< ଦ୍ୱିତୀୟ ଶାମୁୟେଲ 10 >

1 ଏଥିଉତ୍ତାରେ ଅମ୍ମୋନ-ସନ୍ତାନଗଣର ରାଜା ମରନ୍ତେ, ତାହାର ପୁତ୍ର ହାନୂନ୍‍ ତାହାର ବଦଳରେ ରାଜା ହେଲା।
І сталося по то́му, і помер цар аммонітський, а замість нього зацарював син його Гану́н.
2 ତହିଁରେ ଦାଉଦ କହିଲେ, “ହାନୂନ୍‍ର ପିତା ନାହଶ୍‍ ଯେପରି ମୋʼ ପ୍ରତି ଦୟା ପ୍ରକାଶ କରିଥିଲା, ସେପରି ମୁଁ ହାନୂନ୍‍ ପ୍ରତି ଦୟା ପ୍ରକାଶ କରିବି।” ତେଣୁ ତାହାକୁ ପିତୃଶୋକରୁ ସାନ୍ତ୍ୱନା କରିବା ନିମନ୍ତେ ଦାଉଦ ଆପଣା ଦାସମାନଙ୍କୁ ପଠାଇଲେ। ତହୁଁ ଦାଉଦଙ୍କର ଦାସମାନେ ଅମ୍ମୋନ-ସନ୍ତାନଗଣର ଦେଶରେ ଉପସ୍ଥିତ ହେଲେ।
І сказав Давид: „Зроблю́ я ласку Ганунові, Нахашевому синові, як батько його зробив був ласку мені“. І послав Давид, щоб його пора́дувати, щодо батька його, через своїх рабів. І прибули́ Давидові раби до аммонітського краю.
3 ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍‍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ?”
А аммонітські князі сказали до пана свого Гануна: „Чи Давид шанує батька твого́ в оча́х твоїх тим, що послав тобі потіши́телів? Чи ж Давид послав до тебе своїх слуг не на те, щоб оглянули місто та щоб його ви́відати, а потім зни́щити його?“
4 ତହିଁରେ ହାନୂନ୍‍ ଦାଉଦଙ୍କର ଦାସମାନଙ୍କୁ ଧରି ସେମାନଙ୍କ ଦାଢ଼ିର ଅଧେ କ୍ଷୌର କଲା ଓ ସେମାନଙ୍କ ପିଚା ପାଖ ବସ୍ତ୍ର ମଝିରୁ କାଟି ପକାଇ ସେମାନଙ୍କୁ ବିଦାୟ କରିଦେଲା।
І взяв Гану́н Давидових слуг, та й оголив половину їхньої бороди́, та обрізав їхню одежу на полови́ну, аж до сиді́ння їх, та й відпусти́в їх.
5 ତହୁଁ ସେମାନେ ଦାଉଦଙ୍କୁ ଏହା ଜ୍ଞାତ କରାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ନଗରରେ ଥାଅ, ତହିଁ ଉତ୍ତାରେ ଫେରି ଆସିବ।”
І доне́сли про це Давидові, а він послав назу́стріч їм, бо ті му́жі були дуже осоро́млені. І цар їм сказав: „Сидіть в Єрихоні, аж поки відросте́ вам борода́, потім пове́рнетесь“.
6 ଏଥିରେ ଅମ୍ମୋନ-ସନ୍ତାନମାନେ ଦେଖିଲେ ଯେ, ସେମାନେ ଦାଉଦଙ୍କ ସମ୍ମୁଖରେ ଦୁର୍ଗନ୍ଧ ସ୍ୱରୂପ ହୋଇଅଛନ୍ତି, ଏହେତୁ ଅମ୍ମୋନ-ସନ୍ତାନଗଣ ଲୋକ ପଠାଇ ବେଥ୍‍-ରହୋବସ୍ଥ ଓ ସୋବାସ୍ଥିତ ଅରାମୀୟ କୋଡ଼ିଏ ହଜାର ପଦାତିକକୁ ଓ ଏକ ହଜାର ଲୋକ ସହିତ ମାଖାର ରାଜାକୁ ଓ ଟୋବର ବାର ହଜାର ଲୋକଙ୍କୁ ବେତନ ଦେଇ ରଖିଲେ।
І побачили аммоні́тяни, що вони зненави́джені в Давида. І аммонітяни послали й найняли́ Арам -Бет-Рехову й Арам-Цови, двадцять тисяч піхоти́нців, та царя Маахи, тисячу чоловіка, і тов'ян дванадцять тисяч чоловіка.
