< ଦ୍ୱିତୀୟ ଶାମୁୟେଲ 22 >
1 ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;
Dawuda ya rera wannan waƙa ga Ubangiji, sa’ad da Ubangiji ya cece shi daga hannun dukan abokan gābansa, da kuma daga hannun Shawulu.
2 ସେ କହିଲେ, “ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ରକ୍ଷାକର୍ତ୍ତା,
Ya ce, “Ubangiji shi ne dutsena, kagarata da kuma mai cetona;
3 ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ।
Allahna shi ne dutsena. A gare shi nake samun kāriya shi ne garkuwata da kuma ƙahon cetona. Shi ne mafakata, maɓuyata, da mai cetona. Daga mutane masu fitina, ka cece ni.
4 ମୁଁ ସଦାପ୍ରଭୁଙ୍କୁ ଆହ୍ୱାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି।
“Na kira ga Ubangiji, wanda ya cancanci yabo, na kuwa tsira daga abokan gābana.
5 କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା, ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା।
Raƙumar ruwan mutuwa sun kewaye ni; raƙumar ruwan hallaka suna cin ƙarfina.
6 ପାତାଳର ବନ୍ଧନ ମୋତେ ବେଷ୍ଟନ କଲା, ମୃତ୍ୟୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା। (Sheol )
Igiyoyin mutuwa sun nannaɗe ni; tarkuna kuma suka auka mini. (Sheol )
7 ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା।
“A cikin wahalata na yi kira ga Ubangiji; na yi kira ga Allahna. Daga cikin haikalinsa ya saurare muryata; kukata ta zo kunnensa.
8 ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ଡଳର ମୂଳସକଳ ଉଦ୍ବିଗ୍ନ ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ।
Ƙasa ta yi rawa ta kuma girgiza, harsashan sararin sama sun jijjigu; suka yi makyarkyata saboda yana fushi.
9 ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।
Hayaƙi ya taso daga kafaffen hancinsa; harshen wuta mai cinyewa daga bakinsa, garwashi mai ƙuna daga bakinsa.
10 ମଧ୍ୟ ସେ ଆକାଶମଣ୍ଡଳକୁ ମେଲା କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା।
Ya buɗe sararin sama, ya sauko ƙasa, girgije mai duhu suna ƙarƙashin ƙafafunsa.
11 ପୁଣି ସେ କିରୂବ ଉପରେ ଆରୋହଣ କରି ଉଡ୍ଡୀୟମାନ ହେଲେ; ହଁ, ସେ ବାୟୁର ପକ୍ଷ ଉପରେ ଦେଖାଗଲେ।
Ya hau kerubobi, ya tashi sama; ya yi firiya a fikafikan iska.
12 ସେ ଅନ୍ଧକାରକୁ, ଅର୍ଥାତ୍, ଜଳରାଶି ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ୱରୂପ କଲେ।
Ya mai da duhu abin rufuwarsa gizagizai masu kauri cike da ruwa suka kewaye shi.
13 ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପତିତ ହେଲା।
Daga cikin hasken gabansa garwashi wuta mai ci ya yi walƙiya.
14 ସଦାପ୍ରଭୁ ଆକାଶରୁ ଗର୍ଜ୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ।
Ubangiji ya yi tsawa daga sararin sama; aka ji muryar Mafi Ɗaukaka.
15 ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ୱାରା ସେମାନଙ୍କୁ ବିଚ୍ଛିନ୍ନ କଲେ।
Ya harbe kibiyoyi, ya wartsar da abokan gāba, da walƙiya kuma ya sa suka gudu.
16 ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା।
Aka bayyana kwarin teku, tushen duniya suka tonu. A tsawatawar Ubangiji, da numfashinsa mai ƙarfi daga hancinsa.
17 ସେ ଉର୍ଦ୍ଧ୍ବରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ।
“Daga sama ya miƙo hannu ya ɗauke ni, ya tsamo ni daga zurfafa ruwaye.
18 ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋʼ ଠାରୁ ଅତି ବଳବାନ ଥିଲେ।
Ya kuɓutar da ni daga hannun abokin gāba mai iko, daga maƙiyina da suka fi ƙarfina.
19 ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ମୋର ସହାୟ ହେଲେ।
Suka auka mini cikin ranar masifata, amma Ubangiji ya kiyaye ni.
