< ଦ୍ୱିତୀୟ ରାଜାବଳୀ 7 >

1 ସେତେବେଳେ ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ୱାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଯିବ।’”
ئەلیشەع وەڵامی دایەوە: «گوێ لە فەرمایشتی یەزدان بگرن. یەزدان ئەمە دەفەرموێت: سبەینێ لەم کاتە، لە دەروازەی سامیرە پێوانەیەک لە باشترین ئارد بە شاقلێک و دوو پێوانە جۆ بە شاقلێک دەبێت.»
2 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ସେ ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କʼଣ ଏ କଥା ହୋଇ ପାରିବ?” ତହିଁରେ ଇଲୀଶାୟ କହିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”
ئەفسەرێک کە گەورە یاوەری پاشا بوو، بە پیاوەکەی خودای گوت: «هەتا ئەگەر یەزدان دەرگاکانی ئاسمانیش بکاتەوە، ئایا شتی وا ڕوودەدات؟» ئەلیشەع وەڵامی دایەوە: «تۆ بە چاوی خۆت دەیبینیت، بەڵام لێی ناخۆیت.»
3 ସେହି ସମୟରେ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଚାରି ଜଣ କୁଷ୍ଠୀ ଥିଲେ; ଆଉ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ମରିବା ପର୍ଯ୍ୟନ୍ତ କାହିଁକି ଏଠାରେ ବସିଅଛୁ?
چوار پیاوی گەڕوگول لە دەروازەی شارەکە بوون، بە یەکتریان گوت: «بۆ لێرە بمێنینەوە هەتا دەمرین؟
4 ଯଦି କହୁ, ‘ଆମ୍ଭେମାନେ ନଗରରେ ପ୍ରବେଶ କରିବା,’ ତେବେ ନଗରରେ ଦୁର୍ଭିକ୍ଷ ଅଛି, ପୁଣି ଆମ୍ଭେମାନେ ସେଠାରେ ମରିବା; ଆଉ ଯଦି ଆମ୍ଭେମାନେ ଏଠାରେ ବସି ରହିବା, ତେବେ ମଧ୍ୟ ମରିବା। ଏହେତୁ ଆସ, ଆମ୍ଭେମାନେ ଅରାମୀୟମାନଙ୍କ ସୈନ୍ୟର ପକ୍ଷକୁ ଯାଉ; ଯଦି ସେମାନେ ଆମ୍ଭମାନଙ୍କୁ ବଞ୍ଚାଇ ରଖିବେ, ତେବେ ଆମ୍ଭେମାନେ ବଞ୍ଚିବା; ଆଉ ଯଦି ଆମ୍ଭମାନଙ୍କୁ ମାରି ପକାଇବେ, ତେବେ ମରିବା।”
ئەگەر بڵێین:”با بچینە ناو شارەکەوە،“لە شارەکە قاتوقڕی هەیە و لەوێ دەمرین. ئەگەر لێرەش دانیشین، هەر دەمرین. ئێستا با بچینە ئۆردوگای ئارامییەکان و خۆمان ڕادەست بکەین، ئەگەر لێمان خۆشبوون ئەوا دەژین، ئەگەر بشمانکوژن ئەوا هەر دەمرین.»
5 ଏଣୁ କୁଷ୍ଠୀମାନେ ଅରାମୀୟମାନଙ୍କ ଛାଉଣିକୁ ଯିବା ପାଇଁ ଗୋଧୂଳି ସମୟରେ ଉଠିଲେ; ଆଉ ସେମାନେ ଅରାମୀୟମାନଙ୍କ ଛାଉଣିର ବାହାର ସୀମାରେ ଉପସ୍ଥିତ ହେବା ବେଳେ, ଦେଖ, ସେଠାରେ କୌଣସି ମନୁଷ୍ୟ ନ ଥିଲେ।
لە زەردەپەڕی ئێوارە هەستان بۆ ئەوەی بچنە ئۆردوگای ئارامییەکان. هاتن هەتا گەیشتنە قەراغی ئۆردوگای ئارامییەکان، کەسی لێ نەبوو،
6 କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍‍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।”
چونکە پەروەردگار وای کرد کە ئۆردوگای ئارامییەکان دەنگی گالیسکە و ئەسپ و سوپایەکی گەورە ببیستن، ئیتر بە یەکتریان گوتبوو: «ئەوەتا پاشای ئیسرائیل پاشاکانی حیتی و میسرییەکانی لە دژی ئێمە بەکرێ گرتووە هەتا لەگەڵمان بجەنگن!»
