< ଦ୍ୱିତୀୟ ଶାମୁୟେଲ 19 >

1 ଏଥିଉତ୍ତାରେ କେହି ଯୋୟାବକୁ କହିଲା, “ଦେଖ, ରାଜା ଅବଶାଲୋମ ନିମନ୍ତେ ରୋଦନ ଓ ଶୋକ କରୁଅଛନ୍ତି।”
Có người cho Giô-áp hay việc vua khóc than thương tiếc Áp-sa-lôm.
2 ଏଣୁ ସେହି ଦିବସର ଜୟ ସକଳ ସୈନ୍ୟମାନଙ୍କ ପ୍ରତି ଶୋକଜନକ ହେଲା; କାରଣ ରାଜା ଆପଣା ପୁତ୍ର ବିଷୟରେ ରୋଦନ କରୁଅଛନ୍ତି, ଏହା ଲୋକମାନେ ସେହି ଦିନ ଶୁଣିଲେ।
Hôm ấy ngày vui mừng chiến thắng trở thành ngày quốc tang, khi dân chúng nghe tin vua đau đớn vì cái chết của Hoàng tử Áp-sa-lôm.
3 ପୁଣି ଯୁଦ୍ଧକ୍ଷେତ୍ରରୁ ପଳାଇବା ବେଳେ ଲୋକମାନେ ଯେପରି ଲଜ୍ଜିତ ହୋଇ ଚୋର ପରି ଚାଲନ୍ତି, ସେପରି ସେହି ଦିନ ଚୋର ପରି ସୈନ୍ୟମାନେ ନଗରରେ ପ୍ରବେଶ କଲେ।
Quân sĩ trở vào thành lén lút như một đoàn quân bại trận nhục nhã trở về.
4 ଆଉ ରାଜା ମଧ୍ୟ ଆପଣା ମୁଖ ଢାଙ୍କିଲେ, ପୁଣି ରାଜା ଉଚ୍ଚସ୍ୱରରେ କାନ୍ଦି କହିଲେ, “ହାୟ ଆମ୍ଭ ପୁତ୍ର ଅବଶାଲୋମ, ହାୟ ଅବଶାଲୋମ, ଆମ୍ଭ ପୁତ୍ର, ଆମ୍ଭ ପୁତ୍ର।”
Vua che mặt, lớn tiếng khóc than: “Áp-sa-lôm, con ơi! Áp-sa-lôm ơi! Con ơi! Con ta ơi!”
5 ଏଉତ୍ତାରେ ଯୋୟାବ ଗୃହ ଭିତରକୁ ରାଜାଙ୍କ ନିକଟକୁ ଆସି କହିଲା, “ଯେଉଁମାନେ ଆଜି ଆପଣଙ୍କ ଜୀବନ ଓ ଆପଣଙ୍କ ପୁତ୍ରକନ୍ୟାଗଣର ଜୀବନ ଓ ଭାର୍ଯ୍ୟାମାନଙ୍କ ଜୀବନ ଓ ଆପଣଙ୍କ ଉପପତ୍ନୀମାନଙ୍କ ଜୀବନ ରକ୍ଷା କଲେ, ଆପଣ ଆଜି ନିଜର ସେହି ସମସ୍ତ ଦାସଙ୍କୁ ଲଜ୍ଜିତ କରିଅଛନ୍ତି;
Giô-áp vào cung, nói với vua: “Hôm nay vua làm hổ mặt bầy tôi vua, những người vừa cứu mạng vua và mạng các hoàng tử, công chúa, hoàng hậu, và cung phi.
6 କାରଣ ଯେଉଁମାନେ ଆପଣଙ୍କୁ ଘୃଣା କରୁଅଛନ୍ତି, ଆପଣ ସେମାନଙ୍କୁ ପ୍ରେମ କରୁଅଛନ୍ତି ଓ ଯେଉଁମାନେ ଆପଣଙ୍କୁ ପ୍ରେମ କରୁଅଛନ୍ତି, ଆପଣ ସେମାନଙ୍କୁ ଘୃଣା କରୁଅଛନ୍ତି। ଯେହେତୁ ଆପଣ ଆଜି ଜଣାଇ ଅଛନ୍ତି ଯେ, ଅଧିପତିମାନେ ଓ ଦାସମାନେ ଆପଣଙ୍କ ପ୍ରତି କିଛି ନୁହନ୍ତି; କାରଣ ମୁଁ ଆଜି ଦେଖୁଅଛି ଯେ, ଯଦି ଅବଶାଲୋମ ବଞ୍ଚିଥାʼନ୍ତା ଓ ଆମ୍ଭେ ସମସ୍ତେ ଆଜି ମରିଥାʼନ୍ତୁ, ତେବେ ଆପଣଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା।
Hóa ra vua thương người ghét mình và ghét người thương mình. Hôm nay vua tỏ cho mọi người thấy rằng tướng sĩ đối với vua không giá trị gì cả. Và bây giờ tôi biết được rằng nếu Áp-sa-lôm còn sống và tất cả chúng tôi đều chết, thì chắc vua hài lòng lắm.
