< ଦ୍ୱିତୀୟ ଶାମୁୟେଲ 18 >

1 ଏଥିଉତ୍ତାରେ ଦାଉଦ ଆପଣା ସୈନ୍ୟମାନଙ୍କୁ ଗଣନା କରି ସେମାନଙ୍କ ଉପରେ ସହସ୍ରପତି ଓ ଶତପତିଗଣଙ୍କୁ ନିଯୁକ୍ତ କଲେ।
И осмотрел Давид людей, бывших с ним, и поставил над ними тысяченачальников и сотников.
2 ପୁଣି ଦାଉଦ ଯୋୟାବ ହସ୍ତରେ ସୈନ୍ୟମାନଙ୍କର ତୃତୀୟାଂଶ ଓ ଯୋୟାବର ଭ୍ରାତା, ସରୁୟାର ପୁତ୍ର ଅବୀଶୟ ହସ୍ତରେ ତୃତୀୟାଂଶ ଓ ଗାଥୀୟ ଇତ୍ତୟ ହସ୍ତରେ ତୃତୀୟାଂଶ ସମର୍ପଣ କରି ପଠାଇଲେ। ଆଉ ରାଜା ଲୋକମାନଙ୍କୁ କହିଲେ, “ମୁଁ ନିଜେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ନିଶ୍ଚୟ ଯିବି।”
И отправил Давид людей - третью часть под предводительством Иоава, третью часть под предводительством Авессы, сына Саруина, брата Иоава, третью часть под предводительством Еффея Гефянина. И сказал царь людям: я сам пойду с вами.
3 ମାତ୍ର ଲୋକମାନେ କହିଲେ, “ଆପଣ ଆମ ସଙ୍ଗେ ଯୁଦ୍ଧକୁ ଯିବେ ନାହିଁ; କାରଣ ଆମ୍ଭେମାନେ ପଳାଇଲେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; କିଅବା ଆମ୍ଭମାନଙ୍କର ଅର୍ଦ୍ଧେକ ମଲେ ହେଁ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; ମାତ୍ର ଆପଣ ଆମ୍ଭମାନଙ୍କ ଦଶ ହଜାର ସମାନ; ଏହେତୁ ନଗରରୁ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଆପଣ ପ୍ରସ୍ତୁତ ରହିଲେ ଭଲ।”
Но люди отвечали ему: не ходи; ибо, если мы и побежим, то не обратят внимания на это; если и умрет половина из нас, также не обратят внимания; а ты один то же, что нас десять тысяч; итак для нас лучше, чтобы ты помогал нам из города.
4 ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ଵରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରିଗଲେ।
И сказал им царь: что угодно в глазах ваших, то и сделаю. И стал царь у ворот, и весь народ выходил по сотням и по тысячам.
5 ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋʼ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ।
И приказал царь Иоаву и Авессе и Еффею, говоря: сберегите мне отрока Авессалома. И все люди слышали, как приказывал царь всем начальникам об Авессаломе.
6 ଏହିରୂପେ ସୈନ୍ୟଦଳ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ନାମକ ବନରେ ଯୁଦ୍ଧ ହେଲା।
И вышли люди в поле навстречу Израильтянам, и было сражение в лесу Ефремовом.
7 ତହିଁରେ ଇସ୍ରାଏଲର ସୈନ୍ୟଦଳ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ।
И был поражен народ Израильский рабами Давида; было там поражение великое в тот день, - поражены двадцать тысяч человек.
8 ଦେଶସାରା ଯୁଦ୍ଧ ବ୍ୟାପିଗଲା; ପୁଣି ସେହି ଦିନ ଖଡ୍ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକକୁ ଗ୍ରାସ କଲା।
Сражение распространилось по всей той стране, и лес погубил народа больше, чем сколько истребил меч, в тот день.
