< ଦ୍ୱିତୀୟ ଶାମୁୟେଲ 16 >
1 ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତ୍ର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା।
Daudi alipokuwa amekwenda umbali mfupi kupita kilele cha mlima, akamkuta huko Siba, msimamizi wa shughuli za Mefiboshethi, akingojea kumlaki Daudi. Alikuwa na punda wawili wakiwa wametandikwa na kupakiwa mikate mia mbili, maandazi mia ya zabibu kavu, maandazi mia ya tini na kiriba cha divai.
2 ତହିଁରେ ରାଜା ସୀବଃକୁ କହିଲେ, “ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ?” ତହୁଁ ସୀବଃ କହିଲା, “ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୁଟି ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳାନ୍ତ ହେବା ଲୋକମାନେ ପାନ କରିବେ।”
Mfalme Daudi akamuuliza Siba, “Kwa nini umeleta vitu hivi?” Siba akamjibu, “Punda ni kwa ajili ya watu wa nyumba ya mfalme kupanda, mikate na matunda ni kwa ajili ya watu kula, nayo divai ni kwa kuwaburudisha watakaochoka jangwani.”
3 ତେବେ ରାଜା କହିଲେ, “ତୁମ୍ଭ ପ୍ରଭୁର ପୁତ୍ର କାହିଁ?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଯିରୂଶାଲମରେ ଅଛନ୍ତି, କାରଣ ସେ କହିଲେ, ‘ଇସ୍ରାଏଲ ବଂଶ ଆଜି ଆମ୍ଭ ପୈତୃକ ରାଜ୍ୟ ଆମ୍ଭକୁ ଫେରାଇ ଦେବେ।’”
Kisha mfalme akauliza, “Yuko wapi mwana wa bwana wako?” Siba akamwambia, “Anakawia Yerusalemu, kwa sababu anafikiri, ‘Leo nyumba ya Israeli itanirudishia utawala wa baba yangu.’”
4 ଏଥିରେ ରାଜା ସୀବଃକୁ କହିଲେ, “ଦେଖ, ମଫୀବୋଶତ୍ର ସର୍ବସ୍ୱ ତୁମ୍ଭର ହେଲା।” ତହୁଁ ସୀବଃ କହିଲା, “ମୁଁ ପ୍ରଣାମ କରୁଅଛି, ହେ ମୋହର ପ୍ରଭୋ, ମହାରାଜ, ମୁଁ ଆପଣଙ୍କ ଦୃଷ୍ଟିରେ ଯେପରି ଅନୁଗ୍ରହ ପାଏ।”
Ndipo mfalme akamwambia Siba, “Yote yaliyokuwa mali ya Mefiboshethi sasa ni mali yako.” Siba akasema, “Nasujudu kwa unyenyekevu. Naomba nipate kibali mbele yako, bwana wangu mfalme.”
5 ଏଥିଉତ୍ତାରେ ଦାଉଦ ରାଜା ବହୁରୀମରେ ଉପସ୍ଥିତ ହୁଅନ୍ତେ, ଦେଖ, ଶାଉଲ ବଂଶର ପରିବାରଭୁକ୍ତ ଏକ ବ୍ୟକ୍ତି ସେଠାରୁ ବାହାର ହୋଇ ଆସିଲା, ତାହାର ନାମ ଶିମୀୟି, ସେ ଗେରାର ପୁତ୍ର; ସେ ବାହାରି ଆସିବା ବେଳେ ଅଭିଶାପ ଦେଉ ଦେଉ ଆସିଲା।
Mfalme Daudi alipokuwa anakaribia Bahurimu, mtu mmoja kutoka ukoo huo huo kama jamaa ya Sauli, akatoka humo, ambaye jina lake ni Shimei mwana wa Gera; akawa analaani alipokuwa akitoka.
6 ଆଉ ସେ ଦାଉଦଙ୍କୁ ଓ ଦାଉଦ ରାଜାଙ୍କର ସବୁ ଦାସଙ୍କୁ ପଥର ମାରିଲା; ସେତେବେଳେ ସମସ୍ତ ଲୋକ ଓ ସମସ୍ତ ବୀର ତାଙ୍କର ଦକ୍ଷିଣରେ ଓ ବାମରେ ଥିଲେ।
Akamtupia Daudi na maafisa wote wa mfalme mawe, ingawa vikosi vyote na walinzi maalum walikuwa kulia na kushoto mwa Daudi.
