< ଦ୍ୱିତୀୟ ଶାମୁୟେଲ 1 >
1 ଶାଉଲଙ୍କ ମୃତ୍ୟୁୁ ପରେ, ଦାଉଦ ଅମାଲେକୀୟମାନଙ୍କୁ ବଧ କରି ଫେରି ସିକ୍ଲଗ୍ ନଗରରେ ଦୁଇ ଦିନ ରହିଲେ।
Da David efter Sauls Død var vendt tilbage fra Sejeren over Amalek og havde opholdt sig to Dage i Ziklag,
2 ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା।
kom der Tredjedagen en Mand fra Hæren, fra Saul, med sønderrevne Klæder og Jord på Hovedet, og da han kom hen til David, kastede han sig til Jorden og bøjede sig.
3 ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଇସ୍ରାଏଲ ଛାଉଣିରୁ ପଳାଇ ଆସିଲି।”
David spurgte ham: "Hvor kommer du fra?" Han svarede: "Jeg slap bort fra Israels Hær!"
4 ତହିଁରେ ଦାଉଦ ତାହାକୁ କହିଲେ, “କଥା କଅଣ, ମୋତେ କହିଲ?” ତହୁଁ ସେ ଉତ୍ତର କଲା, “ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ପତିତ ହେଲେ ଓ ମଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।”
David sagde da til ham: "Hvorledes gik det? Fortæl mig det!" Han svarede: "Folket flygtede fra Kampen, og mange af Folket faldt og døde; også Saul og hans Søn Jonatan er døde."
5 ତହିଁରେ ଦାଉଦ ସେହି ଯୁବାକୁ କହିଲେ, “ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଲେ ବୋଲି ତୁମ୍ଭେ କିପରି ଜାଣିଲ?”
Da sagde David til den unge Mand, som bragte ham Budet: "Hvoraf ved du, at Saul og hans Søn Jonatan er døde?"
6 ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି।
Den unge Mand, der bragte ham Budet, svarede: "Det traf sig, at jeg var på Gilboas Bjerg, og se, Saul stod lænet til sit Spyd, medens Vognene og Rytterne trængte ham;
7 ଶାଉଲ ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, ‘ଏଠାରେ ମୁଁ ଅଛି।’
og da han vendte sig om, fik han Øje på mig og kaldte på mig; og jeg sagde: Her er jeg!
8 ତେଣୁ ସେ ମୋତେ କହିଲେ, ‘ତୁମ୍ଭେ କିଏ?’ ମୁଁ ଉତ୍ତର କଲି, ‘ମୁଁ ଜଣେ ଅମାଲେକୀୟ ଲୋକ।’
Da spurgte han mig: Hvem er du? Og jeg svarede: Jeg er en Amalekit!
9 ତେବେ ସେ ମୋତେ କହିଲେ, ‘ବିନୟ କରୁଅଛି, ମୋʼ ଉପରେ ଠିଆ ହୋଇ ମୋତେ ବଧ କର, ମୋତେ ବଡ଼ କଷ୍ଟ ହେଉଅଛି; କାରଣ ଏପର୍ଯ୍ୟନ୍ତ ମୋʼ ଠାରେ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।’
Så sagde han til mig: Kom herhen og giv mig Dødsstødet! Thi Krampen har grebet mig, men jeg lever endnu!
10 ତହିଁରେ ମୁଁ ତାଙ୍କ ଉପରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେ ପତନ ହେଲା ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋʼ ସ୍ୱାମୀଙ୍କ କତିକି ଆଣିଅଛି।”
Og jeg trådte hen til ham og gav ham Dødsstødet, thi jeg så, at han ikke kunde leve, når han faldt om. Så tog jeg Diademet, han havde på Hovedet, og et Armbånd, han bar på Armen, og dem har jeg med hid til min Herre."
11 ଏଥିରେ ଦାଉଦ ଦୁଖଃ ସକାଶୁ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ସେହିପରି କଲେ;
Da tog David fat i sine Klæder og sønderrev dem, og ligeså gjorde alle hans Mænd;
12 ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ।
og de holdt Klage, græd og fastede til Aften over Saul og hans Søn Jonatan og HERRENs Folk og Israels Hus, fordi de var faldet for Sværdet.
