< ଦ୍ୱିତୀୟ ଶାମୁୟେଲ 3 >
1 ଏଥିଉତ୍ତାରେ ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ଧୀରେ ଧୀରେ ବଳବାନ ହେଲେ, ମାତ୍ର ଶାଉଲ ବଂଶ ଧୀରେ ଧୀରେ କ୍ଷୀଣ ହେଲେ।
Saul'un soyuyla Davut'un soyu arasındaki savaş uzun sürdü. Davut giderek güçlenirken, Saul'un soyu gitgide zayıf düşüyordu.
2 ପୁଣି ହିବ୍ରୋଣରେ ଦାଉଦଙ୍କର କେତେକ ପୁତ୍ର ଜାତ ହେଲେ; ତାଙ୍କର ପ୍ରଥମଜାତ ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍ଠାରୁ ଜାତ;
Davut'un Hevron'da doğan oğulları şunlardı: İlk oğlu Yizreelli Ahinoam'dan Amnon,
3 ପୁଣି ଦ୍ୱିତୀୟ ପୁତ୍ର କିଲାବ୍, ସେ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲଠାରୁ ଜାତ, ପୁଣି ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର।
ikincisi Karmelli Naval'ın dulu Avigayil'den Kilav, üçüncüsü Geşur Kralı Talmay'ın kızı Maaka'dan Avşalom,
4 ପୁଣି ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; ପୁଣି ପଞ୍ଚମ ଶଫଟୀୟ, ସେ ଅବିଟଲର ପୁତ୍ର।
dördüncüsü Hagit'ten Adoniya, beşincisi Avital'ın oğlu Şefatya,
5 ଷଷ୍ଠ ଯିତ୍ରୀୟମ, ସେ ଦାଉଦଙ୍କର ଭାର୍ଯ୍ୟା ଇଗ୍ଲାର ପୁତ୍ର; ହିବ୍ରୋଣରେ ଦାଉଦଙ୍କର ଏହିସବୁ ପୁତ୍ର ଜାତ ହେଲେ।
altıncısı Davut'un eşi Egla'dan Yitream. Davut'un bu oğullarının hepsi Hevron'da doğdular.
6 ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଯୁଦ୍ଧ ଲାଗିଥିବା ବେଳେ ଅବ୍ନର ଶାଉଲ ବଂଶ ମଧ୍ୟରେ ଆପଣାକୁ ବଳବାନ କଲା।
Saul'un soyuyla Davut'un soyu arasındaki savaş sürerken, Avner Saul'un soyu arasında güçleniyordu.
7 ମାତ୍ର ଶାଉଲଙ୍କର ଏକ ଉପପତ୍ନୀ ଥିଲା, ତାହାର ନାମ ରିସ୍ପା, ସେ ଅୟାର କନ୍ୟା; ପୁଣି ଈଶ୍ବୋଶତ ଅବ୍ନରକୁ କହିଲା, “ତୁମ୍ଭେ କାହିଁକି ମୋହର ପିତାଙ୍କ ଉପପତ୍ନୀ ସହିତ ସହବାସ କଲ?”
Saul'un Aya kızı Rispa adında bir cariyesi vardı. Bir gün İş-Boşet Avner'e, “Neden babamın cariyesiyle yattın?” diye sordu.
8 ତେବେ ଅବ୍ନର ଈଶ୍ବୋଶତର କଥା ସକାଶୁ ଅତି କ୍ରୋଧ କରି କହିଲା, “ମୁଁ କି ଯିହୁଦାର କୁକ୍କୁର ମୁଣ୍ଡ? ମୁଁ ଆଜି ତୁମ୍ଭ ପିତା ଶାଉଲ ବଂଶକୁ ଓ ତାଙ୍କର ଭାଇ ଓ ବନ୍ଧୁମାନଙ୍କୁ ଦୟା କରୁଅଛି, ମଧ୍ୟ ତୁମ୍ଭକୁ ଦାଉଦ ହସ୍ତରେ ସମର୍ପଣ କରି ନାହିଁ, ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷୟରେ ମୋʼ ଉପରେ ଆରୋପ କରୁଅଛ?