7 ପୁଣି ଶିମୀୟି ଅଭିଶାପ ଦେଉ ଦେଉ ଏପରି କହିଲା, “ଆରେ ରକ୍ତପାତୀ ମନୁଷ୍ୟ, ଆରେ ପାପାଧମ ଲୋକ, ଦୁର୍ ହୁଅ, ଚାଲିଯାଅ!
Shimei alivyokuwa akilaani, akasema, “Toka hapa, toka hapa, wewe mtu wa damu, wewe mtu mbaya kabisa!
8 ଯାହାର ପଦରେ ତୁ ରାଜ୍ୟ କରୁଥିଲୁ, ସେହି ଶାଉଲ ବଂଶର ସମସ୍ତ ରକ୍ତପାତର ପ୍ରତିଫଳ ତୋତେ ସଦାପ୍ରଭୁ ଦେଉଅଛନ୍ତି; ପୁଣି ସଦାପ୍ରଭୁ ତୋର ପୁତ୍ର ଅବଶାଲୋମ ହସ୍ତରେ ରାଜ୍ୟ ସମର୍ପଣ କରିଅଛନ୍ତି; ଆଉ ଦେଖ୍, ତୁ ତୋʼ ନିଜ ଦୁଷ୍ଟତାରେ ଧରା ପଡ଼ିଅଛୁ, କାରଣ ତୁ ରକ୍ତପାତୀ ମନୁଷ୍ୟ।”
Bwana amekulipiza kwa ajili ya damu yote uliyomwaga ya watu wa nyumba ya Sauli, ambaye nafasi yake umeimiliki wewe. Bwana amekabidhi ufalme mkononi mwa mwanao Absalomu. Maangamizi yamekupata kwa sababu wewe ni mtu wa damu!”
9 ସେତେବେଳେ ସରୁୟାର ପୁତ୍ର ଅବୀଶୟ ରାଜାଙ୍କୁ କହିଲା, “ଏ ମଲା କୁକ୍କୁରଟା କାହିଁକି ମୋʼ ପ୍ରଭୁ ମହାରାଜାଙ୍କୁ ଅଭିଶାପ ଦେବ? ଅନୁମତି ଦେଉନ୍ତୁ, ମୁଁ ପାର ହୋଇଯାଇ ତାହାର ମୁଣ୍ଡ କାଟି ପକାଏ।”
Ndipo Abishai mwana wa Seruya akamwambia mfalme, “Kwa nini huyu mbwa mfu amlaani bwana wangu mfalme? Niruhusu nivuke nikatilie mbali kichwa chake.”
10 ତହିଁରେ ରାଜା କହିଲେ, “ହେ ସରୁୟାର ପୁତ୍ରମାନେ, ତୁମ୍ଭମାନଙ୍କ ସହିତ ମୋʼ ର କʼଣ କରିବାର ଅଛି? ସେ ତ ଅଭିଶାପ ଦେଉଅଛି, ପୁଣି ଦାଉଦଙ୍କୁ ‘ଅଭିଶାପ ଦିଅ’ ବୋଲି ସଦାପ୍ରଭୁ ତାହାକୁ କହିଅଛନ୍ତି? ‘ଏଥିପାଇଁ କିଏ କହିବ, ତୁମ୍ଭେ କାହିଁକି ଏପରି କଲ?’”
Lakini mfalme akamwambia, “Mna nini nami, enyi wana wa Seruya? Ikiwa analaani kwa sababu Bwana amemwambia, ‘Mlaani Daudi,’ nani awezaye kuuliza, ‘Kwa nini unafanya hivi?’”
11 ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।
Ndipo Daudi akamwambia Abishai na maafisa wake wote, “Mwanangu, yeye ambaye ametoka viunoni mwangu mwenyewe, anajaribu kuuondoa uhai wangu. Je, si zaidi sana kwa huyu Mbenyamini! Mwacheni, acha alaani, kwa maana Bwana amemwambia afanye hivyo.
