< ଦ୍ୱିତୀୟ ରାଜାବଳୀ 5 >

1 ଅରାମୀୟ ରାଜାର ନାମାନ୍‍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।
ונעמן שר צבא מלך ארם היה איש גדול לפני אדניו ונשא פנים כי בו נתן יהוה תשועה לארם והאיש היה גבור חיל מצרע׃
2 ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍‍ର ଭାର୍ଯ୍ୟାର ସେବା କରୁଥିଲା।
וארם יצאו גדודים וישבו מארץ ישראל נערה קטנה ותהי לפני אשת נעמן׃
3 ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍‍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋʼ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”
ותאמר אל גברתה אחלי אדני לפני הנביא אשר בשמרון אז יאסף אתו מצרעתו׃
4 ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।”
ויבא ויגד לאדניו לאמר כזאת וכזאת דברה הנערה אשר מארץ ישראל׃
5 ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।
ויאמר מלך ארם לך בא ואשלחה ספר אל מלך ישראל וילך ויקח בידו עשר ככרי כסף וששת אלפים זהב ועשר חליפות בגדים׃
6 ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇଗଲା; ତହିଁରେ ଏହା ଲେଖାଥିଲା, ଯଥା, “ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍‍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ।”
ויבא הספר אל מלך ישראל לאמר ועתה כבוא הספר הזה אליך הנה שלחתי אליך את נעמן עבדי ואספתו מצרעתו׃
7 ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋʼ ନିକଟକୁ ପଠାଇଅଛି? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”
ויהי כקרא מלך ישראל את הספר ויקרע בגדיו ויאמר האלהים אני להמית ולהחיות כי זה שלח אלי לאסף איש מצרעתו כי אך דעו נא וראו כי מתאנה הוא לי׃
8 ଏଥିଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ୱରଙ୍କ ଲୋକ ଇଲୀଶାୟ, ରାଜାଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ? ସେ ଏବେ ମୋʼ ନିକଟକୁ ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍‍ବକ୍ତା ଅଛି, ଏହା ସେ ଜାଣିବ।”
ויהי כשמע אלישע איש האלהים כי קרע מלך ישראל את בגדיו וישלח אל המלך לאמר למה קרעת בגדיך יבא נא אלי וידע כי יש נביא בישראל׃
9 ଏଣୁ ନାମାନ୍‍ ଆପଣା ଅଶ୍ୱ ଓ ରଥ ଇତ୍ୟାଦି ସହିତ ଆସି ଇଲୀଶାୟଙ୍କ ଗୃହର ଦ୍ୱାର ନିକଟରେ ଠିଆ ହେଲା।
ויבא נעמן בסוסו וברכבו ויעמד פתח הבית לאלישע׃
10 ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”
וישלח אליו אלישע מלאך לאמר הלוך ורחצת שבע פעמים בירדן וישב בשרך לך וטהר׃
11 ମାତ୍ର ନାମାନ୍‍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋʼ ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।
ויקצף נעמן וילך ויאמר הנה אמרתי אלי יצא יצוא ועמד וקרא בשם יהוה אלהיו והניף ידו אל המקום ואסף המצרע׃
12 ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି?” ଏଣୁ ସେ ଫେରି କ୍ରୋଧରେ ଚାଲିଗଲା।
הלא טוב אבנה ופרפר נהרות דמשק מכל מימי ישראל הלא ארחץ בהם וטהרתי ויפן וילך בחמה׃
13 ଏଥିରେ ତାହାର ଦାସମାନେ ନାମାନ୍‍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍‍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାʼନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।”
ויגשו עבדיו וידברו אליו ויאמרו אבי דבר גדול הנביא דבר אליך הלוא תעשה ואף כי אמר אליך רחץ וטהר׃
14 ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।
וירד ויטבל בירדן שבע פעמים כדבר איש האלהים וישב בשרו כבשר נער קטן ויטהר׃
15 ଏଥିଉତ୍ତାରେ ନାମାନ୍‍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରିଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍‍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”
וישב אל איש האלהים הוא וכל מחנהו ויבא ויעמד לפניו ויאמר הנה נא ידעתי כי אין אלהים בכל הארץ כי אם בישראל ועתה קח נא ברכה מאת עבדך׃
