< ଦ୍ୱିତୀୟ ଶାମୁୟେଲ 18 >
1 ଏଥିଉତ୍ତାରେ ଦାଉଦ ଆପଣା ସୈନ୍ୟମାନଙ୍କୁ ଗଣନା କରି ସେମାନଙ୍କ ଉପରେ ସହସ୍ରପତି ଓ ଶତପତିଗଣଙ୍କୁ ନିଯୁକ୍ତ କଲେ।
Dhavhidhi akaunganidza varume vakanga vanaye uye akagadza pamusoro pavo vatungamiri vezviuru navatungamiri vamazana.
2 ପୁଣି ଦାଉଦ ଯୋୟାବ ହସ୍ତରେ ସୈନ୍ୟମାନଙ୍କର ତୃତୀୟାଂଶ ଓ ଯୋୟାବର ଭ୍ରାତା, ସରୁୟାର ପୁତ୍ର ଅବୀଶୟ ହସ୍ତରେ ତୃତୀୟାଂଶ ଓ ଗାଥୀୟ ଇତ୍ତୟ ହସ୍ତରେ ତୃତୀୟାଂଶ ସମର୍ପଣ କରି ପଠାଇଲେ। ଆଉ ରାଜା ଲୋକମାନଙ୍କୁ କହିଲେ, “ମୁଁ ନିଜେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ନିଶ୍ଚୟ ଯିବି।”
Dhavhidhi akatumira varwi achiita kudai: chikamu chimwe chete kubva muzvitatu chavo chichitungamirirwa naJoabhu, chimwe chikamu chimwe chete kubva muzvitatu chichitungamirirwa nomununʼuna waJoabhu ainzi Abhishai mwanakomana waZeruya, uye chikamu chimwe chete kubva muzvitatuzve chichitungamirirwa naItai muGiti. Mambo akataurira vanhu kuti, “Zvirokwazvo neni pachangu ndichafamba nemi.”
3 ମାତ୍ର ଲୋକମାନେ କହିଲେ, “ଆପଣ ଆମ ସଙ୍ଗେ ଯୁଦ୍ଧକୁ ଯିବେ ନାହିଁ; କାରଣ ଆମ୍ଭେମାନେ ପଳାଇଲେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; କିଅବା ଆମ୍ଭମାନଙ୍କର ଅର୍ଦ୍ଧେକ ମଲେ ହେଁ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; ମାତ୍ର ଆପଣ ଆମ୍ଭମାନଙ୍କ ଦଶ ହଜାର ସମାନ; ଏହେତୁ ନଗରରୁ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଆପଣ ପ୍ରସ୍ତୁତ ରହିଲେ ଭଲ।”
Asi vanhu vakati, “Imi hamufaniri kuenda; kana tikamanikidzirwa kutiza, havambovi nehanya nesu. Kunyange kana hafu yedu ikafa, havambovi nehanya; asi imi munokosha sesu tiri zviuru gumi. Zvingava nani zvino kuti imi mutitsigire muri muguta.”
4 ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ଵରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରିଗଲେ।
Mambo akati, “Ndichaita zvose zvamunoona zvakakunakirai.” Saka mambo akamira parutivi rwesuo pakanga pachifamba varume vose vachibuda namapoka amazana neezviuru.
5 ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋʼ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ।
Mambo akarayira Joabhu, Abhishai naItai akati, “Munzwire henyu jaya nyasha, iye Abhusaromu nokuda kwangu.”
6 ଏହିରୂପେ ସୈନ୍ୟଦଳ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ନାମକ ବନରେ ଯୁଦ୍ଧ ହେଲା।
Varwi vakafamba vachipinda musango kuti vandorwa navaIsraeri, uye hondo yakarwiwa mudondo raEfuremu.
7 ତହିଁରେ ଇସ୍ରାଏଲର ସୈନ୍ୟଦଳ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ।
Imomo hondo yeIsraeri yakakundwa navanhu vaDhavhidhi, uye pakava nokufa kukuru zuva iroro, varume zviuru makumi maviri vakafa.
