< ଦ୍ୱିତୀୟ ରାଜାବଳୀ 25 >
1 ଏଥିଉତ୍ତାରେ ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
और उसकी सल्तनत के नौवें बरस के दसवें महीने के दसवें दिन, यूँ हुआ कि शाह — ए — बाबुल नबूकदनज़र ने अपनी सारी फ़ौज के साथ येरूशलेम पर चढ़ाई की, और उसके सामने ख़ैमाज़न हुआ, और उन्होंने उसके सामने चारों तरफ़ घेराबन्दी की।
2 ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା।
और सिदक़ियाह बादशाह की सल्तनत के ग्यारहवें बरस तक शहर का मुहासिरा रहा।
3 ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।
चौथे महीने के नौवें दिन से शहर में काल ऐसा सख़्त हो गया, कि मुल्क के लोगों के लिए कुछ खाने को न रहा।
4 ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥ ଦେଇ ଚାଲିଗଲେ।
तब शहर पनाह में सुराख़ हो गया, और दोनों दीवारों के बीच जो फाटक शाही बाग़ के बराबर था, उससे सब जंगी मर्द रात ही रात भाग गए, उस वक़्त कसदी शहर को घेरे हुए थे और बादशाह ने वीराने का रास्ता लिया।
5 ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ରାଜା ସିଦିକୀୟଙ୍କର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ତାଙ୍କୁ ଧରିଲେ; ତହିଁରେ ସିଦିକୀୟଙ୍କର ସକଳ ସୈନ୍ୟ ତାଙ୍କ ନିକଟରୁ ଛିନ୍ନଭିନ୍ନ ହୋଇଗଲେ।
लेकिन कसदियों की फ़ौज ने बादशाह का पीछा किया और उसे यरीहू के मैदान में जा लिया, और उसका सारा लश्कर उसके पास से तितर बितर हो गया था।
6 ତହୁଁ ସେମାନେ ରାଜାଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲେ; ତହିଁରେ ସେମାନେ ତାଙ୍କ ପ୍ରତି ଦଣ୍ଡାଜ୍ଞା କଲେ।
इसलिए वह बादशाह को पकड़ कर रिबला में शाह — ए — बाबुल के पास ले गए, और उन्होंने उस पर फ़तवा दिया।
7 ଆଉ ସେମାନେ ସିଦିକୀୟଙ୍କର ପୁତ୍ରମାନଙ୍କୁ ତାଙ୍କର ସାକ୍ଷାତରେ ବଧ କଲେ ଓ ସିଦିକୀୟଙ୍କର ଚକ୍ଷୁ ଉପାଡ଼ି ପକାଇଲେ, ଆଉ ତାଙ୍କୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲେ।
और उन्होंने सिदक़ियाह के बेटों को उसकी आँखों के सामने ज़बह किया और सिदक़ियाह की आँखें निकाल डालीं और उसे ज़ँजीरों से जकड़कर बाबुल को ले गए।
8 ପଞ୍ଚମ ମାସରେ, ମାସର ସପ୍ତମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସରଙ୍କ ରାଜତ୍ଵର ଊଣେଇଶ ବର୍ଷରେ ବାବିଲ ରାଜାର ଦାସ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।
और शाह — ए — बाबुल नबूकदनज़र के 'अहद के उन्नीसवें साल के पाँचवें महीने के सातवें दिन, शाह — ए — बाबुल का एक ख़ादिम नबूज़रादान जो जिलौदारों का सरदार था येरूशलेम में आया।
9 ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
