< ଦ୍ୱିତୀୟ ରାଜାବଳୀ 4 >
1 ଭବିଷ୍ୟଦ୍ବକ୍ତାମାନଙ୍କ ଦଳର ଭାର୍ଯ୍ୟାମାନଙ୍କ ମଧ୍ୟରୁ ଜଣେ ବିଧବା ଇଲୀଶାୟଙ୍କ ନିକଟରେ କ୍ରନ୍ଦନ କରି କହିଲା, “ଆପଣଙ୍କ ଦାସ ମୋʼ ସ୍ୱାମୀ ମରିଅଛନ୍ତି; ପୁଣି ଆପଣଙ୍କ ଦାସ ଯେ ସଦାପ୍ରଭୁଙ୍କୁ ଭୟ କରୁଥିଲେ, ଏହା ଆପଣ ଜାଣନ୍ତି; ଏବେ ମହାଜନ ମୋହର ଦୁଇ ସନ୍ତାନଙ୍କୁ ଆପଣାର ଦାସ କରିବା ନିମନ୍ତେ ନେବାକୁ ଆସିଅଛି।”
A jedna izmeðu žena sinova proroèkih povika k Jelisiju govoreæi: sluga tvoj, muž moj, umrije, i ti znaš da se sluga tvoj bojao Gospoda; pa sada doðe rukodavalac da mi uzme dva sina u roblje.
2 ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କʼଣ କରିବି? ମୋତେ କୁହ; ଘରେ ତୁମ୍ଭର କʼଣ ଅଛି?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।”
A Jelisije joj reèe: što æu ti? kaži mi šta imaš u kuæi? A ona reèe: sluškinja tvoja nema u kuæi ništa do sudiæ ulja.
3 ତହୁଁ ଇଲୀଶାୟ କହିଲେ, “ଯାଅ, ବାହାରୁ ଆପଣାର ସମସ୍ତ ପ୍ରତିବାସୀଠାରୁ ପାତ୍ର, ଅର୍ଥାତ୍, ଶୂନ୍ୟପାତ୍ର ଉଧାର କରି ଆଣ; ଅଳ୍ପ ଉଧାର କର ନାହିଁ।
A on joj reèe: idi, išti u naruè praznijeh sudova u svijeh susjeda svojih, nemoj malo da išteš.
4 ପୁଣି ତୁମ୍ଭେ ଗୃହ ଭିତରକୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କରି ସେସବୁ ପାତ୍ରରେ ତୈଳ ଅଜାଡ଼; ଆଉ ଯେଉଁ ପାତ୍ର ପୂର୍ଣ୍ଣ ହୁଏ, ତାହା ଅଲଗା କରି ରଖ।”
Pa otidi, i zatvori se u kuæu sa sinovima svojim, pa onda naljevaj u sve sudove, i kad se koji napuni, kaži neka uklone.
5 ତହୁଁ ସେହି ବିଧବା ଇଲୀଶାୟଙ୍କ ନିକଟରୁ ଯାଇ ଆପଣାର ଓ ଆପଣା ପୁତ୍ରମାନଙ୍କ ପଛେ ଦ୍ୱାର ବନ୍ଦ କଲା; ସେମାନେ ତାହା ନିକଟକୁ ପାତ୍ର ଆଣନ୍ତେ, ସେ ଅଜାଡ଼ିଲା।
I ona otide od njega, i zatvori se u kuæu sa sinovima svojim; oni joj dodavahu a ona naljevaše.
6 ତହୁଁ ପାତ୍ରସକଳ ପୂର୍ଣ୍ଣ ହୁଅନ୍ତେ, ସେ ଆପଣା ପୁତ୍ରକୁ କହିଲା, “ଆଉ ଗୋଟିଏ ପାତ୍ର ମୋʼ ନିକଟକୁ ଆଣ।” ଏଥିରେ ସେ ତାହାକୁ କହିଲା, “ଆଉ ପାତ୍ର ନାହିଁ।” ତହିଁରେ ତୈଳ ବନ୍ଦ ହେଲା।
A kad se sudovi napuniše, ona reèe sinu svojemu: daj još jedan sud. A on joj reèe: nema više. Tada stade ulje.
