< ଦ୍ୱିତୀୟ ଶାମୁୟେଲ 21 >

1 ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।”
ダビデの世に、年また年と三年、ききんがあったので、ダビデが主に尋ねたところ、主は言われた、「サウルとその家とに、血を流した罪がある。それはかつて彼がギベオンびとを殺したためである」。
2 ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍‍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)
そこで王はギベオンびとを召しよせた。ギベオンびとはイスラエルの子孫ではなく、アモリびとの残りであって、イスラエルの人々は彼らと誓いを立てて、その命を助けた。ところがサウルはイスラエルとユダの人々のために熱心であったので、彼らを殺そうとしたのである。
3 ଏଣୁ ଦାଉଦ ଏହି ଗିବୀୟୋନୀୟମାନଙ୍କୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି? ଓ ତୁମ୍ଭେମାନେ ଯେପରି ସଦାପ୍ରଭୁଙ୍କଠାରୁ ପ୍ରାପ୍ତ ଦୟା ଓ ପ୍ରତିଜ୍ଞା ପ୍ରାପ୍ତ ଲୋକମାନଙ୍କୁ ଆଶୀର୍ବାଦ କରିବ, ଏଥିପାଇଁ ମୁଁ କଅଣ ଦେଇ ପ୍ରାୟଶ୍ଚିତ୍ତ କରିବି?”
それでダビデはギベオンびとに言った、「わたしはあなたがたのために、何をすればよいのですか。どんな償いをすれば、あなたがたは主の嗣業を祝福するのですか」。
4 ତହିଁରେ ଗିବୀୟୋନୀୟମାନେ ତାଙ୍କୁ କହିଲେ, “ଆମ୍ଭମାନଙ୍କର ପୁଣି ଶାଉଲ କିଅବା ତାହା ବଂଶର ମଧ୍ୟରେ ରୂପା କି ସୁନା ସମ୍ବନ୍ଧୀୟ କିଛି କଥା ନାହିଁ; କିଅବା ଇସ୍ରାଏଲ ମଧ୍ୟରେ କୌଣସି ମନୁଷ୍ୟର ପ୍ରାଣଦଣ୍ଡ କରିବା ଆମ୍ଭମାନଙ୍କର ଉଚିତ ନୁହେଁ।” ତହୁଁ ଦାଉଦ କହିଲେ, “ତୁମ୍ଭେମାନେ ଯାହା କହିବ, ମୁଁ ତୁମ୍ଭମାନଙ୍କ ପାଇଁ ତାହା କରିବି।”
ギベオンびとは彼に言った、「これはわれわれと、サウルまたはその家との間の金銀の問題ではありません。またイスラエルのうちのひとりでも、われわれが殺そうというのでもありません」。ダビデは言った、「わたしがあなたがたのために何をすればよいと言うのですか」。
5 ତହିଁରେ ସେମାନେ ରାଜାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭମାନଙ୍କୁ ସଂହାର କରିଅଛି ଓ ଆମ୍ଭେମାନେ ଯେପରି ବିନଷ୍ଟ ହୋଇ ଇସ୍ରାଏଲର କୌଣସି ସୀମାରେ ରହି ନ ପାରିବୁ, ଏଥିପାଇଁ କୁମନ୍ତ୍ରଣା କରିଅଛି,
かれらは王に言った、「われわれを滅ぼした人、われわれを滅ぼしてイスラエルの領域のどこにもおらせないようにと、たくらんだ人、
6 ତାହାରି ସନ୍ତାନମାନଙ୍କ ମଧ୍ୟରୁ ସାତ ଜଣ ପୁରୁଷ ଆମ୍ଭମାନଙ୍କ ହସ୍ତରେ ସମର୍ପିତ ହେଉନ୍ତୁ, ତହିଁରେ ଆମ୍ଭେମାନେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବୀୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେମାନଙ୍କୁ ଟଙ୍ଗାଇ ଦେବା।” ଏଥିରେ ରାଜା କହିଲେ, “ମୁଁ ସେମାନଙ୍କୁ ସମର୍ପି ଦେବି।”
その人の子孫七人を引き渡してください。われわれは主の山にあるギベオンで、彼らを主の前に木にかけましょう」。王は言った、「引き渡しましょう」。
7 ମାତ୍ର ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍‍ଙ୍କୁ ରାଜା ରକ୍ଷା କଲେ, ଯେହେତୁ ସେମାନଙ୍କ ମଧ୍ୟରେ, ଅର୍ଥାତ୍‍, ଦାଉଦ ଓ ଶାଉଲଙ୍କର ପୁତ୍ର ଯୋନାଥନ ମଧ୍ୟରେ ସଦାପ୍ରଭୁଙ୍କର ଶପଥ ଥିଲା।
