< ୨ ପିତର 2 >

1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
Fuerunt vero et pseudoprophetae in populo, sicut et in vobis erunt magistri mendaces, qui introducent sectas perditionis, et eum, qui emit eos, Dominum negant: superducentes sibi celerem perditionem.
2 ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ।
Et multi sequentur eorum luxurias, per quos via veritatis blasphemabitur:
3 ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।
et in avaritia fictis verbis de vobis negotiabuntur: quibus iudicium iam olim non cessat: et perditio eorum non dormitat.
4 କାରଣ ଈଶ୍ବର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି (Tartaroō g5020)
Si enim Deus angelis peccantibus non pepercit, sed rudentibus inferni detractos in tartarum tradidit cruciandos, in iudicium reservari. (Tartaroō g5020)
5 ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ;
Et originali mundo non pepercit, sed octavum Noe iustitiae praeconem custodivit, diluvium mundo impiorum inducens.
6 ସେ ସଦୋମ ଓ ଗମୋରା ନଗରସବୁକୁ ଭସ୍ମରେ ପରିଣତ କରି ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ପାଇବା ନିମନ୍ତେ ଦଣ୍ଡାଜ୍ଞା ଦେଲେ ଓ ସେମାନଙ୍କୁ ଭବିଷ୍ୟତକାଳର ଅଧାର୍ମିକମାନଙ୍କ ଦୃଷ୍ଟାନ୍ତ ସ୍ୱରୂପ କଲେ,
Et civitates Sodomorum, et Gomorrhaeorum in cinerem redigens, eversione damnavit: exemplum eorum, qui impie acturi sunt, ponens:
7 ପୁଣି, ସେ ଦୂରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,
et iustum Lot oppressum a nefandorum iniuria, ac luxuriosa conversatione eripuit:
8 ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ।
aspectu enim, et auditu iustus erat: habitans apud eos, qui de die in diem animam iustam iniquis operibus cruciabant.
9 ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।
Novit Dominus pios de tentatione eripere: iniquos vero in diem iudicii reservare cruciandos.
10 ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,
magis autem eos, qui post carnem in concupiscentia immunditiae ambulant, dominationemque contemnunt, audaces, sibi placentes, sectas non metuunt introducere blasphemantes:
11 ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ।
ubi angeli fortitudine, et virtute cum sint maiores, non portant adversum se execrabile iudicium.
12 କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ୱଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,
Hi vero velut irrationabilia pecora, naturaliter in captionem, et in perniciem in his quae ignorant blasphemantes in corruptione sua peribunt,
13 ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି।
percipientes mercedem iniustitiae, voluptatem existimantes diei delicias: coinquinationis, et maculae deliciis affluentes, in conviviis suis luxuriantes vobiscum,
14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,
oculos habentes plenos adulterii, et incessabilis delicti. Pellicientes animas instabiles, cor exercitatum avaritia habentes, maledictionis filii:
15 ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;
derelinquentes rectam viam erraverunt, secuti viam Balaam ex Bosor, qui mercedem iniquitatis amavit:
16 କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା।
correptionem vero habuit suae vesaniae: subiugale mutum animal, in hominis voce loquens, prohibuit prophetae insipientiam.
17 ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି।
Hi sunt fontes sine aqua, et nebulae turbinibus exagitatae, quibus caligo tenebrarum reservatur.
18 କାରଣ ସେମାନେ ନିରର୍ଥକ ଅହଙ୍କାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;
Superba enim vanitatis loquentes, pelliciunt in desideriis carnis luxuriae eos, qui paululum effugiunt, qui in errore conversantur:
19 ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ।
libertatem illis promittentes, cum ipsi servi sint corruptionem: a quo enim quis superatus est, huius et servus est.
20 ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।
Si enim refugientes coinquinationes mundi in cognitione Domini nostri, et Salvatoris Iesu Christi, his rursus implicati superantur: facta sunt eis posteriora deteriora prioribus.
21 କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା।
Melius enim erat illis non cognoscere viam iustitiae, quam post agnitionem, retrorsum converti ab eo, quod illis traditum est sancto mandato.
22 କୁକୁର ଆପଣା ବାନ୍ତି ଖାଇବାକୁ ଓ ଧୌତ ହୋଇଥିବା ଘୁଷୁରି କାଦୁଅରେ ଲୋଟିବାକୁ ପୁନର୍ବାର ଫେରେ, ଏହି ସତ୍ୟ ଦୃଷ୍ଟାନ୍ତବାକ୍ୟ ସେମାନଙ୍କ ପ୍ରତି ଘଟିଅଛି।
Contigit enim eis illud veri proverbii: Canis reversus ad suum vomitum: et, Sus lota in volutabro luti.

< ୨ ପିତର 2 >