< ଦ୍ୱିତୀୟ ଶାମୁୟେଲ 14 >
1 ଏଥିଉତ୍ତାରେ ସରୁୟାର ପୁତ୍ର ଯୋୟାବ ଦେଖିଲା ଯେ, ରାଜାଙ୍କର ହୃଦୟ ଅବଶାଲୋମ ଆଡ଼େ ଅଛି।
Kral Davut'un Avşalom'u özlediğini anlayan Seruya oğlu Yoav, birini gönderip Tekoa'da yaşayan bilge bir kadını getirtti. Yoav kadına, “Lütfen yasa bürün” dedi, “Yas giysilerini giy. Yağ sürme ve ölü için günlerdir yas tutan bir kadın gibi davran.
2 ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;
3 ପୁଣି ରାଜାଙ୍କ ନିକଟକୁ ଯାଇ ଏହି ପ୍ରକାରେ ତାଙ୍କୁ କୁହ।” ଆଉ ଯୋୟାବ ତାହାକୁ ବକ୍ତବ୍ୟ କଥା ଶିଖାଇଲା।
Krala git ve ona söyleyeceklerimi ilet.” Sonra kadına neler söyleyeceğini bildirdi.
4 ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କଥା କହିବା ବେଳେ ଭୂମିରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ମହାରାଜ, ରକ୍ଷା କରନ୍ତୁ।”
Tekoalı kadın krala gitti. Önünde yüzüstü yere kapanarak, “Ey kral, yardım et!” dedi.
5 ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭର କଅଣ ହେଲା?” ସେ ଉତ୍ତର କଲା, “ମୁଁ ସତ୍ୟ କହୁଛି, ମୁଁ ବିଧବା ସ୍ତ୍ରୀ, ମୋʼ ସ୍ୱାମୀ ମରିଯାଇଅଛି।
Kral, “Neyin var?” diye sordu. Kadın, “Ben zavallı dul bir kadınım” diye yanıtladı, “Kocam öldü.
6 ଆପଣଙ୍କ ଏହି ଦାସୀର ଦୁଇ ପୁତ୍ର ଥିଲେ, ସେ ଦୁହେଁ କ୍ଷେତ୍ରରେ ଝଗଡା କଲେ, ସେତେବେଳେ ସେମାନଙ୍କୁ ଛଡ଼ାଇ ଦେବାକୁ କେହି ନ ଥିବାରୁ ଜଣେ ଅନ୍ୟ ଜଣକୁ ମାରି ବଧ କଲା।
Ben kölenin iki oğlu vardı. İkisi tarlada kavgaya tutuştular. Orada onları ayıracak kimse yoktu. Biri öbürünü vurup öldürdü.
7 ଏବେ ଦେଖନ୍ତୁ, ସମୁଦାୟ ଗୋଷ୍ଠୀ ଆପଣଙ୍କ ଦାସୀ ବିରୁଦ୍ଧରେ ଉଠି କହୁଛନ୍ତି, ‘ଆପଣା ଭାଇକୁ ଯେ ମାରିଲା, ତାହାକୁ ସମର୍ପଣ କର, ତହିଁରେ ଆମ୍ଭେମାନେ ତାହାର ହତ ଭାଇର ପ୍ରାଣ ବଦଳେ ତାହାର ପ୍ରାଣ ନେବୁ,’ ପୁଣି ଉତ୍ତରାଧିକାରୀଙ୍କୁ ମଧ୍ୟ ଉଚ୍ଛିନ୍ନ କରିବୁ; ଏହା କଲେ ସେମାନେ ମୋର ବାକି ଥିବା ନିଆଁ ଲିଭାଇ ଦେବେ ଓ ପୃଥିବୀରୁ ମୋʼ ସ୍ୱାମୀର ନାମ ଓ ଅବଶିଷ୍ଟ କିଛି ରଖିବେ ନାହିଁ।”
Şimdi bütün boy halkı cariyene karşı çıkıp, ‘Kardeşini öldüreni bize teslim et’ diyor, ‘Öldürdüğü kardeşinin canına karşılık onu öldürelim. Böylece mirasçıyı da ortadan kaldırmış oluruz.’ İşte geri kalan közümü de söndürecekler; yeryüzünde kocamın adını sürdürecek soy kalmayacak.”