İş-Boşet'in sorusuna çok öfkelenen Avner şu karşılığı verdi: “Ben Yahuda tarafına geçen bir köpek başı mıyım? Bugün bile baban Saul'un ailesine, kardeşlerine, dostlarına bağlıyım. Seni Davut'un eline teslim etmedim. Ama bugün bu kadın yüzünden beni suçluyorsun.
9 ଶାଉଲ ବଂଶରୁ ରାଜ୍ୟ ଅନ୍ତର କରିବାକୁ ଓ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲ ଓ ଯିହୁଦା ଉପରେ ଦାଉଦଙ୍କର ସିଂହାସନ ସ୍ଥାପନ କରିବାକୁ,
RAB krallığı Saul'un soyundan alıp Dan'dan Beer-Şeva'ya kadar uzanan İsrail ve Yahuda'da Davut'un krallığını kuracağına ant içti. Ben de bunu Davut için yapmazsam Tanrı bana aynısını, hatta daha kötüsünü yapsın!”
10 ସଦାପ୍ରଭୁ ଦାଉଦଙ୍କ ବିଷୟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ଯଦି ମୁଁ ତାଙ୍କ ପ୍ରତି ନ କରେ, ତେବେ ପରମେଶ୍ୱର ଅବ୍ନରକୁ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”
11 ତହିଁରେ ସେ ଅବ୍ନରକୁ ଗୋଟିଏ କଥା ଉତ୍ତର ଦେଇ ପାରିଲା ନାହିଁ, କାରଣ ସେ ତାହାକୁ ଭୟ କଲା।
İş-Boşet Avner'den korktuğu için ona başka bir şey söyleyemedi.
12 ଏଉତ୍ତାରେ ଅବ୍ନର ଆପଣା ପକ୍ଷରୁ ଦାଉଦଙ୍କ ନିକଟକୁ ବାର୍ତ୍ତାବହ ପଠାଇ କହିଲା, “ଏ ଦେଶ କାହାର?” ଆହୁରି କହିଲା, “ଆପଣ ମୋʼ ସଙ୍ଗରେ ନିୟମ କରନ୍ତୁ, ତହିଁରେ ଦେଖନ୍ତୁ, ସମସ୍ତ ଇସ୍ରାଏଲକୁ ଆପଣଙ୍କ ନିକଟକୁ ଆଣିବା ପାଇଁ ମୋʼ ହସ୍ତ ଆପଣଙ୍କର ସହାୟ ହେବ।”
Avner kendi adına Davut'a ulaklar gönderip şöyle dedi: “Ülke kimin ülkesi? Benimle bir antlaşma yap; o zaman İsrail'in tümünün sana bağlanması için ben de senden yana olurum.”
13 ଏଥିରେ ଦାଉଦ କହିଲେ, “ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋʼ ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋʼ ମୁଖ ଦେଖି ପାରିବ ନାହିଁ।”
Davut, “İyi” diye yanıtladı, “Seninle bir antlaşma yaparım. Yalnız senden şunu istiyorum: Beni görmeye geldiğinde Saul'un kızı Mikal'ı da getir. Yoksa beni görmeyeceksin.”
14 ତହୁଁ ଦାଉଦ ଶାଉଲଙ୍କର ପୁତ୍ର ଈଶ୍ବୋଶତ ନିକଟକୁ ବାର୍ତ୍ତାବହମାନଙ୍କୁ ପଠାଇ କହିଲେ, “ମୁଁ ପଲେଷ୍ଟୀୟମାନଙ୍କର ଏକ ଶହ ସୁନ୍ନତ ଚର୍ମ ଦେଇ ଯାହାକୁ ବିବାହ କରିଅଛି, ମୋହର ଭାର୍ଯ୍ୟା ସେହି ମୀଖଲକୁ ମୋତେ ଦିଅ।”
Öte yandan Davut Saul oğlu İş-Boşet'e de ulaklar aracılığıyla şu haberi gönderdi: “Yüz Filistli'nin sünnet derisi karşılığında nişanlandığım karım Mikal'ı bana ver.”
