< ଦ୍ୱିତୀୟ ଶାମୁୟେଲ 17 >
1 ଆହୁରି ଅହୀଥୋଫଲ ଅବଶାଲୋମଙ୍କୁ କହିଲା, “ମୁଁ ବାର ହଜାର ଲୋକ ବାଛି ଆଜି ରାତ୍ରି ଉଠି ଦାଉଦଙ୍କର ପଛେ ଗୋଡ଼ାଇବି।
त्यसपछि अहीतोपेलले अब्शालोमलाई भने, “अब म बाह्र हजार मानिस छान्ने छु र म उठ्ने छु र दाऊदलाई आज राती नै खेदने छु ।
2 ପୁଣି ସେ କ୍ଳାନ୍ତ ଓ ଶିଥିଳ ହସ୍ତ ଥିବା ବେଳେ ମୁଁ ତାଙ୍କୁ ଆକ୍ରମଣ କରି ଭୟ ଦେଖାଇବି; ତହିଁରେ ତାଙ୍କର ସମସ୍ତ ସଙ୍ଗୀ ଲୋକ ପଳାଇବେ; ପୁଣି ମୁଁ କେବଳ ରାଜାଙ୍କୁ ଆଘାତ କରିବି।
तिनी थकित र कमजोर हुँदा नै तिनीकहाँ म पुग्ने छु र तिनलाई भयङ्कर त्रासमा पार्ने छु । तिनीसँग भएका मानिसहरू भाग्ने छन् र म राजालाई मात्र आक्रमण गर्ने छु ।
3 ଆଉ ଯେପରି ଜଣେ ସ୍ତ୍ରୀ ବିବାହ ପରେ ସ୍ୱାମୀଙ୍କ ନିକଟକୁ ଆସେ; ସେହିପରି ମୁଁ ସମସ୍ତ ଲୋକଙ୍କୁ ତୁମ୍ଭ ନିକଟକୁ ଫେରାଇ ଆଣିବି; ତହିଁରେ ସମସ୍ତ ଲୋକ ତୁମ୍ଭ ଅଧୀନରେ ଶାନ୍ତିରେ ରହିବେ।”
दुलही आफ्नो दुलाहाकहाँ आएजस्तै सबै मानिसलाई म तपाईंकहाँ फर्काएर ल्याउने छु र सबै मानिस तपाईंको अधीनमा शान्तिमा रहने छन् ।”
4 ସେତେବେଳେ ଏହି କଥା ଅବଶାଲୋମର ଓ ଇସ୍ରାଏଲୀୟ ସମସ୍ତ ପ୍ରାଚୀନବର୍ଗର ଦୃଷ୍ଟିରେ ପସନ୍ଦ ହେଲା।
अहीतोपेलले भनेको कुरा अब्शालोम र इस्राएलका सबै धर्म-गुरुलाई मन पर्यो ।
5 ତେବେ ଅବଶାଲୋମ କହିଲା, “ଅର୍କୀୟ ହୂଶୟକୁ ମଧ୍ୟ ଡାକ, ଆଉ ସେ କʼଣ କହେ, ତାହା ମଧ୍ୟ ଶୁଣିବା।”
त्यसपछि अब्शालोमले भने, “अरकी हूशैलाई पनि बोलाऊ र उनले के भन्छन् हामी सुनौं ।”
6 ତହୁଁ ହୂଶୟ ଅବଶାଲୋମ ନିକଟକୁ ଆସନ୍ତେ, ଅବଶାଲୋମ ତାହାକୁ କହିଲା, “ଅହୀଥୋଫଲ ଏପରି ଏପରି କହୁଅଛି; ଆମ୍ଭେମାନେ ତାହା କଥାନୁସାରେ କରିବା କି? ଯଦି ନ କରିବା, ତେବେ ତୁମ୍ଭେ କୁହ।”
जब हूशै अब्बशालोमकहाँ आए, अब्बशालोमले उनलाई अहीतोपेलले भनेका सबै कुरा बताइदिए र हूशैलाई सोधे, “के हामीले अहीतोपेलले भनेका कुरा गरौं? होइन भने, हामीलाई तपाईंको सल्लाह भन्नुहोस् ।”
7 ତହିଁରେ ହୂଶୟ ଅବଶାଲୋମଙ୍କୁ କହିଲା, “ଅହୀଥୋଫଲ ଯେଉଁ ମନ୍ତ୍ରଣା ଦେଇଅଛି, ତାହା ଭଲ ନୁହେଁ।”
त्यसैले हूशैले अब्शालोमलाई भने, “अहीतोपेलले दिएका सल्लाह यस पटक ठिक छैन ।”
8 ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।