8 ଏଥିରେ ରାଜା ସେହି ସ୍ତ୍ରୀଙ୍କୁ କହିଲେ, “ଘରକୁ ଯାଅ, ମୁଁ ତୁମ୍ଭ ବିଷୟରେ ଆଜ୍ଞା ଦେବି।”
Kral, “Evine dön, ben davanla ilgili buyruk vereceğim” dedi.
9 ତହୁଁ ତକୋୟର ସେହି ସ୍ତ୍ରୀ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୋ, ମହାରାଜ, ଏ ଅପରାଧଟି ମୋʼ ଉପରେ ଓ ମୋʼ ପିତୃଗୃହ ଉପରେ ଥାଉ; ମାତ୍ର ମହାରାଜ ଓ ତାଙ୍କ ସିଂହାସନ ଦୋଷରହିତ ହେଉନ୍ତୁ।”
Tekoalı kadın, “Efendim kral, bu olayın suçlusu ben ve babamın ev halkı olsun” dedi, “Kral ve tahtı suçsuz olsun.”
10 ତହିଁରେ ରାଜା କହିଲେ, “କେହି ଯେବେ ତୁମ୍ଭକୁ କିଛି କହେ, ତାଙ୍କୁ ମୋʼ ନିକଟକୁ ଆଣ, ତେବେ ସେ ତୁମ୍ଭକୁ ଆଉ ଛୁଇଁବ ନାହିଁ।”
Kral, “Kim sana bir şey derse, onu bana getir” dedi, “Bir daha canını sıkmaz.”
11 ତହିଁରେ ସେ ସ୍ତ୍ରୀ କହିଲେ, “ରକ୍ତର ପ୍ରତିହନ୍ତା (ନାଶକ) ଯେପରି ଆଉ ବିନାଶ ନ କରେ, ଏଥିପାଇଁ ମହାରାଜ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ସ୍ମରଣ କରନ୍ତୁ, ନୋହିଲେ, ସେମାନେ ମୋʼ ପୁତ୍ରକୁ ଉଚ୍ଛିନ୍ନ କରିବେ।” ତହୁଁ ରାଜା କହିଲେ, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପୁତ୍ରର ଏକ କେଶ ହିଁ ତଳେ ପଡ଼ିବ ନାହିଁ।”
Kadın, “Öyleyse kral Tanrısı RAB'bin adına ant içsin de kanın öcünü alacak kişi yıkımı büyütmesin” diye karşılık verdi, “Yoksa oğlumu yok edecekler.” Kral, “Yaşayan RAB'bin adıyla derim ki, oğlunun saçının bir teline bile zarar gelmeyecektir” dedi.
12 ସେତେବେଳେ ସେହି ସ୍ତ୍ରୀ କହିଲା, “ଆପଣଙ୍କ ଦାସୀଙ୍କୁ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଗୋଟିଏ କଥା କହିବାକୁ ଦେଉନ୍ତୁ;” ସେ କହିଲେ, “କୁହ।”
Kadın, “İzin ver de, efendim krala bir söz daha söyleyeyim” dedi. Kral, “Söyle” dedi.
