< ଦ୍ୱିତୀୟ ଶାମୁୟେଲ 18 >

1 ଏଥିଉତ୍ତାରେ ଦାଉଦ ଆପଣା ସୈନ୍ୟମାନଙ୍କୁ ଗଣନା କରି ସେମାନଙ୍କ ଉପରେ ସହସ୍ରପତି ଓ ଶତପତିଗଣଙ୍କୁ ନିଯୁକ୍ତ କଲେ।
Daudi akawahesabu askari waliokuwa pamoja naye na akaweka akida wa elfu na akida wa mia juu yao.
2 ପୁଣି ଦାଉଦ ଯୋୟାବ ହସ୍ତରେ ସୈନ୍ୟମାନଙ୍କର ତୃତୀୟାଂଶ ଓ ଯୋୟାବର ଭ୍ରାତା, ସରୁୟାର ପୁତ୍ର ଅବୀଶୟ ହସ୍ତରେ ତୃତୀୟାଂଶ ଓ ଗାଥୀୟ ଇତ୍ତୟ ହସ୍ତରେ ତୃତୀୟାଂଶ ସମର୍ପଣ କରି ପଠାଇଲେ। ଆଉ ରାଜା ଲୋକମାନଙ୍କୁ କହିଲେ, “ମୁଁ ନିଜେ ମଧ୍ୟ ତୁମ୍ଭମାନଙ୍କ ସଙ୍ଗେ ନିଶ୍ଚୟ ଯିବି।”
Kisha Daudi akalipeleka jeshi, thelusi moja chini ya Yoabu, thelusi nyingine chini ya Abishai mwana wa Seruya, ndugu wa Yoabu, na thelusi nyingine tena chini ya Itai Mgiti. Mfalme akaliambia jeshi, “kwa hakika mimi mwenyewe pia nitakwenda pamoja nanyi.
3 ମାତ୍ର ଲୋକମାନେ କହିଲେ, “ଆପଣ ଆମ ସଙ୍ଗେ ଯୁଦ୍ଧକୁ ଯିବେ ନାହିଁ; କାରଣ ଆମ୍ଭେମାନେ ପଳାଇଲେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; କିଅବା ଆମ୍ଭମାନଙ୍କର ଅର୍ଦ୍ଧେକ ମଲେ ହେଁ ଆମ୍ଭମାନଙ୍କ ନିମନ୍ତେ ଚିନ୍ତା କରିବେ ନାହିଁ; ମାତ୍ର ଆପଣ ଆମ୍ଭମାନଙ୍କ ଦଶ ହଜାର ସମାନ; ଏହେତୁ ନଗରରୁ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ଆପଣ ପ୍ରସ୍ତୁତ ରହିଲେ ଭଲ।”
Lakini watu wakasema, “Wewe usiende vitani, kwani ikiwa tutakimbia hawatatujari sisi, ama nusu yetu wakifa hawatajari. Lakini wewe ni zaidi ya elfu kumi yetu sisi! Kwa hiyo ni afadhari zaidi ukitusaidia ukiwa mjini.”
4 ତହିଁରେ ରାଜା ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଯାହା ଭଲ ଦିଶେ, ତାହା ମୁଁ କରିବି।” ଏଉତ୍ତାରେ ରାଜା ନଗର ଦ୍ୱାରର ପାର୍ଶ୍ଵରେ ଠିଆ ହେଲା ସମୟରେ ସମସ୍ତ ଲୋକ ଶହ ଶହ ଓ ହଜାର ହଜାର ହୋଇ ବାହାରିଗଲେ।
Hivyo mfalme akawajibu, “Nitafanya lolote lionekanalo jema machoni penu.” Mfalme akasimama kati ya lango la mji wakati jeshi lilipoondoka katika mamia na katika maelfu.