20 ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ପହଞ୍ଚାଇଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋʼ ଠାରେ ସନ୍ତୁଷ୍ଟ ହେଲେ।
Ya fito da ni, ya kai ni wuri mafi fāɗi; ya kuɓutar da ni gama yana jin daɗina.
21 ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; ମୋର ହସ୍ତର ପବିତ୍ରତାନୁସାରେ ମୋତେ ଫଳ ଦେଲେ।
“Ubangiji ya sāka mini bisa ga adalcina; bisa ga tsabtar hannuwana ya sāka mini.
22 କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଲି ଓ ଦୁଷ୍ଟତାପୂର୍ବକ ମୁଁ ଆପଣା ପରମେଶ୍ୱରଙ୍କୁ ତ୍ୟାଗ କଲି ନାହିଁ।
Gama na kiyaye hanyoyin Ubangiji; ban yi wani mugun abu da zai juyar da ni daga Allahna ba.
23 ଯେହେତୁ ତାହାଙ୍କର ସମସ୍ତ ଶାସନ ମୋହର ସମ୍ମୁଖରେ ଥିଲା ଓ ତାହାଙ୍କର ବିଧିସକଳ ମୁଁ ପରିତ୍ୟାଗ କଲି ନାହିଁ।
Dukan dokokinsa suna a gabana; ban ƙi ko ɗaya daga umarnansa ba.
24 ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲି ଓ ମୁଁ ଆପଣା ଅଧର୍ମରୁ ଆପଣାକୁ ରକ୍ଷା କଲି।
Ba ni da laifi a gabansa na kiyaye kaina daga yin zunubi.
25 ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ପବିତ୍ରତାନୁସାରେ ମୋତେ ଫଳ ଦେଲେ।
Ubangiji ya sāka mini bisa ga adalcina bisa ga tsarkina a gabansa.
26 ତୁମ୍ଭେ ଦୟାଳୁ ପ୍ରତି ଆପଣାକୁ ଦୟାଳୁ ଓ ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ।
“Ga masu aminci, kakan nuna kanka mai aminci, ga marasa laifi, kakan nuna kanka marar laifi,
27 ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ।
ga masu tsarki, kakan nuna musu tsarki. Amma ga masu karkataccen hali, kakan nuna kanka mai wayo.
28 ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କର; ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ।
Kakan ceci mai tawali’u, amma idanunka suna a kan masu girman kai don ka ƙasƙantar da su.
29 ହେ ସଦାପ୍ରଭୋ, ତୁମ୍ଭେ ମୋହର ପ୍ରଦୀପ; ପୁଣି ସଦାପ୍ରଭୁ ମୋହର ଅନ୍ଧକାର ଆଲୋକମୟ କରିବେ।
Ya Ubangiji kai ne fitilata; Ubangiji ya mai da duhuna haske.
30 କାରଣ ମୁଁ ତୁମ୍ଭ ଦ୍ୱାରା ସୈନ୍ୟ ଉପରେ ଦୌଡ଼େ; ମୁଁ ଆପଣା ପରମେଶ୍ୱରଙ୍କ ଦ୍ୱାରା ପାଚେରୀ ଡିଏଁ।
Da taimakonka zan iya auka wa rundunar sojoji; tare da Allahna zan iya hawan katanga.
31 ସେ ପରମେଶ୍ୱର, ତାହାଙ୍କ ପଥ ଯଥାର୍ଥ; ସଦାପ୍ରଭୁଙ୍କ ବାକ୍ୟ ପରୀକ୍ଷାସିଦ୍ଧ; ସେ ଆପଣା ଆଶ୍ରିତ ସମସ୍ତଙ୍କର ଢାଲ।
“Ga Allah dai, hanyarsa cikakkiya ce; maganar Ubangiji babu kuskure. Shi garkuwa ce ga waɗanda suka nemi mafaka a gare shi.
32 ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ୱର? ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଆଉ କିଏ ଶୈଳ?
Gama wane ne Allah, in ba Ubangiji ba? Wane ne dutse kuma in ba Allahnmu ba?
33 ପରମେଶ୍ୱର ମୋହର ଦୃଢ଼ ଆଶ୍ରୟ; ସେ ସିଦ୍ଧ ଲୋକଙ୍କୁ ଆପଣା ପଥରେ କଢ଼ାଇ ନିଅନ୍ତି।
Allah ne ya ba ni ƙarfi, ya kuma mai da hanyata cikakkiya.