しかし王はサウルの子ヨナタンの子であるメピボセテを惜しんだ。彼らの間、すなわちダビデとサウルの子ヨナタンとの間に、主をさして立てた誓いがあったからである。
8 ମାତ୍ର ଅୟାର କନ୍ୟା, ରିସ୍ପା ଅମୌଣି ଓ ମଫୀବୋଶତ୍‍ ନାମରେ ଶାଉଲଙ୍କର ଯେଉଁ ଦୁଇ ପୁତ୍ର ପ୍ରସବ କରିଥିଲା, ପୁଣି ଶାଉଲଙ୍କର କନ୍ୟା ମୀଖଲ ମହୋଲାତୀୟ ବର୍ସିଲ୍ଲୟର ପୁତ୍ର ଅଦ୍ରୀୟେଲର ଯେଉଁ ପାଞ୍ଚ ପୁତ୍ର ପ୍ରସବ କରିଥିଲା, ସେମାନଙ୍କୁ ରାଜା ନେଇ
王はアヤの娘リヅパがサウルに産んだふたりの子アルモニとメピボセテ、およびサウルの娘メラブがメホラびとバルジライの子アデリエルに産んだ五人の子を取って、
9 ଗିବୀୟୋନୀୟମାନଙ୍କ ହସ୍ତରେ ସମର୍ପଣ କଲେ, ତହୁଁ ସେମାନେ ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କୁ ଟାଙ୍ଗି ଦେଲେ, ପୁଣି ସେ ସାତ ଜଣଯାକ ଏକାବେଳେ ମଲେ; ସେମାନେ ପ୍ରଥମ ଶସ୍ୟଚ୍ଛେଦନ ସମୟରେ, ଅର୍ଥାତ୍‍, ଯବଚ୍ଛେଦନର ଆରମ୍ଭ ସମୟରେ ହତ ହେଲେ।
彼らをギベオンびとの手に引き渡したので、ギベオンびとは彼らを山で主の前に木にかけた。彼ら七人は共に倒れた。彼らは刈入れの初めの日、すなわち大麦刈りの初めに殺された。
10 ଏଉତ୍ତାରେ ଅୟାର କନ୍ୟା ରିସ୍ପା ଅଖା ନେଇ ଶସ୍ୟଚ୍ଛେଦନର ଆରମ୍ଭାବଧି ଆକାଶରୁ ସେମାନଙ୍କ ଉପରେ ଜଳ ବର୍ଷିବା ପର୍ଯ୍ୟନ୍ତ ସେହି ଶୈଳ ଉପରେ ଓ ଶବ ନିକଟରେ ଆପଣା ପାଇଁ ତାହା ପ୍ରସାରିଲା; ଆଉ ସେ ଦିନ ବେଳେ ଆକାଶର ପକ୍ଷୀଗଣକୁ ସେମାନଙ୍କ ଉପରେ ବସିବାକୁ, କିଅବା ରାତ୍ରି ବେଳେ ବନ ପଶୁଗଣକୁ ଆସିବାକୁ ଦେଲା ନାହିଁ।
アヤの娘リヅパは荒布をとって、それを自分のために岩の上に敷き、刈入れの初めから、その人々の死体の上に天から雨が降るまで、昼は空の鳥が死体の上にこないようにし、夜は野の獣を近寄らせなかった。
11 ଏଥିରେ ଶାଉଲଙ୍କର ଉପପତ୍ନୀ ଅୟାର କନ୍ୟା ରିସ୍ପାର ଏହି କର୍ମ ଦାଉଦଙ୍କୁ ଜ୍ଞାତ କରାଗଲା।
アヤの娘でサウルのめかけであったリヅパのしたことがダビデに聞えたので、
12 ସେତେବେଳେ ଦାଉଦ ଯାଇ ଯାବେଶ-ଗିଲୀୟଦ ନିବାସୀମାନଙ୍କ ନିକଟରୁ ଶାଉଲଙ୍କର ଅସ୍ଥି ଓ ତାହାଙ୍କର ପୁତ୍ର ଯୋନାଥନର ଅସ୍ଥି ନେଲେ, କାରଣ ଗିଲ୍‍ବୋୟରେ ପଲେଷ୍ଟୀୟମାନେ ଶାଉଲଙ୍କୁ ବଧ କରିବା ଦିନ ସେମାନଙ୍କ ଶବ ପଲେଷ୍ଟୀୟମାନଙ୍କ ଦ୍ୱାର ବେଥ୍-ଶାନ୍‍ ଛକରେ ଟଙ୍ଗାଗଲା ଉତ୍ତାରେ ଯାବେଶ-ଗିଲୀୟଦୀୟମାନେ ସେହି ସ୍ଥାନରୁ ତାହା ଚୋରି କରି ନେଇଥିଲେ।
ダビデは行ってサウルの骨とその子ヨナタンの骨を、ヤベシギレアデの人々の所から取ってきた。これはペリシテびとがサウルをギルボアで殺した日に、木にかけたベテシャンの広場から、彼らが盗んでいたものである。
13 ଏନିମନ୍ତେ ସେ ସେଠାରୁ ଶାଉଲଙ୍କର ଅସ୍ଥି ଓ ତାଙ୍କର ପୁତ୍ର ଯୋନାଥନର ଅସ୍ଥି ଆଣିଲେ; ପୁଣି ଲୋକମାନେ ଟଙ୍ଗାଯିବା ଲୋକମାନଙ୍କ ଅସ୍ଥି ସଂଗ୍ରହ କଲେ।
ダビデはそこからサウルの骨と、その子ヨナタンの骨を携えて上った。また人々はそのかけられた者どもの骨を集めた。
14 ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍‍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ।