7 ଏଣୁ ଏବେ ଉଠି ବାହାରକୁ ଯାଇ ଆପଣା ଦାସମାନଙ୍କୁ ଦୟାରେ କଥା କହନ୍ତୁ; କାରଣ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛି, ଯଦି ଆପଣ ବାହାରକୁ ନ ଯାʼନ୍ତି, ତେବେ ଏହି ରାତ୍ରି ଆପଣଙ୍କ ସହିତ ଜଣେ ହେଁ ରହିବ ନାହିଁ; ଆଉ ଆପଣଙ୍କ ଯୌବନକାଳ ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଯେତେ ଅମଙ୍ଗଳ ଆପଣଙ୍କୁ ଘଟିଅଛି, ସେ ସବୁରୁ ହିଁ ଏହି ଅମଙ୍ଗଳ ଆପଣଙ୍କ ପ୍ରତି ଅଧିକ ହେବ।”
Thôi, xin vua đứng dậy, đi ra nói vài lời vỗ về quân sĩ; nếu không, tôi thề có Chúa Hằng Hữu, không một ai ở lại với vua nội trong đêm nay; và như thế, đây là tai họa lớn nhất vua chưa từng gặp từ thuở niên thiếu đến bây giờ.”
8 ତହିଁରେ ରାଜା ଉଠି ନଗର-ଦ୍ୱାରରେ ବସିଲେ। ସେତେବେଳେ ସମସ୍ତ ଲୋକଙ୍କୁ କୁହାଗଲା, ଦେଖ, ରାଜା ନଗର-ଦ୍ୱାରରେ ବସିଅଛନ୍ତି; ତହୁଁ ସମସ୍ତ ଲୋକ ରାଜାଙ୍କ ସମ୍ମୁଖକୁ ଆସିଲେ। ଏଥିମଧ୍ୟରେ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ପଳାଇ ଯାଇଥିଲେ।
Vua đứng dậy, ra ngồi ở cổng thành. Khi dân nghe tin này, liền kéo nhau đến với vua. Quân Ít-ra-ên đã thua trận, ai về nhà nấy.
9 ଆଉ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ସମସ୍ତ ଲୋକ ପରସ୍ପର କଳହ କରି କହୁଥିଲେ, “ରାଜା ଆମ୍ଭମାନଙ୍କ ଶତ୍ରୁମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିଥିଲେ ଓ ପଲେଷ୍ଟୀୟମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଥିଲେ ଏବେ ସେ ଅବଶାଲୋମ ଭୟରେ ଦେଶରୁ ପଳାଇଅଛନ୍ତି।
Bây giờ, trong các đại tộc Ít-ra-ên, người ta bàn luận sôi nổi về việc rước Vua Đa-vít về kinh đô, vì vua đã cứu nước khỏi thế lực quân thù, khỏi ách người Phi-li-tin.
10 ପୁଣି ଆମ୍ଭେମାନେ ଯେଉଁ ଅବଶାଲୋମଙ୍କୁ ଆପଣାମାନଙ୍କ ଉପରେ ଅଭିଷିକ୍ତ କରିଥିଲୁ, ସେ ଯୁଦ୍ଧରେ ମରିଅଛି। ଏହେତୁ ତୁମ୍ଭେମାନେ ଏବେ ରାଜାଙ୍କୁ ଫେରାଇ ଆଣିବା ବିଷୟରେ କାହିଁକି ତୁନି ହୋଇ ରହିଅଛ?”
Còn Áp-sa-lôm, người vừa được dân chọn làm vua và vì việc này Đa-vít phải bỏ chạy, nay đã tử trận.
