< ଦ୍ୱିତୀୟ ରାଜାବଳୀ 5 >
1 ଅରାମୀୟ ରାଜାର ନାମାନ୍ ନାମକ ସେନାପତି ଆପଣା ପ୍ରଭୁଙ୍କ ଦୃଷ୍ଟିରେ ମହାନ ଓ ସମ୍ଭ୍ରାନ୍ତ ଲୋକ ଥିଲା, କାରଣ ତାହା ଦ୍ୱାରା ସଦାପ୍ରଭୁ ଅରାମୀୟମାନଙ୍କୁ ଜୟ ପ୍ରଦାନ କରିଥିଲେ; ସେ ମଧ୍ୟ ମହାବିକ୍ରମଶାଳୀ ଲୋକ ଥିଲା, ମାତ୍ର ସେ କୁଷ୍ଠୀ।
И Нееман князь силы Сирийския бе муж велий пред господином своим и дивен лицем, яко им даде Господь спасение Сирии: и муж бе силен крепостию прокажен.
2 ଅରାମୀୟମାନେ ଦଳ ଦଳ ହୋଇ ବାହାରି ଇସ୍ରାଏଲ ଦେଶରୁ ଏକ କ୍ଷୁଦ୍ର ବାଳିକାକୁ ବନ୍ଦୀ କରି ଆଣିଥିଲେ; ଆଉ ସେ ନାମାନ୍ର ଭାର୍ଯ୍ୟାର ସେବା କରୁଥିଲା।
И из Сирии изыдоша воини и плениша юнотку малу от земли Израилевы: и бе пред женою Неемановою (служа)
3 ପୁଣି ସେ ଆପଣା କର୍ତ୍ତ୍ରୀକୁ କହିଲା, “ଆଃ, ଶମରୀୟାରେ ଯେଉଁ ଭବିଷ୍ୟଦ୍ବକ୍ତା ଅଛନ୍ତି, ତାଙ୍କ ସଙ୍ଗେ ଯେବେ ମୋʼ ପ୍ରଭୁ ଥାଆନ୍ତେ, ତେବେ ତାଙ୍କୁ ସେ ତାଙ୍କ କୁଷ୍ଠରୋଗରୁ ସୁସ୍ଥ କରନ୍ତେ।”
и рече госпоже своей: о, дабы господин мой был у пророка Божия, иже в Самарии, той бы очистил его и проказы его.
4 ଏଥିରେ ଜଣେ ଭିତରକୁ ଯାଇ ତାହାର ପ୍ରଭୁଙ୍କୁ ଜଣାଇ କହିଲା, “ଇସ୍ରାଏଲ ଦେଶର ବାଳିକା ଏପରି ଏପରି କହେ।”
И вниде и возвести господину своему и рече: тако и тако глагола юнотка, яже от земли Израилевы.
5 ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।
И рече царь Сирийский ко Нееману: иди, вниди, и послю писание ко царю Израилеву. И пойде, и взя в руце свои десять талант сребра и шесть тысящ златник и десять изменяемых риз.
6 ଆଉ ସେ ଇସ୍ରାଏଲର ରାଜାଙ୍କ ନିକଟକୁ ପତ୍ର ନେଇଗଲା; ତହିଁରେ ଏହା ଲେଖାଥିଲା, ଯଥା, “ପୁଣି ଏହି ପତ୍ର ତୁମ୍ଭ ନିକଟରେ ପହଞ୍ଚିଲେ ଦେଖିବ ଯେ, ମୁଁ ଆପଣା ଦାସ ନାମାନ୍କୁ ତୁମ୍ଭ ନିକଟକୁ ପଠାଇଲି, ଯେପରି ତୁମ୍ଭେ ତାହାକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବ।”
И внесе писание к царю Израилеву глаголя: и ныне егда приидет писание сие к тебе, се, послах к тебе Неемана раба моего, да очистиши его от проказы его.