5 ସେତେବେଳେ ରାଜା ଯୋୟାବକୁ ଓ ଅବୀଶୟକୁ ଓ ଇତ୍ତୟକୁ ଆଜ୍ଞା ଦେଇ କହିଲେ, “ମୋʼ ଲାଗି ସେହି ଯୁବା ଅବଶାଲୋମ ପ୍ରତି କୋମଳ ବ୍ୟବହାର କର।” ପୁଣି ରାଜା ଅବଶାଲୋମ ବିଷୟରେ ସମସ୍ତ ସେନାପତିଙ୍କୁ ଏହି ଆଜ୍ଞା ଦେବା ସମୟରେ ସମସ୍ତ ଲୋକ ତାହା ଶୁଣିଲେ।
Mfalme akawaagiza Yoabu, Abishai, na Itai kusema, “Mmtendee huyo kijana, Absalomu, kwa upole kwa ajili yangu.” Watu wote wakasikia jinsi mfalme alivyowaagiza maakida kuhusu Absalomu.
6 ଏହିରୂପେ ସୈନ୍ୟଦଳ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧକ୍ଷେତ୍ରକୁ ଗଲେ ଓ ଇଫ୍ରୟିମ ନାମକ ବନରେ ଯୁଦ୍ଧ ହେଲା।
Hivyo jeshi likaenda nyikani dhidi ya Israeli; vita ikaenea katika msitu wa Efraimu.
7 ତହିଁରେ ଇସ୍ରାଏଲର ସୈନ୍ୟଦଳ ସେଠାରେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ ଓ ସେହି ଦିନ ସେଠାରେ ମହାସଂହାର ହେଲା, ପୁଣି କୋଡ଼ିଏ ହଜାର ଲୋକ ହତ ହେଲେ।
Jeshi la Israeli likashindwa mbele ya askari wa Daudi; kulikuwa na machinjo makuu kwa watu elfu ishirini siku hiyo.
8 ଦେଶସାରା ଯୁଦ୍ଧ ବ୍ୟାପିଗଲା; ପୁଣି ସେହି ଦିନ ଖଡ୍ଗ ଗ୍ରାସ କରିବା ଅପେକ୍ଷା ବନ ଅଧିକ ଲୋକକୁ ଗ୍ରାସ କଲା।
Vita ikaenea katika eneo lote na watu wengi wakaangamizwa na msitu kuliko upanga.
9 ଆଉ ଅବଶାଲୋମ ଅକସ୍ମାତ୍‍ ଦାଉଦଙ୍କର ସୈନ୍ୟମାନଙ୍କୁ ଭେଟିଲା। ସେହି ସମୟରେ ଅବଶାଲୋମ ଖଚର ଉପରେ ଚଢ଼ିଥିଲା, ସେହି ଖଚର ଏକ ବଡ଼ ଅଲୋନ ବୃକ୍ଷର ଛନ୍ଦାଛନ୍ଦି ଶାଖା ତଳେ ଯିବାରୁ ଅବଶାଲୋମର ମସ୍ତକ ସେହି ଅଲୋନ ବୃକ୍ଷରେ ଅଟକି ରହିଲା, ତହିଁରେ ସେ ଆକାଶ ଓ ପୃଥିବୀ ମଧ୍ୟରେ ଝୁଲିଲା ଓ ଖଚର ତାହା ତଳୁ ଚାଲିଗଲା।
Ikatukia kwamba Absalomu akakutana na askari wa Daudi. Absalomu alikuwa amepanda juu ya nyumbu wake na nyumbu akapita chini ya matawi manene ya mti wa mwaloni, na kichwa chake kikanaswa katika matawi ya mti. Akaachwa akining'inia kati ya nchi na anga wakati nyumbu alipoendelea mbele.
10 ସେତେବେଳେ ଜଣେ ତାହା ଦେଖି ଯୋୟାବକୁ କହିଲା, “ଦେଖ, ମୁଁ ଅବଶାଲୋମଙ୍କୁ ଅଲୋନ ବୃକ୍ଷରେ ଟଙ୍ଗାଥିବାର ଦେଖିଲି!”