11 ଏଉତ୍ତାରେ ଦାଉଦ ରାଜା ସାଦୋକ ଓ ଅବୀୟାଥର ଯାଜକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ତୁମ୍ଭେମାନେ ଯିହୁଦାର ପ୍ରାଚୀନବର୍ଗଙ୍କୁ କୁହ, ‘ରାଜାଙ୍କୁ ତାଙ୍କ ଗୃହକୁ ଆଣିବା ପାଇଁ ସମସ୍ତ ଇସ୍ରାଏଲର କଥା ତାଙ୍କ ନିକଟରେ ଉପସ୍ଥିତ ହେଲାଣି, ଏନିମନ୍ତେ ରାଜାଙ୍କୁ ତାଙ୍କ ଗୃହକୁ ଫେରାଇ ଆଣିବା ପାଇଁ ତୁମ୍ଭେମାନେ କାହିଁକି ପଛଘୁଞ୍ଚା ହେଉଅଛ?
Được tin này Đa-vít cử hai Thầy Tế lễ Xa-đốc và A-bia-tha đi nói với các trưởng lão đại tộc Giu-đa: “Các đại tộc Ít-ra-ên đều tỏ ý muốn đón vua về. Tại sao Giu-đa là đại tộc chót ủng hộ việc này?
12 ତୁମ୍ଭେମାନେ ଆମ୍ଭର ଭ୍ରାତା, ତୁମ୍ଭେମାନେ ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ; ତେବେ ତୁମ୍ଭେମାନେ କାହିଁକି ରାଜାଙ୍କୁ ଫେରାଇ ଆଣିବା ପାଇଁ ପଛଘୁଞ୍ଚା ହେଉଅଛ?’
Anh em là máu mủ ruột thịt của vua, không nên chậm trễ như thế.”
13 ପୁଣି ତୁମ୍ଭେମାନେ ଅମାସାଙ୍କୁ କୁହ, ‘ତୁମ୍ଭେ କି ଆମ୍ଭର ଅସ୍ଥି ଓ ଆମ୍ଭର ମାଂସ ନୁହଁ? ଯଦି ତୁମ୍ଭେ ଯୋୟାବ ପଦରେ ନିତ୍ୟ ଆମ୍ଭ ସାକ୍ଷାତରେ ସେନାପତି ନ ହୁଅ, ତେବେ ପରମେଶ୍ୱର ଆମ୍ଭକୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।’”
Họ cũng nói với A-ma-sa: “Ông là cốt nhục của vua. Vua thề sẽ cử ông làm tổng tư lệnh thay thế Giô-áp.”
14 ଏହିରୂପେ ସେ ଯିହୁଦାର ସମସ୍ତ ଲୋକଙ୍କ ହୃଦୟକୁ ଜଣକର ହୃଦୟ ତୁଲ୍ୟ ଜୟ କଲେ; ତହିଁରେ ସେମାନେ ରାଜାଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆପଣ ଓ ଆପଣଙ୍କ ସମସ୍ତ ଦାସ ଫେରି ଆସନ୍ତୁ।”
Và như vậy, Đa-vít được lòng người Giu-đa. Họ đồng lòng cử đại diện đi đón vua và bầy tôi của vua về.
15 ତହୁଁ ରାଜା ଫେରି ଯର୍ଦ୍ଦନ ପର୍ଯ୍ୟନ୍ତ ଗଲେ, ତହିଁରେ ଯିହୁଦାର ଲୋକମାନେ ରାଜାଙ୍କୁ ଭେଟିବା ନିମନ୍ତେ ଗିଲ୍‍ଗଲ୍‍କୁ ଯାଇ ଯର୍ଦ୍ଦନ ପାର କରି ରାଜାଙ୍କୁ ଆଣିଲେ।
Trên đường trở về, khi đến Sông Giô-đan, người Giu-đa kéo đến Ghinh-ganh nghênh đón và hộ tống vua sang sông.
16 ସେତେବେଳେ ଦାଉଦ ରାଜାଙ୍କୁ ସାକ୍ଷାତ କରିବା ପାଇଁ ବହୁରୀମ ନିବାସୀ ଗେରାର ପୁତ୍ର ବିନ୍ୟାମୀନୀୟ ଶିମୀୟି ଶୀଘ୍ର ଯିହୁଦାର ଲୋକମାନଙ୍କ ସଙ୍ଗରେ ଆସିଲା।
Si-mê-i con Ghê-ra, người Bên-gia-min, ở Ba-hu-rim vội vàng chạy theo người Giu-đa để đón Vua Đa-vít.
