< ଦ୍ୱିତୀୟ ଶାମୁୟେଲ 2 >
1 ଏଥିଉତ୍ତାରେ ଦାଉଦ ସଦାପ୍ରଭୁଙ୍କୁ ପଚାରି କହିଲେ, “ମୁଁ କʼଣ ଯିହୁଦାର କୌଣସି ଏକ ନଗରକୁ ଯିବି?” ସଦାପ୍ରଭୁ ତାଙ୍କୁ କହିଲେ, “ଯାଅ।” ପୁଣି ଦାଉଦ କହିଲେ, “ମୁଁ କେଉଁ ସହରକୁ ଯିବି?” ସେ କହିଲେ “ହିବ୍ରୋଣକୁ।”
Patapita nthawi, Davide anafunsa Yehova kuti, “Kodi ndipite ku umodzi mwa mizinda ya Yuda?” Yehova anayankha kuti, “Pita.” Davide anafunsanso kuti, “Kodi ndipite kuti?” Yehova anayankha kuti, “Ku Hebroni.”
2 ଏଣୁ ଦାଉଦ ଓ ତାଙ୍କର ଦୁଇ ଭାର୍ଯ୍ୟା ଯିଷ୍ରିୟେଲୀୟା ଅହୀନୋୟମ୍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ସେହି ସ୍ଥାନକୁ ଗଲେ।
Choncho Davide anapita kumeneko ndi akazi ake awiri, Ahinoamu wa ku Yezireeli ndi Abigayeli mkazi wamasiye uja wa Nabala wa ku Karimeli.
3 ଆଉ ଦାଉଦ ମଧ୍ୟ ଆପଣା ସଙ୍ଗୀମାନଙ୍କୁ ପୁଣି ସେମାନଙ୍କର ପରିବାରବର୍ଗଙ୍କୁ ନେଲେ; ତହିଁରେ ସେମାନେ ହିବ୍ରୋଣର ନଗରମାନରେ ବାସ କଲେ।
Davide anatenganso anthu amene anali nawo aliyense ndi banja lake, ndipo anakakhala ku midzi ya ku Hebroni.
4 ତହୁଁ ଯିହୁଦାର ଲୋକମାନେ ଆସି ସେହି ସ୍ଥାନରେ ଦାଉଦଙ୍କୁ ଯିହୁଦା ବଂଶ ଉପରେ ରାଜାଭିଷିକ୍ତ କଲେ। ଏଉତ୍ତାରେ ଯେବେ ଲୋକମାନେ ଯାବେଶ-ଗିଲୀୟଦୀୟମାନେ ଶାଉଲଙ୍କୁ କବର ଦେଲେ ବୋଲି ଦାଉଦଙ୍କୁ ଜଣାଇଲେ।
Kenaka amuna a ku Yuda anabwera ku Hebroni ndipo kumeneko anadzoza Davide kukhala mfumu ya fuko la Yuda. Davide atawuzidwa kuti anthu a ku Yabesi Giliyadi ndi amene anayika mʼmanda Sauli,
5 ତହିଁରେ ଦାଉଦ ଯାବେଶ-ଗିଲୀୟଦର ଲୋକମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଦ୍ୱାରା ଆଶୀର୍ବାଦ-ପାତ୍ର, କାରଣ ତୁମ୍ଭେମାନେ ଆପଣା ରାଜା ଶାଉଲଙ୍କ ପ୍ରତି ଏହି ଦୟା ପ୍ରକାଶ କରି ତାଙ୍କୁ କବର ଦେଇଅଛ।
iye anatuma amithenga kwa anthu a ku Yabesi Giliyadi kuti akayankhule nawo kuti, “Yehova akudalitseni poonetsa kukoma mtima kwanu kwa Sauli mbuye wanu pomuyika mʼmanda.
6 ଏଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୟା ଓ ସତ୍ୟତା ପ୍ରକାଶ କରନ୍ତୁ; ପୁଣି ତୁମ୍ଭେମାନେ ଏହି କର୍ମ କରିବାରୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ସେହି ଦୟାର ପ୍ରତିଦାନ କରିବି।
Tsopano Yehova akuonetseni kukoma mtima ndi kukhulupirika kwake ndipo inenso ndidzakukomerani mtima chifukwa munachita zimenezi.
