< ଦ୍ୱିତୀୟ ଶାମୁୟେଲ 14 >

1 ଏଥିଉତ୍ତାରେ ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ହୃଦୟ ଅବଶାଲୋମ ଆଡ଼େ ଅଛି।
Yowab, ɗan Zeruhiya ya gane cewa zuriyar sarki ta koma ga Absalom.
2 ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;
Saboda haka Yowab ya aiki wani zuwa Tekowa, ya sa a zo da wata mace mai hikima. Ya ce mata, “Ki yi kamar kina makoki. Ki sa rigar makoki, kada kuwa ki shafa mai. Ki yi kamar macen da ta yi kwanaki da yawa, tana makokin matattu.
3 ପୁଣି ରାଜାଙ୍କ ନିକଟକୁ ଯାଇ ଏହି ପ୍ରକାରେ ତାଙ୍କୁ କୁହ।” ଆଉ ଯୋୟାବ ତାହାକୁ ବକ୍ତବ୍ୟ କଥା ଶିଖାଇଲା।
Sa’an nan ki je wurin sarki, ki ce masa haka.” Sai Yowab ya faɗa mata duk abin da za tă faɗa.
4 ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ମହାରାଜ, ରକ୍ଷା କରନ୍ତୁ।”
Da macen da ta fito daga Tekowa ta je wajen sarki, sai ta rusuna har ƙasa don bangirma, sai ta ce, “Ka taimake ni, ya sarki!”
5 ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭର କଅଣ ହେଲା?” ସେ ଉତ୍ତର କଲା, “ମୁଁ ସତ୍ୟ କହୁଛି, ମୁଁ ବିଧବା ସ୍ତ୍ରୀ, ମୋʼ ସ୍ୱାମୀ ମରିଯାଇଅଛି।
Sarki ya ce mata, “Mece ce matsalarki?” Sai ta ce, “Tabbatacce, ni gwauruwa ce; mijina ya mutu.
6 ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ଝଗଡା କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।
Baiwarka tana da’ya’ya maza biyu. Suka yi faɗa da juna a fili, kuma ba wanda yake can don yă raba su. Ɗayan ya bugi ɗayan, ya kashe shi.
7 ଏବେ ଦେଖନ୍ତୁ, ସମୁଦାୟ ଗୋଷ୍ଠୀ ଆପଣଙ୍କ ଦାସୀ ବିରୁଦ୍ଧରେ ଉଠି କହୁଛନ୍ତି, ‘ଆପଣା ଭାଇକୁ ଯେ ମାରିଲା, ତାହାକୁ ସମର୍ପଣ କର, ତହିଁରେ ଆମ୍ଭେମାନେ ତାହାର ହତ ଭାଇର ପ୍ରାଣ ବଦଳେ ତାହାର ପ୍ରାଣ ନେବୁ,’ ପୁଣି ଉତ୍ତରାଧିକାରୀଙ୍କୁ ମଧ୍ୟ ଉଚ୍ଛିନ୍ନ କରିବୁ; ଏହା କଲେ ସେମାନେ ମୋର ବାକି ଥିବା ନିଆଁ ଲିଭାଇ ଦେବେ ଓ ପୃଥିବୀରୁ ମୋʼ ସ୍ୱାମୀର ନାମ ଓ ଅବଶିଷ୍ଟ କିଛି ରଖିବେ ନାହିଁ।”
To, ga duk iyali sun hau kan baiwarka, suna cewa, ‘Ki ba mu ɗayan da ya kashe ɗan’uwansa mu kashe don ran ɗan’uwansa da ya kashe; sa’an nan za mu hallaka magājin shi ma.’ Za su kashe garwashin wuta mai ci da nake da shi kaɗai, su bar mijina ba suna, ba jika, a duniya.”
8 ଏଥିରେ ରାଜା ସେହି ସ୍ତ୍ରୀଙ୍କୁ କହିଲେ, “ଘରକୁ ଯାଅ, ମୁଁ ତୁମ୍ଭ ବିଷୟରେ ଆଜ୍ଞା ଦେବି।”
Sarki ya ce wa macen, “Koma gida, zan ba da umarni a madadinki.”
