< ଦ୍ୱିତୀୟ ଶାମୁୟେଲ 23 >

1 “ଯିଶୀର ପୁତ୍ର ଦାଉଦ, ଯେ ବ୍ୟକ୍ତି ଉଚ୍ଚୀକୃତ, ଯେ ଯାକୁବର ପରମେଶ୍ୱରଙ୍କ ଅଭିଷିକ୍ତ ଓ ଇସ୍ରାଏଲର ମଧୁର ଗାୟକ, ଦାଉଦଙ୍କର ଶେଷ କଥା ଏହି;
ואלה דברי דוד האחרנים נאם דוד בן ישי ונאם הגבר הקם על משיח אלהי יעקב ונעים זמרות ישראל׃
2 ମୋʼ ଦ୍ୱାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋʼ ଜିହ୍ୱାରେ ଥିଲା।
רוח יהוה דבר בי ומלתו על לשוני׃
3 ଇସ୍ରାଏଲର ପରମେଶ୍ୱର କହିଲେ, ଇସ୍ରାଏଲର ଶୈଳ ମୋତେ କହିଲେ; ଯେଉଁ ବ୍ୟକ୍ତି ଧର୍ମରେ ଲୋକମାନଙ୍କ ଉପରେ ରାଜତ୍ୱ କରିବ, ସେ ପରମେଶ୍ୱରଙ୍କ ଭୟରେ ରାଜତ୍ୱ କରିବ।
אמר אלהי ישראל לי דבר צור ישראל מושל באדם צדיק מושל יראת אלהים׃
4 ସେ ସୂର୍ଯ୍ୟୋଦୟ ସମୟର ପ୍ରାତଃକାଳୀନ ଦୀପ୍ତି ତୁଲ୍ୟ, ମେଘରହିତ ପ୍ରଭାତ ତୁଲ୍ୟ ହେବ; ସେହି ସମୟରେ ବୃଷ୍ଟି ଉତ୍ତାରେ ନିର୍ମଳ କିରଣ ଦ୍ୱାରା ଭୂମିରୁ କୋମଳ ତୃଣ ଅଙ୍କୁରିତ ହୁଏ।
וכאור בקר יזרח שמש בקר לא עבות מנגה ממטר דשא מארץ׃
5 ସତ୍ୟ, ମୋହର ବଂଶ ପରମେଶ୍ୱରଙ୍କ ନିକଟରେ ସେପରି ନୁହେଁ କି? ସେ ମୋʼ ସହିତ ସର୍ବ ବିଷୟରେ ସୁସମ୍ପନ୍ନ ଓ ସୁରକ୍ଷିତ ଏକ ଅନନ୍ତକାଳୀନ ନିୟମ କରି ନାହାନ୍ତି କି? ସେ କି ମୋର ରକ୍ଷା କରିବେ ନାହିଁ?
כי לא כן ביתי עם אל כי ברית עולם שם לי ערוכה בכל ושמרה כי כל ישעי וכל חפץ כי לא יצמיח׃
6 ମାତ୍ର ପାପାଧମ ସମସ୍ତେ ଉତ୍ପାଟନୀୟ କଣ୍ଟକ ସ୍ୱରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି;
ובליעל כקוץ מנד כלהם כי לא ביד יקחו׃
7 ମାତ୍ର ଯେଉଁ ଲୋକ ସେମାନଙ୍କୁ ସ୍ପର୍ଶ କରିବ, ଲୌହ ଓ ବର୍ଚ୍ଛାଦଣ୍ଡରେ ତାହାକୁ ସଜ୍ଜିତ ହେବାକୁ ହେବ; ସେମାନେ ଆପଣା ଆପଣା ସ୍ଥାନରେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବେ।”
ואיש יגע בהם ימלא ברזל ועץ חנית ובאש שרוף ישרפו בשבת׃
8 ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍‍-ବଶେବତ୍‍, ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ଆଠ ଶହ ଲୋକର ହତ୍ୟା କଲା।
אלה שמות הגברים אשר לדוד ישב בשבת תחכמני ראש השלשי הוא עדינו העצנו על שמנה מאות חלל בפעם אחד׃