7 ଏହେତୁ ଏବେ ତୁମ୍ଭମାନଙ୍କ ହସ୍ତ ସବଳ ହେଉ ଓ ତୁମ୍ଭେମାନେ ସାହସିକ ହୁଅ; କାରଣ ତୁମ୍ଭମାନଙ୍କ ରାଜା ଶାଉଲ ମରିଅଛନ୍ତି, ମଧ୍ୟ ଯିହୁଦା ବଂଶ ଆପଣା ଉପରେ ମୋତେ ରାଜାଭିଷିକ୍ତ କରିଅଛନ୍ତି।”
Tsopano khalani amphamvu ndi olimba mtima, pakuti Sauli mbuye wanu wafa, ndipo fuko la Yuda landidzoza kukhala mfumu yawo.”
8 ଏଥିମଧ୍ୟରେ ନେର୍ର ପୁତ୍ର ଅବ୍ନର ନାମକ ଶାଉଲଙ୍କର ସୈନ୍ୟଦଳର ସେନାପତି ଶାଉଲଙ୍କର ପୁତ୍ର ଈଶ୍ବୋଶତକୁ ମହନୟିମକୁ ନେଇଯାଇ,
Pa nthawi imeneyi Abineri mwana wa Neri, wolamulira ankhondo a Sauli, anatenga Isi-Boseti mwana wa Sauli ndi kubwera naye ku Mahanaimu.
9 ଗିଲୀୟଦ ଓ ଅଶୂରି ଓ ଯିଷ୍ରିୟେଲ ଓ ଇଫ୍ରୟିମ ଓ ବିନ୍ୟାମୀନ୍ ଓ ସମସ୍ତ ଇସ୍ରାଏଲ ଉପରେ ରାଜା କଲେ।
Iye anamuyika kuti akhale mfumu yoyangʼanira Giliyadi, Asuri ndi Yezireeli, pamodzi ndi Efereimu, Benjamini ndi Israeli yense.
10 ଶାଉଲଙ୍କର ପୁତ୍ର ଈଶ୍ବୋଶତ ଚାଳିଶ ବର୍ଷ ବୟସରେ ଇସ୍ରାଏଲ ବଂଶ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜତ୍ୱ କଲା। ମାତ୍ର ଯିହୁଦା ବଂଶ ଦାଉଦଙ୍କର ପଶ୍ଚାଦ୍ଗାମୀ ହେଲେ।
Isi-Boseti mwana wa Sauli anali wa zaka makumi anayi pamene anakhala mfumu ya Israeli ndipo analamulira zaka ziwiri. Koma fuko la Yuda linatsatira Davide.
11 ପୁଣି ହିବ୍ରୋଣରେ ଯିହୁଦା ବଂଶ ଉପରେ ଦାଉଦଙ୍କ ରାଜା ହେବାର ସାତ ବର୍ଷ ଛଅ ମାସ ଥିଲା।
Davide anakhala mfumu ku Hebroni akulamulira fuko la Yuda, kwa zaka zisanu ndi chimodzi ndi miyezi isanu ndi umodzi.
12 ନେର୍ର ପୁତ୍ର ଅବ୍ନର ଓ ଶାଉଲଙ୍କର ପୁତ୍ର ଈଶ୍ବୋଶତର ଦାସମାନେ ମହନୟିମରୁ ବାହାରି ଗିବୀୟୋନ୍କୁ ଗଲେ।
Abineri mwana wa Neri, pamodzi ndi ankhondo a Isi-Boseti mwana wa Sauli, anachoka ku Mahanaimu ndi kupita ku Gibiyoni.
13 ସେତେବେଳେ ସରୁୟାର ପୁତ୍ର ଯୋୟାବ ଓ ଦାଉଦଙ୍କର ଦାସଗଣ ବାହାରି ଗିବୀୟୋନ୍ର ପୁଷ୍କରିଣୀ ନିକଟରେ ସେମାନଙ୍କୁ ଭେଟିଲେ; ପୁଣି ସେମାନଙ୍କର ଏକ ଦଳ ପୁଷ୍କରିଣୀର ଏକ ପାଖରେ, ଅନ୍ୟ ଦଳ ପୁଷ୍କରିଣୀର ଅନ୍ୟ ପାଖରେ ବସିଲେ।
Yowabu mwana wa Zeruya pamodzi ndi ankhondo a Davide anapita ndi kukakumana nawo ku dziwe la ku Gibiyoni. Gulu lina linakhala mbali ina ya dziwelo pamene gulu lina linakhala mbali inayo.