9 ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୋ, ମହାରାଜ, ଏ ଅପରାଧଟି ମୋʼ ଉପରେ ଓ ମୋʼ ପିତୃଗୃହ ଉପରେ ଥାଉ; ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷରହିତ ହେଉନ୍ତୁ।”
Amma macen da ta fito daga Tekowa ta ce, “Ranka yă daɗe, sarki! Bari alhakin shari’arka yă kasance a kaina da gidan mahaifina, kai sarki da gidan mulkinka, ba ku da laifi a ciki.”
10 ତହିଁରେ ରାଜା କହିଲେ, “କେହି ଯେବେ ତୁମ୍ଭକୁ କିଛି କହେ, ତାଙ୍କୁ ମୋʼ ନିକଟକୁ ଆଣ, ତେବେ ସେ ତୁମ୍ଭକୁ ଆଉ ଛୁଇଁବ ନାହିଁ।”
Sai sarki ya ce, “In wani ya yi miki magana, ki kawo shi wurina, ba zai kuwa ƙara damunki ba.”
11 ତହିଁରେ ସେ ସ୍ତ୍ରୀ କହିଲେ, “ରକ୍ତର ପ୍ରତିହନ୍ତା (ନାଶକ) ଯେପରି ଆଉ ବିନାଶ ନ କରେ, ଏଥିପାଇଁ ମହାରାଜ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ସ୍ମରଣ କରନ୍ତୁ, ନୋହିଲେ, ସେମାନେ ମୋʼ ପୁତ୍ରକୁ ଉଚ୍ଛିନ୍ନ କରିବେ।” ତହୁଁ ରାଜା କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପୁତ୍ରର ଏକ କେଶ ହିଁ ତଳେ ପଡ଼ିବ ନାହିଁ।”
Sai ta ce, “To, bari sarki yă rantse da Ubangiji Allahnsa don yă hana mai ramako yin ƙarin hallakawar da aka yi, domin kada a hallaka ɗana.” Sai ya ce, “Muddin Ubangiji yana a raye, babu gashi guda na ɗanki da zai fāɗi ƙasa.”
12 ସେତେବେଳେ ସେହି ସ୍ତ୍ରୀ କହିଲା, “ଆପଣଙ୍କ ଦାସୀଙ୍କୁ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଗୋଟିଏ କଥା କହିବାକୁ ଦେଉନ୍ତୁ;” ସେ କହିଲେ, “କୁହ।”
Sai matar ta ce, “Bari baiwarka ta ƙara yin magana sau ɗayan nan wa ranka yă daɗe.” Ya ce, “Ki faɗa.”
13 ତହୁଁ ସେହି ସ୍ତ୍ରୀ କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଂକଳ୍ପ କରିଅଛନ୍ତି? ମହାରାଜ ଯାହା କହିଲେ, ତଦ୍ଦ୍ୱାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକଙ୍କୁ ଫେରାଇ ଆଣୁ ନାହାନ୍ତି।
Matar ta ce, “To, don me ka yi wa mutanen Allah irin wannan abu? Sa’ad da sarki ya ce haka, ashe, ba ka hukunta kanka ke nan ba, tun da yake sarki bai yarda ɗansa yă komo gida ba?
14 ଆମ୍ଭେମାନେ ତ ନିତାନ୍ତ ମରିବା, ପୁଣି ଭୂମିରେ ଢଳାଗଲା ଉତ୍ତାରେ ଯାହା ପୁନର୍ବାର ସଂଗୃହୀତ ହୋଇ ନ ପାରେ, ଏପରି ଜଳ ତୁଲ୍ୟ ହେବା; କିନ୍ତୁ ପରମେଶ୍ୱର ଜୀବନ ହରଣ କରନ୍ତି ନାହିଁ; ମାତ୍ର ନିର୍ବାସିତ ଲୋକ ଯେପରି ତାହାଙ୍କଠାରୁ ନିର୍ବାସିତ ନ ହୁଏ, ଏପରି ଉପାୟର ସଂକଳ୍ପ କରନ୍ତି।
Kamar ruwan da ya zuba a ƙasa, wanda ba a iya kwasa, haka dole mu mutu. Amma Allah ba ya ɗaukan rai; a maimako, yakan ƙirƙiro hanyoyi domin mutumin da aka kora kada yă kasance yasasshe daga gare shi.