8 ଦେଶସାରା ଯୁଦ୍ଧ ବ୍ୟାପିଗଲା; ପୁଣି ସେହି ଦିନ ଖଡ୍ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକକୁ ଗ୍ରାସ କଲା।
Kurwa kwakapararira panyika yose, uye dondo rakauraya vanhu vazhinji pazuva iro kukunda munondo.
9 ଆଉ ଅବଶାଲୋମ ଅକସ୍ମାତ୍ ଦାଉଦଙ୍କର ସୈନ୍ୟମାନଙ୍କୁ ଭେଟିଲା। ସେହି ସମୟରେ ଅବଶାଲୋମ ଖଚର ଉପରେ ଚଢ଼ିଥିଲା, ସେହି ଖଚର ଏକ ବଡ଼ ଅଲୋନ ବୃକ୍ଷର ଛନ୍ଦାଛନ୍ଦି ଶାଖା ତଳେ ଯିବାରୁ ଅବଶାଲୋମର ମସ୍ତକ ସେହି ଅଲୋନ ବୃକ୍ଷରେ ଅଟକି ରହିଲା, ତହିଁରେ ସେ ଆକାଶ ଓ ପୃଥିବୀ ମଧ୍ୟରେ ଝୁଲିଲା ଓ ଖଚର ତାହା ତଳୁ ଚାଲିଗଲା।
Zvino zvakaitika kuti Abhusaromu akasangana navanhu vaDhavhidhi. Akanga akatasva nyurusi rake, uye nyurusi parakapinda napasi pamatavi makobvu omuti mukuru womuouki, musoro waAbhusaromu wakabatwa mumuti. Akasiyiwa akarembera mudenga, nyurusi raakanga akatasva rikaramba richienda.
10 ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି!”
Mumwe wavarume akati aona izvi, akati kuna Joabhu, “Ndaona Abhusaromu akarembera mumuti womuouki.”
11 ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା ଓ ଏକ କଟିବନ୍ଧନ ଦେଇଥାʼନ୍ତି।”
Joabhu akati kumurume akanga amuudza izvozvo, “Watii? Wamuona? Seiko usina kumubayira pasi pakare ipapo? Ipapo ndingadai ndazokupa mashekeri gumi esirivha nebhanhire romurwi.”
12 ତହିଁରେ ସେହି ବ୍ୟକ୍ତି ଯୋୟାବକୁ କହିଲା, “ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ଡ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ‘ତୁମ୍ଭେମାନେ କେହି ଯୁବା ଅବଶାଲୋମଙ୍କୁ ସ୍ପର୍ଶ କରିବ ନାହିଁ।’
Asi murume uyu akati, “Kunyange dai chiuru chamashekeri chakanga chayerwa mumaoko angu, handaigona kusimudzira mwanakomana wamambo ruoko rwangu kuti ndimuuraye. Mambo akakurayirai imi, Abhishai naItai isu tichizvinzwa achiti, ‘Mudzivirire jaya Abhusaromu nokuda kwangu.’
13 ଯଦି ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ୱାସଘାତକତା କରିଥାʼନ୍ତି, ତେବେ ତୁମ୍ଭେ ନିଜେ ତ ଅଲଗା ହୋଇ ଠିଆ ହୋଇଥାʼନ୍ତ; କାରଣ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ।”
Uye kana dai ndanga ndaisa upenyu hwangu panjodzi, uye hapana chakavanzika kuna mambo, imi maizomira kure neni.”
14 ତେବେ ଯୋୟାବ କହିଲା, “ମୁଁ ଏପରି ବିଳମ୍ବ କରି ନ ପାରେ।” ତହୁଁ ସେ ଆପଣା ହସ୍ତରେ ତିନୋଟି ବର୍ଚ୍ଛା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା।
Joabhu akati, “Handinganonoki kudai nokuda kwako.” Saka akatora mapfumo matatu mumaoko ake akaanyudza mumwoyo maAbhusaromu, uye Abhusaromu achiri mupenyu mumuti womuouki.