13 ତହୁଁ ସେହି ସ୍ତ୍ରୀ କହିଲା, “ତେବେ ଆପଣ କାହିଁକି ପରମେଶ୍ୱରଙ୍କ ଲୋକମାନଙ୍କ ବିରୁଦ୍ଧରେ ଏରୂପ ସଂକଳ୍ପ କରିଅଛନ୍ତି? ମହାରାଜ ଯାହା କହିଲେ, ତଦ୍ଦ୍ୱାରା ଦୋଷୀ ଲୋକ ପରି ହୋଇଅଛନ୍ତି, କାରଣ ମହାରାଜ ଆପଣା ନିର୍ବାସିତ ଲୋକଙ୍କୁ ଫେରାଇ ଆଣୁ ନାହାନ୍ତି।
Kadın konuşmasını şöyle sürdürdü: “Neden Tanrı'nın halkına karşı böyle bir şey tasarladın? Kral böyle konuşmakla sanki kendini suçlu çıkarıyor. Çünkü sürgüne gönderdiği kişiyi geri getirmedi.
14 ଆମ୍ଭେମାନେ ତ ନିତାନ୍ତ ମରିବା, ପୁଣି ଭୂମିରେ ଢଳାଗଲା ଉତ୍ତାରେ ଯାହା ପୁନର୍ବାର ସଂଗୃହୀତ ହୋଇ ନ ପାରେ, ଏପରି ଜଳ ତୁଲ୍ୟ ହେବା; କିନ୍ତୁ ପରମେଶ୍ୱର ଜୀବନ ହରଣ କରନ୍ତି ନାହିଁ; ମାତ୍ର ନିର୍ବାସିତ ଲୋକ ଯେପରି ତାହାଙ୍କଠାରୁ ନିର୍ବାସିତ ନ ହୁଏ, ଏପରି ଉପାୟର ସଂକଳ୍ପ କରନ୍ତି।
Hepimizin öleceği kesin, toprağa dökülüp yeniden toplanamayan su gibiyiz. Ama Tanrı can almaz; sürgüne gönderilen kişi kendisinden uzak kalmasın diye çözüm yolları düşünür.
15 ଏବେ ମୁଁ ଯେ ମୋର ପ୍ରଭୁ ମହାରାଜଙ୍କ ନିକଟରେ ଏହି କଥା ନିବେଦନ କରିବାକୁ ଆସିଲି, ତହିଁର କାରଣ ଏହି ଯେ, ଲୋକମାନେ ମୋର ଭୟ ଜନ୍ମାଇଲେ; ତହିଁରେ ଆପଣଙ୍କ ଦାସୀ କହିଲା, ‘ମୁଁ ଏବେ ମହାରାଜଙ୍କୁ କହିବି; ହୋଇପାରେ, ମହାରାଜ ଆପଣା ଦାସୀର ନିବେଦନାନୁସାରେ କରିବେ।
“Halk beni korkuttuğu için efendim krala bunları söylemeye geldim. ‘Kralla konuşayım, belki kölesinin dileğini yerine getirir’ diye düşündüm,
16 ଯେଉଁ ଲୋକ ମୋତେ ଓ ମୋʼ ପୁତ୍ରକୁ ଏକତ୍ର ପରମେଶ୍ୱରଙ୍କ ଅଧିକାରରୁ ଉଚ୍ଛିନ୍ନ କରିବାକୁ ଇଚ୍ଛା କରେ, ତାହା ହସ୍ତରୁ ମହାରାଜ ଆପଣା ଦାସୀଙ୍କୁ ରକ୍ଷା କରିବାକୁ ମନୋଯୋଗ କରିବେ।’
‘Belki kral oğlumla beni öldürüp Tanrı'nın halkından yoksun bırakmak isteyenin elinden kurtarmayı kabul eder.’
17 ଆପଣଙ୍କ ଦାସୀ ଆହୁରି କହିଲା, ‘ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ,’ ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କ ସଙ୍ଗେ ଥାଉନ୍ତୁ।”
Efendim kralın sözü beni rahatlatsın dedim. Çünkü efendim kral iyiyi, kötüyü ayırt etmekte Tanrı'nın meleği gibidir. Tanrın RAB seninle olsun!”
