< ଦ୍ୱିତୀୟ ଶାମୁୟେଲ 10 >
1 ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ମରନ୍ତେ, ତାହାର ପୁତ୍ର ହାନୂନ୍ ତାହାର ବଦଳରେ ରାଜା ହେଲା।
१इसके बाद अम्मोनियों का राजा मर गया, और उसका हानून नामक पुत्र उसके स्थान पर राजा हुआ।
2 ତହିଁରେ ଦାଉଦ କହିଲେ, “ହାନୂନ୍ର ପିତା ନାହଶ୍ ଯେପରି ମୋʼ ପ୍ରତି ଦୟା ପ୍ରକାଶ କରିଥିଲା, ସେପରି ମୁଁ ହାନୂନ୍ ପ୍ରତି ଦୟା ପ୍ରକାଶ କରିବି।” ତେଣୁ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦାଉଦ ଆପଣା ଦାସମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ଅମ୍ମୋନ-ସନ୍ତାନଗଣର ଦେଶରେ ଉପସ୍ଥିତ ହେଲେ।
२तब दाऊद ने यह सोचा, “जैसे हानून के पिता नाहाश ने मुझ को प्रीति दिखाई थी, वैसे ही मैं भी हानून को प्रीति दिखाऊँगा।” तब दाऊद ने अपने कई कर्मचारियों को उसके पास उसके पिता की मृत्यु के विषय शान्ति देने के लिये भेज दिया। और दाऊद के कर्मचारी अम्मोनियों के देश में आए।
3 ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ?”
३परन्तु अम्मोनियों के हाकिम अपने स्वामी हानून से कहने लगे, “दाऊद ने जो तेरे पास शान्ति देनेवाले भेजे हैं, वह क्या तेरी समझ में तेरे पिता का आदर करने के विचार से भेजे गए हैं? वह क्या दाऊद ने अपने कर्मचारियों को तेरे पास इसी विचार से नहीं भेजा कि इस नगर में ढूँढ़-ढाँढ़ करके और इसका भेद लेकर इसको उलट दे?”
4 ତହିଁରେ ହାନୂନ୍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କ ଦାଢ଼ିର ଅଧେ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।
४इसलिए हानून ने दाऊद के कर्मचारियों को पकड़ा, और उनकी आधी-आधी दाढ़ी मुँण्डवाकर और आधे वस्त्र, अर्थात् नितम्ब तक कटवाकर, उनको जाने दिया।
5 ତହୁଁ ସେମାନେ ଦାଉଦଙ୍କୁ ଏହା ଜ୍ଞାତ କରାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ନଗରରେ ଥାଅ, ତହିଁ ଉତ୍ତାରେ ଫେରି ଆସିବ।”
५इस घटना का समाचार पाकर दाऊद ने कुछ लोगों को उनसे मिलने के लिये भेजा, क्योंकि वे राजा के सामने आने से बहुत लजाते थे। और राजा ने यह कहा, “जब तक तुम्हारी दाढ़ियाँ बढ़ न जाएँ तब तक यरीहो में ठहरे रहो, फिर लौट आना।”
6 ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍-ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।
६जब अम्मोनियों ने देखा कि हम से दाऊद अप्रसन्न है, तब अम्मोनियों ने बेत्रहोब और सोबा के बीस हजार अरामी प्यादों को, और एक हजार पुरुषों समेत माका के राजा को, और बारह हजार तोबी पुरुषों को, वेतन पर बुलवाया।
7 ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।
७यह सुनकर दाऊद ने योआब और शूरवीरों की समस्त सेना को भेजा।
8 ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ କରିବାକୁ ପ୍ରସ୍ତୁତ କଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ।
८तब अम्मोनी निकले और फाटक ही के पास पाँति बाँधी; और सोबा और रहोब के अरामी और तोब और माका के पुरुष उनसे अलग मैदान में थे।
9 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।