15 ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମଙ୍କୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ।
Uye vatakuri venhumbi dzokurwa nadzo dzaJoabhu gumi vakakomba Abhusaromu, vakamubaya, vakamuuraya.
16 ତହୁଁ ଯୋୟାବ ତୂରୀ ବଜାନ୍ତେ, ସୈନ୍ୟମାନେ ଇସ୍ରାଏଲର ପଶ୍ଚାତ୍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ସୈନ୍ୟମାନଙ୍କୁ ଅଟକାଇଲା।
Ipapo Joabhu akaridza hwamanda, uye varwi vakarega kutevera vaIsraeri, nokuti Joabhu akavamisa.
17 ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ।
Vakatora Abhusaromu vakamukanda mugomba guru raiva mudondo vakatutira murwi mukuru wamatombo pamusoro pake. Zvichakadaro, vaIsraeri vose vakatiza vakaenda kudzimba dzavo.
18 ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ତଳଭୂମିରେ ଏକ ସ୍ତମ୍ଭ ନିର୍ମାଣ କରି ଆପଣା ପାଇଁ ସ୍ଥାପନ କରିଥିଲା; କାରଣ ସେ କହିଥିଲା, “ମୋʼ ନାମ ସ୍ମରଣରେ ରଖିବାକୁ ମୋହର ପୁତ୍ର ନାହିଁ;” ଏହେତୁ ସେ ଆପଣା ନାମାନୁସାରେ ସେହି ସ୍ତମ୍ଭର ନାମ ରଖିଲା; ସେହି ଦିନଠାରୁ ଅାଜି ପର୍ଯ୍ୟନ୍ତ ଅବଶାଲୋମର ସ୍ମରଣାର୍ଥକ ସ୍ତମ୍ଭ ବୋଲି ତହିଁର ନାମ ରହିଅଛି।
Panguva youpenyu hwake, Abhusaromu akanga atora mbiru akaimisa muMupata waMambo sechirangaridzo kwaari, nokuti akafunga akati, “Handina mwanakomana angayeuchidza vanhu zita rangu.” Akatumidza mbiru iyo zita rake, uye inonzi Mbiru Yokuyeuka Abhusaromu kusvikira nhasi.
19 ଏଉତ୍ତାରେ ସାଦୋକର ପୁତ୍ର ଅହୀମାସ୍ କହିଲା, “ସଦାପ୍ରଭୁ କିପରି ରାଜାଙ୍କର ଶତ୍ରୁମାନଙ୍କଠାରୁ ସୁରକ୍ଷା ଦେଇଅଛନ୍ତି, ଏହି ସୁସମ୍ବାଦ ତାଙ୍କ ନିକଟକୁ ନେବା ପାଇଁ ମୁଁ ଏବେ ଦୌଡ଼ି ଯାଏ।”
Zvino Ahimaazi mwanakomana waZadhoki akati, “Regai ndimhanye neshoko kuna mambo rokuti Jehovha amurwira kubva muruoko rwavavengi vake.”
20 ତହିଁରେ ଯୋୟାବ ତାହାଙ୍କୁ କହିଲା, “ଆଜି ତୁମ୍ଭେ ସୁସମ୍ବାଦବାହକ ହେବ ନାହିଁ, ମାତ୍ର ଅନ୍ୟ ଦିନ ସୁସମ୍ବାଦ ନେବ; ରାଜାଙ୍କ ପୁତ୍ର ମରିଅଛି, ଏହେତୁ ଆଜି ତୁମ୍ଭେ ସୁସମ୍ବାଦ ନେବ ନାହିଁ।”
Joabhu akati, “Hausiwe unoenda neshoko nhasi. Ungaenda hako neshoko pane dzimwe nguva, asi haufaniri kuita izvozvo nhasi, nokuti mwanakomana wamambo afa.”
