< ଦ୍ୱିତୀୟ ଶାମୁୟେଲ 11 >
1 ଏଥିଉତ୍ତାରେ ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ ଦାଉଦ ଯୋୟାବକୁ ଓ ତାହା ସହିତ ଆପଣା ଦାସମାନଙ୍କୁ ଓ ସମୁଦାୟ ଇସ୍ରାଏଲକୁ ପଠାଇଲେ; ତହିଁରେ ସେମାନେ ଅମ୍ମୋନ-ସନ୍ତାନମାନଙ୍କୁ ସଂହାର କରି ରବ୍ବା ନଗର ଅବରୋଧ କଲେ। ମାତ୍ର ଦାଉଦ ଯିରୂଶାଲମରେ ରହିଲେ।
Da bazara, a lokacin da sarakuna sukan fita zuwa yaƙi, sai Dawuda ya aiki Yowab tare da mutanen sarki, da dukan Isra’ila. Suka je suka hallaka Ammonawa, suka kuma yi wa Rabba kwanton ɓauna. Amma Dawuda ya yi zamansa a Urushalima.
2 ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।
Wata rana da yamma, Dawuda ya tashi daga gadonsa, ya zaga kewaye a rufin fadansa. Daga rufin ya ga wata mace tana wanka. Matar kyakkyawa ce ƙwarai.
3 ତେଣୁ ଦାଉଦ ସେହି ସ୍ତ୍ରୀର ବିଷୟ ବୁଝିବା ପାଇଁ ଲୋକ ପଠାନ୍ତେ ଜଣେ କହିଲା, “ସେ କʼଣ ଇଲୀୟାମର କନ୍ୟା ହିତ୍ତୀୟ ଊରୀୟର ଭାର୍ଯ୍ୟା ବତ୍ଶେବା ନୁହେଁ?”
Sai Dawuda ya aiki wani yă bincika ko wace ce ita, sai mutumin ya dawo ya ce, “Wannan ba Batsheba ba ce,’yar Eliyam matar Uriya, mutumin Hitti?”
4 ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେହି ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା।
Sa’an nan Dawuda ya aiki manzanni su kawo masa ita. Ta zo wurinsa shi kuma ya kwana da ita (A lokacin kuwa ta gama tsarkake kanta ke nan daga jinin haila.) Sa’an nan ta tafi gida.
5 ଏଥିଉତ୍ତାରେ ସେହି ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, ମୁଁ ଗର୍ଭବତୀ ହୋଇଅଛି।
Matar ta yi ciki, ta kuwa aika wa Dawuda, tana cewa, “Ina da ciki.”
6 ତହୁଁ ଦାଉଦ ଯୋୟାବ ନିକଟକୁ ଲୋକ ପଠାଇ କହିଲେ, “ହିତ୍ତୀୟ ଊରୀୟକୁ ମୋʼ ନିକଟକୁ ପଠାଇଦିଅ।” ତହିଁରେ ଯୋୟାବ ଊରୀୟକୁ ଦାଉଦଙ୍କ ନିକଟକୁ ପଠାଇଦେଲା।
Saboda haka Dawuda ya aika saƙo wa Yowab ya ce, “Ka aiko mini da Uriya mutumin Hitti.” Yowab kuwa ya aika da shi wajen Dawuda.
7 ତେଣୁ ଊରୀୟ ଉପସ୍ଥିତ ହୁଅନ୍ତେ, ଦାଉଦ ତାହାକୁ ଯୋୟାବର କୁଶଳବାର୍ତ୍ତା ଓ ଲୋକମାନଙ୍କର କୁଶଳବାର୍ତ୍ତା ଓ ଯୁଦ୍ଧର କୁଶଳବାର୍ତ୍ତା ପଚାରିଲେ।
Da Uriya ya zo wurinsa, sai Dawuda ya tambaye shi lafiyar Yowab da sojojin, da kuma yaya yaƙin yake tafiya.
8 ପୁଣି ଦାଉଦ ଊରୀୟକୁ କହିଲେ, “ଆପଣା ଗୃହକୁ ଯାଇ ପାଦ ପ୍ରକ୍ଷାଳନ କର।” ତହିଁରେ ଊରୀୟ ରାଜଗୃହରୁ ବାହାରିଗଲା, ପୁଣି ତାʼ ପଛେ ପଛେ ରାଜାଙ୍କ ନିକଟରୁ ଉପହାର ଗଲା।
Sa’an nan Dawuda ya ce wa Uriya, “Gangara gidanka ka wanke ƙafafunka.” Saboda haka Uriya ya bar fadar, sarki kuma ya aika masa da kyauta.