हूशैले थपे, “तपाईंले आफ्नो बुबालाई चिन्नुहुन्छ र उहाँका मानिसहरू बलिया योद्धाहरू छन्, तिनीहरू तितो छन्, र तिनीहरू मैदानका बच्चा खोसिएका भालुहरूजस्ता छन् । तपाईंको बुबा एक योद्धा हुनुहुन्छ । उहाँ आज फौजसँग सुत्नुहुने छैन ।
9 ଦେଖନ୍ତୁ, ସେ ଏବେ କୌଣସି ଗର୍ତ୍ତରେ କି ଅନ୍ୟ କୌଣସି ସ୍ଥାନରେ ଲୁଚି କରିଅଛନ୍ତି; ଆଉ ପ୍ରଥମେ ଏମାନଙ୍କ ମଧ୍ୟରୁ କେତେକ ପତିତ ହେଲେ ବୋଲି କେହି ଶୁଣିଲେ କହିବ ଯେ, ‘ଅବଶାଲୋମର ଅନୁଗାମୀ ଲୋକମାନଙ୍କ ମଧ୍ୟରେ ସଂହାର ହେଉଅଛି।’
हेर्नुहोस्, यति बेला उहाँ सायद कुनै खाडल वा अर्कै ठाउँमा लुकिरहनुभएको छ । आक्रमणको सुरुमा नै तपाईंका केही मानिसहरू मारिए भने सुन्ने जोसकैले भन्ने छन्, 'अब्शालोमसँग हुनेहरू माझ नरसंहार भएको छ ।'
10 ତାହାହେଲେ, ଯେଉଁ ବିକ୍ରମଶାଳୀର ହୃଦୟ ସିଂହର ହୃଦୟ ତୁଲ୍ୟ, ସେ ମଧ୍ୟ ନିତାନ୍ତ ତରଳି ଯିବ; କାରଣ ଆପଣଙ୍କ ପିତା ଯେ ବୀର ଓ ତାଙ୍କ ସଙ୍ଗୀମାନେ ଯେ ବିକ୍ରମଶାଳୀ ଲୋକ, ଏହା ସମୁଦାୟ ଇସ୍ରାଏଲ ଜାଣନ୍ତି।
त्यसपछि सिंहको जस्तो हृदय हुने सबैभन्दा सिपाही पनि भयभीत हुने छ, किनभने तपाईंको बुबा वीर योद्धा हुनुहुन्छ भनी सारा इस्राएलले जान्दछ र उहाँसँग भएका मानिसहरू धेरै बलिया छन् ।
11 ମାତ୍ର ମୋହର ମନ୍ତ୍ରଣା ଏହି ଯେ, ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମୁଦାୟ ଇସ୍ରାଏଲ ସମୁଦ୍ରତୀରସ୍ଥ ବାଲୁକା ତୁଲ୍ୟ ଅସଂଖ୍ୟ ହୋଇ ଆପଣଙ୍କ ନିକଟରେ ସଂଗୃହୀତ ହେଉନ୍ତୁ; ପୁଣି ଆପଣ ସ୍ୱୟଂ ଯୁଦ୍ଧକୁ ଯାଉନ୍ତୁ।
त्यसैले दानदेखि बेर्शेबासम्मका सबै इस्राएल तपाईंकहाँ भेला भएर समुद्रको बालुवा जत्तिकै असंख्या हुनुपर्छ र तपाईं स्वयम् युद्ध गर्न जानुपर्छ भन्ने सल्लाह म तपाईंलाई दिन्छु ।
12 ତହିଁରେ ଯେଉଁ ସ୍ଥାନରେ ତାଙ୍କର ସନ୍ଧାନ ମିଳିବ, ସେହି ସ୍ଥାନରେ ଆମ୍ଭେମାନେ ତାଙ୍କ ନିକଟରେ ଉପସ୍ଥିତ ହେବୁ ଓ ଭୂମିରେ ଶିଶିର ପଡ଼ିବା ପରି ତାଙ୍କ ଉପରେ ପଡ଼ିବୁ; ପୁଣି ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କ ମଧ୍ୟରୁ ଜଣକୁ ହିଁ ଅବଶିଷ୍ଟ ରଖିବୁ ନାହିଁ।
त्यसपछि हामीले उनलाई जहाँ भेट्टाए पनि उनमाथि जाइलाग्ने छौं र जमिनमा शीत परेझैं हामीले उनलाई छोप्ने छौं । हामीले उनका मानिसहरू वा उनी स्वयम् एउटालाई पनि जीवित छोड्ने छेनौं ।
13 ଆହୁରି ଯଦି ସେ କୌଣସି ନଗରକୁ ଯାଇଥିବେ, ତେବେ ସମସ୍ତ ଇସ୍ରାଏଲ ସେହି ନଗରକୁ ଦଉଡ଼ି ଆଣିବେ ଓ ତହିଁରେ ଗୋଟିଏ ଗୋଡ଼ି ନ ରହିବା ପର୍ଯ୍ୟନ୍ତ ଆମ୍ଭେମାନେ ତାହା ନଦୀକୁ ଟାଣି ନେବୁ।”
