< ଦ୍ୱିତୀୟ ରାଜାବଳୀ 1 >
1 ଏଥିଉତ୍ତାରେ ଆହାବଙ୍କର ମୃତ୍ୟୁୁ ଉତ୍ତାରେ ମୋୟାବ ଦେଶ ଇସ୍ରାଏଲ ବିରୁଦ୍ଧରେ ବିଦ୍ରୋହ ଆଚରଣ କଲେ।
Prævaricatus est autem Moab in Israel, postquam mortuus est Achab.
2 ପୁଣି ଅହସୀୟ ଶମରୀୟାସ୍ଥ ଆପଣା ଉପରିସ୍ଥ କୋଠରିର ଝରକା ଦେଇ ପଡ଼ି ପୀଡ଼ିତ ହେଲେ; ଆଉ ସେ ଦୂତଗଣ ପଠାଇ ସେମାନଙ୍କୁ କହିଲେ, “ଯାଅ, ଏହି ପୀଡ଼ାରୁ ମୁଁ ସୁସ୍ଥ ହେବି କି ନାହିଁ, ଏହା ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାର।”
Ceciditque Ochozias per cancellos cœnaculi sui, quod habebat in Samaria, et ægrotavit: misitque nuncios, dicens ad eos: Ite, consulite Beelzebub deum Accaron, utrum vivere queam de infirmitate mea hac.
3 ମାତ୍ର ସଦାପ୍ରଭୁଙ୍କ ଦୂତ ତିଶ୍ବୀୟ ଏଲୀୟଙ୍କୁ କହିଲେ, “ଉଠ, ଶମରୀୟା ରାଜାଙ୍କର ଦୂତଗଣକୁ ସାକ୍ଷାତ କରିବାକୁ ଯାଅ ଓ ସେମାନଙ୍କୁ କୁହ, ‘ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେମାନେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବାକୁ ଯାଉଅଛ?’
Angelus autem Domini locutus est ad Eliam Thesbiten, dicens: Surge, et ascende in occursum nunciorum regis Samariæ, et dices ad eos: Numquid non est Deus in Israel, ut eatis ad consulendum Beelzebub deum Accaron?
4 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ।
Quam ob rem hæc dicit Dominus: De lectulo, super quem ascendisti, non descendes, sed morte morieris. Et abiit Elias.
5 ତହୁଁ ଦୂତମାନେ ଅହସୀୟଙ୍କର ନିକଟକୁ ଫେରି ଆସନ୍ତେ, ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହିଁକି ଫେରି ଆସିଲ?”
Reversique sunt nuncii ad Ochoziam. Qui dixit eis: Quare reversi estis?
6 ଏଥିରେ ସେମାନେ ତାଙ୍କୁ କହିଲେ, “ଜଣେ ଲୋକ ଆମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି କହିଲା, ‘ଯେଉଁ ରାଜା ତୁମ୍ଭମାନଙ୍କୁ ପଠାଇଅଛି, ତାହା ନିକଟକୁ ଫେରିଯାଇ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବ ନିକଟକୁ ପଚାରି ପଠାଉଅଛ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।’”
At illi responderunt ei: Vir occurrit nobis, et dixit ad nos: Ite, et revertimini ad regem, qui misit vos, et dicetis ei: Hæc dicit Dominus: Numquid, quia non erat Deus in Israel, mittis ut consulatur Beelzebub deus Accaron? Idcirco de lectulo, super quem ascendisti, non descendes, sed morte morieris.
7 ତହିଁରେ ଅହସୀୟ ସେମାନଙ୍କୁ ପଚାରିଲେ, “ଯେ ତୁମ୍ଭମାନଙ୍କୁ ସାକ୍ଷାତ କରିବାକୁ ଆସି ଏହିସବୁ କଥା କହିଲା, ସେ କି ପ୍ରକାର ଲୋକ?”
Qui dixit eis: Cuius figuræ et habitus est vir ille, qui occurrit vobis, et locutus est verba hæc?
8 ତହୁଁ ସେମାନେ ତାଙ୍କୁ ଉତ୍ତର କଲେ, “ସେ ଲୋମଶ ମନୁଷ୍ୟ ଓ ତାହାର କଟି ଚର୍ମପଟୁକାରେ ବନ୍ଧା ଥିଲା।” ତହିଁରେ ରାଜା କହିଲେ, “ସେ ତ ତିଶ୍ବୀୟ ଏଲୀୟ।”
At illi dixerunt: Vir pilosus, et zona pellicea accinctus renibus. Qui ait: Elias Thesbites est.