9 ମାତ୍ର ଊରୀୟ ଆପଣା ପ୍ରଭୁର ଦାସଗଣ ସହିତ ରାଜଗୃହ ଦ୍ୱାରରେ ଶୟନ କଲା, ଆଉ ଆପଣା ଗୃହକୁ ଗଲା ନାହିଁ।
Amma Uriya ya kwanta a ƙofar fada tare da dukan bayin maigidansa, bai kuwa tafi gidansa ba.
10 ଏଥିରେ “ଊରୀୟ ଆପଣା ଗୃହକୁ ଯାଇ ନାହିଁ,” ଏହା ଲୋକମାନେ ଦାଉଦଙ୍କୁ ଜଣାନ୍ତେ, ଦାଉଦ ଊରୀୟକୁ କହିଲେ, “ତୁମ୍ଭେ କʼଣ ଯାତ୍ରାରୁ ଆସି ନାହଁ? ଆପଣା ଗୃହକୁ କାହିଁକି ଗଲ ନାହିଁ?”
Da aka gaya wa Dawuda, “Uriya bai tafi gida ba,” sai Dawuda ya tambaye shi ya ce, “Ba ka zo daga wuri mai nisa ba? Me ya sa ba ka je gida ba?”
11 ତେବେ ଊରୀୟ ଦାଉଦଙ୍କୁ କହିଲା, “ସିନ୍ଦୁକ ଓ ଇସ୍ରାଏଲ ଓ ଯିହୁଦା ପତ୍ରକୁଟୀରରେ ଅଛନ୍ତି ଓ ମୋʼ ପ୍ରଭୁ ଯୋୟାବ ଓ ମୋହର ପ୍ରଭୁଙ୍କ ଦାସମାନେ ପଦାରେ ଛାଉଣି କରିଅଛନ୍ତି, ତେବେ ମୁଁ କʼଣ ଭୋଜନ କରିବାକୁ ଓ ପାନ କରିବାକୁ ଓ ଭାର୍ଯ୍ୟା ସଙ୍ଗେ ଶୟନ କରିବାକୁ ଆପଣା ଗୃହକୁ ଯିବି? ଆପଣ ଜୀବିତ ଓ ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ ଏ କଥା କରିବି ନାହିଁ।”
Sai Uriya ya ce wa Dawuda, “Akwatin Alkawari, da Isra’ila, da Yahuda suna zama cikin tentuna, kuma maigidana Yowab da mutanen ranka yă daɗe suna a sansani a fili. Yaya zan je gidana in ci in sha in kuma kwana da matata? Muddin kana a raye, ba zan yi irin wannan abu ba!”
12 ଏଥିରେ ଦାଉଦ ଊରୀୟକୁ କହିଲେ, “ଆଜି ମଧ୍ୟ ଏଠାରେ ଥାଅ, ମୁଁ କାଲି ତୁମ୍ଭକୁ ବିଦାୟ କରିବି।” ତହୁଁ ଊରୀୟ ସେ ଦିନ ଓ ପରଦିନ ଯିରୂଶାଲମରେ ରହିଲା।
Sai Dawuda ya ce masa, “Ka ƙara dakata a nan kwana ɗaya, gobe kuwa in sallame ka.” Saboda haka Uriya ya dakata a Urushalima a ranar, da kuma ta biye.
13 ଆଉ ଦାଉଦ ତାହାକୁ ନିମନ୍ତ୍ରଣ କରନ୍ତେ, ସେ ତାଙ୍କ ସମ୍ମୁଖରେ ଭୋଜନପାନ କଲା; ପୁଣି ଦାଉଦ ତାହାକୁ ମାତ୍ତାଲ କରାଇଲେ; ତଥାପି ସନ୍ଧ୍ୟାକାଳେ ସେ ଆପଣା ପ୍ରଭୁର ଦାସଗଣ ସହିତ ଆପଣା ଶଯ୍ୟାରେ ଶୟନ କରିବାକୁ ଗଲା, ମାତ୍ର ଆପଣା ଗୃହକୁ ଗଲା ନାହିଁ।
Dawuda ya gayyace shi, ya kuwa ci ya sha tare da shi, Dawuda ya sa ya bugu tilis. Amma da yamma Uriya ya koma ya kwanta a tabarmarsa cikin bayin maigidan sarki; bai je gida ba.