और उसने ख़ुदावन्द का घर और बादशाह का महल येरूशलेम के सब घर, या'नी हर एक बड़ा घर आग से जला दिया।
10 ପୁଣି ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗର ପ୍ରାଚୀର ଭଗ୍ନ କଲେ।
और कसदियों के सारे लश्कर ने जो जिलौदारों के सरदार के साथ थे, येरूशलेम की फ़सील को चारों तरफ़ से गिरा दिया।
11 ଆଉ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ନଗରର ଅବଶିଷ୍ଟ ଲୋକମାନଙ୍କୁ ଓ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
और बाक़ी लोगों को जो शहर में रह गए थे, और उनको जिन्होंने अपनों को छोड़ कर शाह — ए — बाबुल की पनाह ली थी, और 'अवाम में से जितने बाक़ी रह गए थे, उन सबको नबूज़रादान जिलौदारों का सरदार क़ैद करके ले गया।
12 ମାତ୍ର ପ୍ରହରୀବର୍ଗର ସେନାପତି ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମକାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା।
पर जिलौदारों के सरदार ने मुल्क के कंगालों को रहने दिया, ताकि खेती और बाग़ों की बाग़बानी करें।
13 ଆହୁରି କଲ୍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକିସକଳ ଓ ପିତ୍ତଳମୟ ସମୁଦ୍ରରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ବାବିଲକୁ ନେଇଗଲେ।
और पीतल के उन सुतूनों को जो ख़ुदावन्द के घर में थे, और कुर्सियों को और पीतल के बड़े हौज़ को, जो ख़ुदावन्द के घर में था, कसदियों ने तोड़ कर टुकड़े — टुकड़े किया और उनका पीतल बाबुल को ले गए।
14 ଆହୁରି ସେମାନେ ପାତ୍ର ଓ କରଚୁଲି ଓ କତୁରୀ ଓ ଚମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
और तमाम देगें और बेल्चे और गुलगीर और चम्चे, और पीतल के तमाम बर्तन जो वहाँ काम आते थे ले गए।
15 ଆଉ ପ୍ରହରୀବର୍ଗର ସେନାପତି ଅଙ୍ଗାରଧାନୀ ଓ କୁଣ୍ଡସବୁ, ଯାହା ସୁନାର ଥିଲା, ତାହା ସୁନା କରି, ପୁଣି ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା।
और अंगीठियाँ और कटोरे, ग़रज़ जो कुछ सोने का था उसके सोने को, और जो कुछ चाँदी का था उसकी चाँदी को, जिलौदारों का सरदार ले गया।
16 ସଦାପ୍ରଭୁଙ୍କ ଗୃହ ନିମନ୍ତେ ଶଲୋମନଙ୍କ ନିର୍ମିତ ଦୁଇ ସ୍ତମ୍ଭ, ଏକ ସମୁଦ୍ରରୂପ ପାତ୍ର ଓ ବୈଠିକିସକଳ, ଏହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।
और दोनों सुतून और वह बड़ा हौज़ और वह कुर्सियाँ, जिनको सुलेमान ने ख़ुदावन्द के घर के लिए बनाया था, इन सब चीज़ों के पीतल का वज़न बेहिसाब था।
17 ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ଆଉ ମୁଣ୍ଡାଳିର ଉଚ୍ଚ ତିନି ହାତ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ମଧ୍ୟ ଦ୍ୱିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା।