13 ଏଉତ୍ତାରେ ଦାଉଦ ସେହି ଯୁବାକୁ କହିଲେ, “ତୁମ୍ଭେ କେଉଁ ସ୍ଥାନର ଲୋକ?” ସେ ଉତ୍ତର କଲା, “ମୁଁ ଜଣେ ବିଦେଶୀ ଅମାଲେକୀୟ ଲୋକର ପୁତ୍ର।”
Derpå sagde David til den unge Mand, som havde bragt ham Budet: "Hvor er du fra?" Han svarede: "Jeg er Søn af en Amalekit, der bor her som fremmed."
14 ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?”
Da sagde David: "Frygtede du dog ikke for at lægge Hånd på HERRENs Salvede og dræbe ham!"
15 ଏଥିରେ ଦାଉଦ ଯୁବାମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, “ପାଖକୁ ଯାଇ ତାକୁ ଆକ୍ରମଣ କର।” ତହିଁରେ ସେ ତାକୁ ଆଘାତ କରନ୍ତେ, ସେ ଅମାଲେକୀୟ ମଲା।
David kaldte så på en af sine Folk og sagde: "Kom herhen og stød ham ned!" Og han slog ham ihjel.
16 ପୁଣି ଦାଉଦ ମୃତ ଅମାଲେକୀୟକୁ କହିଲେ, “ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି।”
Men David sagde til ham: "Dit Blod komme over dit eget Hoved! Thi din egen Mund vidnede imod dig, da du sagde: Jeg gav HERRENs Salvede Dødsstødet!"
17 ଏଥିଉତ୍ତାରେ ଦାଉଦ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନଙ୍କ ମୃତ୍ୟୁୁରେ ବିଳାପ କଲେ;
Da sang David denne Klagesang over Saul og hans Søn Jonatan.
18 ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍ ପୁସ୍ତକରେ ଲେଖାଅଛି।
Den skal læres af Judas Sønner; den står optegnet i de Oprigtiges Bog.
19 “ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ, ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ! ବୀରମାନେ କିପରି ପତିତ ହେଲେ!
Din Pryd, Israel, ligger dræbt på dine Høje. Ak, at dog Heltene faldt!
20 ଗାଥ୍ରେ ଏହା ନ ଜଣାଅ, ଅସ୍କିଲୋନର ଦାଣ୍ଡରେ ଏହା ପ୍ରଚାର ନ କର; କଲେ ପଲେଷ୍ଟୀୟ କନ୍ୟାମାନେ ଆନନ୍ଦ କରିବେ ଓ ଅସୁନ୍ନତମାନଙ୍କ କନ୍ୟାଗଣ ଜୟଧ୍ୱନି କରିବେ।
Forkynd det ikke i Gat, ej lyde der Glædesbud på Askalons Gader, at ikke Filisternes Døtre skal fryde sig, de uomskårnes Døtre juble!
21 ହେ ଗିଲ୍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା।
Gilboas Bjerge! Ej falde Dug og Regn på eder, I Dødens Vange! Thi Heltenes Skjolde vanæredes der; Sauls Skjold er ej salvet med Olie.
22 ହତ ଲୋକମାନଙ୍କ ରକ୍ତରୁ, ବୀରମାନଙ୍କ ମେଦରୁ ଯୋନାଥନଙ୍କ ଧନୁ ଫେରେ ନାହିଁ ଓ ଶାଉଲଙ୍କର ଖଡ୍ଗ ଖାଲି ହୋଇ ଫେରେ ନାହିଁ।
Uden faldnes Blod, uden Heltes Fedt kom Jonatans Bue ikke tilbage, Sauls Sværd ikke sejrløst hjem.
23 ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।
Saul og Jonatan, de elskelige, hulde, skiltes ikke i Liv eller Død; hurtigere var de end Ørne, stærkere var de end Løver!
24 ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂର ବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ-ଅଳଙ୍କାର ମଣ୍ଡିଲେ।
O, Israels Døtre, græd over Saul, som klædte eder yndigt i Purpur, satte Guldsmykker på eders Klæder!
25 ବୀରମାନେ ଯୁଦ୍ଧ ମଧ୍ୟରେ କିପରି ମରିଅଛନ୍ତି। ଯୋନାଥନ ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ।
Ak, at dog Heltene faldt i Slagets Tummel - dræbt ligger Jonatan på dine Høje!
26 ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।
Jeg sørger over dig, Jonatan, Broder, du var mig såre kær; underfuld var mig din Kærlighed, mere end Kvinders Kærlighed.
27 ବୀରମାନେ କିପରି ପତିତ ହେଲେ ଓ ଯୁଦ୍ଧାସ୍ତ୍ରସକଳ ବିନଷ୍ଟ ହେଲା।”
Ak, at dog Heltene faldt, Stridsvåbnene lagdes øde!