< ଦ୍ୱିତୀୟ ଶାମୁୟେଲ 20 >
1 ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।”
Accidit quoque ut ibi esset vir Belial, nomine Seba, filius Bochri, vir Jemineus: et cecinit buccina, et ait: Non est nobis pars in David, neque hæreditas in filio Isai: revertere in tabernacula tua, Israël.
2 ତହିଁରେ ସମଗ୍ର ଇସ୍ରାଏଲ ଲୋକ ଦାଉଦଙ୍କର ପଶ୍ଚାତ୍ଗମନରୁ ଫେରି ବିଖ୍ରିିର ପୁତ୍ର ଶେବଃର ପଶ୍ଚାତ୍ଗମନ କଲେ; ମାତ୍ର ଯର୍ଦ୍ଦନଠାରୁ ଯିରୂଶାଲମ ପର୍ଯ୍ୟନ୍ତ ଯିହୁଦା-ଲୋକମାନେ ଆପଣା ରାଜାଙ୍କଠାରେ ଆସକ୍ତ ରହିଲେ।
Et separatus est omnis Israël a David, secutusque est Seba filium Bochri: viri autem Juda adhæserunt regi suo a Jordane usque Jerusalem.
3 ଏଉତ୍ତାରେ ଦାଉଦ ଯିରୂଶାଲମର ଆପଣା ପ୍ରାସାଦକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପତ୍ନୀଙ୍କୁ ପ୍ରାସାଦ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ଖାଦ୍ୟ ଯୋଗାଇଲେ, ମାତ୍ର ସେମାନଙ୍କ ସହିତ ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବିଧବା ପରି ରହିଲେ।
Cumque venisset rex in domum suam in Jerusalem, tulit decem mulieres concubinas quas dereliquerat ad custodiendam domum, et tradidit eas in custodiam, alimenta eis præbens: et non est ingressus ad eas, sed erant clausæ usque in diem mortis suæ in viduitate viventes.
4 ଏଉତ୍ତାରେ ରାଜା ଅମାସାଙ୍କୁ କହିଲେ, “ତିନି ଦିନ ମଧ୍ୟରେ ଯିହୁଦାର ଲୋକମାନଙ୍କୁ ଡକାଇ ମୋʼ ଠାରେ ଏକତ୍ର କର ଓ ତୁମ୍ଭେ ମଧ୍ୟ ଉପସ୍ଥିତ ହୁଅ।”
Dixit autem rex Amasæ: Convoca mihi omnes viros Juda in diem tertium, et tu adesto præsens.
5 ତହିଁରେ ଅମାସା ଯିହୁଦାର ଲୋକମାନଙ୍କୁ ଡାକି ଏକତ୍ର କରିବାକୁ ଗଲା; ମାତ୍ର ସେ ରାଜାଙ୍କ ଦତ୍ତ ନିରୂପିତ ସମୟରୁ ଅଧିକ ବିଳମ୍ବ କଲା।
Abiit ergo Amasa ut convocaret Judam, et moratus est extra placitum quod ei constituerat rex.
6 ତହିଁରେ ଦାଉଦ ଅବୀଶୟକୁ କହିଲେ, “ଏବେ ଅବଶାଲୋମ ଅପେକ୍ଷା ବିଖ୍ରିିର ପୁତ୍ର ଶେବଃ ଆମ୍ଭମାନଙ୍କର ଅଧିକ ଅନିଷ୍ଟ କରିବ; ତୁମ୍ଭେ ଆପଣା ପ୍ରଭୁଙ୍କ ଦାସମାନଙ୍କୁ ଓ ସୈନ୍ୟମାନଙ୍କୁ ନେଇ ତାହାର ପଛେ ପଛେ ଗୋଡ଼ାଅ, ନୋହିଲେ ସେ ପ୍ରାଚୀର-ବେଷ୍ଟିତ କୌଣସି କୌଣସି ନଗରକୁ ଯାଇ ଆମ୍ଭମାନଙ୍କ ଦୃଷ୍ଟିରୁ ପଳାଇବ।”
Ait autem David ad Abisai: Nunc magis afflicturus est nos Seba filius Bochri quam Absalom: tolle igitur servos domini tui, et persequere eum, ne forte inveniat civitates munitas, et effugiat nos.
7 ଏଣୁ ଯୋୟାବର ଲୋକ ଓ କରେଥୀୟ ଓ ପଲେଥୀୟ ଲୋକ ଓ ସମସ୍ତ ବୀର ଲୋକମାନେ ତାହା ପଛରେ ବାହାରିଲେ, ଆଉ ସେମାନେ ଯିରୂଶାଲମରୁ ବାହାରି ବିଖ୍ରିିର ପୁତ୍ର ଶେବଃର ପଛେ ପଛେ ଗୋଡ଼ାଇଲେ।
Egressi sunt ergo cum eo viri Joab, Cerethi quoque et Phelethi: et omnes robusti exierunt de Jerusalem ad persequendum Seba filium Bochri.