उनी सहरमा शरण लिन्छन् भने, त्यस सहरमा सारा इस्राएलले डोरी ल्याउने छन् र त्यहाँ एउटा सानो ढुङ्गा पनि नभेटिने गरी त्यसलाई हामी घिसारेर नदीमा झार्ने छौं ।”
14 ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ।” ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ।
अनि अब्बशालोम र इस्राएलका मानिसले भने, “आरकी हूशैको सल्लाह अहीतोपेलको सल्लाहभन्दा राम्रो छ ।” परमप्रभुले अब्शालोममाथि विनाश ल्याउनको निम्ति अहीतोपेलको सल्लाह इन्कार गर्ने निश्चय गर्नुभएको थियो ।
15 ଏଥିଉତ୍ତାରେ ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ହୂଶୟ କହିଲା, “ଅବଶାଲୋମଙ୍କୁ ଓ ଇସ୍ରାଏଲର ପ୍ରାଚୀନଗଣଙ୍କୁ ଅହୀଥୋଫଲ ଏହିପରି ଭାବରେ ମନ୍ତ୍ରଣା ଦେଇଥିଲା, ମାତ୍ର ମୁଁ ଏହିପରି ଭାବରେ ମନ୍ତ୍ରଣା ଦେଲି।
तब हूशैले सादोक र अबियाथार पुजारीहरूलाई भने, “अहीतोपेलले अब्शालोम र इस्राएलका धर्म-गुरुहरूलाई यस्तो-यस्तो सल्लाह दिए, तर मैले अरू नै सल्लाह दिएको छु ।
16 ଏହେତୁ ଏବେ ଶୀଘ୍ର ଲୋକ ପଠାଇ ଦାଉଦଙ୍କୁ ଜଣାଇ କୁହ, ‘ପ୍ରାନ୍ତରସ୍ଥ ଘାଟି ନିକଟରେ ଆଜି ରାତ୍ରି ଯାପନ କର ନାହିଁ, ମାତ୍ର କୌଣସିମତେ ପାର ହୋଇ ଚାଲିଯାଅ; ନୋହିଲେ ମହାରାଜା ଓ ତାଙ୍କ ସଙ୍ଗୀ ଲୋକ ସମସ୍ତେ ସଂହାରିତ ହେବେ।’”
अब चाँडो जाओ र दाऊदलाई खबर गर । उनलाई भन, 'आज राती आराबाको जाँघरहरूमा छाउनी नलगाउनुहोस्, तर कुनै पनि उपायले पारि तर्नुहोस्, नत्र राजाका अनि उहाँको साथमा भएका सबै मानिस समेत नाश पारिने छन्' ।”
17 ସେହି ସମୟରେ ଯୋନାଥନ ଓ ଅହୀମାସ୍ ଐନ୍-ରୋଗେଲରେ ରହିଥିଲେ; ଆଉ ସେମାନେ ଯେପରି ନଗରକୁ ଆସିବାର ଦେଖା ନ ଯିବେ, ଏଥିପାଇଁ ଏକ ଦାସୀ ଯାଇ ସେମାନଙ୍କୁ ସମ୍ବାଦ ଦେଉଥାଏ; ଆଉ ସେମାନେ ଯାଇ ଦାଉଦ ରାଜାଙ୍କୁ ସମ୍ବାଦ ଦେଉଥାʼନ୍ତି।
यति बेला जोनाथन र अहीमास एन-रोगेलको पानीको मूलमा पर्खिरहेका थिए । तिनीहरूले जान्नुपर्ने कुरा एक जना दासी गएर तिनीहरूलाई खबर गर्थिन्, किनकि तिनीहरू सहरभित्र गएर देखिने जोखिममा पर्न सक्दैनथे । जब खबर आउँथ्यो, तब तिनीहरू गएर राजालाई भन्थे ।
