< ଦ୍ୱିତୀୟ ଶାମୁୟେଲ 15 >
1 ଏଥିଉତ୍ତାରେ ଅବଶାଲୋମ ଆପଣା ନିମନ୍ତେ ଏକ ରଥ ଓ ଅଶ୍ୱମାନ ଓ ଆପଣା ଆଗେ ଆଗେ ଦୌଡ଼ିବା ନିମନ୍ତେ ପଚାଶ ଅଙ୍ଗରକ୍ଷକ ରଖିଲା।
Ikawa baada ya haya Absalomu akaandaa gari la farasi na farasi kwa ajili yake pamoja na watu hamsini wa kwenda mbele zake.
2 ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ୱାରର ପଥ ପାର୍ଶ୍ୱରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାର ଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, “ତୁମ୍ଭେ କେଉଁ ନଗରର ଲୋକ?” ତହିଁରେ “ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ,”
Absalomu alikuwa akiamka mapema na kusimama kando ya njia iliyoelekea katika lango la mji. Mtu yeyote aliyekuwa na shauri la kuja kwa mfalme kwa ajili ya hukumu, Absalomu alimwita na kumwuliza, “Unatoka mji upi?” Na mtu yule hujibu, Mtumishi wako anatoka mojawapo ya kabila za Israeli.”
3 ଅବଶାଲୋମ ତାହାକୁ କହେ, “ଦେଖ, ତୁମ୍ଭ କଥା ଉତ୍ତମ ଓ ଯଥାର୍ଥ; ମାତ୍ର ତୁମ୍ଭ କଥା ଶୁଣିବାକୁ ରାଜାଙ୍କର କୌଣସି ଲୋକ ନିଯୁକ୍ତ ନାହିଁ।”
Hivyo Absalomu umwambia, “Tazama, shitaka lako ni jema na la haki, lakini hakuna aliyepewa mamlaka na mfalme kusikiliza shitaka lako.
4 ଅବଶାଲୋମ ଆହୁରି କହେ, “ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋʼ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି।”
Absalomu uongeza, “Natamani kwamba ningefanywa mwamzi ndani ya nchi ili kwamba kila mtu aliye na shitaka angeweza kuja kwangu nami ningempa haki.
5 ଆହୁରି କେହି ପ୍ରଣାମ କରିବା ପାଇଁ ତାହା ନିକଟକୁ ଆସିଲେ, ସେ ଆପଣା ହାତ ବଢ଼ାଇ ତାହାକୁ ଧରି ଚୁମ୍ବନ କରେ।
Hivyo ikawa kila mtu aliyekuja kumweshimu Absalomu yeye hunyosha mkono na kumshika na kumbusu.
6 ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେହି ସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା।
Absalomu alifanya hivi kwa Israeli wote waliokuja kwa mfalme kwa ajili ya hukumu. Hivyo Absalomu akaipotosha mioyo ya watu wa Israeli.
7 ଏଥିଉତ୍ତାରେ ଚାରି ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରିଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦିଅନ୍ତୁ।
Ikawa mwishoni mwa miaka minne Absalomu akamwambia mfalme, “Tafadhari niruhusu niende ili nitimize nadhiri niliyoiweka kwa Yahwe huko Hebroni.
8 କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ କରି କହିଅଛି, ‘ଯଦି ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି।’”
Kwa maana mtumishi wako aliweka nadhiri alipokuwako Geshuri katika Shamu akisema, 'Ikiwa Yahwe kweli atanirejesha Yerusalemu, ndipo nitamwabudu yeye.”
9 ତହିଁରେ ରାଜା ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ସେ ଉଠି ହିବ୍ରୋଣକୁ ଗଲା।
Hivyo mfalme akamwambia, “Nenda kwa amani”. Absalomu akainuka na kwenda Hebroni.
10 ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଗୁପ୍ତଚର ପଠାଇ କହିଥିଲା, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା କ୍ଷଣେ ‘ଅବଶାଲୋମ ହିବ୍ରୋଣରେ ରାଜା ହେଲେ’ ବୋଲି କହିବ।”
Kisha Absalomu akatuma wapelelezi katika jamaa zote za Israeli, kusema, “Mara msikiapo sauti ya tarumbeta semeni, 'Absalomu anatawala katika Hebroni.”