17 ପୁଣି ତାହା ସଙ୍ଗେ ବିନ୍ୟାମୀନୀୟ ଏକ ସହସ୍ର ଲୋକ ଥିଲେ, ଆଉ ଶାଉଲଙ୍କ ଗୃହର ଦାସ ସୀବଃ ଓ ତାଙ୍କର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ତାଙ୍କ ସଙ୍ଗରେ ଥିଲେ। ସେମାନେ ରାଜାଙ୍କ ସାକ୍ଷାତରେ ଯର୍ଦ୍ଦନରେ ପଶି ପାର ହୋଇଗଲେ।
Cùng đi với người này có cả nghìn người Bên-gia-min. Cũng có Di-ba, đầy tớ của nhà Sau-lơ, dẫn theo mười lăm con trai và hai mươi đầy tớ, vội vàng đến sông Giô-đan trước khi vua tới.
18 ସେତେବେଳେ ସେମାନେ ରାଜାଙ୍କର ପରିବାରବର୍ଗଙ୍କୁ ପାର କରିବା ପାଇଁ ଓ ତାଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ ତାହା କଲେ। ଏଣୁ ରାଜା ଯର୍ଦ୍ଦନ ପାର ହେବା ସମୟରେ ଗେରାର ପୁତ୍ର ଶିମୀୟି ରାଜାଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ିଲା।
Họ lội qua khúc sông cạn để giúp người nhà Đa-vít sang sông Giô-đan và để làm bất kỳ việc gì vua cần. Khi vua sắp sang sông, Si-mê-i phủ phục trước mặt Đa-vít.
19 ଆଉ ଶିମୀୟି ରାଜାଙ୍କୁ କହିଲା, “ମୋʼ ପ୍ରଭୁ, ମୋହର ଅପରାଧ ଗଣନା ନ କରନ୍ତୁ, ଅବା ମୋʼ ପ୍ରଭୁ ମହାରାଜ ଯିରୂଶାଲମରୁ ବାହାରି ଯିବା ଦିନ ଆପଣଙ୍କ ଦାସ ଅବାଧ୍ୟତାପୂର୍ବକ ଯାହା କରିଅଛି, ତାହା ଆପଣ ସ୍ମରଣ ନ କରନ୍ତୁ, ମହାରାଜ ତାହା ଆପଣା ମନକୁ ନ ନେଉନ୍ତୁ।
Ông tâu rằng: “Xin vua xá tội cho tôi. Xin bỏ qua lỗi lầm tôi phạm khi vua rời Giê-ru-sa-lem ngày nọ, đừng nhớ đến nữa.
20 କାରଣ ଆପଣଙ୍କ ଦାସ ମୁଁ ଯେ ପାପ କରିଅଛି, ଏହା ଜାଣେ; ଏହେତୁ ଦେଖନ୍ତୁ, ଯୋଷେଫର ସମୁଦାୟ ବଂଶ ମଧ୍ୟରେ ପ୍ରଥମେ ମୁଁ ଆଜି ମୋʼ ପ୍ରଭୁ ମହାରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲି।”
Vì biết mình có tội, nên hôm nay tôi mới đến đây trước mọi người khác trong đại tộc Giô-sép để nghênh đón vua.”
21 ମାତ୍ର ସରୁୟାର ପୁତ୍ର ଅବୀଶୟ ଉତ୍ତର କରି କହିଲା, “ଶିମୀୟି ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ଶାପ ଦେଇଅଛି, ଏହି କାରଣରୁ କି ତାହାର ପ୍ରାଣଦଣ୍ଡ ହେବ ନାହିଁ?”
A-bi-sai, con Xê-ru-gia, hỏi: “Si-mê-i đã nguyền rủa người được Chúa Hằng Hữu xức dầu, không đáng tội chết hay sao?”
22 ଏଥିରେ ଦାଉଦ କହିଲେ, “ହେ ସରୁୟାର ପୁତ୍ରଗଣ, ତୁମ୍ଭମାନଙ୍କ ସହିତ ଆମ୍ଭର ବିଷୟ କʼଣ ଯେ, ତୁମ୍ଭେମାନେ ଆଜି ମୋର ବିପକ୍ଷ ହେଉଅଛ? ଆଜି ଇସ୍ରାଏଲ ମଧ୍ୟରେ କʼଣ କାହାରି ପ୍ରାଣଦଣ୍ଡ ହେବ? ଆଜି ମୁଁ ଇସ୍ରାଏଲ ଉପରେ ରାଜା ଅଟେ, ଏହା କʼଣ ମୁଁ ଜାଣୁ ନାହିଁ?”
