< ଦ୍ୱିତୀୟ ଶାମୁୟେଲ 1 >

1 ଶାଉଲଙ୍କ ମୃତ୍ୟୁୁ ପରେ, ଦାଉଦ ଅମାଲେକୀୟମାନଙ୍କୁ ବଧ କରି ଫେରି ସିକ୍ଲଗ୍‍ ନଗରରେ ଦୁଇ ଦିନ ରହିଲେ।
サウルの死し後ダビデ、アマレク人を撃てかへりチクラグに二日とどまりけるが
2 ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା।
第三日に及びて一個の人其衣を裂き頭に土をかむりて陣營より即ちサウルの所より來りダビデの許にいたり地にふして拝せり
3 ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କେଉଁଠାରୁ ଆସିଅଛ?” ତହୁଁ ସେ କହିଲା, “ମୁଁ ଇସ୍ରାଏଲ ଛାଉଣିରୁ ପଳାଇ ଆସିଲି।”
ダビデかれにいひけるは汝いづくより來れるやかれダビデにいひけるはイスラエルの陣營より逃れきたれり
4 ତହିଁରେ ଦାଉଦ ତାହାକୁ କହିଲେ, “କଥା କଅଣ, ମୋତେ କହିଲ?” ତହୁଁ ସେ ଉତ୍ତର କଲା, “ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ପତିତ ହେଲେ ଓ ମଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।”
ダビデかれにいひけるは事いかん請ふ我につげよかれこたへけるは民戰に敗れて逃げ民おほく仆れて死りまたサウルと其子ヨナタンも死り
5 ତହିଁରେ ଦାଉଦ ସେହି ଯୁବାକୁ କହିଲେ, “ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଲେ ବୋଲି ତୁମ୍ଭେ କିପରି ଜାଣିଲ?”
ダビデ其おのれにつぐる少者にいひけるは汝いかにしてサウルと其子ヨナタンの死たるをしるや
6 ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍‍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି।
ダビデにつぐる少者いひけるは我はからずもギルボア山にのぼり見しにサウル其槍に倚かかりをりて戰車と騎兵かれにせめよらんとせり
7 ଶାଉଲ ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, ‘ଏଠାରେ ମୁଁ ଅଛି।’
彼うしろにふりむきて我を見我をよびたれば我こたへて我ここにありといふ
8 ତେଣୁ ସେ ମୋତେ କହିଲେ, ‘ତୁମ୍ଭେ କିଏ?’ ମୁଁ ଉତ୍ତର କଲି, ‘ମୁଁ ଜଣେ ଅମାଲେକୀୟ ଲୋକ।’
かれ我に汝は誰なるやといひければ我かれにこたへて我はアマレク人なりといふ
9 ତେବେ ସେ ମୋତେ କହିଲେ, ‘ବିନୟ କରୁଅଛି, ମୋʼ ଉପରେ ଠିଆ ହୋଇ ମୋତେ ବଧ କର, ମୋତେ ବଡ଼ କଷ୍ଟ ହେଉଅଛି; କାରଣ ଏପର୍ଯ୍ୟନ୍ତ ମୋʼ ଠାରେ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।’
かれまた我にいひけるはわが身いたく攣ば請ふ我うへにのりて我をころせわが生命なほわれの中にまつたければなりと
10 ତହିଁରେ ମୁଁ ତାଙ୍କ ଉପରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେ ପତନ ହେଲା ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋʼ ସ୍ୱାମୀଙ୍କ କତିକି ଆଣିଅଛି।”
我すなはちかれの上にのりてかれを殺したり其は我かれが旣に仆て生ることをえざるをしりたればなりしかして我その首にありし冕とその腕にありし釧を取りてこれをわが主に携へきたれり
11 ଏଥିରେ ଦାଉଦ ଦୁଖଃ ସକାଶୁ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ସେହିପରି କଲେ;
是においてダビデおのれの衣を執てこれを裂けりまた彼とともにある者も皆しかせり
12 ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ।
彼等サウルのためまた其子ヨナタンのためまたヱホバの民のためイスラエルの家のために哭きかなしみて晩まで食を斷り其は彼ら劍にたふれたればなり
13 ଏଉତ୍ତାରେ ଦାଉଦ ସେହି ଯୁବାକୁ କହିଲେ, “ତୁମ୍ଭେ କେଉଁ ସ୍ଥାନର ଲୋକ?” ସେ ଉତ୍ତର କଲା, “ମୁଁ ଜଣେ ବିଦେଶୀ ଅମାଲେକୀୟ ଲୋକର ପୁତ୍ର।”
ダビデおのれに告し少者にいひけるは汝は何處の者なるやかれこたへけるは我は他國の人すなはちアマレク人なりと
14 ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି?”