Mtu mmoja akaona lililotukia na akamwambia Yoabu, “Tazama, nilimwona Absalomu akining'inia katika mwaloni!”
11 ତହୁଁ ଯୋୟାବ ତାହା ଜଣାଇବା ଲୋକଙ୍କୁ କହିଲା, “ଦେଖ! ତୁମ୍ଭେ ଏହା ଦେଖିଲ, ମାତ୍ର କାହିଁକି ତୁମ୍ଭେ ସେଠାରେ ତାଙ୍କୁ ମାରି ଭୂମିରେ ପକାଇ ନ ଦେଲ? ତାହା କରିଥିଲେ, ମୁଁ ତୁମ୍ଭକୁ ଦଶ ଖଣ୍ଡ ରୂପା ଓ ଏକ କଟିବନ୍ଧନ ଦେଇଥାʼନ୍ତି।”
Yoabu akamwambia aliyemwambia kuhusu Absalomu, “Tazama! Ulimwona! Kwa nini haukumpiga hata chini. Ningekupa shekeli kumi za fedha na mkanda.”
12 ତହିଁରେ ସେହି ବ୍ୟକ୍ତି ଯୋୟାବକୁ କହିଲା, “ମୁଁ ଆପଣା ଅଞ୍ଜଳିରେ ସହସ୍ର ଖଣ୍ଡ ରୂପା ପ୍ରାପ୍ତ ହେଲେ ହେଁ ସେହି ରାଜପୁତ୍ର ବିରୁଦ୍ଧରେ ଆପଣା ହସ୍ତ ପ୍ରସାର କରନ୍ତି ନାହିଁ, କାରଣ ଆମ୍ଭମାନଙ୍କ କର୍ଣ୍ଣଗୋଚରରେ ରାଜା ତୁମ୍ଭକୁ ଓ ଅବୀଶୟକୁ ଓ ଇତ୍ତୟକୁ ଏହି ଆଜ୍ଞା ଦେଇଥିଲେ, ‘ତୁମ୍ଭେମାନେ କେହି ଯୁବା ଅବଶାଲୋମଙ୍କୁ ସ୍ପର୍ଶ କରିବ ନାହିଁ।’
Yule mtu akamjibu Yoabu, “Hata kama ningepewa shekeli elfu za fedha hata hivyo nisingeinua mkono wangu juu ya mwana wa mfalme, kwa maana sisi sote tulimsikia mfalme akiwaagiza wewe, Abishai na Itai kusema, mtu asimguse huyo kijana Absalomu.'
13 ଯଦି ମୁଁ ତାହାର ପ୍ରାଣ ବିରୁଦ୍ଧରେ ବିଶ୍ୱାସଘାତକତା କରିଥାʼନ୍ତି, ତେବେ ତୁମ୍ଭେ ନିଜେ ତ ଅଲଗା ହୋଇ ଠିଆ ହୋଇଥାʼନ୍ତ; କାରଣ ରାଜାଙ୍କଠାରୁ କୌଣସି ବିଷୟ ଗୁପ୍ତ ରହେ ନାହିଁ।”
Ikiwa ningehatarisha maisha yangu kwa uongo(na hakuna jambo linalofichika kwa mfalme), ungejitenga nami.”
14 ତେବେ ଯୋୟାବ କହିଲା, “ମୁଁ ଏପରି ବିଳମ୍ବ କରି ନ ପାରେ।” ତହୁଁ ସେ ଆପଣା ହସ୍ତରେ ତିନୋଟି ବର୍ଚ୍ଛା ନେଇ ଅବଶାଲୋମ ଅଲୋନ ବୃକ୍ଷରେ ଜୀବିତ ଥାଉ ଥାଉ ତାହା ଦେହରେ ବିନ୍ଧିଲା।
Ndipo Yoabu aliposema, “sitakusubiri.” Kisha akachukua mishale mitatu mkononi mwake na akairusha katika moyo wa Absalomu wakati yu ngali hai na amening'inia katika mwaloni.