21 ତେବେ ଯୋୟାବ କୂଶୀୟଙ୍କୁ କହିଲା, “ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ।” ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା।
Ipapo Joabhu akati kumuEtiopia, “Chienda undoudza mambo zvawaona.” MuEtiopia akakotama pamberi paJoabhu uye akamhanya achibvapo.
22 ତହୁଁ ସାଦୋକର ପୁତ୍ର ଅହୀମାସ୍ ପୁନର୍ବାର ଯୋୟାବଙ୍କୁ କହିଲା, “ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ।” ତହିଁରେ ଯୋୟାବ କହିଲା, “ମୋʼ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ବାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ?”
Ahimaazi mwanakomana waZadhoki akatizve kuna Joabhu, “Kunyange zvakadaro hazvo, ndapota regai ndimhanye nditevere muEtiopia.” Asi Joabhu akapindura akati, “Mwanakomana wangu, unodireiko kuenda? Hauna kana shoko richakupa mubayiro.”
23 ମାତ୍ର ସେ କହିଲା, “ଯାହାହେଉ, ମୁଁ ଦୌଡ଼ୁଅଛି।” ତହିଁରେ ଯୋୟାବ ତାହାକୁ କହିଲା, “ଦୌଡ଼।” ତହୁଁ ଅହୀମାସ୍ ପ୍ରାନ୍ତର-ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା।
Iye akati, “Kunyange zvakadaro hazvo, ndinoda kumhanya ini.” Saka Joabhu akati, “Mhanya!” Ipapo Ahimaazi akamhanya nomunzira yomubani akasiya muEtiopia.
24 ଏହି ସମୟରେ ନଗରର ଦ୍ୱାରଦ୍ୱୟର ମଧ୍ୟସ୍ଥାନରେ ଦାଉଦ ବସିଥିଲେ; ଏଥିରେ ପ୍ରହରୀ ଦ୍ୱାରଛାତର କାନ୍ଥ ଉପରକୁ ଯାଇ ଅନାଇ ଦେଖନ୍ତେ, ଦେଖ, ଜଣେ ଲୋକ ଏକାକୀ ଦୌଡ଼ି ଆସୁଅଛି।
Dhavhidhi paakanga agere pakati pamasuo maviri, murindi akakwira pamusoro pedenga resuo reparusvingo. Akati atarisa kunze, akaona murume achimhanya ari oga.
25 ତହୁଁ ପ୍ରହରୀ ଉଚ୍ଚସ୍ୱରରେ ରାଜାଙ୍କୁ ତାହା ଜଣାନ୍ତେ, ରାଜା କହିଲେ, “ଯଦି ସେ ଏକାକୀ ଅଛି, ତେବେ ତାହା ମୁଖରେ ସୁସମ୍ବାଦ ଅଛି।” ଏଥିରେ ସେ ଆସୁ ଆସୁ ସହରର ନିକଟବର୍ତ୍ତୀ ହେଲା।
Murindi akadanidzira kuna mambo akamuzivisa izvozvo. Mambo akati, “Kana ari oga, anofanira kunge ane shoko rakanaka.” Uye murume akaramba achingoswedera.
26 ଏଉତ୍ତାରେ ପ୍ରହରୀ ଆଉ ଜଣକୁ ଦୌଡ଼ି ଆସୁଥିବାର ଦେଖିଲା; ତହିଁରେ ପ୍ରହରୀ ଉଚ୍ଚସ୍ୱରରେ ଦ୍ୱାରୀକୁ ଡାକି କହିଲା, “ଦେଖ, ଆଉ ଜଣେ ଏକାକୀ ଦୌଡ଼ି ଆସୁଅଛି।” ତହିଁରେ ରାଜା କହିଲେ, “ସେ ମଧ୍ୟ ସୁସମ୍ବାଦ ଆଣୁଅଛି।”
Ipapo murindi akaonazve mumwe murume achimhanya, akadanidzira kumutariri wesuo akati, “Tarira mumwe ari kumhanya ari oga!” Mambo akati, “Anofanira kunge achiuyawo neshoko rakanaka.”