7 ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନ ଯାପନ କର।”
Potom ona otide i kaza èovjeku Božijemu; a on joj reèe: idi, prodaj ulje, i oduži se; a što preteèe, onijem se hrani sa svojim sinovima.
8 ଏଥିଉତ୍ତାରେ ଦିନକରେ ଇଲୀଶାୟ ଶୂନେମ ନଗରକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନ ଭୋଜନ ନିମନ୍ତେ ପ୍ରବର୍ତ୍ତାଇଲା। ଏଥିଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେଥର ଅନ୍ନ ଭୋଜନ ନିମନ୍ତେ ସେଠାକୁ ଗଲେ।
Poslije toga jednom iðaše Jelisije kroz Sunam, a ondje bijaše bogata žena, koja ga ustavi da jede hljeba; i od tada kad god prolažaše, uvraæaše se k njoj da jede hljeba.
9 ଏଥିଉତ୍ତାରେ ସେହି ସ୍ତ୍ରୀ ଆପଣା ସ୍ୱାମୀକୁ କହିଲା, “ଦେଖ, ମୁଁ ଜାଣି ପାରୁଅଛି, ଏହି ଯେଉଁ ଲୋକ ନିତ୍ୟ ଆମ୍ଭମାନଙ୍କ ନିକଟ ଦେଇ ଗତାୟାତ କରୁଅଛନ୍ତି, ସେ ପରମେଶ୍ୱରଙ୍କର ଏକ ପବିତ୍ର ଲୋକ ଅଟନ୍ତି।
I ona reèe mužu svojemu: gle, vidim da je svet èovjek Božji ovaj što sve prolazi ovuda.
10 ମୁଁ ବିନୟ କରୁଅଛି, ଆମ୍ଭେମାନେ ପ୍ରାଚୀର ଉପରେ ଗୋଟିଏ ସାନ କୋଠରି ନିର୍ମାଣ କରୁ ଓ ତହିଁରେ ତାଙ୍କ ପାଇଁ ଗୋଟିଏ ଖଟ, ମେଜ, ଆସନ ଓ ଦୀପରୁଖା ରଖୁ; ତହୁଁ ସେ ଆମ୍ଭମାନଙ୍କ ନିକଟକୁ ଆସିବା ବେଳେ ସେଠାରେ ରହିବେ।”
Da naèinimo malu klijet, i da mu namjestimo postelju i sto i stolicu i svijetnjak, pa kad doðe k nama, neka se tu skloni.
11 ଦିନକରେ ଇଲୀଶାୟ ସେଠାକୁ ଆସିଲେ, ଆଉ ସେହି କୋଠରିକୁ ଯାଇ ଶୟନ କଲେ।
Potom on doðe jednom onamo, i ušav u klijet poèinu ondje.
12 ପୁଣି ସେ ଆପଣା ଦାସ ଗିହେଜୀକୁ କହିଲେ, “ଏହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକନ୍ତେ, ସେ ସ୍ତ୍ରୀ ତାଙ୍କ ସମ୍ମୁଖରେ ଠିଆ ହେଲା।
I reèe momku svojemu Gijeziju: zovi Sunamku. I on je dozva; i ona stade pred njim.