९यह देखकर कि आगे-पीछे दोनों हमारे विरुद्ध पाँति बंधी है, योआब ने सब बड़े-बड़े इस्राएली वीरों में से बहुतों को छाँटकर अरामियों के सामने उनकी पाँति बँधाई,
10 ପୁଣି ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭାଇ ଅବୀଶୟ ହସ୍ତରେ ସମର୍ପଣ କଲା; ତହିଁରେ ସେ ସେମାନଙ୍କୁ ନେଇ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ସୈନ୍ୟ ସଜାଇଲା।
१०और अन्य लोगों को अपने भाई अबीशै के हाथ सौंप दिया, और उसने अम्मोनियों के सामने उनकी पाँति बँधाई।
11 ପୁଣି ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି।
११फिर उसने कहा, “यदि अरामी मुझ पर प्रबल होने लगें, तो तू मेरी सहायता करना; और यदि अम्मोनी तुझ पर प्रबल होने लगेंगे, तो मैं आकर तेरी सहायता करूँगा।
12 ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରମାନଙ୍କ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”
१२तू हियाव बाँध, और हम अपने लोगों और अपने परमेश्वर के नगरों के निमित्त पुरुषार्थ करें; और यहोवा जैसा उसको अच्छा लगे वैसा करे।”
13 ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାଙ୍କ ସମ୍ମୁଖରୁ ପଳାଇଲେ।
१३तब योआब और जो लोग उसके साथ थे अरामियों से युद्ध करने को निकट गए; और वे उसके सामने से भागे।
14 ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା।
१४यह देखकर कि अरामी भाग गए हैं अम्मोनी भी अबीशै के सामने से भागकर नगर के भीतर घुसे। तब योआब अम्मोनियों के पास से लौटकर यरूशलेम को आया।
15 ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଏକତ୍ର ହେଲେ।
१५फिर यह देखकर कि हम इस्राएलियों से हार गए है सब अरामी इकट्ठे हुए।
16 ପୁଣି ହଦଦେଷର ଲୋକ ପଠାଇ ଫରାତ୍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା।
१६और हदादेजेर ने दूत भेजकर फरात के पार के अरामियों को बुलवाया; और वे हदादेजेर के सेनापति शोबक को अपना प्रधान बनाकर हेलाम को आए।
17 ଏଉତ୍ତାରେ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ସମ୍ମୁଖରେ ସୈନ୍ୟ ସଜାଇ ତାଙ୍କ ସଙ୍ଗେ ଯୁଦ୍ଧ କଲେ।
१७इसका समाचार पाकर दाऊद ने समस्त इस्राएलियों को इकट्ठा किया, और यरदन के पार होकर हेलाम में पहुँचा। तब अराम दाऊद के विरुद्ध पाँति बाँधकर उससे लड़ा।
18 ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କ ସାତ ଶହ ରଥାରୂଢ଼ ଓ ଚାଳିଶ ହଜାର ଅଶ୍ୱାରୂଢ଼ ସୈନ୍ୟ ବଧ କଲେ, ପୁଣି ସେ ସେମାନଙ୍କ ସେନାପତି ଶୋବକକୁ ଆଘାତ କରନ୍ତେ, ସେ ସେହିଠାରେ ମଲା।
१८परन्तु अरामी इस्राएलियों से भागे, और दाऊद ने अरामियों में से सात सौ रथियों और चालीस हजार सवारों को मार डाला, और उनके सेनापति शोबक को ऐसा घायल किया कि वह वहीं मर गया।
19 ତହୁଁ ହଦଦେଷରର ଅଧୀନ ସମସ୍ତ ରାଜା ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଇସ୍ରାଏଲ ସହିତ ଶାନ୍ତିର ଚୁକ୍ତି କରି ସେମାନଙ୍କର ଦାସ ହେଲେ। ଏହେତୁ ଅରାମୀୟମାନେ ଅମ୍ମୋନ-ସନ୍ତାନଗଣକୁ ଆଉ ସାହାଯ୍ୟ କରିବାକୁ ଭୟ କଲେ।
१९यह देखकर कि हम इस्राएल से हार गए हैं, जितने राजा हदादेजेर के अधीन थे उन सभी ने इस्राएल के साथ संधि की, और उसके अधीन हो गए। इसलिए अरामी अम्मोनियों की और सहायता करने से डर गए।