7 ଏହେତୁ ଅରାମୀୟମାନଙ୍କ ସୈନ୍ୟଗଣ ଉଠି ଗୋଧୂଳି ସମୟରେ ପଳାଇଲେ, ଆଉ ସେମାନେ ଆପଣାମାନଙ୍କ ତମ୍ବୁ ଓ ଅଶ୍ୱ ଓ ଗର୍ଦ୍ଦଭ ଓ ଛାଉଣି ଯେପରି ଥିଲା, ସେପରି ଛାଡ଼ି ଆପଣାମାନଙ୍କ ପ୍ରାଣରକ୍ଷାର୍ଥେ ପଳାଇଲେ।
لەبەر ئەوە هەستان و لە زەردەپەڕی ئێوارە هەڵاتن، وازیان لە چادر و ئەسپ و گوێدرێژەکانیان هێنا. ئۆردوگاکەیان وەک خۆی بەجێهێشت و بۆ دەربازکردنی ژیانی خۆیان هەڵاتن.
8 ଏଥିଉତ୍ତାରେ ସେହି କୁଷ୍ଠୀମାନେ ଛାଉଣିର ବାହାର ସୀମାକୁ ଆସି ଗୋଟିଏ ତମ୍ବୁ ଭିତରକୁ ଯାଇ ଭୋଜନପାନ କଲେ, ପୁଣି ତହିଁରୁ ରୂପା ଓ ସୁନା ଓ ବସ୍ତ୍ର ନେଇ ଲୁଚାଇ ରଖିଲେ; ତହୁଁ ସେମାନେ ପୁନର୍ବାର ଆସି ଆଉ ଏକ ତମ୍ବୁ ମଧ୍ୟରେ ପ୍ରବେଶ କଲେ ଓ ତହିଁରୁ ମଧ୍ୟ ଦ୍ରବ୍ୟାଦି ନେଇଯାଇ ଲୁଚାଇ ରଖିଲେ।
ئەو گەڕوگولانه هەتا قەراغی ئۆردوگاکە هاتن، چوونە ناو چادرێک و خواردیان و خواردیانەوە. زێڕ و زیو و جلوبەرگیان برد و چوون شاردییانەوە. پاشان گەڕانەوە و چوونە ناو چادرێکی دیکە، لەوێش بردیان و چوون و شاردییانەوە.
9 ତେବେ ସେମାନେ ପରସ୍ପର କହିଲେ, “ଆମ୍ଭେମାନେ ଭଲ କରୁ ନାହୁଁ; ଆଜି ସୁସମ୍ବାଦର ଦିନ, ମାତ୍ର ଆମ୍ଭେମାନେ ତୁନି ହୋଇ ରହୁଅଛୁ; ଯେବେ ଆମ୍ଭେମାନେ ପ୍ରଭାତ ଆଲୁଅ ପର୍ଯ୍ୟନ୍ତ ବିଳମ୍ବ କରୁ, ତେବେ ଆମ୍ଭମାନଙ୍କୁ ଦଣ୍ଡ ଘଟିବ; ଏହେତୁ ଏବେ ଆସ, ଆମ୍ଭେମାନେ ଯାଇ ରାଜଗୃହରେ ସମ୍ବାଦ ଦେଉ।”
ئینجا بە یەکترییان گوت: «ئەوەی ئێمە دەیکەین ڕاست نییە. ئەمڕۆ ڕۆژی مژدەیە و ئێمەش لێی بێدەنگین. ئەگەر هەتا بەرەبەیان چاوەڕێ بکەین تووشی سزا دەبین. وەرن با ئێستا بچین و بە کۆشکی پاشای ڕابگەیەنین.»
10 ତହୁଁ ସେମାନେ ଆସି ନଗରର ଦ୍ୱାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକୁ ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶବ୍ଦ ନାହିଁ, ମାତ୍ର ଅଶ୍ୱ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ବୁସବୁ ଯେପରି ଥିଲା, ସେପରି ଅଛି।”
ئیتر هاتن و دەرگاوانی شارەکەیان بانگکرد و پێیان گوت: «ئێمە چووینە ناو ئۆردوگای ئارامییەکان، کەس لەوێ نەبوو، دەنگی کەسیش نەدەبیسترا، تەنها ئەسپ و گوێدرێژ بەستراونەتەوە، چادرەکانیش هەروەک خۆیان لەوێن.»
