< ଦ୍ୱିତୀୟ ରାଜାବଳୀ 6 >

1 ଏକ ସମୟରେ ଭବିଷ୍ୟଦ୍‍ବକ୍ତାଗଣଙ୍କ ଦଳ ଇଲୀଶାୟଙ୍କୁ କହିଲେ, “ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ଏହି ଯେଉଁ ସ୍ଥାନରେ ବାସ କରୁଅଛୁ, ତାହା ଆମ୍ଭମାନଙ୍କ ପାଇଁ ସଂକୀର୍ଣ୍ଣ।
ויאמרו בני הנביאים אל אלישע הנה נא המקום אשר אנחנו ישבים שם לפניך צר ממנו׃
2 ଆମ୍ଭେମାନେ ବିନୟ କରୁଅଛୁ, ଆମ୍ଭେମାନେ ଯର୍ଦ୍ଦନକୁ ଯାଇ ପ୍ରତି ଜଣ ସେଠାରୁ ଏକ ଏକ କଡ଼ିକାଠ ନେଇ ଆପଣାମାନଙ୍କ ବସତି ନିମନ୍ତେ ସେଠାରେ ଏକ ସ୍ଥାନ ନିର୍ମାଣ କରୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେମାନେ ଯାଅ।”
נלכה נא עד הירדן ונקחה משם איש קורה אחת ונעשה לנו שם מקום לשבת שם ויאמר לכו׃
3 ତହୁଁ ଜଣେ କହିଲା, “ବିନୟ କରୁଅଛି, ଆପଣ ଅନୁଗ୍ରହ କରି ଆପଣା ଦାସମାନଙ୍କ ସଙ୍ଗରେ ଚାଲନ୍ତୁ।” ଏଥିରେ ଇଲୀଶାୟ ଉତ୍ତର ଦେଲେ, “ମୁଁ ଯିବି।”
ויאמר האחד הואל נא ולך את עבדיך ויאמר אני אלך׃
4 ତହୁଁ ସେ ସେମାନଙ୍କ ସଙ୍ଗରେ ଗଲେ। ପୁଣି ସେମାନେ ଯର୍ଦ୍ଦନରେ ଉପସ୍ଥିତ ହୁଅନ୍ତେ, କାଠ କାଟିଲେ।
וילך אתם ויבאו הירדנה ויגזרו העצים׃
5 ମାତ୍ର ଜଣେ କଡ଼ିକାଠ କାଟୁ କାଟୁ କୁହ୍ରାଡ଼ି-ଲୁହା ଜଳରେ ପଡ଼ିଗଲା; ତହିଁରେ ସେ ଡକା ଛାଡ଼ି କହିଲା, “ହାୟ, ମୋʼ ପ୍ରଭୋ! ତାହା ତ ଉଧାରି-ବସ୍ତୁ।”
ויהי האחד מפיל הקורה ואת הברזל נפל אל המים ויצעק ויאמר אהה אדני והוא שאול׃
6 ଏଥିରେ ପରମେଶ୍ୱରଙ୍କ ଲୋକ କହିଲେ, “ତାହା କେଉଁ ସ୍ଥାନରେ ପଡ଼ିଲା?” ତହୁଁ ସେ ତାଙ୍କୁ ସେହି ସ୍ଥାନ ଦେଖାଇ ଦେଲା। ତହିଁରେ ଇଲୀଶାୟ ଖଣ୍ଡେ କାଠ କାଟି ସେଠାରେ ପକାଇ ଲୁହାକୁ ଭସାଇଲେ।
ויאמר איש האלהים אנה נפל ויראהו את המקום ויקצב עץ וישלך שמה ויצף הברזל׃
7 ଆଉ ଇଲୀଶାୟ କହିଲେ, “ତୁମ୍ଭେ ତାହା ଉଠାଇ ନିଅ।” ତହୁଁ ସେ ହାତ ବଢ଼ାଇ ତାହା ନେଲା।
ויאמר הרם לך וישלח ידו ויקחהו׃
8 ଥରେ ଅରାମର ରାଜା ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରୁଥିଲା, ମାତ୍ର ସେ ଯେତେବେଳେ ଆପଣା ଦାସମାନଙ୍କ ସହିତ ମନ୍ତ୍ରଣା କରି କହେ, “କେବଳ ଏହି ଏହି ସ୍ଥାନରେ ମୋହର ଛାଉଣି ହେବ,”
ומלך ארם היה נלחם בישראל ויועץ אל עבדיו לאמר אל מקום פלני אלמני תחנתי׃