14 ଏଥିରେ ଅବ୍ନର ଯୋୟାବକୁ କହିଲା, “ଯୁବାମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରେ ଉଠି ଖେଳିବା ପାଇଁ କହନ୍ତୁ।” ତହୁଁ ଯୋୟାବ କହିଲା, “ଉଠନ୍ତୁ।”
Kenaka Abineri anati kwa Yowabu, “Tiye tibweretse ena mwa anyamata athu kuti amenyane patsogolo pathupa.” Yowabu anayankha, “Chabwino, amenyane.”
15 ତେଣୁ ସେମାନେ ସଂଖ୍ୟାନୁସାରେ ଉଠିଲେ; ବିନ୍ୟାମୀନ୍ ଓ ଶାଉଲଙ୍କର ପୁତ୍ର ଈଶ୍ବୋଶତ ପକ୍ଷରେ ବାର ଜଣ ଓ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ ବାର ଜଣ ଅଗ୍ରସର ହେଲେ।
Kotero anayimirira ndipo anawawerenga: anyamata khumi ndi awiri a fuko la Benjamini ndi Isi-Boseti mwana wa Sauli ndiponso anyamata khumi ndi awiri a Davide.
16 ତହୁଁ ସେମାନେ ପ୍ରତ୍ୟେକେ ଆପଣା ଆପଣା ସହଯୋଦ୍ଧାର ମସ୍ତକ ଧରି ଏକଆରେକ ବକ୍ଷରେ ଖଡ୍ଗ ଭୁସିଲେ; ତହୁଁ ସେମାନେ ସମସ୍ତେ ଏକତ୍ର ମଲେ; ଏହେତୁ ଗିବୀୟୋନ୍-ମଧ୍ୟବର୍ତ୍ତୀ ସେହି ସ୍ଥାନର ନାମ ହିଲ୍କତ୍ ହତ୍ସୂରୀମ୍ ହେଲା।
Tsono aliyense anagwira mutu wa mnzake namubaya mnzakeyo mʼnthiti ndi mpeni ndipo onse anagwera pansi limodzi. Kotero malo amenewo ku Gibiyoni amatchedwa Helikati Hazurimu.
17 ସେହି ଦିନ ଅତି ଘୋର ଯୁଦ୍ଧ ହେଲା; ପୁଣି ଅବ୍ନର ଓ ଇସ୍ରାଏଲ ଲୋକମାନେ ଦାଉଦଙ୍କର ଦାସମାନଙ୍କ ସମ୍ମୁଖରେ ପରାସ୍ତ ହେଲେ।
Tsiku limeneli nkhondo yake inali yoopsa kwambiri, ndipo Abineri ndi ankhondo a Israeli anagonjetsedwa ndi ankhondo a Davide.
18 ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।
Ana atatu aamuna a Zeruya, Yowabu, Abisai ndi Asaheli anali komweko. Koma Asaheli anali waliwiro ngati insa.
19 ପୁଣି ଅସାହେଲ ଅବ୍ନର ପଛେ ପଛେ ଗୋଡ଼ାଇଲା; ଆଉ ଅବ୍ନରର ପଛେ ଗଲା ବେଳେ ସେ ଦକ୍ଷିଣ କି ବାମକୁ ଫେରିଲା ନାହିଁ।
Iye anathamangitsa Abineri ndipo sanakhotere kumanja kapena kumanzere pamene amamutsatira.
20 ତେବେ ଅବ୍ନର ଆପଣା ପଛକୁ ଅନାଇ କହିଲା, “ଅସାହେଲ, ଏ କି ତୁମ୍ଭେ?” ସେ ଉତ୍ତର କଲା, “ମୁଁ।”
Abineri anayangʼana mʼmbuyo ndipo anafunsa, “Kodi ndiwe Asaheli?” Iye anayankha kuti, “Ndine.”
21 ଏଥିରେ ଅବ୍ନର ତାହାକୁ କହିଲା, “ତୁମ୍ଭେ ଆପଣା ଡାହାଣ କି ବାମ ଆଡ଼େ ଫେରି ଏହି ଯୁବାମାନଙ୍କର କୌଣସି ଜଣକୁ ଧରି ତାହାର ସଜ୍ଜା ଲୁଟି ନିଅ।” ମାତ୍ର ଅସାହେଲ ତାହାର ପଶ୍ଚାତ୍ଗମନରୁ ଫେରିଲା ନାହିଁ।
Ndipo Abineri anati kwa iye, “Khotera kumanja kapena kumanzere: tsatira mmodzi mwa anyamatawa ndipo umulande zida zake.” Koma Asaheli sanasiye kumuthamangitsa.