11 ଆଉ ଅବଶାଲୋମ ସଙ୍ଗେ ଯିରୂଶାଲମରୁ ଦୁଇ ଶହ ଲୋକ ଗଲେ; ସେମାନେ ନିମନ୍ତ୍ରିତ ହୋଇ ସରଳ ମନରେ ଗଲେ; ସେମାନେ କୌଣସି କଥା ଜାଣି ନ ଥିଲେ।
Watu mia mbili waliokuwa wamearikwa kutoka Yerusalemu wakaenda na Absalomu. Wakaenda katika ujinga wao bila kujua Absalomu alichokipanga. Wakati
12 ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତାଙ୍କର ଚକ୍ରାନ୍ତ ଦୃଢ଼ ହେଲା; କାରଣ ଅବଶାଲୋମର ସପକ୍ଷ ଲୋକ ଆହୁରି ଆହୁରି ଅନେକ ବୃଦ୍ଧି ପାଇଲେ।
Absalomu akitoa dhabihu, alituma watu kwa Ahithofeli katika mji wake huko Gilo. Yeye alikuwa mshauri wa Daudi. Uaini wa Absalomu ukawa na nguvu kwa kuwa watu waliomfuata waliendelea kuongezeka.
13 ଏଥିଉତ୍ତାରେ ଜଣେ ଦାସ ଦାଉଦଙ୍କ ନିକଟକୁ ଆସି କହିଲା, “ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମ ଆଡ଼େ ଅଛି।”
Mjumbe akaja kwa Daudi na kusema, “Mioyo ya watu wa Israeli inaambatana na Absalomu.”
14 ତହିଁରେ ଦାଉଦ ଆପଣା ସଙ୍ଗେ ଯିରୂଶାଲମରେ ଥିବା ସମସ୍ତ ଦାସଙ୍କୁ କହିଲେ, “ଉଠ, ଆମ୍ଭେମାନେ ପଳାଉ; ନୋହିଲେ ଆମ୍ଭେମାନେ କେହି ଅବଶାଲୋମଠାରୁ ରକ୍ଷା ପାଇବୁ ନାହିଁ; ଏଣୁ ଚଞ୍ଚଳ ଚାଲ, କେଜାଣି ସେ ଶୀଘ୍ର ଆମ୍ଭମାନଙ୍କୁ ଧରି ଆମ୍ଭମାନଙ୍କୁ ବିପଦଗ୍ରସ୍ତ କରିବ ଓ ଖଡ୍ଗଧାରରେ ନଗର ଆଘାତ କରିବ।”
Hivyo Daudi akawambia watumishi wake waliokuwa pamoja naye huko Yerusalemu, “Haya na tuinuke na kukimbia kwani hakuna hata mmoja atakayesalimika kwa Absalomu. Jiandaeni kuondoka mara moja asije akatupata mara hata akasababisha madhara juu yetu na kuushambulia mji kwa makali ya upanga.”
15 ତହୁଁ ରାଜାଙ୍କ ଦାସମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯାହା ପସନ୍ଦ କରନ୍ତି, ତାହା କରିବାକୁ ଆପଣଙ୍କ ଦାସମାନେ ପ୍ରସ୍ତୁତ ଅଛନ୍ତି।”
Watumishi wa mfalme wakamwambia, “Tazama, watumishi wako wapo tiyari kufanya lolote bwana wetu mfalme atakaloamua.
16 ତହୁଁ ରାଜା ଓ ତାଙ୍କ ପଛେ ପଛେ ତାଙ୍କର ସମସ୍ତ ପରିବାର ପ୍ରସ୍ଥାନ କଲେ। କିନ୍ତୁ ରାଜା ଗୃହ ଜଗିବା ନିମନ୍ତେ ଦଶ ଜଣ ଉପପତ୍ନୀ ଛାଡ଼ିଗଲେ।
Mfalme akaondoka na familia yake yote pamoja naye, lakini mfalme akawaacha wanawake kumi waliokuwa masuria wa mfalme ili walitunze kasri.
17 ଏରୂପେ ରାଜା ଓ ତାଙ୍କ ପଛେ ତାଙ୍କର ସମସ୍ତ ଲୋକ ପ୍ରସ୍ଥାନ କରି ବେଥ୍-ହମ୍ମିର୍ହକରେ (ଦୂର ସ୍ଥାନରେ) ରହିଲେ।
Baada ya mfalme kwenda na watu wote pamoja naye, wakasimama katika nyumba ya mwisho.