Nhưng Đa-vít đáp: “Con trai Xê-ru-gia ơi! Việc gì đến ông? Sao ông lại xung khắc với tôi hôm nay là ngày tôi khôi phục ngôi nước Ít-ra-ên? Trong một ngày như thế này, không một người nào trong nước phải bị xử tử cả.”
23 ତହୁଁ ରାଜା ଶିମୀୟିଙ୍କୁ କହିଲେ, “ତୁମ୍ଭେ ମରିବ ନାହିଁ।” ପୁଣି ରାଜା ତାହା ନିକଟରେ ଶପଥ କଲେ।
Quay sang Si-mê-i, vua thề: “Ngươi không chết đâu.”
24 ଏଉତ୍ତାରେ ଶାଉଲଙ୍କ ପୌତ୍ର ମଫୀବୋଶତ୍‍ ରାଜାଙ୍କୁ ସାକ୍ଷାତ କରିବା ପାଇଁ ଆସିଲା; ଆଉ ରାଜା ପ୍ରସ୍ଥାନ କରିବା ଦିନଠାରୁ କୁଶଳରେ ଗୃହକୁ ଆସିବା ଦିନ ପର୍ଯ୍ୟନ୍ତ ମଫୀବୋଶତ୍‍ ଆପଣା ପାଦ ପରିଷ୍କାର କରି ନ ଥିଲା, କି ଦାଢ଼ି କ୍ଷୌର ହୋଇ ନ ଥିଲା, କିଅବା ଆପଣା ବସ୍ତ୍ର ଧୌତ କରି ନ ଥିଲା।
Mê-phi-bô-sết, cháu Sau-lơ cũng đến đón vua. Ông không cắt móng chân cũng không tỉa râu, hay giặt áo, từ ngày vua ra đi đến ngày vua trở về bình an.
25 ପୁଣି ସେ ରାଜାଙ୍କୁ ଭେଟିବା ପାଇଁ ଯିରୂଶାଲମକୁ ଆସନ୍ତେ, ରାଜା ତାହାକୁ କହିଲେ, “ମଫୀବୋଶତ୍‍, ତୁମ୍ଭେ କାହିଁକି ମୋʼ ସଙ୍ଗରେ ଗଲ ନାହିଁ?”
Khi ông đi từ thành Giê-ru-sa-lem đến đón vua, vua hỏi Mê-phi-bô-sết: “Tại sao anh không đi với ta?”
26 ତହିଁରେ ସେ ଉତ୍ତର କଲା, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ଦାସ ତ ଛୋଟା, ‘ଗର୍ଦ୍ଦଭ ସଜାଇ ତାହା ଉପରେ ଚଢ଼ି ମହାରାଜଙ୍କ ନିକଟକୁ ଯିବା ପାଇଁ ମୋହର ମନସ୍ଥ ଥିଲା,’ ମାତ୍ର ମୋହର ଦାସ ମୋତେ ପ୍ରବଞ୍ଚନା କଲା।
Ông đáp: “Tôi bị người đầy tớ đánh lừa. Tôi có bảo nó: ‘Thắng lừa để ta đi theo vua,’ vì tôi què.
27 ଆହୁରି ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସେ ଆପଣଙ୍କ ଏହି ଦାସର ଅପମାନ କରିଅଛି; ମାତ୍ର ମୋହର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ; ଏଣୁ ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା କରନ୍ତୁ।
Nhưng nó lại đi vu cáo tôi với vua. Tuy nhiên, vua như thiên sứ của Đức Chúa Trời, nên xin cứ xử tôi cách nào vua cho là phải.
28 ମୋହର ପ୍ରଭୁ ମହାରାଜଙ୍କ ସାକ୍ଷାତରେ ମୋʼ ପିତୃବଂଶ ସମସ୍ତେ ନିତାନ୍ତ ମୃତ୍ୟୁର ଯୋଗ୍ୟ ଥିଲେ; ତଥାପି ଆପଣ ଆପଣଙ୍କର ଏହି ଦାସକୁ ନିଜ ମେଜରେ ଭୋଜନକାରୀ ଲୋକମାନଙ୍କ ସଙ୍ଗରେ ସ୍ଥାନ ଦେଲେ। ଏହେତୁ ଏବେ ମହାରାଜଙ୍କ ନିକଟରେ ଆଉ କ୍ରନ୍ଦନ କରିବା ପାଇଁ ମୋହର କେଉଁ ଅଧିକାର ଅଛି?”