18 ମାତ୍ର ଏକ ଯୁବା ସେମାନଙ୍କୁ ଦେଖି ଅବଶାଲୋମଙ୍କୁ ଜଣାଇଲା; ତହୁଁ ସେ ଦୁହେଁ ଶୀଘ୍ର ଯାଇ ବହୁରୀମରେ ଜଣକର ଗୃହରେ ପ୍ରବେଶ କଲେ ଓ ତାହାର ପ୍ରାଙ୍ଗଣ ମଧ୍ୟରେ ଏକ କୂପ ଥିବାରୁ, ସେମାନେ ତହିଁ ଭିତରକୁ ଗଲେ।
तर योपल्ट एक जना जवान मानिसले तिनीहरूलाई देख्यो र अब्बशालोमलाई बतायो । त्यसैले जोनाथन र अहीमास तुरुन्तै गए र बहूरिममा एक जना मानिसको घरमा आए जसको आँगनमा एउटा इनार थियो, जसभित्र तिनीहरू पसे ।
19 ତହିଁରେ ଗୃହିଣୀ ଗୋଟିଏ ଢାଙ୍କୁଣୀ ନେଇ କୂପ ମୁଖରେ ଦେଇ ତହିଁ ଉପରେ ମର୍ଦ୍ଦିତ ଶସ୍ୟ ବିଛାଇ ଦେଲା; ଏଣୁ କିଛି ଜଣା ପଡ଼ିଲା ନାହିଁ।
ती मानिसकी पत्नीले त्यो इनारको ढकनी ल्याइन् र इनारको मुख ढाकिन् अनि त्यसमाथि बिस्कुन सुकाइन्, त्यसैले इनारमा जोनाथन र अहीमास थिए भनेर कसैले थाहा पाएनन् ।
20 ଏଉତ୍ତାରେ ଅବଶାଲୋମର ଦାସମାନେ ସେହି ସ୍ତ୍ରୀର ଗୃହକୁ ଆସି ପଚାରିଲେ, “ଅହୀମାସ୍ ଓ ଯୋନାଥନ କାହାନ୍ତି?” ତହିଁରେ ସେ ସ୍ତ୍ରୀ ସେମାନଙ୍କୁ କହିଲା, “ସେମାନେ ନଦୀ ପାର ହୋଇ ଗଲେଣି।” ତହୁଁ ସେମାନେ ଖୋଜି ନ ପାଇବାରୁ ଯିରୂଶାଲମକୁ ଫେରିଗଲେ।
अब्शालोमका मानिसहरू त्यो घरकी स्त्रीकहाँ आए र भने, “अहीमास र जोनाथन कहाँ छन्?” ती स्त्रीले भनिन्, “तिनीहरू नदी तरेर गाइसके ।” त्यसैले तिनीहरूले वरिपरि हेरे र तिनीहरूलाई भेट्टउन सकेनन्, तब तिनीहरू यरूशलेम फर्के ।
21 ଏଣୁ ସେମାନେ ଗଲା ଉତ୍ତାରେ ସେ ଦୁଇ ଜଣ କୂପରୁ ବାହାରି ଦାଉଦ ରାଜାଙ୍କ ନିକଟକୁ ଯାଇ ଜଣାଇଲେ; ଆଉ ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେମାନେ ଉଠ, ଶୀଘ୍ର ଜଳ ପାର ହୋଇଯାଅ, କାରଣ ଅହୀଥୋଫଲ ତୁମ୍ଭମାନଙ୍କ ବିରୁଦ୍ଧରେ ଏପରି ଏପରି ମନ୍ତ୍ରଣା ଦେଇଅଛି।”
तिनीहरू गएपछि जोनाथन र अहीमास इनारबाट बाहिर निस्के । उनीहरू दाऊद राजालाई खबर दिन गए । तिनीहरूले उनलाई भने, “उठ्नुहोस् चाँडो नदी तर्नुहोस, किनभने अहीतोपेलले तपाईंको बारेमा यस्तो-यस्तो सल्लाह दिएका छन् ।”
22 ଏଥିରେ ଦାଉଦ ଓ ତାଙ୍କ ସଙ୍ଗୀ ସମସ୍ତ ଲୋକ ଉଠି ଯର୍ଦ୍ଦନ ପାର ହୋଇଗଲେ; ପ୍ରଭାତ ଆଲୁଅ ସମୟ ପୁର୍ବରୁ ଯେ ଯର୍ଦ୍ଦନ ପାର ହୋଇଯାଇ ନ ଥିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ।
त्यसपछि दाऊद र तिनीसँग भएका सबै मानिस उठे र तिनीहरूले यर्दन नदी तरे । बिहान उज्यालो हुँदासम्मा तीमध्ये यर्दन तर्न बाँकी कोही पनि थिएन ।
