< ଦ୍ୱିତୀୟ ରାଜାବଳୀ 24 >
1 ଯିହୋୟାକୀମ୍ଙ୍କ ରାଜତ୍ୱ ସମୟରେ ବାବିଲର ରାଜା ନବୂଖଦ୍ନିତ୍ସର ଯିହୁଦା ଉପରେ ଆକ୍ରମଣ କଲେ, ପୁଣି ଯିହୋୟାକୀମ୍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ।
१उसके दिनों में बाबेल के राजा नबूकदनेस्सर ने चढ़ाई की और यहोयाकीम तीन वर्ष तक उसके अधीन रहा; तब उसने फिरकर उससे विद्रोह किया।
2 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।
२तब यहोवा ने उसके विरुद्ध और यहूदा को नाश करने के लिये कसदियों, अरामियों, मोआबियों और अम्मोनियों के दल भेजे, यह यहोवा के उस वचन के अनुसार हुआ, जो उसने अपने दास भविष्यद्वक्ताओं के द्वारा कहा था।
3 ପ୍ରକୃତରେ ମନଃଶିର ପାପ ସକାଶୁ, ତାହାର ସମସ୍ତ କୃତକର୍ମାନୁସାରେ,
३निःसन्देह यह यहूदा पर यहोवा की आज्ञा से हुआ, ताकि वह उनको अपने सामने से दूर करे। यह मनश्शे के सब पापों के कारण हुआ।
4 ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ।
४और निर्दोष के उस खून के कारण जो उसने किया था; क्योंकि उसने यरूशलेम को निर्दोषों के खून से भर दिया था, जिसको यहोवा ने क्षमा करना न चाहा।
5 ଏହି ଯିହୋୟାକୀମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
५यहोयाकीम के और सब काम जो उसने किए, वह क्या यहूदा के राजाओं के इतिहास की पुस्तक में नहीं लिखे हैं?
6 ଏଥିଉତ୍ତାରେ ଯିହୋୟାକୀମ୍ ମୃତ୍ୟୁବରଣ କଲେ; ତହୁଁ ତାଙ୍କର ପୁତ୍ର ଯିହୋୟାଖୀନ୍ ତାଙ୍କର ପଦରେ ରାଜ୍ୟ କଲେ।
६अन्त में यहोयाकीम मरकर अपने पुरखाओं के संग जा मिला और उसका पुत्र यहोयाकीन उसके स्थान पर राजा हुआ।
7 ଏଥିଉତ୍ତାରେ ମିସରର ରାଜା ପୁନର୍ବାର ଆପଣା ଦେଶରୁ ଆଉ ଆସିଲେ ନାହିଁ; କାରଣ ବାବିଲର ରାଜା ମିସରର ନଦୀଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ମିସରୀୟ ରାଜାଙ୍କର ସମସ୍ତ ଅଧିକାର ହସ୍ତଗତ କରିଥିଲେ।
७और मिस्र का राजा अपने देश से बाहर फिर कभी न आया, क्योंकि बाबेल के राजा ने मिस्र के नाले से लेकर फरात महानद तक जितना देश मिस्र के राजा का था, सब को अपने वश में कर लिया था।
8 ଯିହୋୟାଖୀନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଅଠର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ନହୁଷ୍ଟା, ସେ ଯିରୂଶାଲମ ନିବାସୀ ଇଲ୍ନାଥନ୍ର କନ୍ୟା।
८जब यहोयाकीन राज्य करने लगा, तब वह अठारह वर्ष का था, और तीन महीने तक यरूशलेम में राज्य करता रहा; और उसकी माता का नाम नहुश्ता था, जो यरूशलेम के एलनातान की बेटी थी।
9 ଯିହୋୟାଖୀନ୍ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
९उसने ठीक अपने पिता के समान वह किया, जो यहोवा की दृष्टि में बुरा है।
10 ସେସମୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଦାସମାନେ ଯିରୂଶାଲମକୁ ଆସିଲେ, ତହିଁରେ ନଗର ଅବରୁଦ୍ଧ ହେଲା।
१०उसके दिनों में बाबेल के राजा नबूकदनेस्सर के कर्मचारियों ने यरूशलेम पर चढ़ाई करके नगर को घेर लिया।
11 ପୁଣି ତାହାର ଦାସମାନେ ଅବରୋଧ କରୁଥିବା ସମୟରେ ବାବିଲର ରାଜା ନବୂଖଦ୍ନିତ୍ସର ନଗରରେ ଉପସ୍ଥିତ ହେଲା।
११जब बाबेल के राजा नबूकदनेस्सर के कर्मचारी नगर को घेरे हुए थे, तब वह आप वहाँ आ गया।