Vì số phận của đại gia đình tôi đáng lẽ chết cả, thế mà vua cho tôi ngồi ăn chung bàn, vậy tôi còn gì để phàn nàn nữa?”
29 ତହିଁରେ ରାଜା ତାହାକୁ କହିଲେ, “ତୁମ୍ଭେ ଆପଣା ବିଷୟ ଆଉ କାହିଁକି କହୁଅଛ? ମୁଁ କହୁଅଛି, ତୁମ୍ଭେ ଓ ସୀବଃ ସେହି ଭୂମି ବାଣ୍ଟି ନିଅ।”
Vua trả lời: “Thôi, nói đến việc này nữa làm gì, vì ta đã quyết định cho anh với Di-ba chia nhau đất đai.”
30 ତହୁଁ ମଫୀବୋଶତ୍‍ ରାଜାଙ୍କୁ କହିଲା, “ହେଉ, ମୋହର ପ୍ରଭୁ ମହାରାଜ ତ କୁଶଳରେ ଆପଣା ଗୃହକୁ ଆସିଲେଣି, ତେବେ ସେ ସବୁ ନେଉ।”
Nhưng Mê-phi-bô-sết nói: “Cho Di-ba tất cả đi, vì vua trở về bình an là quý rồi.”
31 ଏଉତ୍ତାରେ ଗିଲୀୟଦୀୟ ବର୍ସିଲ୍ଲୟ ରୋଗଲୀମରୁ ଆସିଲା ଓ ସେ ରାଜାଙ୍କୁ ଯର୍ଦ୍ଦନ ନଦୀ ପାର କରାଇ ନେବା ପାଇଁ ତାଙ୍କ ସଙ୍ଗେ ଯର୍ଦ୍ଦନକୁ ପାର ହୋଇଗଲା।
Bát-xi-lai, người Ga-la-át, cũng từ Rô-ghê-lim đến, tiễn vua qua sông Giô-đan.
32 ସେହି ବର୍ସିଲ୍ଲୟ ଅଶୀ ବର୍ଷ ବୟସ୍କ ଅତି ବୃଦ୍ଧ ଲୋକ ଥିଲା; ଆଉ ସେ ଅତି ଧନୀ ଲୋକ ଥିବାରୁ ରାଜା ମହନୟିମରେ ଥିବା ବେଳେ ତାଙ୍କୁ ଖାଦ୍ୟସାମଗ୍ରୀ ଯୋଗାଇଥିଲା।
Ông ta là người đã cung cấp thực phẩm cho Đa-vít khi vua còn ở Ma-ha-na-im. Bát-xi-lai rất giàu và nay đã tám mươi tuổi.
33 ପୁଣି ରାଜା ବର୍ସିଲ୍ଲୟଙ୍କୁ କହିଲେ, “ତୁମ୍ଭେ ମୋʼ ସଙ୍ଗେ ପାର ହୋଇ ଆସ, ମୁଁ ତୁମ୍ଭକୁ ଯିରୂଶାଲମରେ ଆପଣା ସଙ୍ଗେ ପ୍ରତିପାଳନ କରିବି।”
Vua đề nghị với Bát-xi-lai: “Ông về Giê-ru-sa-lem với ta, ta sẽ săn sóc ông.”
34 ଏଥିରେ ବର୍ସିଲ୍ଲୟ ରାଜାଙ୍କୁ କହିଲା, “ମୋହର ପରମାୟୁ ବର୍ଷର ଆଉ କେତେ ଦିନ ଅଛି ଯେ, ମୁଁ ମହାରାଜଙ୍କ ସଙ୍ଗେ ଯିରୂଶାଲମକୁ ଯିବି?
Bát-xi-lai đáp: “Tôi còn sống bao lâu mà lên Giê-ru-sa-lem với vua?
35 ଆଜି ମୁଁ ଅଶୀ ବର୍ଷ ବୟସ୍କ; ମୁଁ କʼଣ ଭଲ ଓ ମନ୍ଦର ପ୍ରଭେଦ କରିପାରେ? ଆପଣଙ୍କ ଦାସ ମୁଁ ଯାହା ଭୋଜନ କି ପାନ କରେ, କʼଣ ତହିଁର ଆସ୍ୱାଦ ପାଇ ପାରେ? ମୁଁ କି ଗାୟକ ଓ ଗାୟିକାମାନଙ୍କ ସ୍ୱର ଆଉ ଶୁଣି ପାରେ? ତେବେ କାହିଁକି ଆପଣଙ୍କ ଦାସ ମୋହର ସ୍ୱାମୀ ମହାରାଜଙ୍କ ପ୍ରତି ଭାର ସ୍ୱରୂପ ହେବ?