9 ସେତେବେଳେ ପରମେଶ୍ୱରଙ୍କ ଲୋକ ଇସ୍ରାଏଲର ରାଜାଙ୍କ ନିକଟକୁ କହି ପଠାନ୍ତି, “ସାବଧାନ, ତୁମ୍ଭେ ସେହି ସ୍ଥାନ ଦେଇ ଯିବ ନାହିଁ; କାରଣ ଅରାମୀୟମାନେ ସେହି ସ୍ଥାନକୁ ଓହ୍ଲାଇ ଆସୁଅଛନ୍ତି।”
וישלח איש האלהים אל מלך ישראל לאמר השמר מעבר המקום הזה כי שם ארם נחתים׃
10 ତହିଁରେ ପରମେଶ୍ୱରଙ୍କ ଲୋକ ଯେଉଁ ସ୍ଥାନ ବିଷୟ ଜଣାଇ ସତର୍କ କରାଇଥାଆନ୍ତି, ଇସ୍ରାଏଲର ରାଜା ସେହି ସ୍ଥାନକୁ ଲୋକ ପଠାନ୍ତି; ଏହିରୂପେ ସେ ଥରେ କି ଦୁଇ ଥର ନୁହେଁ, ବାରମ୍ବାର ସେସ୍ଥାନରେ ଆପଣାକୁ ରକ୍ଷା କଲେ।
וישלח מלך ישראל אל המקום אשר אמר לו איש האלהים והזהירה ונשמר שם לא אחת ולא שתים׃
11 ପୁଣି ଏଥିସକାଶୁ ଅରାମୀୟ ରାଜାର ହୃଦୟ ଅତି ବ୍ୟସ୍ତ ହେଲା; ଏଣୁ ସେ ଆପଣା ଦାସମାନଙ୍କୁ ଡାକି ସେମାନଙ୍କୁ କହିଲା, “ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ରାଜାର ସପକ୍ଷ, ଏହା କʼଣ ତୁମ୍ଭେମାନେ ମୋତେ ଜଣାଇବ ନାହିଁ।”
ויסער לב מלך ארם על הדבר הזה ויקרא אל עבדיו ויאמר אליהם הלוא תגידו לי מי משלנו אל מלך ישראל׃
12 ଏଥିରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ କହିଲା, “ନା, ହେ ମୋʼ ପ୍ରଭୋ, ମହାରାଜ, ମାତ୍ର ଆପଣ ନିଜ ଶୟନ ଗୃହରେ ଯାହା ଯାହା କହନ୍ତି, ସେସବୁ କଥା ଇସ୍ରାଏଲର ମଧ୍ୟବର୍ତ୍ତୀ ଇଲୀଶାୟ ଭବିଷ୍ୟଦ୍‍ବକ୍ତା ଇସ୍ରାଏଲର ରାଜାକୁ ଜଣାଏ।”
ויאמר אחד מעבדיו לוא אדני המלך כי אלישע הנביא אשר בישראל יגיד למלך ישראל את הדברים אשר תדבר בחדר משכבך׃
13 ତହୁଁ ଅରାମୀୟ ରାଜା କହିଲା, “ଯାଇ ଦେଖ, ଇଲୀଶାୟ କେଉଁଠାରେ ଅଛି, ତହିଁରେ ମୁଁ ଲୋକ ପଠାଇ ତାହାକୁ ଆଣିବି।” ଏଥିଉତ୍ତାରେ ତାହାକୁ ସମ୍ବାଦ ଦିଆଗଲା ଯେ, “ଦେଖନ୍ତୁ, ସେ ଦୋଥନରେ ଅଛି।”
ויאמר לכו וראו איכה הוא ואשלח ואקחהו ויגד לו לאמר הנה בדתן׃
14 ଏହେତୁ ସେ ସେସ୍ଥାନକୁ ଅଶ୍ୱଗଣ ଓ ରଥ ଓ ମହାସୈନ୍ୟଦଳ ପଠାଇଲା; ପୁଣି ସେମାନେ ରାତ୍ରିରେ ଆସି ନଗରର ଚତୁର୍ଦ୍ଦିଗ ବେଷ୍ଟନ କଲେ।
וישלח שמה סוסים ורכב וחיל כבד ויבאו לילה ויקפו על העיר׃
15 ଏଥିରେ ପରମେଶ୍ୱରଙ୍କ ଲୋକଙ୍କ ସେବକ ପ୍ରଭାତରେ ଉଠି ବାହାରକୁ ଯାଆନ୍ତେ, ଦେଖ, ଏକ ସୈନ୍ୟଦଳ ଅଶ୍ୱ ଓ ରଥ ସହିତ ନଗରର ଚତୁର୍ଦ୍ଦିଗ ବେଷ୍ଟନ କରିଅଛନ୍ତି। ତହୁଁ ତାଙ୍କର ଦାସ ତାଙ୍କୁ କହିଲା, “ହାୟ, ମୋହର ପ୍ରଭୋ! ଆମ୍ଭେମାନେ କଅଣ କରିବା?”