11 ତହୁଁ ସେ ଦ୍ୱାରୀମାନଙ୍କୁ ଡାକନ୍ତେ, ସେମାନେ ରାଜଗୃହ ଭିତରେ ସମ୍ବାଦ ଦେଲେ।
دەرگاوانەکان جاڕیان دا، هەواڵەکەشیان بە کۆشکی پاشا ڕاگەیاند.
12 ତହିଁରେ ରାଜା ରାତ୍ରିରେ ଉଠି ଆପଣା ଦାସମାନଙ୍କୁ କହିଲେ, “ଅରାମୀୟମାନେ ଆମ୍ଭମାନଙ୍କ ପ୍ରତି ଯାହା କରିଅଛନ୍ତି, ତାହା ମୁଁ ଏବେ ତୁମ୍ଭମାନଙ୍କ ପ୍ରତି ପ୍ରକାଶ କରିବି। ସେମାନେ ଜାଣନ୍ତି ଯେ, ଆମ୍ଭେମାନେ କ୍ଷୁଧାର୍ତ୍ତ ଅଛୁ; ଏହେତୁ ସେମାନେ ଛାଉଣିରୁ ବାହାରିଯାଇ ଆପଣାମାନଙ୍କୁ କ୍ଷେତ୍ରରେ ଲୁଚାଇ କହୁଛନ୍ତି, ସେମାନେ ନଗରରୁ ବାହାରିଲେ, ଆମ୍ଭେମାନେ ସେମାନଙ୍କୁ ଜୀଅନ୍ତା ଧରି ନଗରରେ ପ୍ରବେଶ କରିବା।”
پاشا شەو هەستا و بە ئەفسەرەکانی گوت: «من پێتان دەڵێم ئارامییەکان چییان لێکردووین. دەزانن ئێمە برسیمانە، لە ئۆردوگاکە چوونەتە دەرەوە و لە دەشتاییەکان خۆیان مەڵاس داوە، وا بیریان کردووەتەوە:”بێگومان لە شارەکە دێنە دەرەوە، بە زیندوویی دەیانگرین و دەچینە ناو شارەکە.“»
13 ତହିଁରେ ତାହାର ଦାସମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, “ମୁଁ ବିନୟ କରୁଅଛି, ଆମ୍ଭେମାନେ କେତେକ ଲୋକ ପଠାଇ ଦେଖୁ, ସେମାନେ ନଗରରେ ଅବଶିଷ୍ଟ ଅଶ୍ୱମାନଙ୍କ ମଧ୍ୟରୁ ପାଞ୍ଚୋଟି ନେଇ ଯାଉନ୍ତୁ, ଦେଖନ୍ତୁ, ସେମାନେ ନଗରରେ ଅବଶିଷ୍ଟ ଇସ୍ରାଏଲର ସମସ୍ତ ଜନତା ସମାନ; ଦେଖନ୍ତୁ, ସେମାନେ ଇସ୍ରାଏଲର ସମସ୍ତ ନଷ୍ଟକଳ୍ପ ଜନତା ସମାନ।”
یەکێک لە ئەفسەرەکانی وەڵامی دایەوە: «کەواتە، با هەندێک پیاو پێنج ئەسپ ببەن لەوانەی کە لە شارەکە ماوەتەوە. چارەنووسیان لە نەوەی ئیسرائیل خراپتر نابێت کە خەریکە لەناو شار دەمرن. با بیاننێرین تاکو بزانین چی ڕوویداوە.»
14 ଏହେତୁ ସେହି ଲୋକମାନେ ଅଶ୍ୱ ସହିତ ଦୁଇ ରଥ ନେଲେ ଓ ରାଜା ସେମାନଙ୍କୁ ଅରାମୀୟ ସୈନ୍ୟ ପଛେ ପଠାଇ କହିଲେ, “ଯାଇ ଦେଖ।”
ئیتر دوو گالیسکەیان بە ئەسپەوە دەستنیشان کرد و پاشا ئەوانی نارد بۆ ئەوەی شوێنی سوپای ئارام بکەون. پاشا فەرمانی کرد و گوتی: «بڕۆن و بزانن چی ڕوویداوە.»