18 ଏଥିରେ ରାଜା ଉତ୍ତର ଦେଇ ସେହି ସ୍ତ୍ରୀକୁ କହିଲେ, “ଭଲ, ମୁଁ ତୁମ୍ଭକୁ ଯାହା ପଚାରିବି, ତାହା ମୋʼ ଠାରୁ ଗୋପନ କରିବ ନାହିଁ।” ତହୁଁ ସେହି ସ୍ତ୍ରୀ କହିଲା, “ମୋର ପ୍ରଭୁ ମହାରାଜ କହନ୍ତୁ।”
Kral, “Sana bir soru soracağım, benden gerçeği saklama” dedi. Kadın, “Efendim kral, buyur” diye karşılık verdi.
19 ଏଥିରେ ରାଜା କହିଲେ, “ଏସମସ୍ତ କଥାରେ କି ତୁମ୍ଭ ସଙ୍ଗେ ଯୋୟାବର ହାତ ନାହିଁ?” ସେହି ସ୍ତ୍ରୀ ଉତ୍ତର ଦେଇ କହିଲା, “ହେ ମୋର ପ୍ରଭୋ, ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୋʼ ପ୍ରଭୁ ମହାରାଜ ଯାହା କହିଅଛନ୍ତି, ତହିଁର ଡାହାଣକୁ କି ବାମକୁ ଫେରିବାକୁ କାହାରି ଆୟତ୍ତ ନାହିଁ; କାରଣ ଆପଣଙ୍କ ଦାସ ଯୋୟାବ ମୋତେ ଆଦେଶ କରି ଆପଣଙ୍କ ଦାସୀଙ୍କୁ ଏହି ସମସ୍ତ କଥା ଶିଖାଇଅଛନ୍ତି।
Kral, “Bütün bunları seninle birlikte tasarlayan Yoav mı?” diye sordu. Kadın şöyle yanıtladı: “Yaşamın hakkı için derim ki, ey efendim kral, hiçbir sorunu yanıtlamaktan kaçamam. Evet, bana buyruk veren ve kölene bütün bunları söyleten kulun Yoav'dır.
20 କଥାକୁ ଏପରି ବୁଲାଇ କହିବାକୁ ଆପଣଙ୍କ ଦାସ ଯୋୟାବ ଏହା କରିଅଛନ୍ତି; ଯାହାହେଉ, ମୋର ପ୍ରଭୁ ପୃଥିବୀର ସମସ୍ତ ବିଷୟ ଜାଣିବା ପାଇଁ ପରମେଶ୍ୱରଙ୍କ ଦୂତଙ୍କ ଜ୍ଞାନ ପ୍ରମାଣେ ଜ୍ଞାନବାନ ଅଟନ୍ତି।”
Kulun Yoav duruma bir çözüm getirmek için yaptı bunu. Efendim, Tanrı'nın bir meleği gibi bilgedir. Ülkede olup biten her şeyi bilir.”
21 ଏଥିଉତ୍ତାରେ ରାଜା ଯୋୟାବକୁ କହିଲେ, “ଆଚ୍ଛା, ଦେଖ, ମୁଁ ଏହି କଥା କରିବି, ଏଣୁ ଯାଅ, ସେ ଯୁବା ଅବଶାଲୋମଙ୍କୁ ପୁନର୍ବାର ଆଣ।”
Bunun üzerine kral Yoav'a, “İstediğini yapacağım” dedi, “Git, genç Avşalom'u geri getir.”
22 ତହିଁରେ ଯୋୟାବ ମୁହଁ ମାଡ଼ି ପ୍ରଣାମ କରି ରାଜାଙ୍କର ଧନ୍ୟବାଦ କଲା; ଆଉ ଯୋୟାବ କହିଲା, “ହେ ମୋହର ପ୍ରଭୋ, ମହାରାଜ, ମୁଁ ଯେ ଆପଣଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ଆପଣଙ୍କ ଦାସ ଆଜି ଜାଣିଲା, ଯେହେତୁ ମହାରାଜ ଆପଣା ଦାସର ନିବେଦନାନୁସାରେ କଲେ।”
Yoav yüzüstü yere kapanarak onu kutsadı ve, “Ey efendim kral, bugün benden hoşnut olduğunu biliyorum, çünkü kulunun isteğini yaptın” dedi.