15 ତହିଁରେ ଈଶ୍ବୋଶତ ଲୋକ ପଠାଇ ଲୟିଶର ପୁତ୍ର ପଲ୍ଟୀୟେଲ ନାମକ ତାହାର ସ୍ୱାମୀ ନିକଟରୁ ମୀଖଲକୁ ନେଲା।
Bunun üzerine İş-Boşet, kadının kocası Layiş oğlu Paltiel'den alınıp getirilmesi için adamlar gönderdi.
16 ଏଣୁ ତାହାର ସ୍ୱାମୀ ରୋଦନ କରି କରି ତାହା ସଙ୍ଗେ ଆସି ବହୁରୀମ ନଗର ପର୍ଯ୍ୟନ୍ତ ତାହା ପଛେ ପଛେ ଗଲା। ଏଥିରେ ଅବ୍ନର ତାହାକୁ କହିଲା, “ଯାଅ ଗୃହକୁ ଫେରିଯାଅ,” ତହୁଁ ସେ ଫେରିଗଲା।
Kocası kadını ağlaya ağlaya Bahurim'e kadar izledi; sonra Avner ona, “Geri dön” deyince döndü.
17 ଏଥିଉତ୍ତାରେ ଅବ୍ନର ଇସ୍ରାଏଲର ପ୍ରାଚୀନବର୍ଗ ସହିତ ଏରୂପ କଥାବାର୍ତ୍ତା କଲା, “ପୂର୍ବରେ ତୁମ୍ଭେମାନେ ଆପଣାମାନଙ୍କ ଉପରେ ରାଜା ହେବା ପାଇଁ ଦାଉଦଙ୍କୁ ଚାହିଁ ଥିଲ;
Avner İsrail'in ileri gelenleriyle görüşüp onlara şöyle demişti: “Siz bir süredir Davut'un kralınız olmasını istiyorsunuz.
18 ଏବେ ତାହା କର; କାରଣ ସଦାପ୍ରଭୁ ଦାଉଦଙ୍କ ବିଷୟରେ କହିଅଛନ୍ତି, ‘ଆମ୍ଭେ ଆପଣା ଦାସ ଦାଉଦର ହସ୍ତ ଦ୍ୱାରା ଆପଣା ଇସ୍ରାଏଲ ଲୋକମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରୁ ଓ ସେମାନଙ୍କ ସମସ୍ତ ଶତ୍ରୁ ହସ୍ତରୁ ଉଦ୍ଧାର କରିବା।’”
Şimdi bunu gerçekleştirin! Çünkü RAB, Davut hakkında, ‘Halkım İsrail'i kulum Davut aracılığıyla Filistliler'in ve bütün düşmanlarının elinden kurtaracağım’ demişti.”
19 ଆଉ ଅବ୍ନର ବିନ୍ୟାମୀନ୍ର କର୍ଣ୍ଣଗୋଚରରେ ମଧ୍ୟ ସେହି କଥା କହିଲା; ପୁଣି ଇସ୍ରାଏଲ ଓ ବିନ୍ୟାମୀନ୍ର ସମସ୍ତ ବଂଶ ଦୃଷ୍ଟିରେ ଯାହା ଭଲ ଦେଖାଗଲା, ଅବ୍ନର ସେହି ସମସ୍ତ କଥା ଦାଉଦଙ୍କର କର୍ଣ୍ଣଗୋଚରରେ ମଧ୍ୟ କହିବା ପାଇଁ ହିବ୍ରୋଣକୁ ଯାତ୍ରା କଲା।
Avner Benyaminliler'le de görüştü, İsrail'in ve bütün Benyamin halkının uygun gördüğü her şeyi Davut'a bildirmek üzere Hevron'a gitti.
20 ଏରୂପେ ଅବ୍ନର ଆପଣା ସଙ୍ଗରେ କୋଡ଼ିଏ ଜଣକୁ ନେଇ ହିବ୍ରୋଣରେ ଦାଉଦଙ୍କ ନିକଟରେ ଉପସ୍ଥିତ ହେଲା। ତହିଁରେ ଦାଉଦ ଅବ୍ନର ଓ ତାହାର ସଙ୍ଗୀ ଲୋକମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ।
Avner yirmi kişiyle birlikte Hevron'a, Davut'un yanına vardı. Davut Avner'le yanındakilere bir şölen verdi.