12 ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ ରାଜା ନିକଟକୁ ବାହାରିଗଲେ; ପୁଣି ବାବିଲ ରାଜା ଆପଣା ରାଜତ୍ଵର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା।
१२तब यहूदा का राजा यहोयाकीन अपनी माता और कर्मचारियों, हाकिमों और खोजों को संग लेकर बाबेल के राजा के पास गया, और बाबेल के राजा ने अपने राज्य के आठवें वर्ष में उनको पकड़ लिया।
13 ଆଉ ନବୂଖଦ୍ନିତ୍ସର ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ସେସ୍ଥାନରୁ ସଦାପ୍ରଭୁଙ୍କ ଗୃହର ସମସ୍ତ ଧନ ଓ ରାଜଗୃହର ଧନ ନେଇଗଲା ଓ ଇସ୍ରାଏଲର ରାଜା ଶଲୋମନ ସଦାପ୍ରଭୁଙ୍କ ମନ୍ଦିରରେ ଯେସକଳ ସ୍ୱର୍ଣ୍ଣମୟ ପାତ୍ର ନିର୍ମାଣ କରିଥିଲେ, ତାହାସବୁ ଖଣ୍ଡ ଖଣ୍ଡ କରି କାଟି ପକାଇଲା।
१३तब उसने यहोवा के भवन में और राजभवन में रखा हुआ पूरा धन वहाँ से निकाल लिया और सोने के जो पात्र इस्राएल के राजा सुलैमान ने बनाकर यहोवा के मन्दिर में रखे थे, उन सभी को उसने टुकड़े-टुकड़े कर डाला, जैसा कि यहोवा ने कहा था।
14 ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।
१४फिर वह पूरे यरूशलेम को अर्थात् सब हाकिमों और सब धनवानों को जो मिलकर दस हजार थे, और सब कारीगरों और लोहारों को बन्दी बनाकर ले गया, यहाँ तक कि साधारण लोगों में से कंगालों को छोड़ और कोई न रह गया।
15 ଆହୁରି ନବୂଖଦ୍ନିତ୍ସର ଯିହୋୟାଖୀନ୍ଙ୍କୁ ବାବିଲକୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପତ୍ନୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା।
१५वह यहोयाकीन को बाबेल में ले गया और उसकी माता और स्त्रियों और खोजों को और देश के बड़े लोगों को वह बन्दी बनाकर यरूशलेम से बाबेल को ले गया।
16 ଆଉ ସମସ୍ତ ବଳବାନ ଲୋକଙ୍କୁ, ଅର୍ଥାତ୍, ସାତ ସହସ୍ର ଲୋକଙ୍କୁ ଓ ଏକ ସହସ୍ର ଶିଳ୍ପକାର ଓ କର୍ମକାର ଲୋକଙ୍କୁ ବାବିଲ ରାଜା ବନ୍ଦୀ କରି ବାବିଲକୁ ନେଇଗଲା, ଏସମସ୍ତେ ବଳବାନ ଓ ଯୁଦ୍ଧଯୋଗ୍ୟ ଥିଲେ।
१६और सब धनवान जो सात हजार थे, और कारीगर और लोहार जो मिलकर एक हजार थे, और वे सब वीर और युद्ध के योग्य थे, उन्हें बाबेल का राजा बन्दी बनाकर बाबेल को ले गया।
17 ପୁଣି ବାବିଲର ରାଜା ଯିହୋୟାଖୀନ୍ର ପିତୃବ୍ୟ ମତ୍ତନୀୟଙ୍କୁ ତାଙ୍କର ପଦରେ ରାଜା କଲା ଓ ତାଙ୍କ ନାମ ବଦଳାଇ ସିଦିକୀୟ ରଖିଲା।
१७बाबेल के राजा ने उसके स्थान पर उसके चाचा मत्तन्याह को राजा नियुक्त किया और उसका नाम बदलकर सिदकिय्याह रखा।
18 ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କର ନାମ ହମୁଟଲ୍; ସେ ଲିବ୍ନା ନିବାସୀ ଯିରିମୀୟର କନ୍ୟା।
१८जब सिदकिय्याह राज्य करने लगा, तब वह इक्कीस वर्ष का था, और यरूशलेम में ग्यारह वर्ष तक राज्य करता रहा; उसकी माता का नाम हमूतल था, जो लिब्नावासी यिर्मयाह की बेटी थी।
19 ଆଉ ସେ ଯିହୋୟାକୀମ୍ଙ୍କର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
१९उसने ठीक यहोयाकीम की लीक पर चलकर वही किया जो यहोवा की दृष्टि में बुरा है।
20 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟଣା ଘଟିଲା; ଆଉ ସିଦିକୀୟ ବାବିଲ ରାଜା ନବୂଖଦ୍ନିତ୍ସରର ବିଦ୍ରୋହୀ ହେଲେ।
२०क्योंकि यहोवा के कोप के कारण यरूशलेम और यहूदा की ऐसी दशा हुई, कि अन्त में उसने उनको अपने सामने से दूर किया।