こうして彼らはサウルとその子ヨナタンの骨を、ベニヤミンの地のゼラにあるその父キシの墓に葬り、すべて王の命じたようにした。この後、神はその地のために、祈を聞かれた。
15 ଏଥିଉତ୍ତାରେ ପଲେଷ୍ଟୀୟମାନଙ୍କର ଇସ୍ରାଏଲ ସହିତ ପୁନର୍ବାର ଯୁଦ୍ଧ ହେଲା; ପୁଣି ଦାଉଦ ଓ ତାଙ୍କ ସଙ୍ଗେ ତାଙ୍କର ସୈନ୍ୟମାନେ ଯାଇ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କଲେ; ତହିଁରେ ଦାଉଦ କ୍ଳାନ୍ତ ହେଲେ।
ペリシテびとはまたイスラエルと戦争をした。ダビデはその家来たちと共に下ってペリシテびとと戦ったが、ダビデは疲れていた。
16 ସେସମୟରେ ଇଶ୍‍ବୀ ବନୋବ୍‍ ନାମରେ ତିନି ଶହ ଶେକଲ ପରିମିତ ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶଜାତ ଜଣେ ନୂତନ ଖଡ୍ଗରେ ସସଜ୍ଜ ହୋଇ ଦାଉଦଙ୍କୁ ଆଘାତ କରିବାକୁ ମନସ୍ଥ କଲା।
時にイシビベノブはダビデを殺そうと思った。イシビベノブは巨人の子孫で、そのやりは青銅で重さ三百シケルあり、彼は新しいつるぎを帯びていた。
17 ମାତ୍ର ସରୁୟାର ପୁତ୍ର ଅବୀଶୟ ଦାଉଦଙ୍କର ସାହାଯ୍ୟ କଲା ଓ ସେହି ପଲେଷ୍ଟୀୟକୁ ଆଘାତ କରି ବଧ କଲା। ସେତେବେଳେ ଦାଉଦଙ୍କର ଲୋକମାନେ ତାଙ୍କ ନିକଟରେ ଶପଥ କରି କହିଲେ, “ଯେପରି ତୁମ୍ଭେ ଇସ୍ରାଏଲର ପ୍ରଦୀପ ନ ଲିଭାଅ, ଏଥିପାଇଁ ତୁମ୍ଭେ ଆମ୍ଭମାନଙ୍କ ସଙ୍ଗରେ ଆଉ ଯୁଦ୍ଧକୁ ଯିବ ନାହିଁ।”
しかしゼルヤの子アビシャイはダビデを助けて、そのペリシテびとを撃ち殺した。そこでダビデの従者たちは彼に誓って言った、「あなたはわれわれと共に、重ねて戦争に出てはなりません。さもないと、あなたはイスラエルのともし火を消すでしょう」。
18 ଏଥିଉତ୍ତାରେ ପୁନର୍ବାର ଗୋବ୍‍ରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।
この後、再びゴブでペリシテびととの戦いがあった。時にホシャびとシベカイは巨人の子孫のひとりサフを殺した。
19 ଏଉତ୍ତାରେ ପୁନର୍ବାର ପଲେଷ୍ଟୀୟମାନଙ୍କ ସହିତ ଗୋବ୍‍ରେ ଯୁଦ୍ଧ ହେଲା; ତହିଁରେ ବେଥଲିହିମୀୟ ଯାରେ-ଓରଗୀମର ପୁତ୍ର ଇଲ୍‍ହାନନ୍‍, ତନ୍ତୀ ନରାଜ ତୁଲ୍ୟ ବର୍ଚ୍ଛାଧାରୀ ଗାଥୀୟ ଗଲୀୟାତକୁ ବଧ କଲା।
ここにまたゴブで、ペリシテびととの戦いがあったが、そこではベツレヘムびとヤレオレギムの子エルハナンは、ガテびとゴリアテを殺した。そのやりの柄は機の巻棒のようであった。
20 ଏହାପରେ ପୁନର୍ବାର ଗାଥ୍‍ରେ ଯୁଦ୍ଧ ହେଲା; ସେଠାରେ ଅତି ଦୀର୍ଘକାୟ, ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।
またガテで再び戦いがあったが、そこにひとりの背の高い人があり、その手の指と足の指は六本ずつで、その数は合わせて二十四本であった。彼もまた巨人から生れた者であった。
21 ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା।
彼はイスラエルをののしったので、ダビデの兄弟シメアの子ヨナタンが彼を殺した。
22 ଏହି ଚାରି ଜଣ ଗାଥ୍‍ରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ଓ ତାଙ୍କ ଦାସମାନଙ୍କ ହସ୍ତ ଦ୍ୱାରା ବଧ ହୋଇଥିଲେ।
これらの四人はガテで巨人から生れた者であったが、ダビデの手とその家来たちの手に倒れた。

< ଦ୍ୱିତୀୟ ଶାମୁୟେଲ 21 >