16 ମାତ୍ର ଇଲୀଶାୟ କହିଲେ, “ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ।” ତହୁଁ ନାମାନ୍‍ ତାହା ଗ୍ରହଣ କରିବା ପାଇଁ ଇଲୀଶାୟଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ମନା କଲେ।
ויאמר חי יהוה אשר עמדתי לפניו אם אקח ויפצר בו לקחת וימאן׃
17 ଏଥିରେ ନାମାନ୍‍ କହିଲା, “ଏହା ନ କଲେ, ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣଙ୍କ ଦାସକୁ ଦୁଇ ଖଚରର ଭାର ମାଟି ଦିଆଯାଉ; କାରଣ ଆଜିଠାରୁ ଆପଣଙ୍କ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ହୋମ କି ବଳି ଉତ୍ସର୍ଗ କରିବ ନାହିଁ।
ויאמר נעמן ולא יתן נא לעבדך משא צמד פרדים אדמה כי לוא יעשה עוד עבדך עלה וזבח לאלהים אחרים כי אם ליהוה׃
18 ଏହି ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ; ମୋʼ ପ୍ରଭୁ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ପାଇଁ ଯିବା ବେଳେ ମୋʼ ହସ୍ତରେ ନିର୍ଭର କଲେ, ମୁଁ ଯେବେ ରିମ୍ମୋନ୍‍ ମନ୍ଦିରରେ ପ୍ରଣାମ କରେ, ତେବେ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ବେଳେ ଏ ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ।”
לדבר הזה יסלח יהוה לעבדך בבוא אדני בית רמון להשתחות שמה והוא נשען על ידי והשתחויתי בית רמן בהשתחויתי בית רמן יסלח נא יהוה לעבדך בדבר הזה׃
19 ତହିଁରେ ଇଲୀଶାୟ ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ନାମାନ୍‍ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଅଳ୍ପ ଦୂର ବାଟ ଗଲା।
ויאמר לו לך לשלום וילך מאתו כברת ארץ׃
20 ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, “ଦେଖ, ମୋʼ ପ୍ରଭୁ ଏହି ଅରାମୀୟ ନାମାନ୍‍ ଆଣିଥିବା କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।”
ויאמר גיחזי נער אלישע איש האלהים הנה חשך אדני את נעמן הארמי הזה מקחת מידו את אשר הביא חי יהוה כי אם רצתי אחריו ולקחתי מאתו מאומה׃
21 ତହୁଁ ଗିହେଜୀ ନାମାନ୍‍ର ପଛେ ପଛେ ଗଲା। ଏଥିରେ ନାମାନ୍‍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ସାକ୍ଷାତ କରିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, “ସବୁ କୁଶଳ ତ?”
וירדף גיחזי אחרי נעמן ויראה נעמן רץ אחריו ויפל מעל המרכבה לקראתו ויאמר השלום׃
22 ତହିଁରେ ସେ କହିଲା, “ସବୁ କୁଶଳ। ମୋʼ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’”
ויאמר שלום אדני שלחני לאמר הנה עתה זה באו אלי שני נערים מהר אפרים מבני הנביאים תנה נא להם ככר כסף ושתי חלפות בגדים׃
23 ଏଥିରେ ନାମାନ୍‍ କହିଲା, “ଅନୁଗ୍ରହ କରି ଦୁଇ ତାଳନ୍ତ ରୂପା ନିଅ।” ଆଉ ସେ ତାହାକୁ ବହୁତ ପ୍ରବର୍ତ୍ତାଇଲା ଓ ଦୁଇ ଥଳୀରେ ଦୁଇ ତାଳନ୍ତ ରୂପା ବାନ୍ଧି ଦୁଇ ସାଜ ପୋଷାକ ସହିତ ଆପଣା ଦୁଇ ଦାସ ଉପରେ ତାହା ଥୋଇଲା; ତହୁଁ ସେମାନେ ଗିହେଜୀର ଆଗେ ଆଗେ ତାହା ବହିନେଲେ।
ויאמר נעמן הואל קח ככרים ויפרץ בו ויצר ככרים כסף בשני חרטים ושתי חלפות בגדים ויתן אל שני נעריו וישאו לפניו׃
24 ପୁଣି ଉପପର୍ବତରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ଗୃହରେ ରଖିଲା; ଆଉ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ଚାଲିଗଲେ।
ויבא אל העפל ויקח מידם ויפקד בבית וישלח את האנשים וילכו׃
25 ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”
והוא בא ויעמד אל אדניו ויאמר אליו אלישע מאן גחזי ויאמר לא הלך עבדך אנה ואנה׃
26 ଏଥିରେ ଇଲୀଶାୟ ତାହାକୁ କହିଲେ, “ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା? ଏ କି ରୂପା, ବସ୍ତ୍ର, ଜୀତକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ମେଷ, କି ଗୋରୁ, ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ?
ויאמר אליו לא לבי הלך כאשר הפך איש מעל מרכבתו לקראתך העת לקחת את הכסף ולקחת בגדים וזיתים וכרמים וצאן ובקר ועבדים ושפחות׃
27 ଏହେତୁ ନାମାନ୍‍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରିଗଲା।
וצרעת נעמן תדבק בך ובזרעך לעולם ויצא מלפניו מצרע כשלג׃

< ଦ୍ୱିତୀୟ ରାଜାବଳୀ 5 >