9 ପୁଣି ତାହା ଉତ୍ତାରେ ଅହୋହୀୟ ବଂଶଜ ଦୋଦୟର ପୁତ୍ର ଇଲୀୟାସର, ଦାଉଦଙ୍କ ସଙ୍ଗେ ଥିବା ତିନି ବୀରଙ୍କ ମଧ୍ୟରେ ଜଣେ ଥିଲା, ସେମାନେ ଯୁଦ୍ଧାର୍ଥେ ଏକତ୍ରିତ ପଲେଷ୍ଟୀୟମାନଙ୍କୁ ଧିକ୍କାର କରନ୍ତେ ଓ ଇସ୍ରାଏଲ ଲୋକମାନେ ପଳାନ୍ତେ,
ואחרו אלעזר בן דדי בן אחחי בשלשה גברים עם דוד בחרפם בפלשתים נאספו שם למלחמה ויעלו איש ישראל׃
10 ସେ ଉଠି ଆପଣା ହସ୍ତ କ୍ଳାନ୍ତ ଓ ଆପଣା ହସ୍ତ ଖଡ୍ଗରେ ଜଡ଼ିତ ହେବା ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ବଧ କଲା; ପୁଣି ସେହି ଦିନ ସଦାପ୍ରଭୁ ମହା ଜୟ ସାଧନ କଲେ; ଆଉ ସୈନ୍ୟଦଳ କେବଳ ଲୁଟିବାକୁ ତାହାର ପଶ୍ଚାତ୍‍ଗାମୀ ହେଲେ।
הוא קם ויך בפלשתים עד כי יגעה ידו ותדבק ידו אל החרב ויעש יהוה תשועה גדולה ביום ההוא והעם ישבו אחריו אך לפשט׃
11 ପୁଣି ତାହା ଉତ୍ତାରେ ହରାରୀୟ ଆଗିର ପୁତ୍ର ଶମ୍ମ। ଏକ ସମୟରେ ପଲେଷ୍ଟୀୟମାନେ କୌଣସି ମସୁରପୂର୍ଣ୍ଣ କ୍ଷେତ୍ର ନିକଟରେ ଏକତ୍ର ଦଳବଦ୍ଧ ହୁଅନ୍ତେ, ଲୋକମାନେ ପଲେଷ୍ଟୀୟମାନଙ୍କ ଆଗରୁ ପଳାଇଲେ।
ואחריו שמא בן אגא הררי ויאספו פלשתים לחיה ותהי שם חלקת השדה מלאה עדשים והעם נס מפני פלשתים׃
12 ମାତ୍ର ଶମ୍ମ ସେହି କ୍ଷେତ୍ର ମଧ୍ୟରେ ଠିଆ ହୋଇ ତାହା ରକ୍ଷା କଲା ଓ ପଲେଷ୍ଟୀୟମାନଙ୍କୁ ବଧ କଲା; ତହିଁରେ ସଦାପ୍ରଭୁ ମହା ଜୟ ସାଧନ କଲେ।
ויתיצב בתוך החלקה ויצילה ויך את פלשתים ויעש יהוה תשועה גדולה׃
13 ଆଉ ତିରିଶ ଜଣ ପ୍ରଧାନ ସୈନ୍ୟମାନଙ୍କ ମଧ୍ୟରୁ ତିନି ଜଣ ଶସ୍ୟଚ୍ଛେଦନ ସମୟରେ ଅଦୁଲ୍ଲମ ଗୁମ୍ଫାକୁ ଦାଉଦଙ୍କ ନିକଟକୁ ଆସିଥିଲେ; ସେତେବେଳେ ପଲେଷ୍ଟୀୟମାନଙ୍କ ସୈନ୍ୟ ରଫାୟୀମ ତଳଭୂମିରେ ଛାଉଣି ସ୍ଥାପନ କରିଥିଲେ।
וירדו שלשים מהשלשים ראש ויבאו אל קציר אל דוד אל מערת עדלם וחית פלשתים חנה בעמק רפאים׃
14 ସେସମୟରେ ଦାଉଦ ଦୁର୍ଗମ ସ୍ଥାନରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ବେଥଲିହିମରେ ଥିଲେ।
ודוד אז במצודה ומצב פלשתים אז בית לחם׃
15 ଏଉତ୍ତାରେ ଦାଉଦ ତୃଷାର୍ତ୍ତ ହୋଇ କହିଲେ, “ଆଃ, କେହି ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପ ଜଳ ପାନ କରିବାକୁ ମୋତେ ଦିଅନ୍ତା କି!”