וישכם משרת איש האלהים לקום ויצא והנה חיל סובב את העיר וסוס ורכב ויאמר נערו אליו אהה אדני איכה נעשה׃
16 ତହିଁରେ ସେ ଉତ୍ତର କଲେ, “ଭୟ କର ନାହିଁ; କାରଣ ସେମାନଙ୍କ ସଙ୍ଗୀଗଣ ଅପେକ୍ଷା ଆମ୍ଭମାନଙ୍କ ସଙ୍ଗୀଗଣ ଅଧିକ।”
ויאמר אל תירא כי רבים אשר אתנו מאשר אותם׃
17 ପୁଣି ଇଲୀଶାୟ ପ୍ରାର୍ଥନା କରି କହିଲେ, “ହେ ସଦାପ୍ରଭୋ, ମୁଁ ବିନୟ କରୁଅଛି, ସେ ଯେପରି ଦେଖି ପାରିବ, ଏଥିପାଇଁ ତାହାର ଚକ୍ଷୁ ମୁକ୍ତ କର।” ପୁଣି ସଦାପ୍ରଭୁ ସେହି ଯୁବା ଲୋକର ଚକ୍ଷୁ ମୁକ୍ତ କଲେ; ଆଉ ସେ ଦେଖିଲା; ପୁଣି ଦେଖ, ପର୍ବତ ଇଲୀଶାୟଙ୍କ ଚତୁର୍ଦ୍ଦିଗରେ ଅଗ୍ନିମୟ ଅଶ୍ୱ ଓ ରଥରେ ପରିପୂର୍ଣ୍ଣ ଥିଲା।
ויתפלל אלישע ויאמר יהוה פקח נא את עיניו ויראה ויפקח יהוה את עיני הנער וירא והנה ההר מלא סוסים ורכב אש סביבת אלישע׃
18 ଏଥିଉତ୍ତାରେ ସୈନ୍ୟମାନେ ଇଲୀଶାୟଙ୍କ ନିକଟକୁ ଓହ୍ଲାଇ ଆସନ୍ତେ, ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ବିନୟ କରୁଅଛି, ଏହି ଲୋକମାନଙ୍କୁ ଅନ୍ଧତାରେ ଆଘାତ କର।” ଏଥିରେ ସଦାପ୍ରଭୁ ଇଲୀଶାୟଙ୍କର ବାକ୍ୟାନୁସାରେ ସେମାନଙ୍କୁ ଅନ୍ଧତାରେ ଆଘାତ କଲେ।
וירדו אליו ויתפלל אלישע אל יהוה ויאמר הך נא את הגוי הזה בסנורים ויכם בסנורים כדבר אלישע׃
19 ସେତେବେଳେ ଇଲୀଶାୟ ସେମାନଙ୍କୁ କହିଲେ, “ଏ ସେହି ପଥ ନୁହେଁ, କି ଏ ସେହି ନଗର ନୁହେଁ; ମୋʼ ପଛେ ପଛେ ଆସ, ତୁମ୍ଭେମାନେ ଯେଉଁ ଲୋକକୁ ଖୋଜୁଅଛ, ମୁଁ ତାହା ନିକଟକୁ ତୁମ୍ଭମାନଙ୍କୁ ନେଇଯିବି।” ତହୁଁ ଇଲୀଶାୟ ସେମାନଙ୍କୁ ଶମରୀୟାକୁ କଢ଼ାଇ ନେଲେ।
ויאמר אלהם אלישע לא זה הדרך ולא זה העיר לכו אחרי ואוליכה אתכם אל האיש אשר תבקשון וילך אותם שמרונה׃
20 ଏଥିରେ ସେମାନେ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ଇଲୀଶାୟ କହିଲେ, “ହେ ସଦାପ୍ରଭୋ, ଏ ଲୋକମାନେ ଯେପରି ଦେଖି ପାରିବେ, ଏଥିପାଇଁ ସେମାନଙ୍କ ଚକ୍ଷୁ ମୁକ୍ତ କର।” ତହୁଁ ସଦାପ୍ରଭୁ ସେମାନଙ୍କ ଚକ୍ଷୁ ମୁକ୍ତ କରନ୍ତେ, ସେମାନେ ଦେଖିଲେ, ଆଉ ଦେଖ, ସେମାନେ ଶମରୀୟାର ମଧ୍ୟରେ ଅଛନ୍ତି।
ויהי כבאם שמרון ויאמר אלישע יהוה פקח את עיני אלה ויראו ויפקח יהוה את עיניהם ויראו והנה בתוך שמרון׃