12 ହୋଇପାରେ, ମୋʼ ପ୍ରତି କୃତ ଏହି ଅପରାଧକୁ ସଦାପ୍ରଭୁ ଦୃଷ୍ଟିପାତ କରିବେ ଓ ଆଜି ତାହାର ଦତ୍ତ ଅଭିଶାପ ପରିବର୍ତ୍ତେ ସଦାପ୍ରଭୁ ମୋହର ମଙ୍ଗଳ କରିବେ।”
Inawezekana kwamba Bwana ataona dhiki yangu na kunilipa mema kwa ajili ya laana ninayopokea leo.”
13 ଏହିରୂପେ ଦାଉଦ ଓ ତାଙ୍କର ଲୋକମାନେ ପଥ ଦେଇ ଗଲେ; ପୁଣି ଶିମୀୟି ତାଙ୍କ ପାଖେ ପାଖେ ପର୍ବତ ପାର୍ଶ୍ୱ ଦେଇ ଚାଲିଲା, ପୁଣି ଚାଲୁ ଚାଲୁ ଅଭିଶାପ ଦେଲା ଓ ତାଙ୍କ ଉପରେ ପଥର ଓ ଧୂଳି ପକାଇଲା।
Kwa hiyo Daudi na watu wake wakaendelea na safari yao barabarani, huku Shimei akiwa anatembea pembezoni mwa kilima sambamba na Daudi, huku akimlaani na kumtupia Daudi mawe na kumrushia mavumbi.
14 ଏଉତ୍ତାରେ ରାଜା ଓ ତାଙ୍କର ସଙ୍ଗୀ ଲୋକ ସମସ୍ତେ କ୍ଳାନ୍ତ ହୋଇ ଆସିଲେ; ପୁଣି ସେଠାରେ ସେମାନେ ରାତିରେ ବିଶ୍ରାମ କଲେ।
Mfalme na watu wote aliokuwa pamoja nao wakafika kwenye kituo chao wakiwa wamechoka. Mfalme akajiburudisha hapo.
15 ଏଥିମଧ୍ୟରେ ଅବଶାଲୋମ ଓ ତାହା ସଙ୍ଗେ ଅହୀଥୋଫଲ ଓ ସମସ୍ତ ଇସ୍ରାଏଲୀୟ ଲୋକ ଯିରୂଶାଲମକୁ ଆସିଲେ।
Wakati huo, Absalomu pamoja na watu wote wa Israeli wakafika Yerusalemu, naye Ahithofeli alikuwa pamoja naye.
16 ପୁଣି ଦାଉଦଙ୍କର ମିତ୍ର ଅର୍କୀୟ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ହୂଶୟ ଅବଶାଲୋମଙ୍କୁ କହିଲା, “ମହାରାଜ ଚିରଜୀବୀ ହେଉନ୍ତୁ, ମହାରାଜ ଚିରଜୀବୀ ହେଉନ୍ତୁ!”
Ndipo Hushai, Mwariki, rafiki wa Daudi, akamwendea Absalomu na kumwambia, “Mfalme aishi maisha marefu! Mfalme aishi maisha marefu!”
17 ତହିଁରେ ଅବଶାଲୋମ ହୂଶୟକୁ କହିଲା, “ତୁମ୍ଭ ମିତ୍ର ପ୍ରତି ତୁମ୍ଭର କି ଏହି ଦୟା? ତୁମ୍ଭେ କାହିଁକି ଆପଣା ମିତ୍ର ସଙ୍ଗରେ ଗଲ ନାହିଁ?”
Absalomu akamuuliza Hushai, “Je, huu ndio upendo unaomwonyesha rafiki yako? Kwa nini hukufuatana na rafiki yako?”