9 ଆଉ ଅବଶାଲୋମ ଅକସ୍ମାତ୍‍ ଦାଉଦଙ୍କର ସୈନ୍ୟମାନଙ୍କୁ ଭେଟିଲା। ସେହି ସମୟରେ ଅବଶାଲୋମ ଖଚର ଉପରେ ଚଢ଼ିଥିଲା, ସେହି ଖଚର ଏକ ବଡ଼ ଅଲୋନ ବୃକ୍ଷର ଛନ୍ଦାଛନ୍ଦି ଶାଖା ତଳେ ଯିବାରୁ ଅବଶାଲୋମର ମସ୍ତକ ସେହି ଅଲୋନ ବୃକ୍ଷରେ ଅଟକି ରହିଲା, ତହିଁରେ ସେ ଆକାଶ ଓ ପୃଥିବୀ ମଧ୍ୟରେ ଝୁଲିଲା ଓ ଖଚର ତାହା ତଳୁ ଚାଲିଗଲା।
И встретился Авессалом с рабами Давидовыми; он был на муле. Когда мул вбежал с ним под ветви большого дуба, то Авессалом запутался волосами своими в ветвях дуба и повис между небом и землею, а мул, бывший под ним, убежал.
10 ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି!”
И увидел это некто и донес Иоаву, говоря: вот, я видел Авессалома висящим на дубе.
11 ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା ଓ ଏକ କଟିବନ୍ଧନ ଦେଇଥାʼନ୍ତି।”
И сказал Иоав человеку, донесшему об этом: вот, ты видел; зачем же ты не поверг его там на землю? я дал бы тебе десять сиклей серебра и один пояс.
12 ତହିଁରେ ସେହି ବ୍ୟକ୍ତି ଯୋୟାବକୁ କହିଲା, “ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ଡ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ‘ତୁମ୍ଭେମାନେ କେହି ଯୁବା ଅବଶାଲୋମଙ୍କୁ ସ୍ପର୍ଶ କରିବ ନାହିଁ।’
И отвечал тот Иоаву: если бы положили на руки мои и тысячу сиклей серебра, и тогда я не поднял бы руки на царского сына; ибо вслух нас царь приказывал тебе и Авессе и Еффею, говоря: “сберегите мне отрока Авессалома”;
13 ଯଦି ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ୱାସଘାତକତା କରିଥାʼନ୍ତି, ତେବେ ତୁମ୍ଭେ ନିଜେ ତ ଅଲଗା ହୋଇ ଠିଆ ହୋଇଥାʼନ୍ତ; କାରଣ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ।”
и если бы я поступил иначе с опасностью жизни моей, то это не скрылось бы от царя, и ты же восстал бы против меня.
14 ତେବେ ଯୋୟାବ କହିଲା, “ମୁଁ ଏପରି ବିଳମ୍ବ କରି ନ ପାରେ।” ତହୁଁ ସେ ଆପଣା ହସ୍ତରେ ତିନୋଟି ବର୍ଚ୍ଛା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା।
Иоав сказал: нечего мне медлить с тобою. И взял в руки три стрелы и вонзил их в сердце Авессалома, который был еще жив на дубе.
15 ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମଙ୍କୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ।
И окружили Авессалома десять отроков, оруженосцев Иоава, и поразили и умертвили его.
16 ତହୁଁ ଯୋୟାବ ତୂରୀ ବଜାନ୍ତେ, ସୈନ୍ୟମାନେ ଇସ୍ରାଏଲର ପଶ୍ଚାତ୍‍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ସୈନ୍ୟମାନଙ୍କୁ ଅଟକାଇଲା।
И затрубил Иоав трубою, и возвратились люди из погони за Израилем, ибо Иоав щадил народ.
17 ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ।
И взяли Авессалома, и бросили его в лесу в глубокую яму, и наметали над ним огромную кучу камней. И все Израильтяне разбежались, каждый в шатер свой.
18 ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ତଳଭୂମିରେ ଏକ ସ୍ତମ୍ଭ ନିର୍ମାଣ କରି ଆପଣା ପାଇଁ ସ୍ଥାପନ କରିଥିଲା; କାରଣ ସେ କହିଥିଲା, “ମୋʼ ନାମ ସ୍ମରଣରେ ରଖିବାକୁ ମୋହର ପୁତ୍ର ନାହିଁ;” ଏହେତୁ ସେ ଆପଣା ନାମାନୁସାରେ ସେହି ସ୍ତମ୍ଭର ନାମ ରଖିଲା; ସେହି ଦିନଠାରୁ ଅାଜି ପର୍ଯ୍ୟନ୍ତ ଅବଶାଲୋମର ସ୍ମରଣାର୍ଥକ ସ୍ତମ୍ଭ ବୋଲି ତହିଁର ନାମ ରହିଅଛି।
Авессалом еще при жизни своей взял и поставил себе памятник в царской долине; ибо сказал он: нет у меня сына, чтобы сохранилась память имени моего. И назвал памятник своим именем. И называется он “памятник Авессалома” до сего дня.