18 ପୁଣି ତାଙ୍କର ସମସ୍ତ ଦାସ ଅଗ୍ରସର ହେଲେ ଓ ଗାଥ୍ ନଗରରୁ ତାଙ୍କ ପଛେ ଯେଉଁ ଛଅ ଶହ ଲୋକ ଆସିଥିଲେ, ସେହି କରେଥୀୟ ଓ ପଲେଥୀୟ ଓ ଗାଥୀୟ ଲୋକ ସମସ୍ତେ ରାଜାଙ୍କ ସମ୍ମୁଖରେ ପାର ହୋଇଗଲେ।
Jeshi lake lote likaenda pamoja naye na mbele yake wakaenda Wakerethi na Wapelethi, na Wagiti mia sita wote waliokuwa wamemfuata kutoka Gathi.
19 ସେତେବେଳେ ରାଜା ଗାଥୀୟ ଇତ୍ତୟକୁ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କ ସଙ୍ଗେ ଯାଉଅଛ? ଫେରିଯାଅ, ରାଜାଙ୍କ ସଙ୍ଗେ ରୁହ; କାରଣ ତୁମ୍ଭେ ତ ଜଣେ ବିଦେଶୀ, ମଧ୍ୟ ନିର୍ବାସିତ ଲୋକ; ତୁମ୍ଭେ ନିଜ ସ୍ଥାନକୁ ଫେରିଯାଅ।
Kisha mfalme akamwambia Itai Mgiti, “Kwa nini wewe pia uende nasi? Rudi na ukae na mfalme Absalomu kwa kuwa wewe ni mgeni tena mfungwa. Rudi mahali pako mwenyewe.
20 ଆମ୍ଭେ ଯେଉଁଆଡ଼େ ପାରିବୁ, ସେହିଆଡ଼େ ଯିବୁ, ତୁମ୍ଭେ ତ କେବଳ କାଲି ଆସିଲ, ଆଜି ଆମ୍ଭେ କି ତୁମ୍ଭକୁ ଆମ୍ଭମାନଙ୍କ ସଙ୍ଗେ ନେଇ ଏଣେତେଣେ ବୁଲାଇବା? ତୁମ୍ଭେ ଫେରିଯାଅ, ତୁମ୍ଭ ଭାଇମାନଙ୍କୁ ଫେରାଇ ନିଅ; ଦୟା ଓ ସତ୍ୟତା ତୁମ୍ଭ ସହବର୍ତ୍ତୀ ହେଉ।”
Kwani ni jana tu umeondoka, kwa nini nikufanye uzunguke nasi popote? Hata sijui niendako. Hivyo rudi pamoja na wenzako. Utiifu na uaminifu viambatane nawe.”
21 ଏଥିରେ ଇତ୍ତୟ ରାଜାଙ୍କୁ ଉତ୍ତର କରି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମୋର ପ୍ରଭୁ ମହାରାଜ ଜୀବିତ ଥିବା ପ୍ରମାଣେ, ଜୀବନ ପାଇଁ ହେଉ ବା ମରଣ ପାଇଁ ହେଉ, ଅବଶ୍ୟ ମୋହର ପ୍ରଭୁ ମହାରାଜ ଯେଉଁଠାରେ ରହିବେ, ସେଠାରେ ମଧ୍ୟ ଆପଣଙ୍କ ଦାସ ରହିବ।”
Lakini Itai akamjibu mfalme na kusema, “Kama Yahwe aishivyo na kama bwana wangu mfalme aishivyo, kwa hakika mahali popote bwana wangu mfalme aendako, mtumishi wako pia ndipo atakapokwenda, kwamba ni maisha au kifo.”
22 ତହୁଁ ଦାଉଦ ଇତ୍ତୟକୁ କହିଲେ, “ତେବେ ଯାଅ, ଅଗ୍ରସର ହୁଅ।” ତହିଁରେ ଗାଥୀୟ ଇତ୍ତୟ ଓ ତାହାର ସମସ୍ତ ଲୋକ ଓ ତାହା ସହିତ ଥିବା ସମସ୍ତ ବାଳକ ଅଗ୍ରସର ହୋଇଗଲେ।
Hivyo Daudi akamwambia Itai, haya tangulia uende pamoja nasi.” Hivyo Itai Mgiti akaenda pamoja na mfalme, pamoja na watu wake wote na familia zao zote.