15 ଏବେ ମୁଁ ଯେ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଏହି କଥା ନିବେଦନ କରିବାକୁ ଆସିଲି, ତହିଁର କାରଣ ଏହି ଯେ, ଲୋକମାନେ ମୋର ଭୟ ଜନ୍ମାଇଲେ; ତହିଁରେ ଆପଣଙ୍କ ଦାସୀ କହିଲା, ‘ମୁଁ ଏବେ ମହାରାଜଙ୍କୁ କହିବି; ହୋଇପାରେ, ମହାରାଜ ଆପଣା ଦାସୀର ନିବେଦନାନୁସାରେ କରିବେ।
“Yanzu ga shi na zo don in faɗa wannan wa ranka yă daɗe sarki, don mutane sun tsorata ni. Baiwarka ta yi tunani ta ce, ‘Zan yi magana wa sarki; wataƙila yă yi abin da baiwarsa ta roƙa.
16 ଯେଉଁ ଲୋକ ମୋତେ ଓ ମୋʼ ପୁତ୍ରକୁ ଏକତ୍ର ପରମେଶ୍ୱରଙ୍କ ଅଧିକାରରୁ ଉଚ୍ଛିନ୍ନ କରିବାକୁ ଇଚ୍ଛା କରେ, ତାହା ହସ୍ତରୁ ମହାରାଜ ଆପଣା ଦାସୀଙ୍କୁ ରକ୍ଷା କରିବାକୁ ମନୋଯୋଗ କରିବେ।’
Wataƙila sarki zai yarda yă ceci baiwarsa daga hannun mutumin nan da yake ƙoƙari yă hallaka ni da ɗana daga gādon da Allah ya ba mu.’
17 ଆପଣଙ୍କ ଦାସୀ ଆହୁରି କହିଲା, ‘ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ,’ ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କ ସଙ୍ଗେ ଥାଉନ୍ତୁ।”
“Yanzu kuwa baiwarka tana cewa, ‘Bari magana ranka yă daɗe sarki yă ba ni hutu, gama ranka yă daɗe sarki yana kama da mala’ikan Allah cikin rarrabe nagarta da mugunta. Bari Ubangiji Allahnka yă kasance tare da kai.’”
18 ଏଥିରେ ରାଜା ଉତ୍ତର ଦେଇ ସେହି ସ୍ତ୍ରୀକୁ କହିଲେ, “ଭଲ, ମୁଁ ତୁମ୍ଭକୁ ଯାହା ପଚାରିବି, ତାହା ମୋʼ ଠାରୁ ଗୋପନ କରିବ ନାହିଁ।” ତହୁଁ ସେହି ସ୍ତ୍ରୀ କହିଲା, “ମୋର ପ୍ରଭୁ ମହାରାଜ କହନ୍ତୁ।”
Sai sarki ya ce wa matar, “Kada ki ɓoye mini kome daga abin da zan tambaye ki.” Matar ta ce, “Bari ranka yă daɗe sarki yă yi tambaya.”
19 ଏଥିରେ ରାଜା କହିଲେ, “ଏସମସ୍ତ କଥାରେ କି ତୁମ୍ଭ ସଙ୍ଗେ ଯୋୟାବର ହାତ ନାହିଁ?” ସେହି ସ୍ତ୍ରୀ ଉତ୍ତର ଦେଇ କହିଲା, “ହେ ମୋର ପ୍ରଭୋ, ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୋʼ ପ୍ରଭୁ ମହାରାଜ ଯାହା କହିଅଛନ୍ତି, ତହିଁର ଡାହାଣକୁ କି ବାମକୁ ଫେରିବାକୁ କାହାରି ଆୟତ୍ତ ନାହିଁ; କାରଣ ଆପଣଙ୍କ ଦାସ ଯୋୟାବ ମୋତେ ଆଦେଶ କରି ଆପଣଙ୍କ ଦାସୀଙ୍କୁ ଏହି ସମସ୍ତ କଥା ଶିଖାଇଅଛନ୍ତି।
Sarki ya ce, “Anya, babu hannun Yowab a cikin dukan wannan?” Matar ta ce, “Muddin kana a raye, ranka yă daɗe sarki, ba wanda zai juya dama ko hagu daga wani abin da ranka yă daɗe sarki ya faɗa. I, bawanka Yowab ne ya umarce ni in yi wannan, shi ne kuma ya sa kalmomin nan a bakin baiwarka.