15 ତହୁଁ ସେମାନେ ଯର୍ଦ୍ଦନ ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗଲେ; ଆଉ ଦେଖ, ଅରାମୀୟମାନେ ତରତର ହୋଇ ଯାହା ପକାଇଦେଇ ଯାଇଥିଲେ, ଏପରି ବସ୍ତ୍ର ଓ ପାତ୍ରାଦିରେ ସମସ୍ତ ପଥ ପୂର୍ଣ୍ଣ ଥିଲା। ତେବେ ସେ ଦୂତମାନେ ଫେରିଆସି ରାଜାଙ୍କୁ ସମ୍ବାଦ ଦେଲେ।
ئەوانیش بەدوایاندا بەرەو ڕووباری ئوردون چوون، بینییان هەموو ڕێگاکە پڕە لە جلوبەرگ و قاپوقاچاغ، ئەوەی ئارامییەکان لە پەلەپەلیان فڕێیان داوە. نێردراوەکان گەڕانەوە و بە پاشایان ڕاگەیاند.
16 ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଗଲା।
پاشان گەل چوونە دەرەوە و ئۆردوگای ئارامییەکانیان تاڵان کرد، پێوانەیەک لە باشترین ئارد بووە شاقلێک و دوو پێوانە جۆ بووە شاقلێک، هەروەک یەزدان فەرمووی.
17 ସେତେବେଳେ ରାଜା ଯେଉଁ ସେନାପତି ହସ୍ତରେ ନିର୍ଭର କରିଥିଲେ, ତାହାକୁ ନଗର-ଦ୍ୱାର ରକ୍ଷା କରିବା ପାଇଁ ନିଯୁକ୍ତ କଲେ; ଏଥିରେ ଲୋକମାନେ ନଗର-ଦ୍ୱାରରେ ତାହାକୁ ଦଳି ପକାଇଲେ, ତହିଁରେ ରାଜା ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଯିବା ବେଳେ ପରମେଶ୍ୱରଙ୍କ ଲୋକ ତାଙ୍କୁ ଯେପରି କହିଥିଲେ, ତଦନୁସାରେ ସେ ମଲା।
ئەو ئەفسەرەی کە گەورە یاوەری پاشا بوو، پاشا لەسەر دەروازەکەی دانا، گەلیش لە دەروازەکە پێشێلیان کرد و مرد، هەروەک پیاوەکەی خودا پێی گوت کاتێک پاشا چووە ماڵی.
18 ପରମେଶ୍ୱରଙ୍କ ଲୋକ ରାଜାଙ୍କୁ ଏହି କଥା କହିଥିଲେ, “କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ୱାରରେ ଦୁଇ ପସୁରୀ ଯବ ଏକ ଶେକଲ ଓ ଏକ ପସୁରୀ ସରୁ ମଇଦା ଏକ ଶେକଲ ହେବ।”
ئەوە ڕوویدا کە پیاوەکەی خودا بە پاشای گوت: «سبەینێ ئەم کاتە لە دەروازەی سامیرە دوو پێوانە جۆ بە شاقلێک و پێوانەیەک باشترین ئاردیش بە شاقلێک دەبێت.»
19 ଆଉ ସେହି ସେନାପତି ପରମେଶ୍ୱରଙ୍କ ଲୋକଙ୍କୁ ଉତ୍ତର କରି କହିଥିଲା, “ଦେଖ, ଯେବେ ସଦାପ୍ରଭୁ ଆକାଶରେ ଦ୍ୱାର କରନ୍ତି, ତେବେ ହେଁ କʼଣ ଏପରି କଥା ହୋଇ ପାରିବ।” ତହିଁରେ ଇଲୀଶାୟ କହିଥିଲେ, “ଦେଖ, ତୁମ୍ଭେ ସ୍ୱଚକ୍ଷୁରେ ତାହା ଦେଖିବ, ମାତ୍ର ତହିଁରୁ ଭୋଜନ କରିବ ନାହିଁ।”
ئەفسەرەکەش بە پیاوەکەی خودای گوت: «هەتا ئەگەر یەزدان دەرگاکانی ئاسمانیش بکاتەوە، ئایا شتی وا ڕوودەدات؟» پیاوی خوداش گوتبووی: «تۆ بە چاوی خۆت دەیبینیت، بەڵام لێی ناخۆیت.»
20 ସେହିପରି ତାହା ପ୍ରତି ଘଟିଲା; କାରଣ ଲୋକମାନେ ନଗର-ଦ୍ୱାରରେ ତାହାକୁ ଦଳି ପକାନ୍ତେ, ସେ ମଲା।
ئیتر ڕێک وای بەسەرهات، گەل لە دەروازەکە پێشێلیان کرد و مرد.

< ଦ୍ୱିତୀୟ ରାଜାବଳୀ 7 >