21 ତହିଁରେ ଇସ୍ରାଏଲର ରାଜା ସେମାନଙ୍କୁ ଦେଖି ଇଲୀଶାୟଙ୍କୁ କହିଲେ, “ହେ ମୋହର ପିତଃ, ମୁଁ କʼଣ ସେମାନଙ୍କୁ ଆଘାତ କରିବି? ମୁଁ କʼଣ ସେମାନଙ୍କୁ ଆଘାତ କରିବି?”
ויאמר מלך ישראל אל אלישע כראתו אותם האכה אכה אבי׃
22 ତହୁଁ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କʼଣ ଆଘାତ କରିବ? ସେମାନଙ୍କ ସମ୍ମୁଖରେ ରୁଟି ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଆନ୍ତୁ।”
ויאמר לא תכה האשר שבית בחרבך ובקשתך אתה מכה שים לחם ומים לפניהם ויאכלו וישתו וילכו אל אדניהם׃
23 ତହିଁରେ ଇସ୍ରାଏଲର ରାଜା ସେମାନଙ୍କ ନିମନ୍ତେ ମହାଭୋଜ ପ୍ରସ୍ତୁତ କଲେ; ପୁଣି ସେମାନେ ଭୋଜନପାନ କଲା ଉତ୍ତାରେ ସେ ସେମାନଙ୍କୁ ବିଦାୟ କଲେ, ତହୁଁ ସେମାନେ ଆପଣାମାନଙ୍କ ପ୍ରଭୁଙ୍କ ନିକଟକୁ ଗଲେ। ଏଉତ୍ତାରେ ଅରାମର ସୈନ୍ୟଦଳ ଆଉ ଇସ୍ରାଏଲର ଦେଶକୁ ଆସିଲେ ନାହିଁ।
ויכרה להם כרה גדולה ויאכלו וישתו וישלחם וילכו אל אדניהם ולא יספו עוד גדודי ארם לבוא בארץ ישראל׃
24 ଏଥିଉତ୍ତାରେ ଅରାମର ରାଜା ବିନ୍‍ହଦଦ୍‍ ଆପଣାର ସମସ୍ତ ସୈନ୍ୟ ଏକତ୍ର କରି ଯାଇ ଶମରୀୟାକୁ ଅବରୋଧ କଲା।
ויהי אחרי כן ויקבץ בן הדד מלך ארם את כל מחנהו ויעל ויצר על שמרון׃
25 ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ଡ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତ ମଳର ଏକ କାବ୍‍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ।
ויהי רעב גדול בשמרון והנה צרים עליה עד היות ראש חמור בשמנים כסף ורבע הקב חרייונים בחמשה כסף׃
26 ଏଥିରେ ଇସ୍ରାଏଲର ରାଜା ପ୍ରାଚୀର ଉପର ଦେଇ ଯିବା ସମୟରେ ଏକ ସ୍ତ୍ରୀ ତାଙ୍କ ପ୍ରତି ଡାକ ପକାଇ କହିଲା, “ହେ ମୋʼ ପ୍ରଭୋ, ମହାରାଜ, ସାହାଯ୍ୟ କରନ୍ତୁ।”
ויהי מלך ישראל עבר על החמה ואשה צעקה אליו לאמר הושיעה אדני המלך׃
27 ତହିଁରେ ସେ କହିଲେ, “ଯେବେ ସଦାପ୍ରଭୁ ତୁମ୍ଭର ସାହାଯ୍ୟ ନ କରନ୍ତି, ତେବେ ମୁଁ କେଉଁଠାରୁ ତୁମ୍ଭକୁ ସାହାଯ୍ୟ କରିବି? କି ଖଳାରୁ କିଅବା ଦ୍ରାକ୍ଷାଯନ୍ତ୍ରରୁ?”