15 ଏଉତ୍ତାରେ ଯୋୟାବର ଅସ୍ତ୍ରବାହକ ଦଶ ଜଣ ଯୁବା ଅବଶାଲୋମଙ୍କୁ ଚାରିଆଡ଼େ ଘେରି ତାହାକୁ ଆଘାତ କରି ବଧ କଲେ।
Kisha vijana kumi waliochukua slaha za Yoabu wakamzunguka Absalomu, wakampiga na kumwua.
16 ତହୁଁ ଯୋୟାବ ତୂରୀ ବଜାନ୍ତେ, ସୈନ୍ୟମାନେ ଇସ୍ରାଏଲର ପଶ୍ଚାତ୍‍ଗମନରୁ ବାହୁଡ଼ି ଆସିଲେ; କାରଣ ଯୋୟାବ ସୈନ୍ୟମାନଙ୍କୁ ଅଟକାଇଲା।
Kisha Yoabu akapiga tarumbeta na jeshi likarudi kutoka kuwafuatia Israeli, hivyo Yoabu akalirudisha jeshi.
17 ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ।
Wakamchukua Absalomu na kumtupa katika shimo kubwa msituni; wakaufukia mwili wake chini ya rundo kubwa la mawe, wakati Israeli wote walipokimbia kila mtu nyumbani kwake.
18 ଅବଶାଲୋମ ବଞ୍ଚିଥିବା ବେଳେ ରାଜାଙ୍କର ତଳଭୂମିରେ ଏକ ସ୍ତମ୍ଭ ନିର୍ମାଣ କରି ଆପଣା ପାଇଁ ସ୍ଥାପନ କରିଥିଲା; କାରଣ ସେ କହିଥିଲା, “ମୋʼ ନାମ ସ୍ମରଣରେ ରଖିବାକୁ ମୋହର ପୁତ୍ର ନାହିଁ;” ଏହେତୁ ସେ ଆପଣା ନାମାନୁସାରେ ସେହି ସ୍ତମ୍ଭର ନାମ ରଖିଲା; ସେହି ଦିନଠାରୁ ଅାଜି ପର୍ଯ୍ୟନ୍ତ ଅବଶାଲୋମର ସ୍ମରଣାର୍ଥକ ସ୍ତମ୍ଭ ବୋଲି ତହିଁର ନାମ ରହିଅଛି।
Wakati Absalomu alipokuwa yu ngali hai alijijengea nguzo kubwa ya jiwe katika Bonde la Mfalme, kwani alisema, “Sina mwana wa kuchukua kumbukumbu ya jina langu.” Akaiita nguzo kwa jina lake, hivyo inaitwa Mnara wa Absalomu hata leo.
19 ଏଉତ୍ତାରେ ସାଦୋକର ପୁତ୍ର ଅହୀମାସ୍‍ କହିଲା, “ସଦାପ୍ରଭୁ କିପରି ରାଜାଙ୍କର ଶତ୍ରୁମାନଙ୍କଠାରୁ ସୁରକ୍ଷା ଦେଇଅଛନ୍ତି, ଏହି ସୁସମ୍ବାଦ ତାଙ୍କ ନିକଟକୁ ନେବା ପାଇଁ ମୁଁ ଏବେ ଦୌଡ଼ି ଯାଏ।”
Kisha Ahimaasi mwana wa Sadoki akasema, “Niruhusu niende kwa mfalme na habari njema, jinsi Yahwe alivyomwokoa kutoka mkono wa adui zake.”