ויתאוה דוד ויאמר מי ישקני מים מבאר בית לחם אשר בשער׃
16 ତହିଁରେ ସେହି ତିନି ବୀର ପଲେଷ୍ଟୀୟମାନଙ୍କ ସୈନ୍ୟ ମଧ୍ୟଦେଇ ପଶିଯାଇ ବେଥଲିହିମ-ନଗରଦ୍ୱାର ନିକଟସ୍ଥ କୂପରୁ ଜଳ କାଢ଼ି ଦାଉଦଙ୍କ ନିକଟକୁ ତାହା ଆଣିଲେ; ମାତ୍ର ସେ ତହିଁରୁ ପାନ କରିବାକୁ ସମ୍ମତ ନ ହୋଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଢାଳିଦେଲେ।
ויבקעו שלשת הגברים במחנה פלשתים וישאבו מים מבאר בית לחם אשר בשער וישאו ויבאו אל דוד ולא אבה לשתותם ויסך אתם ליהוה׃
17 ପୁଣି ସେ କହିଲେ, “ହେ ସଦାପ୍ରଭୋ, ମୁଁ ଯେ ଏ କର୍ମ କରିବି, ଏହା ମୋʼ ଠାରୁ ଦୂର ହେଉ; ପ୍ରାଣପଣରେ ଗମନକାରୀ ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? ଏଣୁ ସେ ତାହା ପାନ କରିବାକୁ ସମ୍ମତ ନୋହିଲେ।” ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।
ויאמר חלילה לי יהוה מעשתי זאת הדם האנשים ההלכים בנפשותם ולא אבה לשתותם אלה עשו שלשת הגברים׃
18 ସେହି ତିନି ଜଣଙ୍କ ମଧ୍ୟରେ ସରୁୟାର ପୁତ୍ର ଯୋୟାବର ଭ୍ରାତା ଅବୀଶୟ ପ୍ରଧାନ ଥିଲା। ସେ ତିନି ଶହ ଲୋକ ବିରୁଦ୍ଧରେ ଆପଣା ବର୍ଚ୍ଛା ଉଠାଇ ସେମାନଙ୍କୁ ବଧ କରିଥିଲା, ଏଣୁ ସେ ଏହି ତିନିଙ୍କ ମଧ୍ୟରେ ନାମ ପାଇଲା।
ואבישי אחי יואב בן צרויה הוא ראש השלשי והוא עורר את חניתו על שלש מאות חלל ולו שם בשלשה׃
19 ଏହି ତିନିଙ୍କ ମଧ୍ୟରେ ସେ କʼଣ ଅତ୍ୟନ୍ତ ମର୍ଯ୍ୟାଦାପନ୍ନ ନ ଥିଲା? ଏହେତୁ ସେ ସେମାନଙ୍କର ସେନାପତି ହେଲା; ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା।
מן השלשה הכי נכבד ויהי להם לשר ועד השלשה לא בא׃
20 ଆଉ ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର, ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।
ובניהו בן יהוידע בן איש חי רב פעלים מקבצאל הוא הכה את שני אראל מואב והוא ירד והכה את האריה בתוך הבאר ביום השלג׃
21 ଆହୁରି ସେ ଏକ ଜଣ ମିସରୀୟ ବଳବାନ ପୁରୁଷକୁ ବଧ କଲା ଓ ସେହି ମିସରୀୟ ଆପଣା ହସ୍ତରେ ବର୍ଚ୍ଛା ଧରିଥିଲା; ତଥାପି ବନାୟ ଏକ ଯଷ୍ଟି ନେଇ ତାହା ନିକଟକୁ ଗଲା ଓ ସେହି ମିସରୀୟ ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।
והוא הכה את איש מצרי אשר מראה וביד המצרי חנית וירד אליו בשבט ויגזל את החנית מיד המצרי ויהרגהו בחניתו׃
