< ଦ୍ୱିତୀୟ ଶାମୁୟେଲ 24 >
1 ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”
Men HERRENS vrede blussede atter op mod Israel, så at han æggede David mod dem og sagde: "Gå hen og hold Mandtal over Israel og Juda!"
2 ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବଙ୍କୁ କହିଲେ; “ତୁମ୍ଭେମାନେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”
Kongen sagde da til Joab og Hærførerne, der var hos ham: "Drag rundt i alle Israels Stammer fra Dan til Be'ersjeba og hold Mønstring over Folket, for at jeg kan få Tallet på det at vide!"
3 ଏଥିରେ ଯୋୟାବ ରାଜାଙ୍କୁ କହିଲା, “ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋʼ ପ୍ରଭୁ ମହାରାଜ ଏପରି କରିବା ପାଇଁ କାହିଁକି ଚାହୁଁଅଛନ୍ତି?”
Men Joab svarede Kongen: "Måtte HERREN din Gud forøge Folket hundredfold, og måtte min Herre Kongen selv opleve det - men hvorfor har min Herre Kongen sat sig sligt for?"
4 ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା। ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ।
Men Joab og Hærførerne måtte bøje sig for Kongens Ord. Joab og Hærførerne forlod derfor Kongen for at holde Mønstring over Israels Folk.
5 ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ;
De gik over Jordan og begyndte ved Aroer og Byen, der ligger midt i Dalen; drog ad Gad til og i Retning af Ja'zer;
6 ତହିଁ ଉତ୍ତାରେ ସେମାନେ ଗିଲୀୟଦକୁ ଓ ତହତୀମ୍-ହଦ୍ଶି ଦେଶକୁ ଆସିଲେ; ତହୁଁ ସେମାନେ ଦାନ୍-ଯାନକୁ ଓ ସେଠାରୁ ବୁଲି ସୀଦୋନକୁ ଆସିଲେ।
så kom de til Gilead og til Hetiternes Land hen imod Kadesj, derpå til Dan, og fra Dan vendte de sig hen mod Zidon;
7 ତହୁଁ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କର ଓ କିଣାନୀୟମାନଙ୍କ ସମସ୍ତ ନଗରରେ ଉପସ୍ଥିତ ହେଲେ; ପୁଣି ସେମାନେ ବେର୍ଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରିଗଲେ।
så kom de til Fæstningen Tyrus og alle Hivviternes og Kana'anæernes Byer, hvorfra de gik til Be'ersjeba i det judæiske Sydland.
8 ଏହିରୂପେ ସେମାନେ ସମୁଦାୟ ଦେଶ ଦେଇ ଭ୍ରମଣ କଲା ଉତ୍ତାରେ ନଅ ମାସ କୋଡ଼ିଏ ଦିନର ଶେଷରେ ଯିରୂଶାଲମରେ ଉପସ୍ଥିତ ହେଲେ।
Efter at de var draget hele Landet rundt i ni Måneder og tyve Dage, kom de tilbage til Jerusalem.
9 ତହିଁରେ ଯୋୟାବ ଗଣିତ ଯୋଦ୍ଧାମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ୍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ।
Joab opgav derpå Kongen Tallet, der var fundet ved Folktællingen, og Israel talte 800000 kraftige, våbenføre Mænd, Juda 500000 Mænd.
10 ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହାପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୋ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।”
Men efter at David havde holdt Mandtal over Folket. slog Samvittigheden ham, og han sagde til HERREN: "Jeg har syndet svarlig i, hvad jeg har gjort! Men tilgiv nu, HERRE, din Tjeners Brøde, thi jeg har handlet som en stor Dåre!"
11 ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
Da David stod op om Morgenen kom HERRENs Ord til Profeten Gad, Davids Seer, således:
12 “ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’”
"Gå hen og sig til David: Så siger HERREN; Jeg forelægger dig tre Ting; vælg selv, hvilken jeg skal lade times dig!"
13 ତହୁଁ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, “ତୁମ୍ଭ ଦେଶରେ ତିନି ବର୍ଷ ଦୁର୍ଭିକ୍ଷ ହେବ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ? ଏହା ବୁଝ, ଆଉ ମୋʼ ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର।”
Gad kom da til David og kundgjorde ham det og sagde: "Skal der komme tre Hungersnødsår over dig i dit Land, eller vil du i tre Måneder jages på Flugt, forfulgt af din Fjende, eller skal der komme tre Dages Pest i dit Land? Overvej nu, hvad jeg skal svare ham, der har sendt mig!"