18 ହୂଶୟ ଅବଶାଲୋମଙ୍କୁ କହିଲା, “ତାହା ନୁହେଁ! ମାତ୍ର ସଦାପ୍ରଭୁ ଓ ଏହି ଲୋକମାନେ ଓ ସମୁଦାୟ ଇସ୍ରାଏଲ ଲୋକ ଯାହାଙ୍କୁ ମନୋନୀତ କଲେ, ମୁଁ ତାଙ୍କରି ହେବି ଓ ତାଙ୍କ ସଙ୍ଗେ ମୁଁ ରହିବି।
Hushai akamwambia Absalomu, “La hasha, yeye aliyechaguliwa na Bwana, aliyechaguliwa na watu hawa, atakayechaguliwa tena na watu wote wa Israeli, huyu ndiye nitakayekuwa wake, nami nitabakia pamoja naye.
19 ପୁନଶ୍ଚ ମୁଁ କାହାର ସେବା କରିବି? ମୁଁ କି ତାଙ୍କ ପୁତ୍ର ସାକ୍ଷାତରେ ସେବା କରିବି ନାହିଁ? ମୁଁ ଯେପରି ତୁମ୍ଭ ପିତାଙ୍କ ସାକ୍ଷାତରେ ସେବା କରିଅଛି, ସେପରି ଆପଣଙ୍କ ସାକ୍ଷାତରେ ମଧ୍ୟ କରିବି।”
Zaidi ya hayo, nimtumikie nani? Je, nisimtumikie mwana? Kama vile nilivyomtumikia baba yako, ndivyo nitakavyokutumikia wewe.”
20 ସେତେବେଳେ ଅବଶାଲୋମ ଅହୀଥୋଫଲକୁ କହିଲା, “ଏବେ ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏ ବିଷୟରେ ତୁମ୍ଭେ ପରାମର୍ଶ ଦିଅ।”
Absalomu akamwambia Ahithofeli, “Tupe shauri lako. Tufanye nini?”
21 ତହିଁରେ ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ତୁମ୍ଭ ପିତା ଗୃହ ଜଗିବା ନିମନ୍ତେ ଆପଣାର ଯେଉଁ ଉପପତ୍ନୀମାନଙ୍କୁ ଛାଡ଼ି ଯାଇଅଛନ୍ତି, ତୁମ୍ଭେ ସେମାନଙ୍କ ସହିତ ସହବାସ କର; ତହିଁରେ ତୁମ୍ଭେ ଆପଣା ପିତାର ଦୁର୍ଗନ୍ଧ ସ୍ୱରୂପ ହେବ, ଏହା ସମୁଦାୟ ଇସ୍ରାଏଲ ଶୁଣିବେ; ତହୁଁ ତୁମ୍ଭ ସଙ୍ଗୀ ସମସ୍ତ ଲୋକଙ୍କ ହସ୍ତ ସବଳ ହେବ।”
Ahithofeli akamjibu, “Kutana kimwili na masuria wa baba yako aliowaacha kutunza jumba la kifalme. Ndipo Israeli yote itakaposikia kwamba umejifanya chukizo kwa baba yako, nayo mikono ya kila mmoja aliye pamoja nawe itatiwa nguvu.”
22 ଏଉତ୍ତାରେ ଲୋକମାନେ ଅବଶାଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ବୁ ପ୍ରସାରିଲେ; ତହୁଁ ଅବଶାଲୋମ ସମସ୍ତ ଇସ୍ରାଏଲ ସାକ୍ଷାତରେ ଆପଣା ପିତାଙ୍କ ଉପପତ୍ନୀମାନଙ୍କ ସହିତ ସହବାସ କଲା।
Kwa hiyo wakasimika hema kwa ajili ya Absalomu juu ya paa, naye akakutana kimwili na masuria wa baba yake mbele ya Israeli wote.
23 ସେସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ୱରଙ୍କ ବାକ୍ୟ ଦ୍ୱାରା ଉତ୍ତର ପାଇବା ତୁଲ୍ୟ ଥିଲା; ଦାଉଦ ଓ ଅବଶାଲୋମ ଉଭୟଙ୍କ ପ୍ରତି ଅହୀଥୋଫଲର ସମସ୍ତ ମନ୍ତ୍ରଣା ଏହି ପ୍ରକାର ଥିଲା।
Ilikuwa katika siku hizo shauri lililotolewa na Ahithofeli lilikuwa kama lile ambalo limeulizwa kwa Mungu. Ndivyo Daudi na Absalomu walivyoyaheshimu mashauri yote ya Ahithofeli.