21 ଏଉତ୍ତାରେ ଅବ୍ନର ଦାଉଦଙ୍କୁ କହିଲା, “ମୁଁ ଉଠିଯାଇ ସମସ୍ତ ଇସ୍ରାଏଲକୁ ମୋହର ପ୍ରଭୁ ମହାରାଜଙ୍କ ନିକଟରେ ସଂଗ୍ରହ କରିବି; ତହିଁରେ ସେମାନେ ଆପଣଙ୍କ ସହିତ ନିୟମ କରିବେ ଓ ଆପଣ ସମସ୍ତଙ୍କ ଉପରେ ନିଜ ପ୍ରାଣର ଇଚ୍ଛାମତେ ରାଜତ୍ୱ କରିବେ।” ତହୁଁ ଦାଉଦ ଅବ୍ନରକୁ ବିଦାୟ କରନ୍ତେ, ସେ କୁଶଳରେ ପ୍ରସ୍ଥାନ କଲା।
Avner Davut'a, “Hemen gidip bütün İsrail halkını efendim kralın yanına toplayayım” dedi, “Öyle ki, seninle bir antlaşma yapsınlar. Sen de dilediğin her yeri yönetebilesin.” Bunun üzerine Davut Avner'i yoluna gönderdi. O da esenlikle gitti.
22 ଏଉତ୍ତାରେ, ଦାଉଦଙ୍କର ସୈନ୍ୟଦଳ ଓ ଯୋୟାବ ପ୍ରଚୁର ଲୁଟିତ ଦ୍ରବ୍ୟ ସଙ୍ଗରେ ନେଇ ଆସିଲେ; ମାତ୍ର ଅବ୍ନର ହିବ୍ରୋଣରେ ଦାଉଦଙ୍କ ସଙ୍ଗରେ ନ ଥିଲା, କାରଣ ଦାଉଦ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଥିଲା।
Tam o sırada Davut'un adamlarıyla Yoav, bir baskından dönmüş, yanlarında birçok yağmalanmış mal getirmişlerdi. Ama Avner Hevron'da Davut'un yanında değildi. Çünkü Davut onu göndermiş, o da esenlikle gitmişti.
23 ଯୋୟାବ ଓ ତାହାର ସଙ୍ଗୀ ସୈନ୍ୟଦଳ ଉପସ୍ଥିତ ହୁଅନ୍ତେ, ଲୋକମାନେ ଯୋୟାବକୁ କହିଲେ, “ନେର୍ର ପୁତ୍ର ଅବ୍ନର ରାଜାଙ୍କ ନିକଟକୁ ଆସିଥିଲା ଓ ସେ ତାହାକୁ ବିଦାୟ କରିବାରୁ ସେ କୁଶଳରେ ଯାଇଅଛି।”
Yoav'la yanındaki bütün askerler Hevron'a vardığında, Ner oğlu Avner'in krala geldiğini, kralın onu gönderdiğini, onun da esenlikle gittiğini Yoav'a bildirdiler.
24 ଏଥିରେ ଯୋୟାବ ରାଜାଙ୍କ ନିକଟକୁ ଆସି କହିଲା, “ଆପଣ କଅଣ କଲେ? ଦେଖନ୍ତୁ, ଅବ୍ନର ଆପଣଙ୍କ ନିକଟକୁ ଆସିଥିଲା, ଆପଣ କାହିଁକି ତାହାକୁ ବିଦାୟ କରିଦେଲେ, ସେ ତ ଗଲାଣି?
Yoav krala gidip, “Ne yaptın?” dedi, “Baksana Avner ayağına kadar gelmiş! Neden onu salıverdin? Çoktan gitmiş!
25 ଆପଣ କʼଣ ଜାଣନ୍ତି ନାହିଁ, ନେର୍ର ପୁତ୍ର ଅବ୍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହି ସବୁ ଜାଣିବାକୁ ଆସିଥିଲା?”
