< ଦ୍ୱିତୀୟ ରାଜାବଳୀ 8 >

1 ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଥିଲେ, “ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ।”
Eliseus autem locutus est ad mulierem, cuius vivere fecerat filium, dicens: Surge, vade tu et domus tua, et peregrinare ubicumque repereris: vocavit enim Dominus famem, et veniet super terram septem annis.
2 ତହିଁରେ ସେ ସ୍ତ୍ରୀ ଉଠି ପରମେଶ୍ୱରଙ୍କ ଲୋକଙ୍କର ବାକ୍ୟ ପ୍ରମାଣେ କର୍ମ କଲା; ଅର୍ଥାତ୍‍, ସେ ଆପଣା ପରିବାର ସହିତ ଯାଇ ପଲେଷ୍ଟୀୟମାନଙ୍କ ଦେଶରେ ସାତ ବର୍ଷ ପ୍ରବାସ କଲା।
Quæ surrexit, et fecit iuxta verbum hominis Dei: et vadens cum domo sua, peregrinata est in Terra Philisthiim diebus multis.
3 ପୁଣି ସାତ ବର୍ଷ ଶେଷରେ ସେ ସ୍ତ୍ରୀ ପଲେଷ୍ଟୀୟମାନଙ୍କ ଦେଶରୁ ଫେରି ଆସିଲା; ଆଉ ସେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରିବାକୁ ରାଜାଙ୍କ ନିକଟକୁ ଗଲା।
Cumque finiti essent anni septem, reversa est mulier de Terra Philisthiim: et egressa est ut interpellaret regem pro domo sua, et pro agris suis.
4 ସେହି ସମୟରେ ରାଜା ପରମେଶ୍ୱରଙ୍କ ଲୋକଙ୍କର ଦାସ ଗିହେଜୀ ସଙ୍ଗେ କଥାବାର୍ତ୍ତା କରୁ କରୁ କହିଲେ, “ମୁଁ ବିନୟ କରୁଅଛି, ଇଲୀଶାୟ ଯେ ଯେ ମହତ୍ କର୍ମ କରିଅଛନ୍ତି, ତାହାସବୁ ମୋତେ ଜଣାଅ।”
Rex autem loquebatur cum Giezi puero viri Dei, dicens: Narra mihi omnia magnalia quæ fecit Eliseus.
5 ତହିଁରେ ଇଲୀଶାୟ କିପରି ମୃତ ଲୋକକୁ ପୁନର୍ଜୀବିତ କରିଥିଲେ, ଏହା ଗିହେଜୀ ରାଜାଙ୍କୁ କହିବା ବେଳେ, ଦେଖ, ଯେଉଁ ସ୍ତ୍ରୀର ପୁତ୍ରକୁ ସେ ପୁନର୍ଜୀବିତ କରିଥିଲେ, ସେ ସ୍ତ୍ରୀ ରାଜାଙ୍କ ନିକଟରେ ଆପଣା ଗୃହ ଓ ଆପଣା ଭୂମି ନିମନ୍ତେ ଗୁହାରି କରୁଅଛି। ଏଥିରେ ଗିହେଜୀ କହିଲା, “ହେ ମୋର ପ୍ରଭୋ, ମହାରାଜ, ଏ ସେହି ସ୍ତ୍ରୀ ଓ ତାହାର ପୁତ୍ର, ଯାହାକୁ ଇଲୀଶାୟ ପୁନର୍ଜୀବିତ କରିଥିଲେ।”
Cumque ille narraret regi quo modo mortuum suscitasset, apparuit mulier, cuius vivificaverat filium, clamans ad regem pro domo sua, et pro agris suis. Dixitque Giezi: Domine mi rex, hæc est mulier, et hic est filius eius, quem suscitavit Eliseus.
6 ତହୁଁ ରାଜା ସେହି ସ୍ତ୍ରୀକୁ ପଚାରନ୍ତେ, ସେ ତାଙ୍କୁ ଜଣାଇଲା। ତହିଁରେ ରାଜା ତାହା ନିମନ୍ତେ ଏକ କର୍ମଚାରୀକୁ ନିଯୁକ୍ତ କରି କହିଲେ, “ଏହାର ଯେଉଁ ସର୍ବସ୍ୱ ଥିଲା ଓ ଏ ଯେଉଁ ଦିନ ଦେଶ ଛାଡ଼ିଲା, ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଏହାର କ୍ଷେତ୍ରୋତ୍ପନ୍ନ ସମସ୍ତ ଫଳ ଏହାକୁ ଫେରାଇ ଦିଅ।”
Et interrogavit rex mulierem: quæ narravit ei. Deditque ei rex eunuchum unum, dicens: Restitue ei omnia quæ sua sunt, et universos reditus agrorum a die, qua reliquit terram usque ad præsens.
