< ଦ୍ୱିତୀୟ ଶାମୁୟେଲ 22 >

1 ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;
And David spoke to the Lord the words of this verse, in the day that the Lord freed him from the hand of all his enemies and from the hand of Saul.
2 ସେ କହିଲେ, “ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ରକ୍ଷାକର୍ତ୍ତା,
And he said: “The Lord is my rock, and my strength, and my Savior.
3 ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ।
I will hope in him. God is my strong one, my shield, and the horn of my salvation. He lifts me up, and he is my refreshment. You, O my Savior, will free me from iniquity.
4 ମୁଁ ସଦାପ୍ରଭୁଙ୍କୁ ଆହ୍ୱାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି।
I will call upon the Lord, who is praiseworthy; and I will be saved from my enemies.
5 କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା, ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା।
For the pangs of death have encircled me. The torrents of Belial have terrified me.
6 ପାତାଳର ବନ୍ଧନ ମୋତେ ବେଷ୍ଟନ କଲା, ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା। (Sheol h7585)
The ropes of Hell have encompassed me. The snares of death have intercepted me. (Sheol h7585)
7 ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା।
In my tribulation, I will call upon the Lord, and I will cry out to my God. And he will heed my voice from his temple, and my outcry will reach his ears.
8 ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ଡଳର ମୂଳସକଳ ଉଦ୍‍ବିଗ୍ନ ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ।
The earth was shaken, and it quaked. The foundations of the mountains were struck together and violently shaken, because he was angry with them.
9 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।
Smoke ascends from his nostrils, and fire from his mouth will devour; coals have been kindled by it.
10 ମଧ୍ୟ ସେ ଆକାଶମଣ୍ଡଳକୁ ମେଲା କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା।
He bent down the heavens, and it descended; and a fog was beneath his feet.
11 ପୁଣି ସେ କିରୂବ ଉପରେ ଆରୋହଣ କରି ଉଡ୍ଡୀୟମାନ ହେଲେ; ହଁ, ସେ ବାୟୁର ପକ୍ଷ ଉପରେ ଦେଖାଗଲେ।
And he climbed upon the cherubim, and he flew; and he slid upon the wings of the wind.
12 ସେ ଅନ୍ଧକାରକୁ, ଅର୍ଥାତ୍‍, ଜଳରାଶି ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ୱରୂପ କଲେ।
He set darkness as a hiding place around himself, with waters sifted from the clouds of the heavens.
13 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପତିତ ହେଲା।
By means of the brightness of his glance, coals of fire were kindled.
14 ସଦାପ୍ରଭୁ ଆକାଶରୁ ଗର୍ଜ୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ।
The Lord will thunder from heaven; and the Most High will utter his voice.
15 ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ୱାରା ସେମାନଙ୍କୁ ବିଚ୍ଛିନ୍ନ କଲେ।
He shot arrows, and he scattered them; lightning, and he consumed them.
16 ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା।
And the overflow of the sea appeared, and the foundations of the globe were revealed, at the rebuke of the Lord, at the exhale of the breath of his fury.
17 ସେ ଉର୍ଦ୍ଧ୍ବରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ।
He sent from on high, and he took me up. And he drew me out of many waters.
18 ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋʼ ଠାରୁ ଅତି ବଳବାନ ଥିଲେ।
He freed me from my most powerful enemy and from those who had hated me. For they were too strong for me.
19 ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ମୋର ସହାୟ ହେଲେ।
He went before me in the day of my affliction, and the Lord became my firmament.
20 ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ପହଞ୍ଚାଇଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋʼ ଠାରେ ସନ୍ତୁଷ୍ଟ ହେଲେ।
And he led me out to a wide-open place. He freed me, because I was pleasing to him.
21 ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; ମୋର ହସ୍ତର ପବିତ୍ରତାନୁସାରେ ମୋତେ ଫଳ ଦେଲେ।
The Lord will reward me according to my justice. And he will repay me according to the cleanness of my hands.
22 କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଲି ଓ ଦୁଷ୍ଟତାପୂର୍ବକ ମୁଁ ଆପଣା ପରମେଶ୍ୱରଙ୍କୁ ତ୍ୟାଗ କଲି ନାହିଁ।
For I have kept to the ways of the Lord, and I have not acted impiously before my God.
23 ଯେହେତୁ ତାହାଙ୍କର ସମସ୍ତ ଶାସନ ମୋହର ସମ୍ମୁଖରେ ଥିଲା ଓ ତାହାଙ୍କର ବିଧିସକଳ ମୁଁ ପରିତ୍ୟାଗ କଲି ନାହିଁ।
For all his judgments are in my sight. And I have not removed his precepts from me.
24 ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲି ଓ ମୁଁ ଆପଣା ଅଧର୍ମରୁ ଆପଣାକୁ ରକ୍ଷା କଲି।
And I shall be perfect with him. And I shall guard myself from my own iniquity.
25 ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ପବିତ୍ରତାନୁସାରେ ମୋତେ ଫଳ ଦେଲେ।
And the Lord will recompense me according to my justice, and according to the cleanness of my hands in the sight of his eyes.