13 ଏଥିରେ ଇଲୀଶାୟ ଗିହେଜୀକୁ କହିଲେ, “ତାଙ୍କୁ କୁହ, ଦେଖ, ତୁମ୍ଭେ ଏସମସ୍ତ ଚିନ୍ତାରେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତିତ ହୋଇଅଛ; ମୁଁ ତୁମ୍ଭ ନିମନ୍ତେ କʼଣ କରି ପାରିବି? ମୋତେ ତୁମ୍ଭ ସପକ୍ଷରେ ରାଜା କିମ୍ବା ସେନାପତିଙ୍କ ନିକଟରେ କିଛି କହିବାକୁ ଇଚ୍ଛା କରୁଅଛ କି?” ତହୁଁ ସେ ଉତ୍ତର କଲା, “ମୁଁ ନିଜ ଲୋକଙ୍କ ମଧ୍ୟରେ ବାସ କରୁଅଛି।”
I on reèe Gijeziju: kaži joj: eto staraš se za nas svakojako; šta hoæeš da ti uèinim? imaš li što da govorim caru ili vojvodi? A ona reèe: ja živim usred svojega naroda.
14 ପୁଣି ଇଲୀଶାୟ କହିଲେ, “ତେବେ ତାହା ପାଇଁ କʼଣ କରାଯିବ?” ତହିଁରେ ଗିହେଜୀ ଉତ୍ତର କଲା, “ତାହାର ପୁତ୍ର ନାହିଁ ଓ ତାହାର ସ୍ୱାମୀ ବୃଦ୍ଧ।”
A on reèe: šta bih joj dakle uèinio? A Gijezije reèe: eto nema sina, a muž joj je star.
15 ତେବେ ଇଲୀଶାୟ କହିଲେ, “ତାଙ୍କୁ ଡାକ।” ଏଣୁ ସେ ତାଙ୍କୁ ଡାକନ୍ତେ, ସେ ଦ୍ୱାରରେ ଠିଆ ହେଲା।
A on reèe: zovi je. I on je dozva, i ona stade na vratima.
16 ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୋ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।”
A on reèe: do godine u ovo doba grliæeš sina. A ona reèe: nemoj gospodaru moj, èovjeèe Božji, nemoj varati sluškinje svoje.
17 ଏଥିଉତ୍ତାରେ ଇଲୀଶାୟଙ୍କର ବାକ୍ୟାନୁସାରେ ସେହି ସ୍ତ୍ରୀ ଗର୍ଭଧାରଣ କରି ଉକ୍ତ ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ଏକ ପୁତ୍ର ପ୍ରସବ କଲା।
I zatrudnje žena, i rodi sina druge godine u isto doba, kao što joj reèe Jelisije.
18 ପୁଣି ବାଳକ ବଢ଼ିଲା ଉତ୍ତାରେ ଦିନକରେ ସେ ଶସ୍ୟଚ୍ଛେଦକମାନଙ୍କ ନିକଟରେ ଆପଣା ପିତା ନିକଟକୁ ଗଲା।
I dijete odraste. I jednom izide k ocu svojemu k žeteocima;
19 ଆଉ ସେ ଆପଣା ପିତାଙ୍କୁ କହିଲା, “ମୋʼ ମସ୍ତକ, ମୋʼ ମସ୍ତକ।” ତହୁଁ ପିତା ଆପଣା ଦାସକୁ କହିଲା, “ତାହାର ମାତା ନିକଟକୁ ତାହାକୁ ଉଠାଇ ନେଇଯାଅ।”
I reèe ocu svojemu: jaoh glava, jaoh glava! A on reèe momku: nosi ga materi.
20 ଆଉ ସେ ତାହାକୁ ଉଠାଇ ନେଇ ତାହାର ମାତା ନିକଟକୁ ଆଣନ୍ତେ, ବାଳକ ମଧ୍ୟାହ୍ନ ପର୍ଯ୍ୟନ୍ତ ତାହାର କୋଳରେ ବସି ମରିଗଲା।
I on ga uze i odnese materi njegovoj, i leža na krilu njezinu do podne, pa umrije.
21 ଏଥିରେ ମାତା ଉପରକୁ ଯାଇ ପରମେଶ୍ୱରଙ୍କ ଲୋକଙ୍କ ଖଟରେ ତାହାକୁ ଶୁଆଇ ଦ୍ୱାର ବନ୍ଦ କରି ବାହାରି ଆସିଲା।
Tada otide ona gore, i namjesti ga u postelju èovjeka Božijega, i zatvorivši ga izide.