8 ସେମାନେ ଗିବୀୟୋନ୍ସ୍ଥ ବୃହତ ପ୍ରସ୍ତର ନିକଟରେ ଉପସ୍ଥିତ ହୁଅନ୍ତେ, ଅମାସା ସେମାନଙ୍କର ନିକଟକୁ ଆସିଲେ। ସେହି ସମୟରେ ଯୋୟାବ ଆପଣା ପରିହିତ ଯୁଦ୍ଧବସ୍ତ୍ର ଭିଡ଼ି ପିନ୍ଧିଥିଲା, ତହିଁ ଉପରେ ଏକ କଟିବନ୍ଧନ ଓ କୋଷାବଦ୍ଧ ଖଡ୍ଗ ତାହାର କଟିଦେଶରେ ବନ୍ଧା ଥିଲା; ପୁଣି ସେ ଯାଉ ଯାଉ ତାହା ବାହାରି ପଡ଼ିଲା।
Cumque illi essent juxta lapidem grandem qui est in Gabaon, Amasa veniens occurrit eis. Porro Joab vestitus erat tunica stricta ad mensuram habitus sui, et desuper accinctus gladio dependente usque ad ilia, in vagina, qui fabricatus levi motu egredi poterat, et percutere.
9 ଏଥିରେ ଯୋୟାବ ଅମାସାଙ୍କୁ ପଚାରିଲା, “କି ଭାଇ, ସବୁ ମଙ୍ଗଳ ତ?” ତହୁଁ ଯୋୟାବ ଅମାସାଙ୍କୁ ଚୁମ୍ବନ କରିବା ପାଇଁ ଆପଣା ଦକ୍ଷିଣ ହସ୍ତରେ ତାହାର ଦାଢ଼ି ଧରିଲା।
Dixit itaque Joab ad Amasam: Salve mi frater. Et tenuit manu dextera mentum Amasæ, quasi osculans eum.
10 ମାତ୍ର ଯୋୟାବର ବାମ ହସ୍ତରେ ଥିବା ଖଡ୍ଗ ପ୍ରତି ଅମାସା କିଛି ମନୋଯୋଗ କଲା ନାହିଁ; ତହୁଁ ଯୋୟାବ ସେହି ଖଡ୍ଗରେ ତାହାର ଉଦରକୁ ଆଘାତ କରି ତାହାର ଅନ୍ତବୁଜୁଳି କାଢ଼ି ଭୂମିରେ ପକାଇଦେଲା, ସେ ଦ୍ୱିତୀୟ ଥର ଆଘାତ କଲା ନାହିଁ; ତହିଁରେ ହିଁ ସେ ମଲା। ଏଉତ୍ତାରେ ଯୋୟାବ ଓ ତାହାର ଭ୍ରାତା ଅବୀଶୟ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇଲେ।
Porro Amasa non observavit gladium quem habebat Joab: qui percussit eum in latere, et effudit intestina ejus in terram, nec secundum vulnus apposuit: et mortuus est. Joab autem, et Abisai frater ejus, persecuti sunt Seba filium Bochri.
11 ଏଥିମଧ୍ୟରେ ଯୋୟାବର ଜଣେ ଲୋକ ତାହା ନିକଟରେ ଠିଆ ହୋଇ କହିଲା, “ଯେ ଯୋୟାବକୁ ଭଲ ପାଏ ଓ ଯେ ଦାଉଦଙ୍କର ପକ୍ଷ, ସେ ଯୋୟାବର ପଛେ ଯାଉ।”
Interea quidam viri, cum stetissent juxta cadaver Amasæ, de sociis Joab, dixerunt: Ecce qui esse voluit pro Joab comes David.
12 ସେସମୟରେ ଅମାସା ରାସ୍ତା ମଧ୍ୟରେ ଆପଣା ରକ୍ତରେ ଲଟ୍ପଟ୍ ହୋଇ ପଡ଼ିଥିଲା। ପୁଣି ସେହି ମନୁଷ୍ୟ ସମସ୍ତ ଲୋକଙ୍କୁ ଠିଆ ହେବାର ଦେଖି ଅମାସାଙ୍କୁ ରାସ୍ତାରୁ କ୍ଷେତ୍ରକୁ ନେଇଗଲା, ଆଉ ଯେତେ ଲୋକ ତାହା ନିକଟ ଦେଇ ଆସିଲେ, ପ୍ରତ୍ୟେକଙ୍କୁ ଠିଆ ହେବାର ଦେଖନ୍ତେ, ସେ ତାହା ଉପରେ ଖଣ୍ଡେ ବସ୍ତ୍ର ପକାଇଦେଲା।
Amasa autem conspersus sanguine jacebat in media via. Vidit hoc quidam vir, quod subsisteret omnis populus ad videndum eum, et amovit Amasam de via in agrum, operuitque eum vestimento, ne subsisterent transeuntes propter eum.