9 ତେବେ ରାଜା ଏଲୀୟଙ୍କ ନିକଟକୁ ଜଣେ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ପଚାଶପତି ଏଲୀୟଙ୍କ ନିକଟକୁ ଗଲା; ଆଉ ଦେଖ, ଏଲୀୟ ପର୍ବତ ଶୃଙ୍ଗରେ ବସିଥିଲେ। ଏଥିରେ ପଚାଶପତି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ତଳକୁ ଆସ।’”
Misitque ad eum quinquagenarium principem, et quinquaginta qui erant sub eo. Qui ascendit ad eum: sedentique in vertice montis, ait: Homo Dei, rex præcepit ut descendas.
10 ତହୁଁ ଏଲୀୟ ସେହି ପଚାଶପତିଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ଏଥିରେ ଆକାଶରୁ ଅଗ୍ନି ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।
Respondensque Elias, dixit quinquagenario: Si homo Dei sum, descendat ignis de cælo, et devoret te, et quinquaginta tuos. Descendit itaque ignis de cælo, et devoravit eum, et quinquaginta qui erant cum eo.
11 ଏଉତ୍ତାରେ ରାଜା ପୁନର୍ବାର ଏଲୀୟଙ୍କ ନିକଟକୁ ଆଉ ଏକ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ତହୁଁ ଏହି ପଚାଶପତି ମଧ୍ୟ ଏଲୀୟଙ୍କୁ କହିଲେ, “ହେ ପରମେଶ୍ୱରଙ୍କ ଲୋକ, ରାଜା କହିଅଛନ୍ତି, ‘ଶୀଘ୍ର ତଳକୁ ଆସ।’”
Rursumque misit ad eum principem quinquagenarium alterum, et quinquaginta cum eo. Qui locutus est illi: Homo Dei, hæc dicit rex: Festina, descende.
12 ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ତହୁଁ ପରମେଶ୍ୱରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା।
Respondens Elias ait: Si homo Dei ego sum, descendat ignis de cælo, et devoret te, et quinquaginta tuos. Descendit ergo ignis de cælo, et devoravit illum, et quinquaginta eius.
13 ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିଙ୍କୁ ତାହାର ପଚାଶ ଲୋକ ସହିତ ପଠାଇଲେ। ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁପାତି ବିନୟ କରି ତାଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ।
Iterum misit principem quinquagenarium tertium, et quinquaginta qui erant cum eo. Qui cum venisset, curvavit genua contra Eliam, et precatus est eum, et ait: Homo Dei, noli despicere animam meam, et animas servorum tuorum qui mecum sunt.
14 ଦେଖନ୍ତୁ, ଆକାଶରୁ ଅଗ୍ନି ଆସି ପୂର୍ବ ଦୁଇ ପଚାଶପତିଙ୍କୁ ଓ ସେମାନଙ୍କ ପଚାଶ ପଚାଶ ଲୋକଙ୍କୁ ଗ୍ରାସ କଲା; ମାତ୍ର ଏବେ ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ବହୁମୂଲ୍ୟ ହେଉ।”
Ecce descendit ignis de cælo, et devoravit duos principes quinquagenarios primos, et quinquagenos, qui cum eis erant: sed nunc obsecro ut miserearis animæ meæ.
15 ଏଥିରେ ସଦାପ୍ରଭୁଙ୍କ ଦୂତ ଏଲୀୟଙ୍କୁ କହିଲେ, “ତାହା ସଙ୍ଗରେ ତଳକୁ ଯାଅ; ତାହାକୁ ଭୟ କର ନାହିଁ।” ତହୁଁ ଏଲୀୟ ଉଠି ପଚାଶପତି ସଙ୍ଗରେ ତଳକୁ ଯାଇ ରାଜାଙ୍କ ନିକଟକୁ ଗଲେ।
Locutus est autem Angelus Domini ad Eliam, dicens: Descende cum eo, ne timeas. Surrexit igitur, et descendit cum eo ad regem,
16 ପୁଣି ସେ ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ।’”
et locutus est ei: Hæc dicit Dominus: Quia misisti nuncios ad consulendum Beelzebub deum Accaron, quasi non esset Deus in Israel, a quo posses interrogare sermonem, ideo de lectulo, super quem ascendisti, non descendes, sed morte morieris.
17 ଏଥିଉତ୍ତାରେ ଏଲୀୟଙ୍କ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ମଲେ। ପୁଣି ତାଙ୍କର ପୁତ୍ର ନ ଥିବାରୁ ଯିହୁଦାର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଯିହୋରାମ୍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ।
Mortuus est ergo iuxta sermonem Domini, quem locutus est Elias, et regnavit Ioram frater eius pro eo, anno secundo Ioram filii Iosaphat regis Iudæ: non enim habebat filium.
18 ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତାନ୍ତ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Reliqua autem verborum Ochoziæ, quæ operatus est, nonne hæc scripta sunt in Libro sermonum dierum regum Israel?