26 ତୁମ୍ଭେ ଦୟାଳୁ ପ୍ରତି ଆପଣାକୁ ଦୟାଳୁ ଓ ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ।
With the holy one, you will be holy, and with the strong one, you will be perfect.
27 ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ।
With the elect one, you will be elect, and with the perverse one, you will be perverse.
28 ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କର; ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ।
And you will bring to salvation the poor people, and you will humble the exalted with your eyes.
29 ହେ ସଦାପ୍ରଭୋ, ତୁମ୍ଭେ ମୋହର ପ୍ରଦୀପ; ପୁଣି ସଦାପ୍ରଭୁ ମୋହର ଅନ୍ଧକାର ଆଲୋକମୟ କରିବେ।
For you are my lamp, O Lord. And you, O Lord, will illuminate my darkness.
30 କାରଣ ମୁଁ ତୁମ୍ଭ ଦ୍ୱାରା ସୈନ୍ୟ ଉପରେ ଦୌଡ଼େ; ମୁଁ ଆପଣା ପରମେଶ୍ୱରଙ୍କ ଦ୍ୱାରା ପାଚେରୀ ଡିଏଁ।
For in you, I will run girded. In my God, I will leap over the wall.
31 ସେ ପରମେଶ୍ୱର, ତାହାଙ୍କ ପଥ ଯଥାର୍ଥ; ସଦାପ୍ରଭୁଙ୍କ ବାକ୍ୟ ପରୀକ୍ଷାସିଦ୍ଧ; ସେ ଆପଣା ଆଶ୍ରିତ ସମସ୍ତଙ୍କର ଢାଲ।
God, his way is immaculate; the eloquence of the Lord is an exacting fire. He is the shield of all who hope in him.
32 ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ୱର? ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଆଉ କିଏ ଶୈଳ?
Who is God except the Lord? And who is strong except our God?
33 ପରମେଶ୍ୱର ମୋହର ଦୃଢ଼ ଆଶ୍ରୟ; ସେ ସିଦ୍ଧ ଲୋକଙ୍କୁ ଆପଣା ପଥରେ କଢ଼ାଇ ନିଅନ୍ତି।
God, he has girded me with fortitude, and he has made my way perfect:
34 ସେ ମୋʼ ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋʼ ର ଉଚ୍ଚସ୍ଥଳୀରେ ବସାନ୍ତି।
making my feet like the feet of the stag, and stationing me upon my exalted places,
35 ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତହିଁରେ ମୋହର ବାହୁ ପିତ୍ତଳ ଧନୁ ବଙ୍କା କରେ।
teaching my hands to do battle, and making my arms like a bow of brass.
36 ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
You have given me the shield of your salvation. And your mildness has multiplied me.
37 ତୁମ୍ଭେ ମୋʼ ତଳେ ମୋର ପାଦ ରଖିବା ସ୍ଥାନ ପ୍ରଶସ୍ତ କରିଅଛ ଓ ମୋହର ଗୋଇଠି ଖସି ଯାଇ ନାହିଁ।
You will enlarge my steps under me, and my ankles will not fail.
38 ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ।
I will pursue my enemies, and crush them. And I will not turn back, until I consume them.
39 ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି; ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି।
I will consume them and break them apart, so that they cannot rise up; they will fall under my feet.
40 ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ କଟି ପରି ବଳ ଦେଇଅଛ; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ।
You have girded me with strength for the battle. Those who resisted me, you have bent down under me.
41 ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋʼ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କଲି।
You have caused my enemies to turn their back to me; they have hatred for me, and I shall destroy them.
42 ସେମାନେ କ୍ରନ୍ଦନ କଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା; ସଦାପ୍ରଭୁଙ୍କ ପ୍ରତି ମଧ୍ୟ (ଅନାଇଲେ), ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।
They will cry out, and there will be no one to save; to the Lord, and he will not heed them.
43 ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି।
I will wipe them away like the dust of the earth. I will break them apart and crush them, like the mud of the streets.
44 ତୁମ୍ଭେ ମଧ୍ୟ ମୋʼ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ।
You will save me from the contradictions of my people. You will preserve me to be the head of the Gentiles; a people I do not know shall serve me.
45 ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କଲେ; ସେମାନେ ମୋʼ ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେଲେ।
The sons of foreigners, who will resist me, at the hearing of the ear they will be obedient to me.
46 ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ।
The foreigners flowed away, but they will be drawn together in their anguishes.
47 ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋʼ ପରିତ୍ରାଣର ଶୈଳ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
The Lord lives, and my God is blessed. And the strong God of my salvation shall be exalted.
48 ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋʼ ତଳେ ନତ କରନ୍ତି।
God gives me vindication, and he casts down the peoples under me.
49 ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।
He leads me away from my enemies, and he lifts me up from those who resist me. You will free me from the iniquitous man.
50 ଏହେତୁ ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।
Because of this, I will confess to you, O Lord, among the Gentiles, and I will sing to your name:
51 ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନନ୍ତକାଳ ଦୟା ପ୍ରକାଶ କରନ୍ତି।”
magnifying the salvation of his king, and showing mercy to David, his Christ, and to his offspring forever.”

< ଦ୍ୱିତୀୟ ଶାମୁୟେଲ 22 >