20 ତହିଁରେ ଯୋୟାବ ତାହାଙ୍କୁ କହିଲା, “ଆଜି ତୁମ୍ଭେ ସୁସମ୍ବାଦବାହକ ହେବ ନାହିଁ, ମାତ୍ର ଅନ୍ୟ ଦିନ ସୁସମ୍ବାଦ ନେବ; ରାଜାଙ୍କ ପୁତ୍ର ମରିଅଛି, ଏହେତୁ ଆଜି ତୁମ୍ଭେ ସୁସମ୍ବାଦ ନେବ ନାହିଁ।”
Yoabu akamjibu, “Wewe hautakuwa mchukua habari leo; utafanya hivyo siku nyingine. Leo hautachukua habari yoyote kwa maana mwana wa mfalme ameuawa.”
21 ତେବେ ଯୋୟାବ କୂଶୀୟଙ୍କୁ କହିଲା, “ତୁମ୍ଭେ ଯାହା ଦେଖିଅଛ, ତାହା ତୁମ୍ଭେ ରାଜାଙ୍କୁ ଯାଇ ଜଣାଅ।” ଏଥିରେ କୂଶୀୟ ଯୋୟାବକୁ ପ୍ରଣାମ କରି ଦୌଡ଼ିଲା।
Ndipo Yoabu akamwambia Mkushi, “Nenda umwambia mfalme ulichokiona.” Mkushi akamwinamia Yoabu, na kisha akakimbia.
22 ତହୁଁ ସାଦୋକର ପୁତ୍ର ଅହୀମାସ୍‍ ପୁନର୍ବାର ଯୋୟାବଙ୍କୁ କହିଲା, “ଯାହାହେଉ, ବିନୟ କରୁଅଛି, ମୁଁ ମଧ୍ୟ ସେହି କୂଶୀୟର ପଛେ ଦୌଡ଼େ।” ତହିଁରେ ଯୋୟାବ କହିଲା, “ମୋʼ ପୁତ୍ର, ତୁମ୍ଭେ କାହିଁକି ଦୌଡ଼ିବ, କାରଣ ସେହି ସମ୍ବାଦ ପାଇଁ ତୁମ୍ଭେ ତ କୌଣସି ପୁରସ୍କାର ପାଇବ ନାହଁ?”
Kisha tena, Ahimaasi mwana wa Sadoki akamwambia Yoabu, “Pamoja na yote yanayoweza kutokea, tafadhari niruhusu nami pia niende nimfuate Mkushi.” Yoabu akajibu, “Mwanangu kwa nini unataka kwenda, hautapata thawabu yoyote kwa ajili ya habari hii?”
23 ମାତ୍ର ସେ କହିଲା, “ଯାହାହେଉ, ମୁଁ ଦୌଡ଼ୁଅଛି।” ତହିଁରେ ଯୋୟାବ ତାହାକୁ କହିଲା, “ଦୌଡ଼।” ତହୁଁ ଅହୀମାସ୍‍ ପ୍ରାନ୍ତର-ପଥ ଦେଇ ଦୌଡ଼ି କୂଶୀୟକୁ ପଛରେ ପକାଇ ଗଲା।
“Vyovyote itakavyokuwa niache niende,” Ahimaasi alijibu. Hivyo Yoabu akamjibu, “Nenda.” Ndipo Ahimaasi akakimbia kwa njia ya tambarare na akampita Mkushi.
24 ଏହି ସମୟରେ ନଗରର ଦ୍ୱାରଦ୍ୱୟର ମଧ୍ୟସ୍ଥାନରେ ଦାଉଦ ବସିଥିଲେ; ଏଥିରେ ପ୍ରହରୀ ଦ୍ୱାରଛାତର କାନ୍ଥ ଉପରକୁ ଯାଇ ଅନାଇ ଦେଖନ୍ତେ, ଦେଖ, ଜଣେ ଲୋକ ଏକାକୀ ଦୌଡ଼ି ଆସୁଅଛି।
Basi Daudi alikuwa amekaa kati ya lango la ndani na lango la nje. Na mlinzi alikuwa juu ya lango ukutani naye akainua macho yake. Alipokuwa akiangalia, akamwona mtu anakaribia huku akikimbia peke yake.