13 ଅମାସା ରାସ୍ତାରୁ ବାହର କରାଯାʼନ୍ତେ, ସମସ୍ତ ଲୋକ ବିଖ୍ରିିର ପୁତ୍ର ଶେବଃର ପଛେ ଗୋଡ଼ାଇବା ପାଇଁ ଯୋୟାବର ଅନୁଗାମୀ ହେଲେ।
Amoto ergo illo de via, transibat omnis vir sequens Joab ad persequendum Seba filium Bochri.
14 ଏଉତ୍ତାରେ ଯୋୟାବ ଇସ୍ରାଏଲର ସମସ୍ତ ବଂଶ ମଧ୍ୟଦେଇ ଆବେଲ୍ ଓ ବେଥ୍ମାଖା ଓ ସମସ୍ତ ବେରୀମ୍ ଅଞ୍ଚଳ ପର୍ଯ୍ୟନ୍ତ ଗମନ କଲା; ତହିଁରେ ଲୋକମାନେ ଏକତ୍ରିତ ହେଲେ, ମଧ୍ୟ ତାହାର ପଛେ ପଛେ ଗମନ କଲେ।
Porro ille transierat per omnes tribus Israël in Abelam et Bethmaacha: omnesque viri electi congregati fuerant ad eum.
15 ପୁଣି ସେମାନେ ଆସି ବେଥ୍-ମାଖାସ୍ଥିତ ଆବେଲ୍ରେ ଶେବଃଙ୍କୁ ଆକ୍ରମଣ କଲେ ଓ ନଗର ନିକଟରେ ଓ ଗଡ଼-ପାଚେରୀ ନିକଟରେ ଏକ ଢିପିନିର୍ମିତ ହେଲା; ତହିଁରେ ଯୋୟାବର ସହିତ ଥିବା ସମସ୍ତ ସୈନ୍ୟ ପାଚେରୀ ଭୂମିସାତ୍ କରିବା ପାଇଁ ଭାଙ୍ଗିବାକୁ ଲାଗିଲେ।
Venerunt itaque, et oppugnabant eum in Abela et in Bethmaacha, et circumdederunt munitionibus civitatem, et obsessa est urbs: omnis autem turba quæ erat cum Joab, moliebatur destruere muros.
16 ସେତେବେଳେ ନଗର ମଧ୍ୟରୁ ଏକ ବୁଦ୍ଧିମତୀ ସ୍ତ୍ରୀ ଡାକି କହିଲା, “ଶୁଣ, ଶୁଣ! ମୁଁ ବିନୟ କରୁଅଛି, ଯୋୟାବକୁ ଏହି ସ୍ଥାନକୁ ଆସିବାକୁ କୁହ, ଯେପରି ମୁଁ ତାଙ୍କ ସହିତ କଥାବାର୍ତ୍ତା କରିପାରେ।”
Et exclamavit mulier sapiens de civitate: Audite, audite: dicite Joab: Appropinqua huc, et loquar tecum.
17 ତହୁଁ ସେ ତାହା ନିକଟକୁ ଆସନ୍ତେ, ସେ ସ୍ତ୍ରୀ ପଚାରିଲା, “ଆପଣ କʼଣ ଯୋୟାବ?” ସେ ଉତ୍ତର କଲା, “ହଁ।” ତେବେ ସେ ସ୍ତ୍ରୀ ତାହାକୁ କହିଲା, “ଆପଣା ଦାସୀର କଥା ଶୁଣନ୍ତୁ।” ସେ ଉତ୍ତର କଲା, “ମୁଁ ଶୁଣୁଅଛି।”
Qui cum accessisset ad eam, ait illi: Tu es Joab? Et ille respondit: Ego. Ad quem sic locuta est: Audi sermones ancillæ tuæ. Qui respondit: Audio.
18 ତହୁଁ ସେ କହିଲା, “ପୂର୍ବକାଳରେ ଲୋକମାନେ କହୁଥାʼନ୍ତି, ‘ଲୋକେ ଆବେଲ୍ରେ ଅବଶ୍ୟ ପରାମର୍ଶ ପଚାରିବେ,’ ଆଉ ଏହିରୂପେ କାର୍ଯ୍ୟ ସମାପ୍ତ ହେବ।
Rursumque illa: Sermo, inquit, dicebatur in veteri proverbio: Qui interrogant, interrogent in Abela: et sic perficiebant.