7 ଏକ ସମୟରେ ଇଲୀଶାୟ ଦମ୍ମେଶକରେ ଉପସ୍ଥିତ ହେଲେ; ସେତେବେଳେ ଅରାମର ରାଜା ବିନ୍‍ହଦଦ୍‍ ପୀଡ଼ିତ ଥିଲା; “ପୁଣି ପରମେଶ୍ୱରଙ୍କ ଲୋକ ଏ ସ୍ଥାନକୁ ଆସିଅଛନ୍ତି” ବୋଲି ତାହାକୁ ସମ୍ବାଦ ଦିଆଗଲା।
Venit quoque Eliseus Damascum, et Benadad rex Syriæ ægrotabat: nunciaveruntque ei, dicentes: Venit vir Dei huc.
8 ତହିଁରେ ରାଜା ହସାୟେଲକୁ କହିଲା, “ଆପଣା ହସ୍ତରେ ଉପହାର ନେଇ ପରମେଶ୍ୱରଙ୍କ ଲୋକଙ୍କୁ ସାକ୍ଷାତ କରିବାକୁ ଯାଅ, ‘ଆଉ ମୁଁ ଏହି ପୀଡ଼ାରୁ ମୁକ୍ତ ହେବି କି ନାହିଁ?’ ଏହି କଥା ତାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାର।”
Et ait rex ad Hazael: Tolle tecum munera, et vade in occursum viri Dei, et consule Dominum per eum, dicens: Si evadere potero de infirmitate mea hac?
9 ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଓଟର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, “ଆପଣଙ୍କ ପୁତ୍ର ଅରାମର ରାଜା ବିନ୍‍ହଦଦ୍‍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ‘ମୁଁ କʼଣ ଏହି ପୀଡ଼ାରୁ ମୁକ୍ତ ହେବି?’”
Ivit igitur Hazael in occursum eius, habens secum munera, et omnia bona Damasci, onera quadraginta camelorum. Cumque stetisset coram eo, ait: Filius tuus Benadad rex Syriæ misit me ad te, dicens: Si sanari potero de infirmitate mea hac?
10 ତହିଁରେ ଇଲୀଶାୟ ତାହାକୁ କହିଲେ, “ତୁମ୍ଭେ ଯାଇ ତାହାଙ୍କୁ କୁହ, ‘ତୁମ୍ଭେ ଅବଶ୍ୟ ମୁକ୍ତ ହେବ,’ ତଥାପି ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ସେ ଅବଶ୍ୟ ମରିବ।”
Dixitque ei Eliseus: Vade, dic ei: Sanaberis: porro ostendit mihi Dominus quia morte morietur.
11 ସେତେବେଳେ ଇଲୀଶାୟ ତାହା ପ୍ରତି ଏପରି ସ୍ଥିର ଦୃଷ୍ଟି କଲେ ଯେ, ସେ ଲଜ୍ଜିତ ହେଲା; ପୁଣି ପରମେଶ୍ୱରଙ୍କ ଲୋକ ରୋଦନ କଲେ।
Stetique cum eo, et conturbatus est usque ad suffusionem vultus: flevitque vir Dei.
12 ତହିଁରେ ହସାୟେଲ ପଚାରିଲା, “ମୋʼ ପ୍ରଭୁ କାହିଁକି ରୋଦନ କରୁଅଛନ୍ତି?” ଇଲୀଶାୟ ଉତ୍ତର କଲେ, “କାରଣ ଏହି, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ୍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”
Cui Hazael ait: Quare dominus meus flet? At ille dixit: Quia scio quæ facturus sis filiis Israel mala. Civitates eorum munitas igne succendes, et iuvenes eorum interficies gladio, et parvulos eorum elides, et prægnantes divides.