22 ପୁଣି ସେ ଆପଣା ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଅଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗର୍ଦ୍ଦଭୀରୁ ଗୋଟିଏ ମୋʼ ନିକଟକୁ ପଠାଇଦିଅ, ମୁଁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଦୌଡ଼ିଯାଇ ଫେରି ଆସିବି।”
Potom viknu muža svojega i reèe mu: pošlji mi jednoga momka i jednu magaricu da otrèim do èovjeka Božijega i da se vratim.
23 ତହିଁରେ ତାହାର ସ୍ୱାମୀ କହିଲା, “ତୁମ୍ଭେ କାହିଁକି ତାଙ୍କ ନିକଟକୁ ଆଜି ଯିବ? ଏ ତ ଅମାବାସ୍ୟା ନୁହେଁ କି ବିଶ୍ରାମବାର ନୁହେଁ।” ଏଥିରେ ସେ କହିଲା, “ଭଲ ହେବ।”
A on reèe: zašto danas hoæeš da ideš k njemu? niti je mladina ni subota. A ona reèe: ne brini se.
24 ତହୁଁ ସେ ଗର୍ଦ୍ଦଭୀ ସଜାଇ ଆପଣା ଦାସକୁ କହିଲା, “ଅଡ଼ାଇ ଚାଲ; ମୋʼ ଆଜ୍ଞା ବିନା ଚଲାଇବାରେ ଢିଲା କର ନାହିଁ।”
I ona osamarivši magaricu reèe momku svojemu: vodi i idi i nemoj zastajati mene radi na putu dokle ti ne kažem.
25 ଏହିରୂପେ ସେ ଯାଇ କର୍ମିଲ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟରେ ପହଞ୍ଚିଲା। ତହିଁରେ ପରମେଶ୍ୱରଙ୍କ ଲୋକ ଦୂରରୁ ତାହାକୁ ଦେଖି ଆପଣା ଦାସ ଗିହେଜୀକୁ କହିଲେ, “ଦେଖ, ସେଠାରେ ଶୁନେମୀୟା ସ୍ତ୍ରୀ;
Tako pošavši doðe k èovjeku Božijemu na goru Karmilsku. A kad je èovjek Božji ugleda gdje ide k njemu, reèe Gijeziju sluzi svojemu: evo Sunamke.
26 ମୁଁ ବିନୟ କରୁଅଛି, ଦୌଡ଼ିଯାଇ ତାହାକୁ ସାକ୍ଷାତ କରି ପଚାର, ତୁମ୍ଭର ସମସ୍ତ ବିଷୟ ମଙ୍ଗଳ ତ? ତୁମ୍ଭ ସ୍ୱାମୀର ମଙ୍ଗଳ ତ? ବାଳକର ମଙ୍ଗଳ ତ?” ତହୁଁ ସେ ଉତ୍ତର କଲା, “ମଙ୍ଗଳ।”
Trèi sad pred nju i reci joj: jesi li zdravo? je li zdravo muž tvoj? je li zdravo sin tvoj? A ona reèe: zdravo smo.
27 ଏଥିଉତ୍ତାରେ ସେ ପର୍ବତରେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଆସି ତାଙ୍କ ଚରଣ ଧରି ରହିଲା। ତହିଁରେ ଗିହେଜୀ ତାହାକୁ ଛଡ଼ାଇ ଦେବା ପାଇଁ ନିକଟକୁ ଆସିଲା; ମାତ୍ର ପରମେଶ୍ୱରଙ୍କ ଲୋକ କହିଲେ, “ତାହାକୁ ଛାଡ଼ିଦିଅ; କାରଣ ତାହାର ଅନ୍ତରରେ ତାହାର ପ୍ରାଣ ଶୋକାକୁଳ ହୋଇଅଛି; ମାତ୍ର ସଦାପ୍ରଭୁ ମୋʼ ଠାରୁ ତାହା ଗୋପନରେ ରଖିଅଛନ୍ତି, ପୁଣି ତାହା ମୋତେ ଜଣାଇ ନାହାନ୍ତି।”
A kad doðe k èovjeku Božijemu na goru, zagrli mu noge, a Gijezije pristupi da je otjera; ali èovjek Božji reèe: ostavi je, jer joj je duša u jadu, a Gospod sakri od mene i ne javi mi.