19 ମୁଁ ଇସ୍ରାଏଲର ଶାନ୍ତ ଓ ବିଶ୍ୱସ୍ତ ଲୋକମାନଙ୍କ ମଧ୍ୟରୁ ଜଣେ; ଆପଣ ଏକ ନଗରକୁ ଓ ଇସ୍ରାଏଲ ମଧ୍ୟରେ ଏକ ମାତାକୁ ବିନାଶ କରିବା ପାଇଁ ଚେଷ୍ଟା କରୁଅଛନ୍ତି; ଆପଣ ସଦାପ୍ରଭୁଙ୍କ ଅଧିକାରକୁ କାହିଁକି ଗ୍ରାସ କରିବେ?”
Nonne ego sum quæ respondeo veritatem in Israël, et tu quæris subvertere civitatem et evertere matrem in Israël? quare præcipitas hæreditatem Domini?
20 ଏଥିରେ ଯୋୟାବ ଉତ୍ତର କରି କହିଲା, “ଏହା ଦୂର ହେଉ, ମୁଁ ଯେ ଗ୍ରାସ କରିବି କି ବିନାଶ କରିବି, ତାହା ମୋʼ ଠାରୁ ଦୂର ହେଉ।
Respondensque Joab, ait: Absit, absit hoc a me: non præcipito, neque demolior.
21 କଥା ସେପରି ନୁହେଁ; ମାତ୍ର ବିଖ୍ରିିର ପୁତ୍ର ଶେବଃ ନାମରେ ଜଣେ ଇଫ୍ରୟିମ-ପର୍ବତମୟ ଦେଶୀୟ ଲୋକ ଦାଉଦ ରାଜାଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଅଛି; କେବଳ ତାଙ୍କୁ ସମର୍ପି ଦିଅ, ତହିଁରେ ମୁଁ ଏ ନଗରରୁ ପ୍ରସ୍ଥାନ କରିବି।” ତହୁଁ ସେ ସ୍ତ୍ରୀ ଯୋୟାବକୁ କହିଲା, “ଦେଖନ୍ତୁ, ପ୍ରାଚୀର ଦେଇ ତାହାର ମସ୍ତକ ଆପଣଙ୍କ ନିକଟକୁ ପକାଯିବ।”
Non sic se habet res, sed homo de monte Ephraim, Seba filius Bochri cognomine, levavit manum suam contra regem David: tradite illum solum, et recedemus a civitate. Et ait mulier ad Joab: Ecce caput ejus mittetur ad te per murum.
22 ଏଉତ୍ତାରେ ସେ ସ୍ତ୍ରୀ ଆପଣା ବୁଦ୍ଧିରେ ସମସ୍ତ ଲୋକଙ୍କ ନିକଟକୁ ଗଲା। ତହୁଁ ଲୋକମାନେ ବିଖ୍ରିିର ପୁତ୍ର ଶେବଃର ମସ୍ତକ କାଟି ଯୋୟାବ ନିକଟକୁ ବାହାରେ ପକାଇଦେଲେ। ତହିଁରେ ସେ ତୂରୀ ବଜାନ୍ତେ, ଲୋକମାନେ ନଗରରୁ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁକୁ ଗଲେ। ପୁଣି ଯୋୟାବ ଯିରୂଶାଲମକୁ ରାଜାଙ୍କ ନିକଟକୁ ଫେରିଗଲା।
Ingressa est ergo ad omnem populum, et locuta est eis sapienter: qui abscissum caput Seba filii Bochri projecerunt ad Joab. Et ille cecinit tuba, et recesserunt ab urbe, unusquisque in tabernacula sua: Joab autem reversus est Jerusalem ad regem.
23 ସେସମୟରେ ଯୋୟାବ ଇସ୍ରାଏଲର ସମସ୍ତ ସୈନ୍ୟଦଳର ଉପରେ ଥିଲା; ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ଥିଲା।
Fuit ergo Joab super omnem exercitum Israël: Banaias autem filius Jojadæ super Cerethæos et Phelethæos:
24 ଆଉ ଅଦୋନୀରାମ୍ ବେଠିକର୍ମକାରୀଙ୍କ ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ,
Aduram vero super tributa: porro Josaphat filius Ahilud, a commentariis:
25 ଶିବା ଲେଖକ ଥିଲା; ପୁଣି ସାଦୋକ ଓ ଅବୀୟାଥର ଯାଜକ ଥିଲେ;
Siva autem, scriba: Sadoc vero et Abiathar, sacerdotes.
26 ପୁଣି ଯାୟୀରୀୟ ଈରା ମଧ୍ୟ ଦାଉଦଙ୍କର ଯାଜକ ଥିଲା।
Ira autem Jairites erat sacerdos David.