< ଦ୍ୱିତୀୟ ଶାମୁୟେଲ 21 >
1 ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।”
In Davids Tagen war drei Jahre lang, Jahr für Jahr, eine Hungersnot. Da suchte David das Antlitz des Herrn. Der Herr aber sprach: "Auf Saul und seinem Haus ruht eine Blutschuld, weil er die Gibeoniten getötet hat."
2 ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)
Da berief der König die Gibeoniten und sprach zu ihnen. (Die Gibeoniten aber gehörten nicht zu den Söhnen Israels, sondern zu dem Reste der Amoriter. Doch die Söhne Israels hatten sich ihnen eidlich verpflichtet. Saul aber suchte in seinem Eifer für die Söhne Israels und Juda sie auszurotten.)
3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି?”
Da sprach David zu den Gibeoniten: "Was soll ich für euch tun? Womit Sühne schaffen? Segnet doch des Herrn Eigentum!"
4 ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, “ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ବନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ଡ କରିବା ଆମ୍ଭମାନଙ୍କର ଉଚିତ ନୁହେଁ।” ତହୁଁ ଦାଉଦ କହିଲେ, “ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।”
Da sprachen die Gibeoniten zu ihm: "Wir wollen kein Silber und Gold von Saul und seinem Hause. Auch im übrigen Israel gibt es keinen Mann, dessen Tod wir fordern." Da sprach er: "Was ihr sagt, tue ich für euch."
5 ତହିଁରେ ସେମାନେ ରାଜାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି,
Da sprachen sie zum König: "Der Mann, der uns aufgerieben und auf unsere Vernichtung gesonnen, daß wir im ganzen Bereich Israels nicht mehr bestünden:
6 ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”
aus seinen Söhnen soll man uns sieben Männer geben, daß wir sie dem Herrn aussetzen zu Gibea Sauls, des vom Herrn Erwählten!" Da sprach der König: "Ich gebe Sie."
7 ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା।
Der König aber verschonte Mephiboset, den Sohn des Saulssohnes Jonatan, wegen des Herrnschwures, der zwischen David und Sauls Sohn Jonatan bestand.
8 ମାତ୍ର ଅୟାର କନ୍ୟା, ରିସ୍ପା ଅମୌଣି ଓ ମଫୀବୋଶତ୍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ
So nahm der König der Rispa, Ajas Tochter, beide Söhne, die sie Saul geboren hatte, Armoni und Mephiboset, sowie der Merab, Sauls Tochter, fünf Söhne, die sie dem Mecholatiter Adriel, Barzillais Sohn, geboren hatte.
9 ଗିବୀୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ, ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣଯାକ ଏକାବେଳେ ମଲେ; ସେମାନେ ପ୍ରଥମ ଶସ୍ୟଚ୍ଛେଦନ ସମୟରେ, ଅର୍ଥାତ୍, ଯବଚ୍ଛେଦନର ଆରମ୍ଭ ସମୟରେ ହତ ହେଲେ।
Diese gab er den Gibeoniten. Und sie setzten sie auf dem Berge vor dem Herrn aus. So kamen die Sieben zusammen um. Und zwar starben sie in den Tagen der Gerstenernte, in den ersten Tagen, zu Beginn der Gerstenernte.
10 ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଓ ଶବ ନିକଟରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶର ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନ ପଶୁଗଣକୁ ଆସିବାକୁ ଦେଲା ନାହିଁ।
Da nahm Ajas Tochter Rispa das Trauergewand und breitete es sich auf den Felsen, vom Beginn der Gerstenernte, bis Wasser vom Himmel auf sie floß. So hatte sie es verhütet, daß des Himmels Vögel bei Tag und des Feldes Tiere bei Nacht über sie herfielen.
11 ଏଥିରେ ଶାଉଲଙ୍କର ଉପପତ୍ନୀ ଅୟାର କନ୍ୟା ରିସ୍ପାର ଏହି କର୍ମ ଦାଉଦଙ୍କୁ ଜ୍ଞାତ କରାଗଲା।
Da ward David gemeldet, was Rispa, Ajas Tochter und Sauls Nebenweib, getan.