28 ଏଥିରେ ସେ ସ୍ତ୍ରୀ କହିଲା, “ମୋʼ ପ୍ରଭୁଙ୍କୁ ମୁଁ କʼଣ ପୁତ୍ର ମାଗିଥିଲି? ମୁଁ କି କହି ନ ଥିଲି, ମୋତେ ପ୍ରତାରଣା ନ କର?”
A ona reèe: jesam li iskala sina od gospodara svojega? nijesam li kazala: nemoj me varati?
29 ତହୁଁ ଇଲୀଶାୟ ଗିହେଜୀକୁ କହିଲେ, “ଆପଣା ଅଣ୍ଟା ବାନ୍ଧ ଓ ଆପଣା ହସ୍ତରେ ମୋହର ଯଷ୍ଟି ନେଇ ଆପଣା ବାଟେ ଚାଲିଯାଅ; ଯଦି ତୁମ୍ଭେ କୌଣସି ଲୋକକୁ ସାକ୍ଷାତ କର, ତାହାକୁ ନମସ୍କାର କର ନାହିଁ; ଆଉ ଯଦି କେହି ତୁମ୍ଭକୁ ନମସ୍କାର କରନ୍ତି, ତାହାକୁ ଫେରି ଉତ୍ତର ଦିଅ ନାହିଁ; ପୁଣି ମୋʼ ଯଷ୍ଟି ସେହି ବାଳକର ମୁଖ ଉପରେ ରଖ।”
A on reèe Gijeziju: opaši se i uzmi štap moj u ruku, pa idi; ako sretneš koga, nemoj ga pozdravljati, i ako te ko pozdravi, nemoj mu odgovarati, i metni moj štap na lice djetetu.
30 ଏଥିରେ ବାଳକର ମାତା କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଆପଣଙ୍କୁ ଛାଡ଼ିବି ନାହିଁ।” ତେଣୁ ଇଲୀଶାୟ ଉଠି ତାହାର ପଛେ ପଛେ ଗଲେ।
A mati djetinja reèe: tako da je živ Gospod i tako da je živa duša tvoja, neæu te se ostaviti. Tada on usta i poðe za njom.
31 ଏଥିମଧ୍ୟରେ ଗିହେଜୀ ସେମାନଙ୍କ ଆଗେ ଯାଇ ବାଳକର ମୁଖ ଉପରେ ଯଷ୍ଟି ରଖିଲା; ମାତ୍ର କୌଣସି ରବ କି ଶ୍ରବଣ ହେଲା ନାହିଁ। ଏହେତୁ ଗିହେଜୀ ଇଲୀଶାୟଙ୍କୁ ସାକ୍ଷାତ କରିବା ପାଇଁ ଫେରିଆସି ତାଙ୍କୁ ଜଣାଇ କହିଲା, “ବାଳକ ଜାଗି ନାହିଁ।”
A Gijezije otide naprijed i metnu štap na lice djetetu, ali ne bi glasa ni osjeæanja. Tada se vrati preda nj, i javi mu govoreæi: ne probudi se dijete.
32 ତହୁଁ ଇଲୀଶାୟ ସେ ଗୃହକୁ ଆସନ୍ତେ, ଦେଖ, ବାଳକ ମରି ତାଙ୍କର ଶଯ୍ୟାରେ ଶୋଇଅଛି।
I Jelisije uðe u kuæu, i gle, dijete mrtvo leži na njegovoj postelji.