20 କଥାକୁ ଏପରି ବୁଲାଇ କହିବାକୁ ଆପଣଙ୍କ ଦାସ ଯୋୟାବ ଏହା କରିଅଛନ୍ତି; ଯାହାହେଉ, ମୋର ପ୍ରଭୁ ପୃଥିବୀର ସମସ୍ତ ବିଷୟ ଜାଣିବା ପାଇଁ ପରମେଶ୍ୱରଙ୍କ ଦୂତଙ୍କ ଜ୍ଞାନ ପ୍ରମାଣେ ଜ୍ଞାନବାନ ଅଟନ୍ତି।”
Bawanka Yowab ne ya yi haka don yă daidaita al’amura. Ranka yă daɗe yana da hikima iri ta mala’ikan Allah, ya san dukan kome da yake faruwa a ƙasar.”
21 ଏଥିଉତ୍ତାରେ ରାଜା ଯୋୟାବକୁ କହିଲେ, “ଆଚ୍ଛା, ଦେଖ, ମୁଁ ଏହି କଥା କରିବି, ଏଣୁ ଯାଅ, ସେ ଯୁବା ଅବଶାଲୋମଙ୍କୁ ପୁନର୍ବାର ଆଣ।”
Sarki ya ce wa Yowab, “To, da kyau, zan yi haka. Je ka, ka dawo da saurayin nan Absalom.”
22 ତହିଁରେ ଯୋୟାବ ମୁହଁ ମାଡ଼ି ପ୍ରଣାମ କରି ରାଜାଙ୍କର ଧନ୍ୟବାଦ କଲା; ଆଉ ଯୋୟାବ କହିଲା, “ହେ ମୋହର ପ୍ରଭୋ, ମହାରାଜ, ମୁଁ ଯେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ଆପଣଙ୍କ ଦାସ ଆଜି ଜାଣିଲା, ଯେହେତୁ ମହାରାଜ ଆପଣା ଦାସର ନିବେଦନାନୁସାରେ କଲେ।”
Yowab ya rusuna har ƙasa don bangirma, ya kuma yi wa sarki kyakkyawar fata. Yowab ya ce, “Yau, bawanka ya sani ya sami tagomashi a gare ka, ranka yă daɗe sarki, gama sarki ya ji roƙon bawansa.”
23 ତହୁଁ ଯୋୟାବ ଉଠି ଗଶୂରକୁ ଯାଇ ଅବଶାଲୋମଙ୍କୁ ଯିରୂଶାଲମକୁ ଆଣିଲା।
Sa’an nan Yowab ya tafi Geshur ya dawo da Absalom Urushalima.
24 ଆଉ ରାଜା କହିଲେ, “ସେ ଫେରି ଆପଣା ଘରକୁ ଯାଉ, ମାତ୍ର ସେ ମୋହର ମୁଖ ନ ଦେଖୁ।” ତହିଁରେ ଅବଶାଲୋମ ଆପଣା ଗୃହକୁ ଫେରିଗଲା ଓ ରାଜାଙ୍କର ମୁଖ ଦେଖିଲା ନାହିଁ।
Amma sarki ya ce, “Yă tafi gidansa; kada yă zo yă gan ni.” Saboda haka Absalom ya tafi gidansa, bai kuwa je ganin sarki ba.
25 ସମୁଦାୟ ଇସ୍ରାଏଲ ମଧ୍ୟରେ ଅବଶାଲୋମ ପରି ଅତି ପ୍ରଶଂସନୀୟ ସୌନ୍ଦର୍ଯ୍ୟ ପୁରୁଷ କେହି ନ ଥିଲା; ତାହାର ତଳିପାରୁ ମସ୍ତକର ଅଗ୍ରଭାଗ ପର୍ଯ୍ୟନ୍ତ ତାହାଠାରେ କୌଣସି ଖୁଣ ନ ଥିଲା।
A cikin dukan Isra’ila babu wanda ake yabon kyansa kamar Absalom. Tun daga kansa har zuwa tafin ƙafansa babu tabo a jikinsa.