7 ଆଉ ଦାଉଦ ଏହା ଶୁଣି ଯୋୟାବକୁ ଓ ବୀର ସୈନ୍ୟ ସମସ୍ତଙ୍କୁ ପଠାଇଲେ।
А коли Давид прочу́в про це, то послав Йоава та все лица́рське військо.
8 ତହିଁରେ ଅମ୍ମୋନ-ସନ୍ତାନଗଣ ବାହାର ହୋଇ ଆସି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଯୁଦ୍ଧ କରିବାକୁ ପ୍ରସ୍ତୁତ କଲେ; ପୁଣି ସୋବା ଓ ରହୋବର ଅରାମୀୟ ଲୋକମାନେ, ଆଉ ଟୋବର ଓ ମାଖାର ଲୋକମାନେ କ୍ଷେତ୍ରରେ ଅଲଗା ରହିଲେ।
І повихо́дили аммоні́тяни, і встанови́лися до бо́ю при вході до брами. А Арам-Цова, і Рехов, і Тов'янин, і Мааха, — вони самі були на полі.
9 ଏହିରୂପେ ଯୋୟାବ ଆପଣା ବିରୁଦ୍ଧରେ ଆଗେ ଓ ପଛେ ଯୁଦ୍ଧ ପ୍ରସ୍ତୁତ ହେବାର ଦେଖି ଇସ୍ରାଏଲର ସମୁଦାୟ ବଛା ଲୋକ ମଧ୍ୟରୁ ଲୋକ ବାଛି ଅରାମୀୟମାନଙ୍କ ବିରୁଦ୍ଧରେ ସୈନ୍ୟ ସଜାଇଲା।
І побачив Йоа́в, що бойови́й фронт звернений на нього спе́реду та поза́ду, то вибрав Ізраїлевих ви́браних, та й установи́в їх навпро́ти Ара́ма.
10 ପୁଣି ସେ ଅବଶିଷ୍ଟ ଲୋକମାନଙ୍କୁ ଆପଣା ଭାଇ ଅବୀଶୟ ହସ୍ତରେ ସମର୍ପଣ କଲା; ତହିଁରେ ସେ ସେମାନଙ୍କୁ ନେଇ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ସୈନ୍ୟ ସଜାଇଲା।
А решту наро́ду дав під руку свого брата Авшая, і встановив навпроти аммонітян,
11 ପୁଣି ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି।
і сказав: „Якщо Ара́м бу́де сильніший від мене, то будеш мені на поміч, а якщо аммонітяни бу́дуть сильніші від те́бе, то я піду́ допомага́ти тобі.
12 ବଳବାନ ହୁଅ, ଆମ୍ଭେମାନେ ଆପଣା ଲୋକମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରମାନଙ୍କ ନିମନ୍ତେ ଆପଣାମାନଙ୍କୁ ବଳବାନ କରୁ; ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଭଲ, ସେ ତାହା କରନ୍ତୁ।”
Будь му́жній, і станьмо міцно за наро́д наш та за міста нашого Бога, а Госпо́дь нехай зро́бить, що добре в оча́х Його!“
13 ତହିଁରେ ଯୋୟାବ ଓ ତାହାର ସଙ୍ଗୀ ଲୋକମାନେ ଅରାମୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ନିକଟକୁ ଆସନ୍ତେ, ସେମାନେ ତାଙ୍କ ସମ୍ମୁଖରୁ ପଳାଇଲେ।
А коли Йоав та народ, що був із ним, підійшли́ на бій з Арамом, то ті повтіка́ли перед ним.