33 ଏହେତୁ ସେ ଭିତରକୁ ଯାଇ ନିଜେ ଓ ବାଳକ ଉଭୟେ ରହି ଦ୍ୱାର ବନ୍ଦ କରି ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ।
I ušav zatvori se s djetetom, i pomoli se Gospodu.
34 ଆଉ ସେ ଉପରକୁ ଯାଇ ବାଳକ ଉପରେ ଶୟନ କଲେ ଓ ତାହା ମୁଖ ଉପରେ ଆପଣା ମୁଖ ଓ ତାହା ଚକ୍ଷୁ ଉପରେ ଆପଣା ଚକ୍ଷୁ ଓ ତାହା ହସ୍ତ ଉପରେ ଆପଣା ହସ୍ତ ରଖିଲେ; ଏରୂପେ ସେ ଆପଣାକୁ ବାଳକ ଉପରେ ଲମ୍ବମାନ କଲେ; ତହିଁରେ ବାଳକର ଶରୀର ଉଷ୍ଣ ହେବାକୁ ଲାଗିଲା।
Potom stade na postelju i leže na dijete metnuv usta svoja na usta djetetu, i oèi svoje na oèi njegove, i dlanove svoje na njegove dlanove, i pruži se nad njim, te se zagrija tijelo djetetu.
35 ଏଥିରେ ଇଲୀଶାୟ ଫେରି ଗୃହ ମଧ୍ୟରେ ଏଣେତେଣେ ଥରେ ବୁଲିଲେ; ତହୁଁ ଉପରକୁ ଯାଇ ବାଳକ ଉପରେ ଆପଣାକୁ ଲମ୍ବମାନ କଲେ; ତହିଁରେ ବାଳକ ସାତ ଥର ଛିଙ୍କିଲା ଓ ବାଳକ ଚକ୍ଷୁ ଫିଟାଇଲା।
Potom usta, i prijeðe po kuæi jednom tamo i jednom amo, potom otide opet i pruži se nad djetetom. I kihnu dijete sedam puta, i otvori dijete oèi svoje.
36 ଏଥିରେ ସେ ଗିହେଜୀକୁ ଡାକି କହିଲେ, “ସେହି ଶୁନେମୀୟା ସ୍ତ୍ରୀକୁ ଡାକ।” ତହୁଁ ସେ ତାହାକୁ ଡାକିଲା। ଆଉ ସେ ତାଙ୍କ ନିକଟକୁ ଆସନ୍ତେ, ସେ କହିଲେ, “ତୁମ୍ଭ ପୁତ୍ରକୁ ନିଅ।”
Tada dozva Gijezija i reèe mu: zovi Sunamku. I on je dozva, te doðe k njemu. I on joj reèe: uzmi sina svojega.
37 ସେତେବେଳେ ସେ ସ୍ତ୍ରୀ ଭିତରକୁ ଯାଇ ତାଙ୍କର ଚରଣରେ ଭୂମିଷ୍ଠ ପ୍ରଣାମ କଲା ଓ ଆପଣା ପୁତ୍ରକୁ ନେଇ ବାହାରକୁ ଗଲା।
I ona ušavši pade k nogama njegovijem, i pokloni mu se do zemlje, i uzevši sina svojega otide.
38 ଏଥିଉତ୍ତାରେ ଇଲୀଶାୟ ପୁନର୍ବାର ଗିଲ୍ଗଲ୍କୁ ଆସିଲେ; ସେସମୟରେ ଦେଶରେ ଦୁର୍ଭିକ୍ଷ ଥିଲା; ପୁଣି ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ତାଙ୍କ ସମ୍ମୁଖରେ ବସୁଥିବା ସମୟରେ ସେ ଆପଣା ଦାସକୁ କହିଲେ, “ଏକ ବଡ଼ ହଣ୍ଡା ବସାଇ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ନିମନ୍ତେ ଖାଦ୍ୟ ରନ୍ଧନ କର।”
Potom vrati se Jelisije u Galgal. A bijaše glad u onoj zemlji, i sinovi proroèki sjeðahu pred njim; a on reèe momku svojemu: pristavi veliki lonac i skuhaj zelja sinovima proroèkim.