23 ତହୁଁ ଯୋୟାବ ଉଠି ଗଶୂରକୁ ଯାଇ ଅବଶାଲୋମଙ୍କୁ ଯିରୂଶାଲମକୁ ଆଣିଲା।
Yoav hemen Geşur'a gidip Avşalom'u Yeruşalim'e getirdi.
24 ଆଉ ରାଜା କହିଲେ, “ସେ ଫେରି ଆପଣା ଘରକୁ ଯାଉ, ମାତ୍ର ସେ ମୋହର ମୁଖ ନ ଦେଖୁ।” ତହିଁରେ ଅବଶାଲୋମ ଆପଣା ଗୃହକୁ ଫେରିଗଲା ଓ ରାଜାଙ୍କର ମୁଖ ଦେଖିଲା ନାହିଁ।
Ne var ki, kral, “Avşalom evine gitsin, yanıma gelmesin” diye buyruk verdi. Bu yüzden Avşalom evine gitti; kralı görmedi.
25 ସମୁଦାୟ ଇସ୍ରାଏଲ ମଧ୍ୟରେ ଅବଶାଲୋମ ପରି ଅତି ପ୍ରଶଂସନୀୟ ସୌନ୍ଦର୍ଯ୍ୟ ପୁରୁଷ କେହି ନ ଥିଲା; ତାହାର ତଳିପାରୁ ମସ୍ତକର ଅଗ୍ରଭାଗ ପର୍ଯ୍ୟନ୍ତ ତାହାଠାରେ କୌଣସି ଖୁଣ ନ ଥିଲା।
Bütün İsrail'de Avşalom kadar yakışıklılığı için övülen kimse yoktu; tepeden tırnağa kusursuz biriydi.
26 ତାହାର ମସ୍ତକର କେଶ ଭାରୀ ହେବାରୁ ପ୍ରତି ବର୍ଷର ଶେଷରେ ସେ ତାହା କଟାଏ। ପୁଣି ସେ ଆପଣା ମସ୍ତକର କେଶ କଟାଇବା ବେଳେ ରାଜପରିମାଣାନୁସାରେ ତାହା ଦୁଇ ଶହ ଶେକଲ ପରିମିତ ହୁଏ।
Avşalom saçını kestirdiği zaman tartardı. Saçı ona ağırlık verdiği için her yıl kestirirdi. Saçının ağırlığı krallık ölçüsüne göre iki yüz şekel çekerdi.
27 ସେହି ଅବଶାଲୋମର ତିନି ପୁତ୍ର ଓ ଗୋଟିଏ କନ୍ୟା ଜାତ ହୋଇଥିଲେ; କନ୍ୟାର ନାମ ତାମର ଥିଲା, ସେ ପରମାସୁନ୍ଦରୀ।
Avşalom'un üç oğlu ve Tamar adında çok güzel bir kızı vardı.
28 ଅବଶାଲୋମ ଯିରୂଶାଲମରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ବାସ କଲା; ମାତ୍ର ରାଜାଙ୍କର ମୁଖ ଦେଖିଲା ନାହିଁ।
Avşalom kralı görmeden Yeruşalim'de iki yıl yaşadı.
29 ଏଣୁ ଅବଶାଲୋମ ରାଜାଙ୍କ ନିକଟକୁ ପଠାଇବା ପାଇଁ ଯୋୟାବଙ୍କୁ ଡକାଇଲା; ମାତ୍ର ସେ ଆସିଲା ନାହିଁ; ତହୁଁ ସେ ଦ୍ୱିତୀୟ ଥର ପୁଣି ଲୋକ ପଠାଇଲା, ମାତ୍ର ସେ ଆସିଲା ନାହିଁ।
Sonra Yoav'ı krala göndermek için ona haber saldı. Ama Yoav gelmek istemedi. Avşalom ikinci kez haber gönderdi, Yoav yine gelmek istemedi.