एक सुतून अठारह हाथ ऊँचा था, और उसके ऊपर पीतल का एक ताज था और वह ताज तीन हाथ बलन्द था; उस ताज पर चारों तरफ़ जालियाँ और अनार की कलियाँ, सब पीतल की बनी हुई थीं; और दूसरे सुतून के लवाज़िम भी जाली समेत इन्हीं की तरह थे।
18 ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍ ପ୍ରଧାନ ଯାଜକ ସରାୟଙ୍କୁ ଓ ଦ୍ୱିତୀୟ ଯାଜକ ସଫନୀୟଙ୍କୁ ଓ ତିନି ଜଣ ଦ୍ୱାରପାଳଙ୍କୁ ଧରିଲା।
जिलौदारों के सरदार ने सिरायाह सरदार काहिन को और काहिन — ए — सानी सफ़नियाह को और तीनों दरबानों को पकड़ लिया;
19 ଆଉ ନବୂଷରଦନ୍ ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ନପୁଂସକକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କୁ ଓ ଦେଶର ଲୋକଗଣନାକାରୀ ଲେଖକ ସେନାପତିକୁ ଓ ନଗରରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକଙ୍କୁ ଧରିଲା।
और उसने शहर में से एक सरदार को पकड़ लिया जो जंगी मर्दों पर मुक़र्रर था, और जो लोग बादशाह के सामने हाज़िर रहते थे उनमें से पाँच आदमियों को जो शहर में मिले, और लश्कर के बड़े मुहर्रिर को जो अहल — ए — मुल्क की मौजूदात लेता था, और मुल्क के लोगों में से साठ आदमियों को जो शहर में मिले।
20 ପୁଣି ପ୍ରହରୀବର୍ଗର ସେନାପତି ନବୂଷରଦନ୍ ସେମାନଙ୍କୁ ଧରି ରିବ୍ଲାକୁ ବାବିଲ ରାଜାଙ୍କ ନିକଟକୁ ନେଇଗଲା।
इनको जिलौदारों का सरदार नबूज़रादान पकड़ कर शाह — ए — बाबुल के सामने रिबला में ले गया।
21 ତହିଁରେ ବାବିଲ ରାଜା ହମାତ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।
और शाह — ए — बाबुल ने हमात के 'इलाक़े के रिबला में इनको मारा और क़त्ल किया। इसलिए यहूदाह भी अपने मुल्क से ग़ुलाम होकर चला गया।
22 ଆଉ ବାବିଲ ରାଜା ନବୂଖଦ୍ନିତ୍ସର ଯେଉଁମାନଙ୍କୁ ଛାଡ଼ି ଯାଇଥିଲା, ଏପରି ଯିହୁଦା ଦେଶରେ ଅବଶିଷ୍ଟ ଥିବା ଲୋକମାନଙ୍କ ଉପରେ ସେ ଶାଫନ୍ର ପୌତ୍ର ଅହୀକାମର ପୁତ୍ର ଗଦଲୀୟଙ୍କୁ ଶାସନକର୍ତ୍ତା ରୂପେ ନିଯୁକ୍ତ କଲା।
जो लोग यहूदाह की सर ज़मीन में रह गए, जिनको नबूकदनज़र शाह — ए — बाबुल ने छोड़ दिया, उन पर उसने जिदलियाह — बिन अख़ीक़ाम — बिन साफ़न को हाकिम मुक़र्रर किया।
23 ଏଥିଉତ୍ତାରେ ବାବିଲ ରାଜା ଗଦଲୀୟଙ୍କୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ନଟୋଫାତୀୟ ତନ୍ହୂମତର ପୁତ୍ର ସରାୟ ଓ ମାଖାଥୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟଙ୍କ ନିକଟକୁ ଆସିଲେ।
जब लश्करों के सब सरदारों और उनकी सिपाह ने, या'नी इस्माईल — बिन — नतनियाह और यूहनान बिन क़रीह और सिरायाह बिन ताख़ूमत नातूफ़ाती और याजनियाह बिन मा'काती ने सुना कि शाह — ए — बाबुल ने जिदलियाह को हाकिम बनाया है, तो वह अपने लोगों समेत मिस्फ़ाह में जिदलियाह के पास आए।