39 ତହୁଁ ଜଣେ ଶାକ ସଂଗ୍ରହ କରିବା ପାଇଁ କ୍ଷେତ୍ରକୁ ଯାଇ ବନ୍ୟ ଲତା ପାଇ ତହିଁର ଫଳରେ ଅଣ୍ଟି ପୂର୍ଣ୍ଣ କରି ଆସି ତାହା ଖଣ୍ଡ ଖଣ୍ଡ କାଟି ଖାଦ୍ୟ-ହଣ୍ଡାରେ ପକାଇଲା; କାରଣ ସେମାନେ ତାହା ଚିହ୍ନିଲେ ନାହିଁ।
A jedan otide u polje da nabere zelja, i naðe divlju lozu i nabra s nje divljih tikvica pun plašt, i došavši sasijeèe ih u lonac gdje bješe zelje, jer ih ne poznavahu.
40 ତହୁଁ ସେମାନେ ଲୋକମାନଙ୍କର ଭୋଜନ ନିମନ୍ତେ ତାହା ଢାଳିଲେ। ପୁଣି ଲୋକମାନେ ସେହି ଖାଦ୍ୟ ଭୋଜନ କରୁ କରୁ ଡାକ ପକାଇ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ହଣ୍ଡାରେ ମୃତ୍ୟୁୁ ଅଛି।” ଆଉ ସେମାନେ ତହିଁରୁ ଭୋଜନ କରି ପାରିଲେ ନାହିଁ।
I usuše ljudma da jedu; a kad stadoše jesti onoga zelja, povikaše govoreæi: smrt je u loncu, èovjeèe Božji! I ne mogahu jesti.
41 ମାତ୍ର ଇଲୀଶାୟ କହିଲେ, “ତେବେ କିଛି ଅଟା ଆଣ।” ଆଉ ସେ ତାହା ହଣ୍ଡାରେ ପକାଇ କହିଲେ, “ଲୋକମାନଙ୍କ ନିମନ୍ତେ ତାହା ଢାଳ, ସେମାନେ ଭୋଜନ କରନ୍ତୁ।” ତହୁଁ ହଣ୍ଡାରେ କିଛି ମନ୍ଦ ରହିଲା ନାହିଁ।
A on reèe: donesite brašna. I sasu brašno u lonac, i reèe: uspi ljudma, neka jedu. I ne bi više nikakoga zla u loncu.
42 ଏଥିଉତ୍ତାରେ ବାଲ୍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”
A doðe neko iz Val-Salise, i donese èovjeku Božijemu hljeba od prvina, dvadeset hljebova jeèmenijeh, i novijeh zrna u klasu. A on reèe: postavi narodu, neka jedu.
43 ତହୁଁ ତାଙ୍କ ଦାସ କହିଲା, “କʼଣ, ଶହେ ଲୋକଙ୍କ ଆଗରେ ଏହା ରଖିବି?” ମାତ୍ର ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ; କାରଣ ସଦାପ୍ରଭୁ ଏହା କହନ୍ତି, ‘ସେମାନେ ଭୋଜନ କରିବେ ଓ ତହିଁରୁ ଅବଶିଷ୍ଟାଂଶ ରଖିବେ।’”
A sluga mu reèe: kako æu to postaviti pred sto ljudi? Opet reèe: postavi narodu, neka jedu; jer je tako kazao Gospod: ješæe, i preteæi æe.
44 ତହୁଁ ସେ ତାହା ଲୋକମାନଙ୍କ ଆଗରେ ରଖନ୍ତେ, ସେମାନେ ଭୋଜନ କଲେ ଓ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନେ ଅବଶିଷ୍ଟାଂଶ ରଖିଲେ।
A on im postavi, te jedoše; i preteèe po rijeèi Gospodnjoj.