13 ଏଥିରେ ହସାୟେଲ କହିଲା, “ମାତ୍ର ଆପଣଙ୍କ ଦାସ, ଯେ ଗୋଟିଏ କୁକ୍କୁର ମାତ୍ର, ସେ କିଏ ଯେ, ଏହି ବଡ଼ କର୍ମ କରିବ?” ତହୁଁ ଇଲୀଶାୟ ଉତ୍ତର କଲେ, “ସଦାପ୍ରଭୁ ମୋତେ ଜଣାଇ ଅଛନ୍ତି ଯେ, ତୁମ୍ଭେ ଅରାମର ରାଜା ହେବ।”
Dixitque Hazael: Quid enim sum servus tuus canis, ut faciam rem istam magnam? Et ait Eliseus: Ostendit mihi Dominus te regem Syriæ fore.
14 ଏଥିଉତ୍ତାରେ ହସାୟେଲ ଇଲୀଶାୟଙ୍କ ନିକଟରୁ ପ୍ରସ୍ଥାନ କରି ଆପଣା ପ୍ରଭୁ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ତାହାକୁ ପଚାରିଲା, “ଇଲୀଶାୟ ତୁମ୍ଭକୁ କଅଣ କହିଲେ?” ତହୁଁ ହସାୟେଲ ଉତ୍ତର କଲା, “ସେ ମୋତେ ଜଣାଇଲେ ଯେ, ଆପଣ ନିଶ୍ଚୟ ମୁକ୍ତ ହେବେ।”
Qui cum recessisset ab Eliseo, venit ad dominum suum. Qui ait ei: Quid dixit tibi Eliseus? At ille respondit: Dixit mihi: Recipies sanitatem.
15 ମାତ୍ର ପରଦିନ ହସାୟେଲ ଶଯ୍ୟାଚ୍ଛାଦନ ନେଇ ଜଳରେ ବୁଡ଼ାଇ ରାଜାର ମୁଖ ଉପରେ ବିଛାଇ ଦିଅନ୍ତେ, ସେ ମଲା; ପୁଣି ହସାୟେଲ ତାହାର ପଦରେ ରାଜ୍ୟ କଲା।
Cumque venisset dies altera, tulit stragulum, et infudit aquam, et expandit super faciem eius: quo mortuo, regnavit Hazael pro eo.
16 ଆହାବଙ୍କର ପୁତ୍ର ଇସ୍ରାଏଲର ରାଜା ଯୋରାମ୍‍ଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ, ସେହି ସମୟରେ ଯିହୋଶାଫଟ୍‍ ଯିହୁଦାର ରାଜା ଥିଲେ।
Anno quinto Ioram filii Achab regis Israel, et Iosaphat regis Iuda, regnavit Ioram filius Iosaphat rex Iuda.
17 ସେ ରାଜତ୍ୱ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।
Triginta duorum annorum erat cum regnare cœpisset, et octo annis regnavit in Ierusalem.
18 ପୁଣି ସେ ଆହାବଙ୍କର ବଂଶାନୁସାରେ ଇସ୍ରାଏଲ ରାଜାମାନଙ୍କ ପଥରେ ଚାଲିଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କରିଥିଲେ ଓ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
Ambulavitque in viis regum Israel, sicut ambulaverat domus Achab: filia enim Achab erat uxor eius: et fecit quod malum est in conspectu Domini.
19 ତଥାପି ସଦାପ୍ରଭୁ ଦାଉଦଙ୍କୁ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ସେ ଆପଣା ଦାସ ଦାଉଦଙ୍କ ସକାଶୁ ଯିହୁଦାକୁ ବିନାଶ କରିବା ପାଇଁ ଅସମ୍ମତ ହେଲେ।
Noluit autem Dominus disperdere Iudam, propter David servum suum, sicut promiserat ei, ut daret illi lucernam, et filiis eius cunctis diebus.
20 ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।
In diebus eius recessit Edom, ne esset sub Iuda, et constituit sibi regem.
21 ତହିଁରେ ଯୋରାମ୍‍ ଓ ତାଙ୍କ ସଙ୍ଗେ ସମସ୍ତ ରଥ ସାୟୀରକୁ ଯାତ୍ରା କଲେ; ପୁଣି ସେ ରାତ୍ରିକାଳରେ ଉଠି ଆପଣା ଚତୁର୍ଦ୍ଦିଗ ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ; ଏଥିରେ ଲୋକମାନେ ଆପଣା ଆପଣା ତମ୍ବୁକୁ ପଳାଇଲେ।
Venitque Ioram Seira, et omnes currus cum eo: et surrexit nocte, percussitque Idumæos, qui eum circumdederant, et principes curruum, populus autem fugit in tabernacula sua.