7 ତହୁଁ ଇସ୍ରାଏଲର ରାଜା ଏହି ପତ୍ର ପାଠ କରନ୍ତେ, ଆପଣା ବସ୍ତ୍ର ଚିରି କହିଲା, “ମାରିବାକୁ ଓ ବଞ୍ଚାଇବାକୁ ସମର୍ଥ ପରମେଶ୍ୱର କି ମୁଁ, ଯେ ଏହି ଲୋକ ଏକ ମନୁଷ୍ୟକୁ ତାହାର କୁଷ୍ଠରୋଗରୁ ସୁସ୍ଥ କରିବା ପାଇଁ ମୋʼ ନିକଟକୁ ପଠାଇଅଛି? କିନ୍ତୁ ମୁଁ ବିନୟ କରୁଅଛି, ତୁମ୍ଭେମାନେ ବିବେଚନା କର, ସେ କିପରି ଆମ୍ଭ ବିରୁଦ୍ଧରେ ଛିଦ୍ର ଖୋଜୁଅଛି।”
И бысть егда прочте писание царь Израилев, раздра ризы своя и рече: еда аз Бог есмь, еже мертвити и животворити, яко сей посла и мне, да очищу мужа от проказы его? Прочее разумейте и видите, яко се ищет вины ко мне.
8 ଏଥିଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ୱରଙ୍କ ଲୋକ ଇଲୀଶାୟ, ରାଜାଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ? ସେ ଏବେ ମୋʼ ନିକଟକୁ ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍ବକ୍ତା ଅଛି, ଏହା ସେ ଜାଣିବ।”
И бысть егда услыша Елиссеи, яко раздра ризы своя царь Израилев, и посла к царю Израилеву, глаголя: почто раздрал еси ризы твоя? Да приидет ко мне ныне Нееман, и да разумеет, яко есть пророк во Израили.
9 ଏଣୁ ନାମାନ୍ ଆପଣା ଅଶ୍ୱ ଓ ରଥ ଇତ୍ୟାଦି ସହିତ ଆସି ଇଲୀଶାୟଙ୍କ ଗୃହର ଦ୍ୱାର ନିକଟରେ ଠିଆ ହେଲା।
И прииде Нееман на конех и на колесницех и ста при дверех дому Елиссеева.
10 ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”
И посла Елиссей посланника к нему, глаголя: шед измыйся седмижды во Иордане, и возвратится плоть твоя к тебе, и очистишися.
11 ମାତ୍ର ନାମାନ୍ କ୍ରୁଦ୍ଧ ହୋଇ ଚାଲିଗଲା, ଆଉ କହିଲା, “ଦେଖ, ମୁଁ ଭାବିଥିଲି, ସେ ଅବଶ୍ୟ ବାହାରି ମୋʼ ନିକଟକୁ ଆସିବ ଓ ଠିଆ ହୋଇ ସଦାପ୍ରଭୁ ତାହାର ପରମେଶ୍ୱରଙ୍କ ନାମରେ ପ୍ରାର୍ଥନା କରି କୁଷ୍ଠ ସ୍ଥାନରେ ହସ୍ତ ହଲାଇ ତାହା ସୁସ୍ଥ କରିବ।
И разгневася Нееман, и отиде, и рече: се, убо глаголах, яко изыдет ко мне, и станет, и призовет во имя Бога своего, и возложит руку свою на место, и очистит проказу:
12 ଇସ୍ରାଏଲର ସମୁଦାୟ ଜଳ ଅପେକ୍ଷା କି ଦମ୍ମେଶକର ଅବାନା ଓ ପର୍ପର ନଦୀ ଉତ୍ତମ ନୁହେଁ? ମୁଁ କି ତହିଁରେ ସ୍ନାନ କରି ଶୁଚି ହୋଇ ନ ପାରନ୍ତି?” ଏଣୁ ସେ ଫେରି କ୍ରୋଧରେ ଚାଲିଗଲା।
не благи ли Авана и Фарфар реки Дамасковы паче Иордана и всех вод Израилевых? Не шед ли измыюся в них и очишуся? И уклонися и отиде во гневе.
13 ଏଥିରେ ତାହାର ଦାସମାନେ ନାମାନ୍ ନିକଟକୁ ଆସି କହିଲେ, “ଆମ୍ଭ ପିତଃ, ଯଦି ସେହି ଭବିଷ୍ୟଦ୍ବକ୍ତା କୌଣସି ବଡ଼ କାର୍ଯ୍ୟ କରିବାକୁ ଆପଣଙ୍କୁ ଆଜ୍ଞା କରିଥାʼନ୍ତେ, ତେବେ କି ଆପଣ ତାହା କରି ନ ଥାଆନ୍ତେ? ତେବେ ସ୍ନାନ କରି ଶୁଚି ହୁଅ, ଏହି କଥା ଯେତେବେଳେ ସେ ଆପଣଙ୍କୁ କହନ୍ତି, ତାହା ମାନିବା କେତେ ଅଧିକ କର୍ତ୍ତବ୍ୟ।”
И приближишася отроцы его и реша ему: аще бы велие слово глаголал пророк тебе, не бы ли сотворил еси? А яко рече к тебе: измыйся, и очистишися.