Nay tôi đã tám mươi tuổi, đâu còn biết thưởng thức rượu ngon vật lạ hay giọng ca trầm bổng? Thế thì tôi còn ăn hại của vua làm gì?
36 ଆପଣଙ୍କ ଦାସ କେବଳ ଯର୍ଦ୍ଦନ ପାର ହୋଇ ମହାରାଜଙ୍କ ସଙ୍ଗେ ଯିବ; ଆଉ ମହାରାଜ ତହିଁ ପାଇଁ କାହିଁକି ମୋତେ ଏପରି ପୁରସ୍କାର ଦେବେ?
Tôi chỉ cần được đi với vua qua sông Giô-đan, thế thôi. Còn chuyện đền đáp ân thưởng xin đừng nói đến làm gì!
37 ମୁଁ ଯେପରି ନିଜ ନଗରରେ ମୋର ପିତା ଓ ମୋʼ ମାତାଙ୍କ କବର ନିକଟରେ ମରିବି, ଏଥିପାଇଁ ଆପଣଙ୍କ ଏହି ଦାସକୁ ଫେରି ଯିବାକୁ ଅନୁମତି ଦେଉନ୍ତୁ। ମାତ୍ର ଆପଣଙ୍କ ଦାସ କିମ୍‍ହମ୍‍କୁ ଦେଖନ୍ତୁ; ସେ ମୋହର ପ୍ରଭୁ ମହାରାଜଙ୍କ ସଙ୍ଗେ ପାର ହୋଇଯାଉ, ଆଉ ଆପଣଙ୍କ ଦୃଷ୍ଟିରେ ଯାହା ଭଲ ଦିଶେ, ତାହା ପ୍ରତି ତାହା କରନ୍ତୁ।”
Tôi xin phép được về để chết trong thành mình, bên mộ của cha mẹ mình. Tuy nhiên có Kim-ham đây, xin cho nó theo vua, và vua đãi nó thế nào tùy ý.”
38 ଏଥିରେ ରାଜା ଉତ୍ତର କଲେ, “କିମ୍‍ହମ୍‍ ମୋʼ ସଙ୍ଗେ ପାର ହୋଇଯିବ, ଯାହା ତୁମ୍ଭକୁ ଭଲ ଦିଶେ, ତାହା ମୁଁ ତାହା ପ୍ରତି କରିବି; ପୁଣି ତୁମ୍ଭେ ମୋʼ ଉପରେ ଯେଉଁ ଭାର ଦେବାକୁ ମନୋନୀତ କରିବ, ତାହା ମୁଁ ତୁମ୍ଭ ନିମନ୍ତେ କରିବି।”
Vua đáp: “Được, Kim-ham đi với ta. Ta sẽ đãi Kim-ham theo ý ông muốn. Ngoài ra, ông muốn ta giúp gì, ta cũng sẵn sàng.”
39 ଏଉତ୍ତାରେ ସମସ୍ତ ଲୋକ ଯର୍ଦ୍ଦନ ପାର ହେଲେ, ଏବଂ ରାଜା ମଧ୍ୟ ପାର ହେଲେ; ପୁଣି ରାଜା ବର୍ସିଲ୍ଲୟଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲେ; ତହୁଁ ବର୍ସିଲ୍ଲୟ ଆପଣା ସ୍ଥାନକୁ ଫେରିଗଲା।
Vậy, vua và mọi người qua sông Giô-đan. Vua hôn và chúc phước lành cho Bát-xi-lai. Ông quay lại trở về nhà mình.
40 ଏହିରୂପେ ରାଜା ପାର ହୋଇ ଗିଲ୍‍ଗଲ୍‍କୁ ଗଲେ ଓ କିମ୍‍ହମ୍‍ ତାଙ୍କ ସଙ୍ଗେ ପାର ହୋଇଗଲା; ପୁଣି ଯିହୁଦାର ସମସ୍ତ ସୈନ୍ୟ, ଏବଂ ଇସ୍ରାଏଲର ଅର୍ଦ୍ଧେକ ସୈନ୍ୟ ମଧ୍ୟ ରାଜାଙ୍କୁ ଘେନି ଆସିଲେ।
Vua tiếp tục đi tới Ghinh-ganh, đem Kim-ham theo. Cả đại tộc Giu-đa và phân nửa các đại tộc Ít-ra-ên tham dự việc rước vua về.