25 ତହୁଁ ପ୍ରହରୀ ଉଚ୍ଚସ୍ୱରରେ ରାଜାଙ୍କୁ ତାହା ଜଣାନ୍ତେ, ରାଜା କହିଲେ, “ଯଦି ସେ ଏକାକୀ ଅଛି, ତେବେ ତାହା ମୁଖରେ ସୁସମ୍ବାଦ ଅଛି।” ଏଥିରେ ସେ ଆସୁ ଆସୁ ସହରର ନିକଟବର୍ତ୍ତୀ ହେଲା।
Mlinzi akaita kwa sauti na kumwambia mfalme. Ndipo mfalme akasema, “Ikiwa yupo peke yake ana habari katika kinywa chake.” Mkimbiaji akasogea na kuukaribia mji.
26 ଏଉତ୍ତାରେ ପ୍ରହରୀ ଆଉ ଜଣକୁ ଦୌଡ଼ି ଆସୁଥିବାର ଦେଖିଲା; ତହିଁରେ ପ୍ରହରୀ ଉଚ୍ଚସ୍ୱରରେ ଦ୍ୱାରୀକୁ ଡାକି କହିଲା, “ଦେଖ, ଆଉ ଜଣେ ଏକାକୀ ଦୌଡ଼ି ଆସୁଅଛି।” ତହିଁରେ ରାଜା କହିଲେ, “ସେ ମଧ୍ୟ ସୁସମ୍ବାଦ ଆଣୁଅଛି।”
Kisha mlinzi akaona mtu mwingine aliyekuwa anakimbia, naye akamwambia bawabu; kusema, “Tazama, kuna mtu mwingine anakimbia peke yake.” Mfalme akasema, “Yeye pia analeta habari.”
27 ଏଥିରେ ପ୍ରହରୀ କହିଲା, “ପ୍ରଥମ ଲୋକର ଦୌଡ଼ ସାଦୋକର ପୁତ୍ର ଅହୀମାସ୍‍ର ଦୌଡ଼ ପରି ମୋହର ବୋଧ ହୁଏ।” ତେବେ ରାଜା କହିଲେ, “ସେ ଭଲ ଲୋକ, ସେ ଭଲ ସମ୍ବାଦ ନେଇ ଆସୁଅଛି।”
Ndipo mlinzi akasema, Nadhani kukimbia kwake mtu aliye mbele ni kama kukimbia kwake Ahimaasi mwana wa Sadoki.” Mfalme akasema, “Yeye ni mtu mwema naye anakuja na habari njema.”
28 ସେତେବେଳେ ଅହୀମାସ୍‍ ଡାକ ପକାଇ ରାଜାଙ୍କୁ କହିଲା, “ସବୁ ମଙ୍ଗଳ।” ତହୁଁ ସେ ରାଜାଙ୍କର ସମ୍ମୁଖରେ ମୁହଁ ମାଡ଼ି ପ୍ରଣାମ କରି କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ମୋହର ପ୍ରଭୁ ମହାରାଜଙ୍କ ବିରୁଦ୍ଧରେ ଯେଉଁ ମନୁଷ୍ୟମାନେ ହସ୍ତ ଉଠାଇଥିଲେ, ସେମାନଙ୍କୁ ସେ ସମର୍ପଣ କରିଦେଇଅଛନ୍ତି।”
Ndipo Ahimaasi akaita na kumwambia mfalme, “Yote ni mema.” Kisha akainama yeye mwenyewe uso wake chini mbele ya mfalme na kusema, Atukuzwe Yahwe Mungu wako, aliyewatoa watu walioinua mkono wao kinyume cha bwana wangu mfalme.”