14 ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।
И сниде Нееман, и погрузися во Иордане седмижды, по глаголу Елиссееву: и возвратися плоть его яко плоть отрочате млада, и очистися.
15 ଏଥିଉତ୍ତାରେ ନାମାନ୍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରିଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”
И возвратися ко Елиссею сам и все ополчение его, и прииде и ста пред ним и рече: се, ныне разумех, яко несть Бога во всей земли, но токмо во Израили: и ныне приими благословение от раба твоего.
16 ମାତ୍ର ଇଲୀଶାୟ କହିଲେ, “ମୁଁ ଯେଉଁ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଉଅଛି, ସେ ଜୀବିତ ଥିବା ପ୍ରମାଣେ ମୁଁ କିଛି ଗ୍ରହଣ କରିବି ନାହିଁ।” ତହୁଁ ନାମାନ୍ ତାହା ଗ୍ରହଣ କରିବା ପାଇଁ ଇଲୀଶାୟଙ୍କୁ ବହୁତ ପ୍ରବର୍ତ୍ତାଇଲା, ମାତ୍ର ସେ ମନା କଲେ।
И рече Елиссей: жив Господь, Емуже предстах пред ним, аще прииму. И понуждаше его взяти, и не послуша.
17 ଏଥିରେ ନାମାନ୍ କହିଲା, “ଏହା ନ କଲେ, ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣଙ୍କ ଦାସକୁ ଦୁଇ ଖଚରର ଭାର ମାଟି ଦିଆଯାଉ; କାରଣ ଆଜିଠାରୁ ଆପଣଙ୍କ ଦାସ ସଦାପ୍ରଭୁଙ୍କ ବ୍ୟତୀତ ଆଉ କୌଣସି ଦେବତା ଉଦ୍ଦେଶ୍ୟରେ ହୋମ କି ବଳି ଉତ୍ସର୍ଗ କରିବ ନାହିଁ।
И рече Нееман: аще ли не (хощеши взяти), то даждь рабу твоему время, супруг мсков, от земли сея червленыя: яко и сотворит отселе раб твой всесожжения и жертвы богом иным, но Господу единому,
18 ଏହି ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ; ମୋʼ ପ୍ରଭୁ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ପାଇଁ ଯିବା ବେଳେ ମୋʼ ହସ୍ତରେ ନିର୍ଭର କଲେ, ମୁଁ ଯେବେ ରିମ୍ମୋନ୍ ମନ୍ଦିରରେ ପ୍ରଣାମ କରେ, ତେବେ ରିମ୍ମୋଣ-ମନ୍ଦିରରେ ପ୍ରଣାମ କରିବା ବେଳେ ଏ ବିଷୟରେ ସଦାପ୍ରଭୁ ଆପଣଙ୍କ ଦାସକୁ କ୍ଷମା କରନ୍ତୁ।”
по глаголу сему и о словеси сем: и очистит Господь раба твоего, егда внидет господин мой в дом Ремманов на поклонение тамо: и той почиет на руку моею, и поклонюся в дому Реммани, внегда кланятися ему в дому Реммани, и очистит Господь раба твоего по словеси сему.
19 ତହିଁରେ ଇଲୀଶାୟ ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ନାମାନ୍ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଅଳ୍ପ ଦୂର ବାଟ ଗଲା।
И рече Елиссей ко Нееману: иди с миром. И отиде от него на Хаврафа земли.