22 ତହୁଁ ଅବ୍ନର ପୁନର୍ବାର ଅସାହେଲକୁ କହିଲା, “ମୋହର ପଶ୍ଚାଦ୍ଗମନରୁ ଫେର; ମୁଁ କାହିଁକି ତୁମ୍ଭକୁ ଆଘାତ କରି ଭୂମିସାତ୍ କରିବି? ତାହା କଲେ ମୁଁ କିପରି ତୁମ୍ଭ ଭାଇ ଯୋୟାବ ଆଗରେ ମୁଖ ଦେଖାଇବି?”
Abineri anamuchenjezanso Asaheli, “Siya kuthamangitsa ine! Kodi ndikukanthe chifukwa chiyani? Kodi ndikaonana naye bwanji mʼbale wako Yowabu?”
23 ତଥାପି ସେ ଫେରିବାକୁ ମନା କଲା; ଏଣୁ ଅବ୍ନର ବର୍ଚ୍ଛାର ପଛ ଅଗରେ ତାହାର ପେଟ ଭୁସି ଦିଅନ୍ତେ, ବର୍ଚ୍ଛା ତାହାର ପଛଆଡ଼େ ଫୁଟି ବାହାରିଲା; ତହୁଁ ସେ ସେହିଠାରେ ପଡ଼ି ସେହି ସ୍ଥାନରେ ମଲା; ପୁଣି ଯେତେ ଲୋକ ଅସାହେଲର ପଡ଼ିବା ଓ ମରିବା ସ୍ଥାନକୁ ଆସିଲେ, ସେମାନେ ଠିଆ ହୋଇ ରହିଲେ।
Koma iye anakana kuleka kumuthamangitsa. Choncho Abineri anabaya Asaheli mʼmimba ndi msonga ya mkondo wake ndipo mkondowo unatulukira mbali ina. Iye anagwa ndi kufera pamalo pomwepo. Ndipo munthu aliyense amayima akafika pamalo pamene anagwera ndi kufa.
24 ମାତ୍ର ଯୋୟାବ ଓ ଅବୀଶୟ ଅବ୍ନରର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଗିବୀୟୋନ୍ ପ୍ରାନ୍ତରର ପଥ ନିକଟବର୍ତ୍ତୀ ଗୀଆ ସମ୍ମୁଖସ୍ଥ ଅମା ପର୍ବତ ନିକଟରେ ଉପସ୍ଥିତ ହେବା ବେଳକୁ ସୂର୍ଯ୍ୟାସ୍ତ ହେଲା।
Koma Yowabu ndi Abisai anathamangitsa Abineri, ndipo dzuwa likulowa, anafika ku phiri la Ama, pafupi ndi Giya pa njira yopita ku chipululu cha ku Gibiyoni.
25 ଏଥିମଧ୍ୟରେ ବିନ୍ୟାମୀନ୍-ସନ୍ତାନଗଣ ଅବ୍ନରର ପଶ୍ଚାତ୍ ମିଳି ଏକ ଦଳ ହୋଇ ଗୋଟିଏ ପର୍ବତ ଶୃଙ୍ଗରେ ଠିଆ ହେଲେ।
Pamenepo anthu a fuko la Benjamini anasonkhana kudzathandiza Abineri. Iwo anapanga gulu ndipo anayima pamwamba pa phiri.
26 ତେବେ ଅବ୍ନର ଯୋୟାବକୁ ଡାକି କହିଲା, “ଖଡ୍ଗ କʼଣ ସର୍ବଦା ଗ୍ରାସ କରିବ? ଶେଷରେ ତାହା ଯେ ତିକ୍ତ ହେବ, ଏହା କʼଣ ତୁମ୍ଭେ ଜାଣ ନାହିଁ? ତେବେ ତୁମ୍ଭେ ଲୋକମାନଙ୍କୁ ସେମାନଙ୍କ ଭାଇମାନଙ୍କ ପଶ୍ଚାଦ୍ଗମନରୁ ଫେରିବା ପାଇଁ କେତେ କାଳ ଆଜ୍ଞା ନ ଦେବ?”
Abineri anayitana Yowabu, “Kodi tipitirize kumenyana mpaka kalekale? Kodi sukuzindikira kuti mathero ake kudzakhala kuwawidwa mitima? Kodi udzawaletsa liti ankhondo ako kuthamangitsa abale awo?”