23 ତେଣୁ ଦେଶଯାକ ଉଚ୍ଚସ୍ୱର କରି ରୋଦନ କଲେ ଓ ସମସ୍ତ ଲୋକ ଅଗ୍ରସର ହେଲେ; ରାଜା ମଧ୍ୟ ଆପେ କିଦ୍ରୋଣ ନଦୀ ପାର ହୋଇଗଲେ ଓ ସମସ୍ତ ଲୋକ ପାର ହୋଇ ପ୍ରାନ୍ତର-ପଥ ଆଡ଼େ ଗଲେ।
Nchi yote ikalia kwa sauti kadili watu walivyokuwa wakivuka Bonde la Kidroni, mfalme naye pia akavuka. Watu wote wakasafiri kuelekea nyikani.
24 ଆଉ ଦେଖ, ସାଦୋକ ମଧ୍ୟ ଓ ତାହା ସଙ୍ଗେ ସମସ୍ତ ଲେବୀୟ ଲୋକ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ବହି ଆସିଲେ, ପୁଣି ନଗରରୁ ସମସ୍ତ ଲୋକ ବାହାର ହୋଇ ଯିବା ପର୍ଯ୍ୟନ୍ତ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଓହ୍ଲାଇ ରଖିଲେ ଓ ଅବୀୟାଥର ଉପରକୁ ଗଲା।
Walikuwepo pia Sadoki pamoja na Walawi wote wamebeba sanduku la Mungu la agano. Wakaliweka sanduku la Mungu chini na kisha Abiathari akaungana nao. Wakasubiri mpaka watu wote walioondoka mjini walipokwisha kupita.
25 ତହୁଁ ରାଜା ସାଦୋକଙ୍କୁ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ନଗରକୁ ଫେରାଇ ନିଅ; ଯେବେ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଏ, ତେବେ ସେ ମୋତେ ପୁନର୍ବାର ଆଣିବେ, ପୁଣି ଏହା ଓ ଆପଣା ନିବାସ ସ୍ଥାନ ମୋତେ ଦେଖାଇବେ।
Mfalme akamwambia Sadoki, “Ulirudishe sanduku la Mungu mjini. Ikiwa nitaona neema machoni pa Yahwe atanirudisha na kunionesha tena sanduku na mahali likaapo.
26 ମାତ୍ର ‘ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ,’ ଯଦି ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋʼ ପ୍ରତି କରନ୍ତୁ।”
Lakini ikiwa atasema, sipendezwi nawe,' tazama mimi nipo hapa, na anitendee yaliyo mema machoni pake.”
27 ରାଜା ସାଦୋକ ଯାଜକକୁ ଆହୁରି କହିଲେ, “ତୁମ୍ଭେ କି ଦର୍ଶକ ନୁହଁ? ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ, ତୁମ୍ଭମାନଙ୍କର ଏହି ଦୁଇ ପୁତ୍ର କୁଶଳରେ ନଗରକୁ ଫେରିଯାଅ।
Pia mfalme akamwambia Sadoki kuhani, “Je wewe siyo mwonaji? Rudi mjini kwa amani na wanao wawili, Ahimaazi mwanao na Yonathani mwana wa Abiathari.
28 ଦେଖ, ତୁମ୍ଭମାନଙ୍କଠାରୁ ମୋʼ ଠାକୁ ତଥ୍ୟ-ବାର୍ତ୍ତା ଆସିବା ପର୍ଯ୍ୟନ୍ତ ମୁଁ ପ୍ରାନ୍ତରସ୍ଥ ଘାଟି ପାଖରେ ଅପେକ୍ଷା କରିବି।”
Tazama nitasubiri katika vivuko vya Araba mpaka nitakapo pata neno kutoka kwenu kunitaarifu.”
29 ଏଣୁ ସାଦୋକ ଓ ଅବୀୟାଥର ପୁନର୍ବାର ଯିରୂଶାଲମକୁ ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ ଓ ସେମାନେ ସେଠାରେ ରହିଲେ।
Hivyo Sadoki na Abiathari wakalirudish sanduku la Mungu Yerusalemu nao wakakaa humo.
30 ଏଥିଉତ୍ତାରେ ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେହି ସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ ଉପରକୁ ଗଲେ।
Lakini Daudi akaenda bila viatu huku akilia hata Mlima wa Mizeituni, naye alikuwa amefunika kichwa chake. Kila mtu miongoni mwao waliokuwa pamoja naye akafunika kichwa chake, nao wakaenda huku wakilia.