22 ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା। ସେହି ସମୟରେ ଲିବ୍‍ନା ନଗର ମଧ୍ୟ ବିଦ୍ରୋହୀ ହେଲା।
Recessit ergo Edom ne esset sub Iuda, usque ad diem hanc. Tunc recessit et Lobna in tempore illo.
23 ଏହି ଯୋରାମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କି ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Reliqua autem sermonum Ioram, et universa, quæ fecit, nonne hæc scripta sunt in Libro verborum dierum regum Iuda?
24 ଏଥିଉତ୍ତାରେ ଯୋରାମ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ଅହସୀୟ ତାଙ୍କ ପଦରେ ରାଜ୍ୟ କଲେ।
Et dormivit Ioram cum patribus suis, sepultusque est cum eis in Civitate David, et regnavit Ochozias filius eius pro eo.
25 ଇସ୍ରାଏଲ ରାଜା ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ରାଜତ୍ଵର ଦ୍ୱାଦଶ ବର୍ଷରେ ଯିହୁଦା-ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ।
Anno duodecimo Ioram filii Achab regis Israel regnavit Ochozias filius Ioram regis Iudæ.
26 ଅହସୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ବାଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏକ ବର୍ଷ ରାଜ୍ୟ କଲେ। ତାଙ୍କର ମାତାଙ୍କ ନାମ ଅଥଲୀୟା, ସେ ଇସ୍ରାଏଲର ରାଜା ଅମ୍ରିଙ୍କର କନ୍ୟା ଥିଲେ।
Viginti duorum annorum erat Ochozias cum regnare cœpisset, et uno anno regnavit in Ierusalem: nomen matris eius Athalia filia Amri regis Israel.
27 ପୁଣି ଅହସୀୟ ଆହାବ-ବଂଶର ପଥରେ ଚାଲି ଆହାବ-ବଂଶର କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; କାରଣ ସେ ଆହାବ-ବଂଶର ଜାମାତା ଥିଲେ।
Et ambulavit in viis domus Achab: et fecit quod malum est coram Domino, sicut domus Achab: gener enim domus Achab fuit.
28 ଏଥିଉତ୍ତାରେ ସେ ଆହାବଙ୍କର ପୁତ୍ର ଯୋରାମ୍‍ଙ୍କ ସଙ୍ଗେ ମିଶି ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋତ୍‍-ଗିଲୀୟଦରେ ଯୁଦ୍ଧ କରିବାକୁ ଗଲେ; ତହିଁରେ ଅରାମୀୟ ଲୋକମାନେ ଯୋରାମ୍‍ଙ୍କୁ କ୍ଷତବିକ୍ଷତ କଲେ।
Abiit quoque cum Ioram filio Achab, ad præliandum contra Hazael regem Syriæ in Ramoth Galaad, et vulneraverunt Syri Ioram:
29 ଏହେତୁ ଯୋରାମ୍‍ ରାଜା ଅରାମର ରାଜା ହସାୟେଲ ବିରୁଦ୍ଧରେ ଯୁଦ୍ଧ କରିବା ବେଳେ ଅରାମୀୟ ଲୋକମାନେ ରାମାରେ ତାଙ୍କୁ ଯେଉଁ କ୍ଷତବିକ୍ଷତ କରିଥିଲେ, ତହିଁରୁ ସେ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲକୁ ଫେରିଗଲେ। ଆହାବଙ୍କର ପୁତ୍ର ଯୋରାମ୍‍ ପୀଡ଼ିତ ହେବା ସକାଶୁ ଯିହୁଦାର ରାଜା ଯିହୋରାମ୍‍ଙ୍କର ପୁତ୍ର ଅହସୀୟ ତାଙ୍କୁ ଦେଖିବା ପାଇଁ ଯିଷ୍ରିୟେଲକୁ ଗଲେ।
qui reversus est ut curaretur, in Iezrahel: quia vulneraverant eum Syri in Ramoth præliantem contra Hazael regem Syriæ. Porro Ochozias filius Ioram rex Iuda, descendit invisere Ioram filium Achab in Iezrahel, quia ægrotabat ibi.

< ଦ୍ୱିତୀୟ ରାଜାବଳୀ 8 >