27 ଏଥିରେ ଯୋୟାବ କହିଲା, “ପରମେଶ୍ୱର ଜୀବିତ ଥିବା ପ୍ରମାଣେ (କହୁ), ତୁମ୍ଭେ କହି ନ ଥିଲେ ତ ମୋର ସୈନିକମାନେ ନିଶ୍ଚୟ ସକାଳ ପର୍ଯ୍ୟନ୍ତ ପ୍ରତ୍ୟେକେ ଆପଣା ଭାଇ ପଛରେ ଗୋଡ଼ାଇ ଥାʼନ୍ତେ।”
Yowabu anayankha kuti, “Pali Yehova wamoyo, ukanapanda kuyankhula, ankhondo anga akanapitiriza kuthamangitsa abale awo mpaka mmawa.”
28 ତହୁଁ ଯୋୟାବ ତୂରୀ ବଜାନ୍ତେ, ସମସ୍ତ ଲୋକ ଅଟକି ରହିଲେ ଓ ଇସ୍ରାଏଲ ପଛରେ ଆଉ ଗୋଡ଼ାଇଲେ ନାହିଁ, କି ଆଉ ଯୁଦ୍ଧ କଲେ ନାହିଁ।
Chomwecho Yowabu analiza lipenga, ndipo ankhondo onse anayima. Iwo analeka kuthamangitsa Aisraeli kapena kumenyana nawo.
29 ଏଉତ୍ତାରେ ଅବ୍ନର ଓ ତାହାର ଲୋକମାନେ ସେହି ରାତ୍ରିସାରା ପଦାଭୂମି ଦେଇ ଗମନ କଲେ ଓ ସେମାନେ ଯର୍ଦ୍ଦନ ପାର ହୋଇ ସମୁଦାୟ ବିଥ୍ରୋଣ ଦେଶ ଦେଇ ଯାଇ ମହନୟିମରେ ଉପସ୍ଥିତ ହେଲେ।
Usiku wonsewo Abineri ndi ankhondo ake anayenda kudutsa Araba. Iwo anawoloka Yorodani, napitirira mpaka kudutsa dera lonse la Bitironi ndipo anafika ku Mahanaimu.
30 ଆଉ ଯୋୟାବ ଅବ୍ନରର ପଶ୍ଚାଦ୍ଗମନରୁ ଫେରିଲା; ପୁଣି ସେ ସମୁଦାୟ ଲୋକଙ୍କୁ ଏକତ୍ର କରନ୍ତେ, ଦାଉଦଙ୍କର ସୈନିକମାନଙ୍କ ମଧ୍ୟରୁ ଊଣେଇଶ ଜଣ ଓ ଅସାହେଲ ଅନୁପସ୍ଥିତ ଥିଲେ।
Choncho Yowabu anabwerera kuchokera kothamangitsa Abineri ndipo anasonkhanitsa ankhondo ake onse. Kupatula Asaheli, panali ankhondo khumi ndi anayi a Davide amene anasowa.
31 ମାତ୍ର ଦାଉଦଙ୍କର ଦାସମାନେ ଆଘାତ କରିବାରୁ ବିନ୍ୟାମୀନ୍ର ଓ ଅବ୍ନରର ଲୋକମାନଙ୍କ ମଧ୍ୟରୁ ତିନି ଶହ ଷାଠିଏ ଲୋକ ମରିଥିଲେ।
Koma ankhondo a Davide anapha ankhondo a fuko la Benjamini 360 amene anali ndi Abineri.
32 ଏଉତ୍ତାରେ ସେମାନେ ଅସାହେଲକୁ ଉଠାଇ ନେଇ ବେଥଲିହିମସ୍ଥିତ ତାହାର ପିତାର କବରରେ କବର ଦେଲେ। ପୁଣି ଯୋୟାବ ଓ ତାହାର ଲୋକମାନେ ସାରାରାତ୍ରି ଯାତ୍ରା କଲେ ଓ ହିବ୍ରୋଣ ନିକଟରେ ସେମାନେ ସକାଳ ପହଞ୍ଚିଲେ।
Iwo anatenga Asaheli ndi kukamuyika mʼmanda a abambo ake ku Betelehemu. Ndipo Yowabu ndi ankhondo ake anayenda usiku wonse ndi kufika ku Hebroni kukucha.