14 ଏଣୁ ଦାଉଦ ସକାଳେ ଯୋୟାବ ନିକଟକୁ ପତ୍ର ଲେଖି ଊରୀୟ ହାତରେ ତାହା ପଠାଇଲେ।
Da safe Dawuda ya rubuta wa Yowab wasiƙa ya ba wa Uriya.
15 ପତ୍ରରେ ସେ ଏହା ଲେଖିଥିଲେ, ଯଥା, “ଯେପରି ଊରୀୟ ଆହତ ହୋଇ ମରିବ, ଏଥିପାଇଁ ତୁମ୍ଭେମାନେ ଘୋର ଯୁଦ୍ଧ ସମ୍ମୁଖରେ ତାହାକୁ ନିଯୁକ୍ତ କରି ତାହା ନିକଟରୁ ଘୁଞ୍ଚିଯିବ।”
A ciki wasiƙar ya rubuta, “Tura Uriya a gaba inda yaƙi ya fi zafi. Sa’an nan ka janye daga gare shi don a buge shi yă mutu.”
16 ପୁଣି ଯୋୟାବ ନଗର ନିରୀକ୍ଷଣ କରିବା ବେଳେ ବିକ୍ରମଶାଳୀ ଲୋକମାନେ କେଉଁଠାରେ ଅଛନ୍ତି, ଏହା ଜାଣି ସେ ଊରୀୟକୁ ସେଠାରେ ନିଯୁକ୍ତ କଲା।
Saboda haka yayinda Yowab ya kai yaƙi kusa da birnin, sai tura Uriya a inda ya sani akwai jarumawan Ammon na gaske.
17 ଏଉତ୍ତାରେ ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ, ତହିଁରେ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ କେତେ ଲୋକ ମଲେ ଓ ହିତ୍ତୀୟ ଊରୀୟ ମଧ୍ୟ ମଲା।
Sa’ad da mutanen garin suka fito suka yaƙi Yowab, sai waɗansu mutane daga sojojin Dawuda suka mutu; Uriya mutumin Hitti ma ya mutu.
18 ତେବେ ଯୋୟାବ ବାର୍ତ୍ତାବାହକଙ୍କୁ ପଠାଇ ଦାଉଦଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା;
Yowab ya aika wa Dawuda cikakken labari batun yaƙin.
19 ପୁଣି ତାହାଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେ ରାଜାଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା ଉତ୍ତାରେ,
Ya umarci manzon ya ce, “Da ka gama yin wa sarki wannan batun yaƙin,
20 ଯଦି ରାଜାଙ୍କର କ୍ରୋଧ ଉଠେ ଓ ସେ ତୁମ୍ଭକୁ କହନ୍ତି, ‘କାହିଁକି ତୁମ୍ଭେମାନେ ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲ? ସେମାନେ ପ୍ରାଚୀରରୁ ବାଣ ମାରିବେ ବୋଲି କʼଣ ତୁମ୍ଭେମାନେ ଜାଣିଲ ନାହିଁ?
wataƙila sarki yă husata, yă tambaye ka, ‘Me ya sa kuka je kusa da birnin don ku yi yaƙi? Ba ku san cewa za su yi harbi daga katanga ba?
21 ଯିରୁବ୍ବେଶତର ପୁତ୍ର ଅବୀମେଲକ୍କୁ କିଏ ମାରିଲା? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କʼଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’”
Wane ne ya kashe Abimelek ɗan Yerub-Beshet? Ba mace ce ta jefa dutsen niƙa a kansa daga katanga, ta haka ya mutu a Tebez ba? Me ya sa kuka je kurkusa da katangar?’ In ya tambaye ka wannan, sai ka ce masa, ‘Har bawanka Uriya mutumin Hitti ma ya mutu.’”