27 ଏଥିରେ ପ୍ରହରୀ କହିଲା, “ପ୍ରଥମ ଲୋକର ଦୌଡ଼ ସାଦୋକର ପୁତ୍ର ଅହୀମାସ୍ର ଦୌଡ଼ ପରି ମୋହର ବୋଧ ହୁଏ।” ତେବେ ରାଜା କହିଲେ, “ସେ ଭଲ ଲୋକ, ସେ ଭଲ ସମ୍ବାଦ ନେଇ ଆସୁଅଛି।”
Murindi akati, “Ndinoona sokuti wokutanga anomhanya saAhimaazi mwanakomana waZadhoki.” Mambo akati, “Munhu akanaka iyeye. Ari kuuya namashoko akanaka.”
28 ସେତେବେଳେ ଅହୀମାସ୍ ଡାକ ପକାଇ ରାଜାଙ୍କୁ କହିଲା, “ସବୁ ମଙ୍ଗଳ।” ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରିଦେଇଅଛନ୍ତି।”
Ipapo Ahimaazi akadanidzira kuna mambo achiti, “Rugare!” Akakotama pamberi pamambo akatsikitsira uso hwake pasi akati, “Jehovha Mwari wenyu ngaarumbidzwe! Akaisa kwamuri varume vakanga vachisimudzira maoko avo kuti varwe naishe wangu mambo.”
29 ତହିଁରେ ରାଜା କହିଲେ, “ସେ ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହୁଁ ଅହୀମାସ୍ ଉତ୍ତର କଲା, “ଯୋୟାବ ମହାରାଜଙ୍କ ଦାସକୁ, ଅର୍ଥାତ୍, ଆପଣଙ୍କ ଦାସ ମୋତେ ପଠାଇବା ବେଳେ ମହାଲୋକ ଗହଳି ଦେଖିଲି, ମାତ୍ର କଅଣ ହେଲା, ତାହା ଜାଣି ନାହିଁ।”
Mambo akabvunza akati, “Ko, jaya Abhusaromu mupenyu here?” Ahimaazi akati, “Ndakaona kunyongana kukuru panguva iyo Joabhu akanga oda kutuma muranda wamambo uye neni, muranda wenyu, asi handina kuziva kuti chaiva chii.”
30 ଏଥିରେ ରାଜା କହିଲେ, “ଏଆଡ଼େ ଆସି ଠିଆ ହୁଅ।” ତହୁଁ ସେ ଏଆଡ଼େ ଯାଇ ଠିଆ ହେଲା।
Mambo akati, “Mira parutivi uye usabva pano.” Saka akasudurukira parutivi ndokumirapo.
31 ଏଥିମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”
Ipapo muEtiopia akasvika akati, “Ishe wangu mambo, inzwai mashoko akanaka! Jehovha akurwirai nhasi kuna vose vakakumukirai.”
32 ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହିଁରେ କୂଶୀୟ ଉତ୍ତର କଲା, “ମୋʼ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।”
Mambo akabvunza muEtiopia akati, “Ko, mujaya Abhusaromu mupenyu here?” MuEtiopia akapindura achiti, “Vavengi vashe wangu mambo navose vanokumukirai kuti vakukuvadzei ngavave sejaya iro.”
33 ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥାʼନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!”
Mambo akadedera. Akakwira kukamuri yakanga iri pamusoro pesuo akachema. Paaifamba aiti, “Haiwa mwanakomana wangu Abhusaromu! Mwanakomana wangu, mwanakomana wangu Abhusaromu! Dai chete ndafa hangu ini pachinzvimbo chako! Haiwa Abhusaromu, mwanakomana wangu, mwanakomana wangu!”