kai dubu goma. Ba wanda ya ragu, sai matalautan ƙasar.
15 ଆହୁରି ନବୂଖଦ୍ନିତ୍ସର ଯିହୋୟାଖୀନ୍ଙ୍କୁ ବାବିଲକୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପତ୍ନୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା।
Nebukadnezzar ya ɗauki Yehohiyacin ya kai bauta a Babilon. Ya kuma kwashe mahaifiyar sarki, da matansa, da fadawansa, da manyan mutanen ƙasar daga Urushalima ya kai Babilon.
16 ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ ରାଜା ବନ୍ଦୀ କରି ବାବିଲକୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ।
Sarkin Babilon kuma ya kwashe dukan mayaƙa dubu bakwai, ƙarfafu, shiryayyu don yaƙi, da masu sana’a, da maƙera dubu ɗaya, ya kai Babilon.
17 ପୁଣି ବାବିଲର ରାଜା ଯିହୋୟାଖୀନ୍ର ପିତୃବ୍ୟ ମତ୍ତନୀୟଙ୍କୁ ତାଙ୍କର ପଦରେ ରାଜା କଲା ଓ ତାଙ୍କ ନାମ ବଦଳାଇ ସିଦିକୀୟ ରଖିଲା।
Sarkin Babilon ya sa Mattaniya, ɗan’uwan mahaifin Yehohiyacin, ya zama sarki a madadinsa, ya canja masa suna zuwa Zedekiya.
18 ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ହମୁଟଲ୍; ସେ ଲିବ୍ନା ନିବାସୀ ଯିରିମୀୟର କନ୍ୟା।
Zedekiya yana da shekara ashirin da ɗaya da ya zama sarki, ya kuma yi mulki shekara goma sha ɗaya a Urushalima. Sunan mahaifiyarsa Hamutal’yar Irmiya; mutuniyar Libna.
19 ଆଉ ସେ ଯିହୋୟାକୀମ୍ଙ୍କର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
Ya aikata mugunta a gaban Ubangiji yadda Yehohiyakim ya yi.
20 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟଣା ଘଟିଲା; ଆଉ ସିଦିକୀୟ ବାବିଲ ରାଜା ନବୂଖଦ୍ନିତ୍ସରର ବିଦ୍ରୋହୀ ହେଲେ।
Saboda fushin Ubangiji ne dukan waɗannan abubuwa suka faru da Urushalima, da kuma Yahuda, a ƙarshe kuma ya kawar da su daga fuskarsa. To, sai Zedekiya ya yi wa sarkin Babilon tawaye.