22 ଯିହୋୟାଦାର ପୁତ୍ର ବନାୟ ଏହି ସକଳ କର୍ମ କଲା, ଏଣୁ ସେ ଏହି ତିନି ବୀରଙ୍କ ମଧ୍ୟରେ ନାମ ପାଇଲା।
אלה עשה בניהו בן יהוידע ולו שם בשלשה הגברים׃
23 ସେ ତିରିଶ ଜଣ ଅପେକ୍ଷା ଅଧିକ ମର୍ଯ୍ୟାଦାପନ୍ନ ଥିଲା, ତଥାପି ସେ ପ୍ରଥମ ତିନି ଜଣଙ୍କ ତୁଲ୍ୟ ନ ଥିଲା; ଆଉ ଦାଉଦ ତାହାକୁ ଆପଣା ପ୍ରହରୀ-ଦଳ ଉପରେ ନିଯୁକ୍ତ କଲେ।
מן השלשים נכבד ואל השלשה לא בא וישמהו דוד אל משמעתו׃
24 ଯୋୟାବର ଭ୍ରାତା ଅସାହେଲ ଉକ୍ତ ତିରିଶ ଜଣ ମଧ୍ୟରେ ଜଣେ ଥିଲା; ବେଥଲିହିମସ୍ଥ ଦୋଦୟର ପୁତ୍ର ଇଲ୍‍ହାନନ୍‍;
עשה אל אחי יואב בשלשים אלחנן בן דדו בית לחם׃
25 ହରୋଦୀୟ ଶମ୍ମ, ହରୋଦୀୟ ଇଲୀକା;
שמה החרדי אליקא החרדי׃
26 ପଲ୍ଟୀୟ ହେଲସ୍‍, ତକୋୟୀୟ ଇକ୍‍କେଶର ପୁତ୍ର ଈରା;
חלץ הפלטי עירא בן עקש התקועי׃
27 ଅନାଥୋତୀୟ ଅବୀୟେଷର, ହୂଶାତୀୟ ମବୁନ୍ନୟ;
אביעזר הענתתי מבני החשתי׃
28 ଅହୋହୀୟ ସଲମୋନ୍‍, ନଟୋଫାତୀୟ ମହରୟ;
צלמון האחחי מהרי הנטפתי׃
29 ନଟୋଫାତୀୟ ବାନାର ପୁତ୍ର ହେଲବ, ବିନ୍ୟାମୀନ୍ ବଂଶୀୟ ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ;
חלב בן בענה הנטפתי אתי בן ריבי מגבעת בני בנימן׃
30 ପିରୀୟାଥୋନୀୟ ବନାୟ, ଗାଶ୍‍-ନଦୀତୀର ନିବାସୀ ହିଦ୍ଦୟ;
בניהו פרעתני הדי מנחלי געש׃
31 ଅର୍ବତୀୟ ଅବିୟେଲ୍‍ବୋନ, ବରହୂମୀୟ ଅସ୍ମାବତ୍‍;
אבי עלבון הערבתי עזמות הברחמי׃
32 ଶାଲ୍‍ବୋନୀୟ ଇଲୀୟହବା, ଯାଶେନ୍‍ର ପୁତ୍ରଗଣ, ଯୋନାଥନ;
אליחבא השעלבני בני ישן יהונתן׃
33 ହରାରୀୟ ଶମ୍ମ, ହରାରୀୟ ଶାରରର ପୁତ୍ର ଅହୀୟାମ;
שמה ההררי אחיאם בן שרר האררי׃
34 ମାଖାଥୀୟର ପୌତ୍ର ଅହସ୍ବୟର ପୁତ୍ର ଇଲୀଫେଲଟ୍‍, ଗୀଲୋନୀୟ ଅହୀଥୋଫଲର ପୁତ୍ର ଇଲୀୟାମ;
אליפלט בן אחסבי בן המעכתי אליעם בן אחיתפל הגלני׃
35 କର୍ମିଲୀୟ ହିଷ୍ରୟ, ଅର୍ବୀୟ ପାରୟ;
חצרו הכרמלי פערי הארבי׃
36 ସୋବା ନିବାସୀ ନାଥନର ପୁତ୍ର ଯିଗାଲ, ଗାଦୀୟ ବାନି;
יגאל בן נתן מצבה בני הגדי׃
37 ଅମ୍ମୋନୀୟ ସେଲକ୍‍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ;
צלק העמני נחרי הבארתי נשאי כלי יואב בן צריה׃
38 ଯିତ୍ରୀୟ ଈରା, ଯିତ୍ରୀୟ ଗାରେବ୍‍;
עירא היתרי גרב היתרי׃
39 ହିତ୍ତୀୟ ଊରୀୟ; ସର୍ବସୁଦ୍ଧା ସଇଁତିରିଶ ଜଣ।
אוריה החתי כל שלשים ושבעה׃

< ଦ୍ୱିତୀୟ ଶାମୁୟେଲ 23 >