22 ତହିଁରେ ସେହି ଦୂତ ପ୍ରସ୍ଥାନ କରି, ଯୋୟାବ ଯହିଁ ପାଇଁ ତାହାକୁ ପଠାଇଥିଲା, ସେହି ସବୁ ଦାଉଦଙ୍କୁ ଯାଇ ଜଣାଇଲା।
Manzon ya tashi ya tafi, da ya iso kuwa sai ya gaya wa Dawuda dukan abin da Yowab ya aike shi yă faɗa.
23 ସେହି ଦୂତ ଦାଉଦଙ୍କୁ କହିଲା, “ସେ ଲୋକମାନେ ଆମ୍ଭମାନଙ୍କ ଉପରେ ପ୍ରବଳ ହୋଇ ପଦାକୁ ଆମ୍ଭମାନଙ୍କ ନିକଟକୁ ବାହାରି ଆସିଲେ, ତହୁଁ ଆମ୍ଭେମାନେ ଦ୍ୱାର-ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଆକ୍ରମଣ କରି କରି ଗଲୁ।
Manzon ya ce wa Dawuda, “Mutanen sun sha kanmu suka fito suka yaƙe mu a fili, amma muka kore su har ƙofar birni.
24 ଏଥିରେ ଧନୁର୍ଦ୍ଧରମାନେ ପ୍ରାଚୀରରୁ ଆପଣଙ୍କ ଦାସମାନଙ୍କ ଉପରେ ବାଣ ନିକ୍ଷେପ କଲେ; ତହୁଁ ମହାରାଜଙ୍କର କେତେକ ଦାସ ମଲେ ଓ ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମଲା।”
Sa’an nan maharba suka yi ta harbi daga katanga har waɗansu mutanen sarki suka mutu. Ban da haka ma, Uriya mutumin Hitti bawan sarki ya mutu.”
25 ସେତେବେଳେ ଦାଉଦ ସେହି ଦୂତକୁ କହିଲେ, “ତୁମ୍ଭେ ଯୋୟାବକୁ ଏପରି କହିବ, ‘ଏଥିରେ ତୁମ୍ଭେ ଦୁଃଖିତ ହୁଅ ନାହିଁ, କାରଣ ଖଡ୍ଗ ଯେପରି ଏକକୁ, ସେପରି ଅନ୍ୟକୁ ଗ୍ରାସ କରେ; ତୁମ୍ଭେ ନଗର ପ୍ରତିକୂଳରେ ଆହୁରି ଦୃଢ଼ ଯୁଦ୍ଧ କରି ତାହା ଉଚ୍ଛିନ୍ନ କର,’ ଏହିରୂପେ ତୁମ୍ଭେ ତାହାକୁ ସାହସିକ କର।”
Dawuda ya ce wa manzon, “Ka gaya wa Yowab, ‘Kada ka bar wannan yă dame ka; yadda takobi ya lamushe wannan, haka zai lamushe wancan ma. Ku ƙara matsa wa garin lamba, ku hallaka shi.’ Ka faɗa haka don ka ƙarfafa Yowab.”
26 ଏଉତ୍ତାରେ ଊରୀୟର ଭାର୍ଯ୍ୟା ଆପଣା ସ୍ୱାମୀ ଊରୀୟର ମୃତ୍ୟୁୁ ସମ୍ବାଦ ପାଇ ଆପଣା ସ୍ୱାମୀ ନିମନ୍ତେ ବିଳାପ କଲା।
Da matar Uriya ta ji cewa mijinta ya mutu, sai ta yi makoki saboda shi.
27 ପୁଣି ଶୋକ କରିବା ସମୟ ଗତ ହୁଅନ୍ତେ, ଦାଉଦ ଲୋକ ପଠାଇ ତାହାକୁ ଆପଣା ଗୃହକୁ ନେଲେ, ତହୁଁ ସେ ତାଙ୍କର ଭାର୍ଯ୍ୟା ହେଲା ଓ ତାଙ୍କର ଏକ ପୁତ୍ର ପ୍ରସବ କଲା। ମାତ୍ର ଦାଉଦ ଏହି ଯେଉଁ କର୍ମ କଲେ, ତାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ଥିଲା।
Bayan kwanakin makoki suka ƙare, Dawuda ya sa aka kawo ta gidansa, ta kuwa zama matarsa, ta kuma haifa masa ɗa. Sai dai abin da Dawuda ya yi bai gamshi Ubangiji ba.