ויאמר אל יושעך יהוה מאין אושיעך המן הגרן או מן היקב׃
28 ଆହୁରି ରାଜା ତାହାକୁ କହିଲେ, “ତୁମ୍ଭର କି ଦୁଃଖ ହୋଇଅଛି?” ତହୁଁ ସେ ଉତ୍ତର ଦେଲା, “ଏହି ସ୍ତ୍ରୀ ମୋତେ କହିଲା, ‘ତୁମ୍ଭ ପୁଅଟିକୁ ଦିଅ, ଆମ୍ଭେମାନେ ତାକୁ ଆଜି ଖାଇବା, ପୁଣି ମୋʼ ପୁଅକୁ କାଲି ଖାଇବା।’”
ויאמר לה המלך מה לך ותאמר האשה הזאת אמרה אלי תני את בנך ונאכלנו היום ואת בני נאכל מחר׃
29 ତହୁଁ ଆମ୍ଭେମାନେ ମୋʼ ପୁଅକୁ ସିଦ୍ଧ କରି ଖାଇଲୁ; ପୁଣି ଆରଦିନ ମୁଁ ତାହାକୁ କହିଲି, “ତୁମ୍ଭ ପୁଅକୁ ଦିଅ, ଆମ୍ଭେମାନେ ତାକୁ ଖାଇବା, ମାତ୍ର ସେ ଆପଣା ପୁଅକୁ ଲୁଚାଇଅଛି।”
ונבשל את בני ונאכלהו ואמר אליה ביום האחר תני את בנך ונאכלנו ותחבא את בנה׃
30 ସେହି ସ୍ତ୍ରୀର ଏ କଥା ଶୁଣି ରାଜା ଆପଣା ବସ୍ତ୍ର ଚିରିଲେ; ସେତେବେଳେ ସେ ପ୍ରାଚୀର ଉପରେ ଯାଉଥିଲେ; ଆଉ ଲୋକମାନେ ଅନାଇ ଦେଖିଲେ ଯେ, ସେ ବସ୍ତ୍ର ତଳେ ଦେହରେ ଅଖା ପିନ୍ଧିଅଛନ୍ତି।
ויהי כשמע המלך את דברי האשה ויקרע את בגדיו והוא עבר על החמה וירא העם והנה השק על בשרו מבית׃
31 ତେବେ ସେ କହିଲେ, “ଯେବେ ଆଜି ଶାଫଟ୍‍ର ପୁତ୍ର ଇଲୀଶାୟର ମସ୍ତକ ତାହା ଦେହରେ ରହେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
ויאמר כה יעשה לי אלהים וכה יוסף אם יעמד ראש אלישע בן שפט עליו היום׃
32 ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କʼଣ ତୁମ୍ଭେମାନେ ଦେଖୁଅଛ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କʼଣ ତାହାର ପଛରେ ନାହିଁ?”
ואלישע ישב בביתו והזקנים ישבים אתו וישלח איש מלפניו בטרם יבא המלאך אליו והוא אמר אל הזקנים הראיתם כי שלח בן המרצח הזה להסיר את ראשי ראו כבא המלאך סגרו הדלת ולחצתם אתו בדלת הלוא קול רגלי אדניו אחריו׃
33 ପୁଣି ସେ ସେମାନଙ୍କ ସହିତ କଥାବାର୍ତ୍ତା କରୁ କରୁ ଦେଖ, ସେହି ଦୂତ ତାଙ୍କ ନିକଟକୁ ଓହ୍ଲାଇ ଆସିଲା; ଆଉ ସେ କହିଲା, “ଦେଖ, ଏହି ଅମଙ୍ଗଳ ସଦାପ୍ରଭୁଙ୍କଠାରୁ; ମୁଁ କାହିଁକି ଆଉ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବି?”
עודנו מדבר עמם והנה המלאך ירד אליו ויאמר הנה זאת הרעה מאת יהוה מה אוחיל ליהוה עוד׃

< ଦ୍ୱିତୀୟ ରାଜାବଳୀ 6 >