14 ତହିଁରେ ଦାଉଦ ଗାଦ୍କୁ କହିଲେ, “ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।”
David svarede Gad: "Jeg er i såre stor Vånde - lad os så falde i HERRENs Hånd, thi hans Barmhjertighed er stor; i Menneskehånd vil jeg ikke falde!"
15 ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ।
Så valgte David da Pesten. Ved Hvedehøstens Tid begyndte Soten at ramme Folket; og der døde 70000 Mand af Folket fra Dan til Be'ersjeba.
16 ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।
Da Engelen udrakte sin Hånd mod Jerusalem for at ødelægge det, angrede HERREN det onde, og han sagde til Engelen, som ødelagde Folket "Nu er det nok, drag din Hånd tilbage!" HERRENs Engel var da ved Jebusiten Aravnas Tærskeplads.
17 ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋʼ ବିରୁଦ୍ଧରେ ଓ ମୋʼ ପିତୃଗୃହର ବିରୁଦ୍ଧରେ ହେଉ।”
Men da David så Engelen, som slog Folket, sagde han til HERREN: "Det er mig, der har syndet, mig, der har begået Brøden; men Fårene der, hvad har de gjort? Lad din Hånd dog ramme mig og mit Fædrenehus!"
18 ସେହି ଦିନ ଗାଦ୍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”
Samme Dag kom Gad til David og sagde: "Gå op og rejs HERREN et Alter på Jebusiten Aravnas Tærskeplads!"
19 ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍ର ବାକ୍ୟାନୁସାରେ ଉଠିଗଲେ।
Og David gik derop efter Gads Ord, således som HERREN havde påbudt.
20 ସେତେବେଳେ ଅରୌଣା ଅନାଇ ଦେଖିଲା ଯେ, ରାଜା ଓ ତାଙ୍କର ଦାସମାନେ ତାହା ଆଡ଼କୁ ଆସୁଅଛନ୍ତି; ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।
Da Aravna, der var ved at tærske Hvede, så ned og fik Øje på Kongen og hans Folk, som kom hen imod ham, gik han ud og kastede sig på sit Ansigt til Jorden for ham;
21 ପୁଣି ଅରୌଣା ପଚାରିଲା, “ମୋʼ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ?” ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, ତେଣୁ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”
og Aravna sagde: "Hvorfor kommer min Herre Kongen til sin Træl?" David svarede: "For at købe Tærskepladsen af dig og bygge HERREN et Alter, at Folket må blive friet fra Plagen!"
22 ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି;”
Da sagde Aravna til David: "Min Herre Kongen tage den og ofre, hvad ham tykkes ret! Her er Okserne til Brændoffer og Tærskeslæderne og Oksernes Stavtøj til Brændsel!
23 ହେ ମହାରାଜ, ଅରୌଣା ଏସମସ୍ତ ମହାରାଜଙ୍କୁ ଦେଉଅଛି। ଆହୁରି ଅରୌଣା ରାଜାଙ୍କୁ କହିଲା, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।”
Min Herre Kongens Træl giver Kongen det hele!" Og Aravna sagde til Kongen: "Måtte HERREN din Gud have Behag i dig!"
24 ତହିଁରେ ରାଜା ଅରୌଣାକୁ କହିଲେ, “ନା, ମାତ୍ର ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି; ଆଉ ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।” ତହୁଁ ଦାଉଦ ପଚାଶ ଶେକଲ (ଏକ ଶେକଲ ୧୨ ଗ୍ରାମ୍) ରୂପାରେ ସେହି ଶସ୍ୟମର୍ଦ୍ଦନ ସ୍ଥାନ ଓ ବୃଷସବୁ କିଣିଲେ।
Men Kongen svarede Aravna: "Nej, jeg vil købe det af dig for dets fulde Værdi; jeg vil ikke bringe HERREN min Gud Brændofre, som intet koster mig!" Så købte David Tærskepladsen og Okserne for halvtredsindstyve Sølvsekel;
25 ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ବିନତି ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।
og David byggede HERREN et Alter der og ofrede Brændofre og Takofre. Da forbarmede HERREN sig over Landet, og Israel blev friet fra Plagen.