30 ଏହେତୁ ସେ ଆପଣା ଦାସମାନଙ୍କୁ କହିଲା, “ଦେଖ, ଆମ୍ଭ କ୍ଷେତ୍ର ପାଖରେ ଯୋୟାବର କ୍ଷେତ୍ର ଅଛି, ସେ ତହିଁରେ ଯବ କରିଅଛି; ଯାଅ, ତହିଁରେ ନିଆଁ ଲଗାଇ ଦିଅ।” ତହୁଁ ଅବଶାଲୋମର ଦାସମାନେ ସେହି କ୍ଷେତ୍ରରେ ନିଆଁ ଲଗାଇଦେଲେ।
Avşalom kullarına, “Bakın, Yoav'ın arpa tarlası benimkine bitişiktir” dedi, “Gidin, tarlayı ateşe verin.” Bunun üzerine gidip tarlayı ateşe verdiler.
31 ଏଥିରେ ଯୋୟାବ ଉଠି ଅବଶାଲୋମ ପାଖକୁ ତାହାର ଗୃହକୁ ଆସି ତାହାକୁ କହିଲା, “ତୁମ୍ଭ ଦାସମାନେ କାହିଁକି ମୋʼ କ୍ଷେତ୍ରରେ ନିଆଁ ଲଗାଇଲେ?”
Yoav kalkıp Avşalom'un evine gitti. “Kulların neden tarlamı ateşe verdi?” diye sordu.
32 ତହୁଁ ଅବଶାଲୋମ ଯୋୟାବଙ୍କୁ ଉତ୍ତର କଲା, “ଦେଖ ମୁଁ ତୁମ୍ଭ ନିକଟକୁ ଲୋକ ପଠାଇ କହିଲି, ତୁମ୍ଭେ ଏଠାକୁ ଆସ, ମୁଁ କାହିଁକି ଗଶୂରରୁ ଆସିଲି? ଏ କଥା ପଚାରିବା ପାଇଁ ମୁଁ ରାଜାଙ୍କ ନିକଟକୁ ତୁମ୍ଭକୁ ପଠାଇବି। ଆଜି ପର୍ଯ୍ୟନ୍ତ ସେଠାରେ ଥିଲେ, ମୋହର ଭଲ ହୋଇଥାʼନ୍ତା; ଏବେ ମୋତେ ରାଜାଙ୍କ ମୁଖ ଦେଖିବାକୁ ଦିଅ, ଯେବେ ମୋʼ ଠାରେ ଅପରାଧ ଥାଏ, ତେବେ ସେ ମୋତେ ବଧ କରନ୍ତୁ।”
Avşalom şöyle yanıtladı: “Bak, sana, ‘Buraya gel, seni krala göndereyim’ diye haber yolladım. Ona şunları söylemeni isteyecektim: ‘Neden Geşur'dan geldim? Orada kalsaydım benim için daha iyi olurdu. Artık kralı görmek istiyorum. Bir suçum varsa, beni öldürsün.’”
33 ତହୁଁ ଯୋୟାବ ଯାଇ ରାଜାଙ୍କୁ ଏହା ଜଣାଇଲା; ତହିଁରେ ରାଜା ଅବଶାଲୋମଙ୍କୁ ଡକାନ୍ତେ, ସେ ରାଜାଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଭୂମିରେ ମୁହଁ ମାଡ଼ି ପ୍ରଣାମ କଲା, ପୁଣି ରାଜା ଅବଶାଲୋମଙ୍କୁ ଚୁମ୍ବନ କଲେ।
Bunun üzerine Yoav gidip Avşalom'un söylediklerini krala iletti. Kral Avşalom'u çağırttı. Avşalom kralın yanına gelip önünde yüzüstü yere kapandı. Kral da onu öptü.