26 ତାହାର ମସ୍ତକର କେଶ ଭାରୀ ହେବାରୁ ପ୍ରତି ବର୍ଷର ଶେଷରେ ସେ ତାହା କଟାଏ। ପୁଣି ସେ ଆପଣା ମସ୍ତକର କେଶ କଟାଇବା ବେଳେ ରାଜପରିମାଣାନୁସାରେ ତାହା ଦୁଇ ଶହ ଶେକଲ ପରିମିତ ହୁଏ।
A duk sa’ad da ya aske gashin kansa (yakan aske kansa lokaci-lokaci sa’ad da ya yi masa nauyi) yakan auna shi, nauyin gashin kuwa yakan kai wajen shekel ɗari biyu a ma’aunin da ake awo.
27 ସେହି ଅବଶାଲୋମର ତିନି ପୁତ୍ର ଓ ଗୋଟିଏ କନ୍ୟା ଜାତ ହୋଇଥିଲେ; କନ୍ୟାର ନାମ ତାମର ଥିଲା, ସେ ପରମାସୁନ୍ଦରୀ।
Aka haifa wa Absalom’ya’ya uku maza da’ya mace guda. Sunanta Tamar, ta kuwa zama kyakkyawan mace ƙwarai.
28 ଅବଶାଲୋମ ଯିରୂଶାଲମରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ବାସ କଲା; ମାତ୍ର ରାଜାଙ୍କର ମୁଖ ଦେଖିଲା ନାହିଁ।
Absalom ya zauna a Urushalima shekara biyu amma ba tare da ganin fuskar sarki ba.
29 ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବଙ୍କୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ୱିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ।
Sai Absalom ya aika a kira masa Yowab don yă aike shi wurin sarki, amma Yowab ya ƙi zuwa. Saboda haka ya sāke aika sau na biyu, amma ya ƙi yă zo.
30 ଏହେତୁ ସେ ଆପଣା ଦାସମାନଙ୍କୁ କହିଲା, “ଦେଖ, ଆମ୍ଭ କ୍ଷେତ୍ର ପାଖରେ ଯୋୟାବର କ୍ଷେତ୍ର ଅଛି, ସେ ତହିଁରେ ଯବ କରିଅଛି; ଯାଅ, ତହିଁରେ ନିଆଁ ଲଗାଇ ଦିଅ।” ତହୁଁ ଅବଶାଲୋମର ଦାସମାନେ ସେହି କ୍ଷେତ୍ରରେ ନିଆଁ ଲଗାଇଦେଲେ।
Sai ya ce wa bayinsa, “Duba, gonar Yowab tana gab da tawa, kuma yana da sha’ir a can. Ku je ku sa mata wuta.” Sai bayin Absalom suka sa wa gonar wuta.
31 ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, “ତୁମ୍ଭ ଦାସମାନେ କାହିଁକି ମୋʼ କ୍ଷେତ୍ରରେ ନିଆଁ ଲଗାଇଲେ?”
Sa’an nan Yowab ya tafi gidan Absalom ya ce masa, “Me ya sa bayinka suka sa wa gonata wuta?”
32 ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ତୁମ୍ଭେ ଏଠାକୁ ଆସ, ମୁଁ କାହିଁକି ଗଶୂରରୁ ଆସିଲି? ଏ କଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥାʼନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋʼ ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।”
Absalom ya ce wa Yowab, “Kai, na aika, ‘Ka zo nan don in aike ka wurin sarki ka tambaya, “Me ya sa na dawo daga Geshur? Ai, ya fi mini a ce ina can har yanzu!”’ Yanzu kuwa, ina so in ga sarki, kuma idan na yi wani laifi, to, yă kashe ni.”
33 ତହୁଁ ଯୋୟାବ ଯାଇ ରାଜାଙ୍କୁ ଏହା ଜଣାଇଲା; ତହିଁରେ ରାଜା ଅବଶାଲୋମଙ୍କୁ ଡକାନ୍ତେ, ସେ ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଭୂମିରେ ମୁହଁ ମାଡ଼ି ପ୍ରଣାମ କଲା, ପୁଣି ରାଜା ଅବଶାଲୋମଙ୍କୁ ଚୁମ୍ବନ କଲେ।
Saboda haka Yowab ya tafi wurin sarki ya gaya masa wannan. Sai sarki ya aika aka zo da Absalom, ya kuma rusuna da fuskarsa har ƙasa a gaban sarki. Sarki kuwa ya sumbaci Absalom.

< ଦ୍ୱିତୀୟ ଶାମୁୟେଲ 14 >