29 ତହିଁରେ ରାଜା କହିଲେ, “ସେ ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହୁଁ ଅହୀମାସ୍‍ ଉତ୍ତର କଲା, “ଯୋୟାବ ମହାରାଜଙ୍କ ଦାସକୁ, ଅର୍ଥାତ୍‍, ଆପଣଙ୍କ ଦାସ ମୋତେ ପଠାଇବା ବେଳେ ମହାଲୋକ ଗହଳି ଦେଖିଲି, ମାତ୍ର କଅଣ ହେଲା, ତାହା ଜାଣି ନାହିଁ।”
Hivyo mfalme akauliza, “Je huyo kijana Absalomu hajambo?” Ahimaasi akajibu, “Wakati Yoabu ananituma kwako mfalme, mimi mtumishi wa mfalme, niliona fujo kubwa sana lakini sikutambua ilihusu nini.”
30 ଏଥିରେ ରାଜା କହିଲେ, “ଏଆଡ଼େ ଆସି ଠିଆ ହୁଅ।” ତହୁଁ ସେ ଏଆଡ଼େ ଯାଇ ଠିଆ ହେଲା।
Mfalme akamwambia, “Geuka usimame kando.” Hivyo Ahimaasi akageuka na kusimama.
31 ଏଥିମଧ୍ୟରେ ଦେଖ, ସେହି କୂଶୀୟ ପହଞ୍ଚି କହିଲା, “ମୋʼ ପ୍ରଭୁ ମହାରାଜଙ୍କ ପାଇଁ ସୁସମ୍ବାଦ ଅଛି; କାରଣ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠିଥିଲେ, ସଦାପ୍ରଭୁ ଆଜି ସେହି ସମସ୍ତଙ୍କଠାରୁ ପରିଶୋଧ ନେଇଅଛନ୍ତି।”
Mara Mkushi akafika na kusema, “Kuna habari njema kwa bwana wangu mfalme kwa kuwa leo Yahwe amekulipia kisasi kwa wale wote walioinuka kinyume chako.”
32 ତହିଁରେ ରାଜା ସେହି କୂଶୀୟଙ୍କୁ ପଚାରିଲେ, “ସେହି ଯୁବା ଲୋକ ଅବଶାଲୋମର ମଙ୍ଗଳ ତ?” ତହିଁରେ କୂଶୀୟ ଉତ୍ତର କଲା, “ମୋʼ ପ୍ରଭୁ ମହାରାଜଙ୍କ ଶତ୍ରୁଗଣ ଓ ଆପଣଙ୍କର ଅମଙ୍ଗଳ କରିବା ପାଇଁ ଯେଉଁମାନେ ଆପଣଙ୍କ ବିରୁଦ୍ଧରେ ଉଠନ୍ତି, ସେମାନେ ସମସ୍ତେ ସେହି ଯୁବା ଲୋକ ପରି ହେଉନ୍ତୁ।”
Ndipo mfalme akamwuliza, “Je huyo kijana Absalomu ni mzima?” Mkushi akajibu, “Adui wa bwana wangu mfalme na wote wainukao kukudhuru na wawe kama huyo kijana.”
33 ତହିଁରେ ରାଜା ଅତି କମ୍ପିତ ହୋଇ ନଗରଦ୍ୱାର-ଉପରିସ୍ଥ କୋଠରିକୁ ଯାଇ ରୋଦନ କଲେ; ପୁଣି ସେ ଯାଉ ଯାଉ ଏପରି କହିଲେ, “ହାୟ ଆମ୍ଭର ପୁତ୍ର ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭ ପୁତ୍ର ଅବଶାଲୋମ! ହୁଏତ ତୁମ୍ଭ ବଦଳେ ଆମ୍ଭେ ମରିଥାʼନ୍ତୁ, ହାୟ ଅବଶାଲୋମ! ଆମ୍ଭର ପୁତ୍ର, ଆମ୍ଭର ପୁତ୍ର!”
Ndipo mfalme alipohuzunishwa sana naye akaenda chumbani juu ya lango na kulia. Kadili alivyokwenda aliomboleza, mwanangu Absalomu, mwanangu, mwanangu Absalomu! afadhari ningekufa badala yako, Absalomu, mwanangu, mwanangu!”

< ଦ୍ୱିତୀୟ ଶାମୁୟେଲ 18 >