23 ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।
जब अहीतोपेलले आफ्नो सल्लाहको अनुसरण नभएको देखे, उनले आफ्नो गधामा जीन-लगाम कसे र विदा भए । उनी आफ्नो सहरमा भएको घरमा गए, आफ्ना सबै कुरा मिलाए र आफूलाई झुण्डाए । यसरी उनी मरे र आफ्नै बुबाको चिहानमा गाडिए ।
24 ଏଥିମଧ୍ୟରେ ଦାଉଦ ମହନୟିମରେ ଉପସ୍ଥିତ ହେଲେ। ପୁଣି ଅବଶାଲୋମ ଓ ତାହାର ସଙ୍ଗୀ ସମସ୍ତ ଇସ୍ରାଏଲ ଲୋକ ଯର୍ଦ୍ଦନ ପାର ହେଲେ।
त्यसपछि दाऊद महनोममा आए । अब्शालोमचाहीं र आफूसित भएका इस्राएलका सबै मानिसलाई लिएर यर्दन नदी तरे ।
25 ଆଉ ଅବଶାଲୋମ ଯୋୟାବ ବଦଳରେ ଅମାସାଙ୍କୁ ସୈନ୍ୟ ଉପରେ ନିଯୁକ୍ତ କଲା। ଏହି ଅମାସା ଇସ୍ରାଏଲୀୟ ଯେଥର ନାମକ ଏକ ବ୍ୟକ୍ତିର ପୁତ୍ର, ସେ ବ୍ୟକ୍ତି ଯୋୟାବର ମାତା ସରୁୟାର ଭଗିନୀ, ନାହଶର କନ୍ୟା ଅବୀଗଲ ସହିତ ସହବାସ କରିଥିଲା।
अब्बशालोमले योआबको सट्टामा अमासालाई फौजका कमाण्डर बनाएका थिए । अमासा इश्माएली येतेरका छोरा थिए, जो अबीगेलसँग सुते जो नाहाशकी छोरी र योआबकी आमा सरूयाहकी बहिनी थिइ ।
26 ପୁଣି ଇସ୍ରାଏଲ ଓ ଅବଶାଲୋମ ଗିଲୀୟଦ ଦେଶରେ ଛାଉଣି ସ୍ଥାପନ କଲେ।
तब इस्राएल र अब्बशालोमले गिलादको जमिनमा छाउनी हाले ।
27 ଏଥିଉତ୍ତାରେ ଦାଉଦ ମହନୟିମରେ ଉପସ୍ଥିତ ହୁଅନ୍ତେ, ଅମ୍ମୋନ-ସନ୍ତାନଗଣର ରବ୍ବା ନିବାସୀ ନାହଶର ପୁତ୍ର ଶୋବି ଓ ଲୋ-ଦବାର ନିବାସୀ ଅମ୍ମୀୟେଲର ପୁତ୍ର ମାଖୀର, ଆଉ ରୋଗଲୀମ ନିବାସୀ ଗିଲୀୟଦୀୟ ବର୍ସିଲ୍ଲୟ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ
जब दाऊद महनोममा आएका थिए, अम्मोनीहरूको रब्बाका नाहाशका छोरा शोबी अनि लो-देबारका अम्मीएलको छोरा माकीर र रोगेलिमबाट आएका गिलादी बर्जिल्लैले
28 ଶଯ୍ୟା, ପାନପାତ୍ର, ମୃତ୍ତିକା ପାତ୍ର, ପୁଣି ଆହାରାର୍ଥେ ଗହମ, ଯବ, ମଇଦା, ଭଜା ଶସ୍ୟ, ଶିମ, ମସୁର ଓ ଭଜା ବିରି
सुत्ने ओछ्यान र ओड्ने कम्बलहरू, भाँडाहरू, जौको पिठो भुटेको अन्न, सिमी, दाल
29 ପୁଣି ମଧୁ, ଦହି, ମେଷ ଓ ଗୋ-ଛେନା ଆଣିଲେ; ତହୁଁ ଦାଉଦ ଓ ତାଙ୍କ ସହିତ ଥିବା ଲୋକମାନେ ଖାଇଲେ; କାରଣ ସେମାନେ କହିଲେ, “ଲୋକମାନେ ପ୍ରାନ୍ତରରେ କ୍ଷୁଧିତ ଓ କ୍ଳାନ୍ତ ଓ ତୃଷିତ ହୋଇଥିବେ।”
मह, नौनी, भेडा र दही ल्याए, ताकि दाऊद र तिनीसँग भएका मसनिहरूले खान सकुन् । यी मानिसले भनेका थिए, “मानिसहरू उजाडस्थानमा भोकाएका, थकित, र तिर्खाएका छन् ।”