ダビデかれにいひけるは汝なんぞ手をのばしてヱホバの膏そそぎし者をころすことを畏ざりしやと
15 ଏଥିରେ ଦାଉଦ ଯୁବାମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, “ପାଖକୁ ଯାଇ ତାକୁ ଆକ୍ରମଣ କର।” ତହିଁରେ ସେ ତାକୁ ଆଘାତ କରନ୍ତେ, ସେ ଅମାଲେକୀୟ ମଲା।
ダビデ一人の少者をよびていひけるは近よりてかれをころせとすなはちかれをうちければ死り
16 ପୁଣି ଦାଉଦ ମୃତ ଅମାଲେକୀୟକୁ କହିଲେ, “ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି।”
ダビデかれにいひけるは汝の血は汝の首に歸せよ其は汝口づから我ヱホバのあぶらそそぎし者をころせりといひて己にむかひて證をたつればなり
17 ଏଥିଉତ୍ତାରେ ଦାଉଦ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନଙ୍କ ମୃତ୍ୟୁୁରେ ବିଳାପ କଲେ;
ダビデ悲歌をもてサウルと其子ヨナタンを吊ふ
18 ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍‍ ପୁସ୍ତକରେ ଲେଖାଅଛି।
ダビデ命じてこれをユダの族にをしへしむ即ち弓の歌是なり是はヤシル書に記さる
19 “ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ, ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ! ବୀରମାନେ କିପରି ପତିତ ହେଲେ!
イスラエルよ汝の榮耀は汝の崇邱に殺さる嗚呼勇士は仆れたるかな
20 ଗାଥ୍‍ରେ ଏହା ନ ଜଣାଅ, ଅସ୍କିଲୋନର ଦାଣ୍ଡରେ ଏହା ପ୍ରଚାର ନ କର; କଲେ ପଲେଷ୍ଟୀୟ କନ୍ୟାମାନେ ଆନନ୍ଦ କରିବେ ଓ ଅସୁନ୍ନତମାନଙ୍କ କନ୍ୟାଗଣ ଜୟଧ୍ୱନି କରିବେ।
此事をガテに告るなかれアシケロンの邑に傳るなかれ恐くはペリシテ人の女等喜ばん恐くは割禮を受ざる者の女等樂み祝はん
21 ହେ ଗିଲ୍‍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା।
ギルボアの山よ願は汝の上に雨露降ることあらざれ亦供物の田園もあらざれ其は彼處に勇士の干棄らるればなり即ちサウルの干膏を沃がずして彼處に棄らる
22 ହତ ଲୋକମାନଙ୍କ ରକ୍ତରୁ, ବୀରମାନଙ୍କ ମେଦରୁ ଯୋନାଥନଙ୍କ ଧନୁ ଫେରେ ନାହିଁ ଓ ଶାଉଲଙ୍କର ଖଡ୍ଗ ଖାଲି ହୋଇ ଫେରେ ନାହିଁ।
殺せし者の血をのまずしてヨナタンの弓は退かず勇士の脂を食ずしてサウルの劍は空く歸らず
23 ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।
サウルとヨナタンは愛らしく樂げにして生死ともに離れず二人は鷲よりも捷く獅子よりも強かりき
24 ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂର ବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ-ଅଳଙ୍କାର ମଣ୍ଡିଲେ।
イスラエルの女等よサウルのために哀けサウルは絳き衣をもて汝等を華麗に粧ひ金の飾を汝等の衣に着たり
25 ବୀରମାନେ ଯୁଦ୍ଧ ମଧ୍ୟରେ କିପରି ମରିଅଛନ୍ତି। ଯୋନାଥନ ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ।
嗚呼勇士は戰の中に仆たるかなヨナタン汝の崇邱に殺されぬ
26 ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋʼ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।
兄弟ヨナタンよ我汝のために悲慟む汝は大に我に樂き者なりき汝の我をいつくしめる愛は尋常ならず婦の愛にも勝りたり
27 ବୀରମାନେ କିପରି ପତିତ ହେଲେ ଓ ଯୁଦ୍ଧାସ୍ତ୍ରସକଳ ବିନଷ୍ଟ ହେଲା।”
嗚呼勇士は仆たるかな戰の具は失たるかな

< ଦ୍ୱିତୀୟ ଶାମୁୟେଲ 1 >