41 ଏଥିରେ ଦେଖ, ସମୁଦାୟ ଇସ୍ରାଏଲ ଲୋକ ରାଜାଙ୍କ ନିକଟକୁ ଆସି ରାଜାଙ୍କୁ କହିଲେ, “ଆମ୍ଭମାନଙ୍କ ଭ୍ରାତୃବର୍ଗ ଯିହୁଦା-ଲୋକେ କାହିଁକି ଆପଣଙ୍କୁ ଚୋରି କରି ନେଲେ, ଆଉ ମହାରାଜଙ୍କୁ ଓ ତାଙ୍କ ପରିଜନବର୍ଗଙ୍କୁ ଓ ଦାଉଦଙ୍କ ସଙ୍ଗେ ତାଙ୍କର ସମସ୍ତ ଲୋକଙ୍କୁ ଯର୍ଦ୍ଦନ ପାର କରି ଆଣିଲେ? ସେତେବେଳେ ଦାଉଦଙ୍କର ସମସ୍ତ ଲୋକ ତାଙ୍କ ସଙ୍ଗରେ ଥିଲେ।”
Người Ít-ra-ên phàn nàn với vua: “Tại sao anh em người Giu-đa chỉ muốn làm một mình việc rước đón vua và mọi người sang sông Giô-đan?”
42 ତହୁଁ ଯିହୁଦାର ସମସ୍ତ ଲୋକ ଇସ୍ରାଏଲ ଲୋକମାନଙ୍କୁ ଉତ୍ତର କଲେ, “ରାଜା ତ ଆମ୍ଭମାନଙ୍କର ନିକଟ-କୁଟୁମ୍ବ; ତେବେ ତୁମ୍ଭେମାନେ କାହିଁକି ଏ ବିଷୟରେ କ୍ରୋଧ କରୁଅଛ? ଆମ୍ଭେମାନେ କʼଣ ରାଜାଙ୍କର କିଛି ଖାଇଅଛୁ? ଅବା ସେ କʼଣ ଆମ୍ଭମାନଙ୍କୁ କିଛି ଭେଟି ଦେଇଅଛନ୍ତି?”
Nhưng người Giu-đa đáp: “Vì vua là người đồng tộc với chúng tôi. Tại sao anh em bất bình? Vua có cho chúng tôi ăn gì hoặc quà cáp gì cho chúng tôi đâu?”
43 ତହିଁରେ ଇସ୍ରାଏଲ ଲୋକମାନେ ଯିହୁଦା-ଲୋକମାନଙ୍କୁ ଉତ୍ତର କରି କହିଲେ, “ରାଜାଙ୍କଠାରେ ଆମ୍ଭମାନଙ୍କର ଦଶ ଅଂଶ ଅଧିକାର ଅଛି, କାରଣ ଦଶ ଗୋଷ୍ଠୀର ସମ୍ପର୍କ ରାଜାଙ୍କ ସହିତ ଅଛି ଏବଂ ଦାଉଦଙ୍କଠାରେ ତୁମ୍ଭମାନଙ୍କ ଅପେକ୍ଷା ମଧ୍ୟ ଆମ୍ଭମାନଙ୍କ ଅଧିକାର ଅଧିକ; ତେବେ ଆମ୍ଭମାନଙ୍କ ରାଜାଙ୍କୁ ଫେରାଇ ଆଣିବା ପାଇଁ ଆମ୍ଭମାନଙ୍କ ପରାମର୍ଶ ପ୍ରଥମେ ନ ନେଇ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ତୁଚ୍ଛ କଲ?” ତହୁଁ ଇସ୍ରାଏଲ ଲୋକମାନଙ୍କ ବାକ୍ୟ ଅପେକ୍ଷା ଯିହୁଦା ଲୋକମାନଙ୍କ ବାକ୍ୟ ଅଧିକ କଠୋର ହେଲା।
Người Ít-ra-ên đáp lời người Giu-đa: “Chúng tôi có đến mười đại tộc, tức có hơn anh em nhiều. Vậy sao anh em coi thường chúng tôi? Không phải chính chúng tôi nói đến việc đón vua về trước tiên sao?” Lời qua tiếng lại và người Giu-đa còn nặng lời hơn người Ít-ra-ên.

< ଦ୍ୱିତୀୟ ଶାମୁୟେଲ 19 >