12 ସେତେବେଳେ ଦାଉଦ ଯାଇ ଯାବେଶ-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।
Da ging David hin und holte die Gebeine Sauls und die seines Sohnes Jonatan von den Bürgern in Jabes Gilead. Sie hatten sie vom Marktplatz in Betsean entführt, wo sie die Philister aufgehängt hatten an jenem Tage, als sie Saul am Gilboa schlugen.
13 ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।
So brachte er Sauls und seines Sohnes Jonatan Gebeine von dort weg. Dann sammelte man die Gebeine der Ausgesetzten
14 ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ।
und begrub sie mit Sauls und seines Sohnes Jonatan Gebeinen im Lande Benjamin zu Sela im Grabe seines Vaters Kis. So tat man alles, was der König befohlen hatte, und Gott ward danach dem Lande hold gestimmt. -
15 ଏଥିଉତ୍ତାରେ ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା; ପୁଣି ଦାଉଦ ଓ ତାଙ୍କ ସଙ୍ଗେ ତାଙ୍କର ସୈନ୍ୟମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ; ତହିଁରେ ଦାଉଦ କ୍ଳାନ୍ତ ହେଲେ।
Da war wieder Krieg zwischen den Philistern und Israel. David zog mit seinen Dienern hinab, und sie kämpften mit den Philistern. David aber ward müde.
16 ସେସମୟରେ ଇଶ୍ବୀ ବନୋବ୍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।
Da nahm ihn Benob gefangen. Dieser gehörte zu den Kindern des Akis, und sein Speer wog 300 Sekel Erz; er hatte erst jüngst den Gurt angelegt. Und schon dachte er daran, David zu erschlagen.
17 ମାତ୍ର ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାଙ୍କ ନିକଟରେ ଶପଥ କରି କହିଲେ, “ଯେପରି ତୁମ୍ଭେ ଇସ୍ରାଏଲର ପ୍ରଦୀପ ନ ଲିଭାଅ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ।”
Da kam ihm Serujas Sohn Abisai zu Hilfe. Und er schlug den Philister tot. Damals beschworen Davids Leute ihn: "Du darfst nicht mehr mit uns in den Kampf ziehen, daß du nicht Israels Leuchte verlöschest!"
18 ଏଥିଉତ୍ତାରେ ପୁନର୍ବାର ଗୋବ୍ରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।
Hernach war wieder Krieg zu Gob mit den Philistern. Damals schlug der Chusatiter Sibkai den Saph von den Kindern des Akis.
19 ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ୍ରେ ଯୁଦ୍ଧ ହେଲା; ତହିଁରେ ବେଥଲିହିମୀୟ ଯାରେ-ଓରଗୀମର ପୁତ୍ର ଇଲ୍ହାନନ୍, ତନ୍ତୀ ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତକୁ ବଧ କଲା।
Nochmals war ein Kampf mit den Philistern zu Gob. Da schlug Jairs Sohn Elchanan, ein Weber aus Bethlehem, den Gatiter Goliat, dessen Speerschaft einem Weberbaume glich.
20 ଏହାପରେ ପୁନର୍ବାର ଗାଥ୍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।
Nochmals war ein Kampf bei Gat. Da war ein Kriegsmann, der je sechs Finger an den Händen und je sechs Zehen an den Füßen hatte, zusammen vierundzwanzig, und der ebenfalls von Akis stammte.
21 ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା।
Er höhnte Israel. Da schlug ihn Jonatan, der Sohn Simis, des Bruders Davids.
22 ଏହି ଚାରି ଜଣ ଗାଥ୍ରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ଓ ତାଙ୍କ ଦାସମାନଙ୍କ ହସ୍ତ ଦ୍ୱାରା ବଧ ହୋଇଥିଲେ।
Diese Vier stammten von Akis zu Gat ab, und sie fielen durch Davids und seiner Diener Hand.