24 ଏଥିରେ ଗଦଲୀୟ ସେମାନଙ୍କ ନିକଟରେ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି ସେମାନଙ୍କୁ କହିଲା, “କଲ୍ଦୀୟମାନଙ୍କର ଦାସମାନଙ୍କ ସକାଶୁ ଭୀତ ହୁଅ ନାହିଁ; ଦେଶରେ ବାସ କରି ବାବିଲ ରାଜାର ସେବା କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।”
जिदलियाह ने उनसे और उनकी सिपाह से क़सम खाकर कहा, “कसदियों के मुलाज़िमों से मत डरो; मुल्क में बसे रहो और शाह — ए — बाबुल की ख़िदमत करो और तुम्हारी भलाई होगी।”
25 ମାତ୍ର ସପ୍ତମ ମାସରେ ରାଜବଂଶଜାତ ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହାର ସଙ୍ଗୀ ଦଶ ଜଣ ଆସିଲେ, ଆଉ ଗଦଲୀୟଙ୍କୁ, ପୁଣି ଯେଉଁ ଯିହୁଦୀୟମାନେ ଓ କଲ୍ଦୀୟମାନେ ତାହା ସଙ୍ଗେ ମିସ୍ପାରେ ଥିଲେ, ସେମାନଙ୍କୁ ଆଘାତ କରି ବଧ କଲେ।
मगर सातवें महीने ऐसा हुआ कि इस्माईल — बिन — नतनियाह — बिन — इलीसमा' जो बादशाह की नस्ल से था, अपने साथ दस मर्द लेकर आया और जिदलियाह को ऐसा मारा कि वह मर गया; और उन यहूदियों और कसदियों को भी जो उसके साथ मिस्फ़ाह में थे क़त्ल किया।
26 ଏଥିଉତ୍ତାରେ ସାନ ବଡ଼ ସମସ୍ତ ଲୋକ ଓ ସେନାପତିଗଣ ଉଠି ମିସରକୁ ଗଲେ; କାରଣ ସେମାନେ କଲ୍ଦୀୟମାନଙ୍କ ଲାଗି ଭୀତ ହେଲେ।
तब सब लोग, क्या छोटे क्या बड़े और लोगों के सरदार उठ कर मिस्र को चले गए क्यूँकि वह कसदियों से डरते थे।
27 ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ମାସର ସତାଇଶ ଦିନରେ ବାବିଲ ରାଜା ଇବିଲ୍-ମରୋଦକ୍ ରାଜ୍ୟ ଆରମ୍ଭ କରିବା ବର୍ଷରେ ଯିହୁଦାର ରାଜା ଯିହୋୟାଖୀନ୍ଙ୍କୁ କାରାଗାରରୁ ବାହାର କରି ତାଙ୍କର ମସ୍ତକ ଉନ୍ନତ କଲା।
और यहूयाकीन शाह — ए — यहूदाह की ग़ुलामी के सैंतीसवें साल के बारहवें महीने के सत्ताइसवें दिन ऐसा हुआ, कि शाह — ए — बाबुल ईवील मरदूक़ ने अपनी सल्तनत के पहले ही साल यहूयाकीन शाह — ए — यहूदाह को क़ैदख़ाने से निकाल कर सरफ़राज़ किया;
28 ଆଉ, ସେ ତାଙ୍କୁ ପ୍ରୀତିବାକ୍ୟ କହିଲା ଓ ତାଙ୍କ ସଙ୍ଗେ ବାବିଲରେ ଥିବା ରାଜାମାନଙ୍କ ଆସନଠାରୁ ତାଙ୍କର ଆସନ ଉଚ୍ଚରେ ସ୍ଥାପନ କଲା।
और उसके साथ मेहरबानी से बातें कीं, और उसकी कुर्सी उन सब बादशाहों की कुर्सियों से जो उसके साथ बाबुल में थे बलन्द की।
29 ଆଉ, ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲେ।
इसलिए वह अपने क़ैदख़ाने के कपड़े बदलकर उम्र भर बराबर उसके सामने खाना खाता रहा;
30 ପୁଣି, ତାଙ୍କର ଦିନାତିପାତ ନିମନ୍ତେ ରାଜାଙ୍କଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ଜୀବନର ସମସ୍ତ କାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲେ।
और उसको उम्र भर बादशाह की तरफ़ से वज़ीफ़े के तौर पर हर रोज़ ख़र्चा मिलता रहा।