34 ସେ ମୋʼ ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋʼ ର ଉଚ୍ଚସ୍ଥଳୀରେ ବସାନ୍ତି।
Ya sa ƙafafuna kamar ƙafafun barewa; ya sa na iya tsayawa a kan duwatsu.
35 ସେ ମୋʼ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତହିଁରେ ମୋହର ବାହୁ ପିତ୍ତଳ ଧନୁ ବଙ୍କା କରେ।
Ya hori hannuwana don yaƙi, hannuwana za su iya tanƙware bakan tagulla.
36 ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
Ka ba ni garkuwar nasararka; ka sauko don ka sa in sami girma.
37 ତୁମ୍ଭେ ମୋʼ ତଳେ ମୋର ପାଦ ରଖିବା ସ୍ଥାନ ପ୍ରଶସ୍ତ କରିଅଛ ଓ ମୋହର ଗୋଇଠି ଖସି ଯାଇ ନାହିଁ।
Ka fadada hanya a ƙarƙashina domin kada idon ƙafana yă juya.
38 ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ।
“Na fafari abokan gābana, na murƙushe su; ban kuwa juya ba sai da na hallaka su.
39 ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି; ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି।
Na hallaka su ƙaƙaf, ba kuwa za su ƙara tashi ba, sun fāɗi a ƙarƙashin sawuna.
40 ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ କଟି ପରି ବଳ ଦେଇଅଛ; ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ।
Ka ba ni ƙarfi don yaƙi; ka sa maƙiyina suka rusuna a ƙafafuna.
41 ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋʼ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କଲି।
Ka sa abokan gābana suka juya a guje, na kuwa hallaka maƙiyina.
42 ସେମାନେ କ୍ରନ୍ଦନ କଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା; ସଦାପ୍ରଭୁଙ୍କ ପ୍ରତି ମଧ୍ୟ (ଅନାଇଲେ), ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।
Suka nemi taimako, amma babu wanda zai cece su, suka yi kira ga Ubangiji, amma ba a amsa musu ba.
43 ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି।
Na murƙushe su, suka yi laushi kamar ƙura; na daka na kuma tattake su kamar caɓi a kan tituna.
44 ତୁମ୍ଭେ ମଧ୍ୟ ମୋʼ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ।
“Ka kuɓutar da ni daga harin mutanena; ka kiyaye ni kamar shugaban al’ummai. Mutanen da ban sansu ba za su kasance a ƙarƙashina,
45 ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କଲେ; ସେମାନେ ମୋʼ ବିଷୟ ଶୁଣିବାମାତ୍ରେ ମୋହର ଆଜ୍ଞାବହ ହେଲେ।
baƙi kuma su na zuwa don su yi mini fadanci; da zarar sun ji ni, sukan yi mini biyayya.
46 ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ।
Zukatansu ta karaya; suka fito da rawan jiki daga kagararsu.
47 ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋʼ ପରିତ୍ରାଣର ଶୈଳ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
“Ubangiji yana a raye! Yabo ta tabbata ga Dutsena! Ɗaukaka ga Allah, Dutse, Mai Cetona!
48 ସେହି ପରମେଶ୍ୱର ମୋʼ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋʼ ତଳେ ନତ କରନ୍ତି।
Shi ne Allahn da yake rama mini, wanda ya sa al’ummai a ƙarƙashina,
49 ପୁଣି ସେ ମୋʼ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋʼ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।
wanda ya kuɓutar da ni daga maƙiyina. Ka ɗaukaka ni bisa maƙiyina; ka kiyaye ni daga hannun mugayen mutane.
50 ଏହେତୁ ହେ ସଦାପ୍ରଭୋ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସା ଗାନ କରିବି।
Saboda haka, zan yabe ka, ya Ubangiji cikin dukan al’ummai; Zan rera waƙoƙin yabo ga sunanka.
51 ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନନ୍ତକାଳ ଦୟା ପ୍ରକାଶ କରନ୍ତି।”
“Ya ba wa sarkinsa kyakkyawan nasara; ya nuna madawwamiyar ƙauna ga shafaffensa, ga Dawuda da zuriyarsa har abada.”