14 ଏଥିରେ ଅରାମୀୟମାନଙ୍କୁ ପଳାଇବାର ଦେଖି ଅମ୍ମୋନ-ସନ୍ତାନଗଣ ମଧ୍ୟ ଅବୀଶୟ ସମ୍ମୁଖରୁ ପଳାଇ ନଗରରେ ପ୍ରବେଶ କଲେ। ତେବେ ଯୋୟାବ ଅମ୍ମୋନ-ସନ୍ତାନମାନଙ୍କ ନିକଟରୁ ଯିରୂଶାଲମକୁ ଫେରି ଆସିଲା।
А аммонітяни побачили, що втік Арам, то й вони повтікали перед Авішаєм, і ввійшли до міста. І верну́вся Йоав від аммонітян і ввійшов до Єрусалиму.
15 ଏଉତ୍ତାରେ ଅରାମୀୟମାନେ ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଏକତ୍ର ହେଲେ।
А коли побачив Арам, що він побитий Ізраїлем, то вони позбиралися ра́зом.
16 ପୁଣି ହଦଦେଷର ଲୋକ ପଠାଇ ଫରାତ୍‍ ନଦୀର ସେପାରିସ୍ଥିତ ଅରାମୀୟମାନଙ୍କୁ ଅଣାଇଲା; ତହୁଁ ସେମାନେ ହେଲମକୁ ଆସିଲେ; ହଦଦେଷରର ସେନାପତି ଶୋବକ ସେମାନଙ୍କର ଅଗ୍ରଗାମୀ ଥିଲା।
І послав Гадад'езер, і вивів Арама, що з другого боку Річки, і ввійшли вони до Гела́му. А Шовах, провідни́к Гадад'езерового ві́йська, був перед ними.
17 ଏଉତ୍ତାରେ ଦାଉଦଙ୍କୁ ଏହା ଜ୍ଞାତ କରାଯାʼନ୍ତେ, ସେ ସମୁଦାୟ ଇସ୍ରାଏଲକୁ ଏକତ୍ର କରି ଯର୍ଦ୍ଦନ ପାର ହୋଇ ହେଲମକୁ ଆସିଲେ। ତହିଁରେ ଅରାମୀୟମାନେ ଦାଉଦଙ୍କ ସମ୍ମୁଖରେ ସୈନ୍ୟ ସଜାଇ ତାଙ୍କ ସଙ୍ଗେ ଯୁଦ୍ଧ କଲେ।
І було́ доне́сено Давидові, і він зібрав усього Ізраїля, і перейшов Йордан, та прийшов до Геламу. А Арам установився навпроти Давида, і воював із ним.
18 ମାତ୍ର ଅରାମୀୟମାନେ ଇସ୍ରାଏଲ ସମ୍ମୁଖରୁ ପଳାଇଲେ; ପୁଣି ଦାଉଦ ଅରାମୀୟମାନଙ୍କ ସାତ ଶହ ରଥାରୂଢ଼ ଓ ଚାଳିଶ ହଜାର ଅଶ୍ୱାରୂଢ଼ ସୈନ୍ୟ ବଧ କଲେ, ପୁଣି ସେ ସେମାନଙ୍କ ସେନାପତି ଶୋବକକୁ ଆଘାତ କରନ୍ତେ, ସେ ସେହିଠାରେ ମଲା।
І побіг Арам перед Ізраїлем, а Давид повбивав з Араму сім сотень колесни́ць та сорок тисяч верхівці́в. І вбив він Шоваха, зверхника ві́йська його, і той там помер.
19 ତହୁଁ ହଦଦେଷରର ଅଧୀନ ସମସ୍ତ ରାଜା ଇସ୍ରାଏଲ ସମ୍ମୁଖରେ ଆପଣାମାନଙ୍କୁ ପରାସ୍ତ ଦେଖି ଇସ୍ରାଏଲ ସହିତ ଶାନ୍ତିର ଚୁକ୍ତି କରି ସେମାନଙ୍କର ଦାସ ହେଲେ। ଏହେତୁ ଅରାମୀୟମାନେ ଅମ୍ମୋନ-ସନ୍ତାନଗଣକୁ ଆଉ ସାହାଯ୍ୟ କରିବାକୁ ଭୟ କଲେ।
А коли всі царі, підле́глі Гадад'езера, побачили, що вони побиті Ізраїлем, то замири́лися з Ізраїлем, і служили йому. І Арам уже боявся допомагати аммоні́тянам.

< ଦ୍ୱିତୀୟ ଶାମୁୟେଲ 10 >