19 ଏଉତ୍ତାରେ ସାଦୋକର ପୁତ୍ର ଅହୀମାସ୍‍ କହିଲା, “ସଦାପ୍ରଭୁ କିପରି ରାଜାଙ୍କର ଶତ୍ରୁମାନଙ୍କଠାରୁ ସୁରକ୍ଷା ଦେଇଅଛନ୍ତି, ଏହି ସୁସମ୍ବାଦ ତାଙ୍କ ନିକଟକୁ ନେବା ପାଇଁ ମୁଁ ଏବେ ଦୌଡ଼ି ଯାଏ।”
Ахимаас, сын Садоков, сказал Иоаву: побегу я, извещу царя, что Господь судом Своим избавил его от рук врагов его.
20 ତହିଁରେ ଯୋୟାବ ତାହାଙ୍କୁ କହିଲା, “ଆଜି ତୁମ୍ଭେ ସୁସମ୍ବାଦବାହକ ହେବ ନାହିଁ, ମାତ୍ର ଅନ୍ୟ ଦିନ ସୁସମ୍ବାଦ ନେବ; ରାଜାଙ୍କ ପୁତ୍ର ମରିଅଛି, ଏହେତୁ ଆଜି ତୁମ୍ଭେ ସୁସମ୍ବାଦ ନେବ ନାହିଁ।”
Но Иоав сказал ему: не будешь ты сегодня добрым вестником; известишь в другой день, а не сегодня, ибо умер сын царя.
21 ତେବେ ଯୋୟାବ କୂଶୀୟଙ୍କୁ କହିଲା, “ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ।” ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା।
И сказал Иоав Хусию: пойди, донеси царю, что видел ты. И поклонился Хусий Иоаву и побежал.
22 ତହୁଁ ସାଦୋକର ପୁତ୍ର ଅହୀମାସ୍‍ ପୁନର୍ବାର ଯୋୟାବଙ୍କୁ କହିଲା, “ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ।” ତହିଁରେ ଯୋୟାବ କହିଲା, “ମୋʼ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ବାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ?”
Но Ахимаас, сын Садоков, настаивал и говорил Иоаву: что бы ни было, но и я побегу за Хусием. Иоав же отвечал: зачем бежать тебе, сын мой? не принесешь ты доброй вести.
23 ମାତ୍ର ସେ କହିଲା, “ଯାହାହେଉ, ମୁଁ ଦୌଡ଼ୁଅଛି।” ତହିଁରେ ଯୋୟାବ ତାହାକୁ କହିଲା, “ଦୌଡ଼।” ତହୁଁ ଅହୀମାସ୍‍ ପ୍ରାନ୍ତର-ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା।
И сказал Ахимаас: пусть так, но я побегу. И сказал ему Иоав: беги. И побежал Ахимаас по прямой дороге и опередил Хусия.
24 ଏହି ସମୟରେ ନଗରର ଦ୍ୱାରଦ୍ୱୟର ମଧ୍ୟସ୍ଥାନରେ ଦାଉଦ ବସିଥିଲେ; ଏଥିରେ ପ୍ରହରୀ ଦ୍ୱାରଛାତର କାନ୍ଥ ଉପରକୁ ଯାଇ ଅନାଇ ଦେଖନ୍ତେ, ଦେଖ, ଜଣେ ଲୋକ ଏକାକୀ ଦୌଡ଼ି ଆସୁଅଛି।
Давид тогда сидел между двумя воротами. И сторож взошел на кровлю ворот к стене и, подняв глаза, увидел: вот, бежит один человек.
25 ତହୁଁ ପ୍ରହରୀ ଉଚ୍ଚସ୍ୱରରେ ରାଜାଙ୍କୁ ତାହା ଜଣାନ୍ତେ, ରାଜା କହିଲେ, “ଯଦି ସେ ଏକାକୀ ଅଛି, ତେବେ ତାହା ମୁଖରେ ସୁସମ୍ବାଦ ଅଛି।” ଏଥିରେ ସେ ଆସୁ ଆସୁ ସହରର ନିକଟବର୍ତ୍ତୀ ହେଲା।
И закричал сторож и известил царя. И сказал царь: если один, то весть в устах его. А тот подходил все ближе и ближе.