20 ମାତ୍ର ପରମେଶ୍ୱରଙ୍କ ଲୋକ ଇଲୀଶାୟଙ୍କର ଦାସ ଗିହେଜୀ କହିଲା, “ଦେଖ, ମୋʼ ପ୍ରଭୁ ଏହି ଅରାମୀୟ ନାମାନ୍ ଆଣିଥିବା କୌଣସି ଦ୍ରବ୍ୟ ତାହା ହାତରୁ ଗ୍ରହଣ ନ କରି ତାହାକୁ ଛାଡ଼ି ଦେଇଅଛନ୍ତି; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ତାହା ପଛେ ଦୌଡ଼ି ତାହାଠାରୁ କିଛି ନେବି।”
И рече Гиезий отрочищь Елиссеев: се, пощаде господин мой Неемана Сирянина сего, еже не взяти от руки его, яже принесе: жив Господь, яко имам тещи вслед его, и возму от него нечто.
21 ତହୁଁ ଗିହେଜୀ ନାମାନ୍ର ପଛେ ପଛେ ଗଲା। ଏଥିରେ ନାମାନ୍ ଆପଣା ପଛେ ଜଣକୁ ଦୌଡ଼ିବାର ଦେଖି ତାହାକୁ ସାକ୍ଷାତ କରିବା ପାଇଁ ରଥରୁ ଓହ୍ଲାଇ ପଚାରିଲା, “ସବୁ କୁଶଳ ତ?”
И тече Гиезий во след Нееманов. И виде его Нееман текуща вслед себе, и возвратися с колесницы на сретение ему и рече: мир ли?
22 ତହିଁରେ ସେ କହିଲା, “ସବୁ କୁଶଳ। ମୋʼ ପ୍ରଭୁ ମୋତେ ପଠାଇ କହିଅଛନ୍ତି, ‘ଦେଖ, ଏହିକ୍ଷଣେ ଇଫ୍ରୟିମର ପର୍ବତମୟ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ଦୁଇ ଯୁବା ଲୋକ ଆସିଲେ; ମୁଁ ବିନୟ କରୁଅଛି, ସେମାନଙ୍କୁ ଏକ ତାଳନ୍ତ ରୂପା ଓ ଦୁଇ ସାଜ ପୋଷାକ ଦିଅ।’”
И рече Гиезий: мир: господин мой посла мя, глаголя: се, ныне приидоста ко мне два отрочища от горы Ефремли от сынов пророчих: даждь убо има талант сребра и две премены риз.
23 ଏଥିରେ ନାମାନ୍ କହିଲା, “ଅନୁଗ୍ରହ କରି ଦୁଇ ତାଳନ୍ତ ରୂପା ନିଅ।” ଆଉ ସେ ତାହାକୁ ବହୁତ ପ୍ରବର୍ତ୍ତାଇଲା ଓ ଦୁଇ ଥଳୀରେ ଦୁଇ ତାଳନ୍ତ ରୂପା ବାନ୍ଧି ଦୁଇ ସାଜ ପୋଷାକ ସହିତ ଆପଣା ଦୁଇ ଦାସ ଉପରେ ତାହା ଥୋଇଲା; ତହୁଁ ସେମାନେ ଗିହେଜୀର ଆଗେ ଆଗେ ତାହା ବହିନେଲେ।
И рече Нееман: возми два таланта сребра. И взя два таланта во два мешца и две премены риз, и возложи на два отрочиша своя, и несоста пред ним:
24 ପୁଣି ଉପପର୍ବତରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ଗୃହରେ ରଖିଲା; ଆଉ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ଚାଲିଗଲେ।
и приидоша в сумраки, и взя от рук их и сокры во храмине, и отпусти мужы.
25 ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”
И сам вниде и предста господину своему. И рече к нему Елиссей: откуду (пришел еси), Гиезие? И рече Гиезий: не исходил раб твой никаможе.
26 ଏଥିରେ ଇଲୀଶାୟ ତାହାକୁ କହିଲେ, “ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା? ଏ କି ରୂପା, ବସ୍ତ୍ର, ଜୀତକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ମେଷ, କି ଗୋରୁ, ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ?
И рече к нему Елиссей: не ходило ли сердце мое с тобою, и видех, егда возвращашеся муж с колесницы своей во сретение тебе? И ныне взял еси сребро и ризы взял еси, да купиши за них вертограды и маслины и винограды, и овцы и волы, и отроки и отроковицы:
27 ଏହେତୁ ନାମାନ୍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରିଗଲା।
и проказа Нееманова да прильпнет к тебе и к семени твоему во веки. И изыде от лица его прокажен яко снег.