31 ଏଥିମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି।” ତହିଁରେ ଦାଉଦ କହିଲେ, “ହେ ସଦାପ୍ରଭୋ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।”
Mtu mmoja akamwambia Daudi kusema, Ahithofeli ni miongoni mwa waaini walio pamoja na Absalomu.” Hivyo Daudi akaomba, “Ee Yahwe, tafadhari badili ushauri wa Ahithofeli kuwa upumbavu.”
32 ଏଉତ୍ତାରେ ଲୋକେ ଯେଉଁଠାରେ ପରମେଶ୍ୱରଙ୍କର ଆରାଧନା କରନ୍ତି, ଉଠାଣିର ସେହି ଶୃଙ୍ଗ ନିକଟରେ ଦାଉଦ ଉପସ୍ଥିତ ହୁଅନ୍ତେ, ଦେଖ, ଅର୍କୀୟ ହୂଶୟ ଆପଣା ଚିରା ଜାମା ପିନ୍ଧି ଓ ମସ୍ତକରେ ମୃତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା।
Ikawa Daudi alipofika juu njiani mahala Mungu alipokuwa akiabudiwa, Hushai Mwarki akaja kumlaki vazi lake limeraruliwa na mavumbi kichwani pake.
33 ତହିଁରେ ଦାଉଦ ତାହାଙ୍କୁ କହିଲେ, “ଯେବେ ତୁମ୍ଭେ ମୋʼ ସଙ୍ଗେ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋʼ ପ୍ରତି ଭାର ସ୍ୱରୂପ ହେବ।
Daudi akamwambia, “Ikiwa utaenda nami utakuwa mzigo kwangu.
34 ମାତ୍ର ଯେବେ ତୁମ୍ଭେ ନଗରକୁ ଫେରିଯାଇ ଅବଶାଲୋମଙ୍କୁ କହିବ, ‘ହେ ମହାରାଜ, ମୁଁ ଆପଣଙ୍କର ଦାସ ହେବି; ମୁଁ ପୂର୍ବରେ ଯେପରି ଆପଣଙ୍କ ପିତାଙ୍କର ଦାସ ଥିଲି, ସେପରି ଏବେ ମୁଁ ଆପଣଙ୍କର ଦାସ ହେବି,’ ତେବେ ତୁମ୍ଭେ ଆମ୍ଭ ପକ୍ଷରେ ଅହୀଥୋଫଲର ମନ୍ତ୍ରଣା ବ୍ୟର୍ଥ କରି ପାରିବ।
Lakini ukirudi mjini na kumwambia Absalomu, 'Nitakuwa mtumishi wa mfalme kama nilivokuwa mtumishi wa baba yako, ndivyo nitakavyokuwa mtumishi wako,' ndipo utayageuza mashauri ya Ahithofeli kwa ajili yangu.
35 ସେଠାରେ ତୁମ୍ଭ ସଙ୍ଗେ କି ସାଦୋକ ଓ ଅବୀୟାଥର ଯାଜକମାନେ ନ ଥିବେ? ଏଣୁ ତୁମ୍ଭେ ରାଜଗୃହରୁ ଯାହା କିଛି ଶୁଣିବ, ତାହା ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଜଣାଇବ।
Je haunao pamoja nawe Sadoki na Abiathari makuhani? Hivyo chochote ukisikiacho katika kasri, uwaambie Sadoki na Abiathari makuhani.
36 ଦେଖ, ସେହି ସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍, ସାଦୋକର ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେହି ସବୁ କଥା ସେମାନଙ୍କ ହାତରେ ମୋʼ ନିକଟକୁ କହି ପଠାଇବ।”
Tazama wanao pamoja nao wana wao wawili, Ahimaasi, mwana wa Sadoki, na Yonathani mwana wa Abiathari. Mniletee habari juu ya kila mnachokisikia.”
37 ତହୁଁ ଦାଉଦଙ୍କର ମିତ୍ର ହୂଶୟ ନଗରକୁ ଆସିଲା; ପୁଣି ଅବଶାଲୋମ ଯିରୂଶାଲମକୁ ଆସିଲା।
Hivyo Hushai, rafiki wa Daudi, akaja mjini wakati Absalomu anafika na kuingia Yerusalemu.