26 ଏଉତ୍ତାରେ ପ୍ରହରୀ ଆଉ ଜଣକୁ ଦୌଡ଼ି ଆସୁଥିବାର ଦେଖିଲା; ତହିଁରେ ପ୍ରହରୀ ଉଚ୍ଚସ୍ୱରରେ ଦ୍ୱାରୀକୁ ଡାକି କହିଲା, “ଦେଖ, ଆଉ ଜଣେ ଏକାକୀ ଦୌଡ଼ି ଆସୁଅଛି।” ତହିଁରେ ରାଜା କହିଲେ, “ସେ ମଧ୍ୟ ସୁସମ୍ବାଦ ଆଣୁଅଛି।”
Сторож увидел и другого бегущего человека; и закричал сторож привратнику: вот, еще бежит один человек. Царь сказал: и это - вестник.
27 ଏଥିରେ ପ୍ରହରୀ କହିଲା, “ପ୍ରଥମ ଲୋକର ଦୌଡ଼ ସାଦୋକର ପୁତ୍ର ଅହୀମାସ୍‍ର ଦୌଡ଼ ପରି ମୋହର ବୋଧ ହୁଏ।” ତେବେ ରାଜା କହିଲେ, “ସେ ଭଲ ଲୋକ, ସେ ଭଲ ସମ୍ବାଦ ନେଇ ଆସୁଅଛି।”
Сторож сказал: я вижу походку первого, похожую на походку Ахимааса, сына Садокова. И сказал царь: это человек хороший и идет с хорошею вестью.
28 ସେତେବେଳେ ଅହୀମାସ୍‍ ଡାକ ପକାଇ ରାଜାଙ୍କୁ କହିଲା, “ସବୁ ମଙ୍ଗଳ।” ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରିଦେଇଅଛନ୍ତି।”
И воскликнул Ахимаас и сказал царю: мир. И поклонился царю лицем своим до земли и сказал: благословен Господь Бог твой, предавший людей, которые подняли руки свои на господина моего царя!
29 ତହିଁରେ ରାଜା କହିଲେ, “ସେ ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହୁଁ ଅହୀମାସ୍‍ ଉତ୍ତର କଲା, “ଯୋୟାବ ମହାରାଜଙ୍କ ଦାସକୁ, ଅର୍ଥାତ୍‍, ଆପଣଙ୍କ ଦାସ ମୋତେ ପଠାଇବା ବେଳେ ମହାଲୋକ ଗହଳି ଦେଖିଲି, ମାତ୍ର କଅଣ ହେଲା, ତାହା ଜାଣି ନାହିଁ।”
И сказал царь: благополучен ли отрок Авессалом? И сказал Ахимаас: я видел большое волнение, когда раб царев Иоав посылал раба твоего; но я не знаю, что там было.
30 ଏଥିରେ ରାଜା କହିଲେ, “ଏଆଡ଼େ ଆସି ଠିଆ ହୁଅ।” ତହୁଁ ସେ ଏଆଡ଼େ ଯାଇ ଠିଆ ହେଲା।
И сказал царь: отойди, стань здесь. Он отошел и стал.
31 ଏଥିମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”
Вот, пришел и Хусий вслед за ним. И сказал Хусий царю: добрая весть господину моему царю! Господь явил тебе ныне правду в избавлении от руки всех восставших против тебя.
32 ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହିଁରେ କୂଶୀୟ ଉତ୍ତର କଲା, “ମୋʼ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।”
И сказал царь Хусию: благополучен ли отрок Авессалом? И сказал Хусий: да будет с врагами господина моего царя и со всеми, злоумышляющими против тебя то же, что постигло отрока!
33 ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥାʼନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!”
И смутился царь, и пошел в горницу над воротами, и плакал, и когда шел, говорил так: сын мой Авессалом! сын мой, сын мой Авессалом! о, кто дал бы мне умереть вместо тебя, Авессалом, сын мой, сын мой!

< ଦ୍ୱିତୀୟ ଶାମୁୟେଲ 18 >