Ner oğlu Avner'i tanırsın; seni kandırmak, nereye gidip geldiğini, neler yaptığını öğrenmek için gelmiştir.”
26 ଏଉତ୍ତାରେ ଯୋୟାବ ଦାଉଦଙ୍କ ନିକଟରୁ ବାହାରି ଆସି ଅବ୍ନରର ପଛରେ ବାର୍ତ୍ତାବହ ପଠାନ୍ତେ, ସେମାନେ ସିରା କୂପ ନିକଟରୁ ତାହାକୁ ଫେରାଇ ଆଣିଲେ; ମାତ୍ର ଦାଉଦ ଏହା ଜାଣିଲେ ନାହିଁ।
Davut'un yanından çıkan Yoav, Avner'in arkasından ulaklar gönderdi. Ulaklar Avner'i Sira Sarnıcı'ndan geri getirdiler. Davut ise bundan habersizdi.
27 ପୁଣି ଅବ୍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।
Avner Hevron'a dönünce, Yoav onunla özel bir görüşme yapmak bahanesiyle, onu kent kapısına çekti. Kardeşi Asahel'in kanını döktüğü için, Avner'i orada karnından vurup öldürdü.
28 ଏଥିଉତ୍ତାରେ ଦାଉଦ ତାହା ଶୁଣି କହିଲେ, “ନେର୍ର ପୁତ୍ର ଅବ୍ନରର ରକ୍ତପାତ ବିଷୟରେ ମୁଁ ଓ ମୋହର ରାଜ୍ୟ ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳ ନିର୍ଦ୍ଦୋଷ;
Davut bu haberi işitince şöyle dedi: “RAB'bin önünde ben de, krallığım da Ner oğlu Avner'in kanından sonsuza dek suçsuzuz.
29 ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଶୀଳ କି ଖଡ୍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ।”
Bu suçun sorumlusu Yoav'la babasının bütün soyu olsun. Yoav'ın soyundan irinli, deri hastalığına yakalanmış, koltuk değneğine dayanan, kılıçla öldürülen, açlık çeken kişiler hiç eksik olmasın!”
30 ଏହିରୂପେ ଯୋୟାବ ଓ ତାହାର ଭାଇ ଅବୀଶୟ, ଅବ୍ନରକୁ ବଧ କଲେ; ଯେହେତୁ ସେ ଗିବୀୟୋନ୍ରେ ଯୁଦ୍ଧ ସମୟରେ ସେମାନଙ୍କ ଭାଇ ଅସାହେଲକୁ ମାରିଥିଲା।
Böylece Yoav'la kardeşi Avişay, Givon'daki savaşta kardeşleri Asahel'i öldüren Avner'i öldürdüler.
31 ଏଥିଉତ୍ତାରେ ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍ନରର ଆଗେ ଆଗେ ଶୋକ କରି ଚାଲ।” ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ।
Sonra Davut Yoav'la yanındakilere şu buyruğu verdi: “Giysilerinizi yırtıp çula sarının ve Avner'in ölüsü önünde yas tutun!” Kral Davut da cenazenin ardısıra yürüdü.
32 ଆଉ ସେମାନେ ହିବ୍ରୋଣରେ ଅବ୍ନରକୁ କବର ଦେଲେ ଓ ରାଜା ରବ ଉଠାଇ ଅବ୍ନର-କବର ନିକଟରେ ରୋଦନ କଲେ ଓ ସମସ୍ତ ଲୋକ ମଧ୍ୟ ରୋଦନ କଲେ।
Avner'i Hevron'da gömdüler. Kral, Avner'in mezarı başında hıçkıra hıçkıra ağladı. Oradaki herkes de ağladı.
33 ପୁଣି ରାଜା ଅବ୍ନର ପାଇଁ ବିଳାପ କରି କହିଲେ, “ଯେପରି ମୂଢ଼ ମରେ, ସେପରି କି ଅବ୍ନରକୁ ମରିବାକୁ ହେଲା?
Sonra kral, Avner için şu ağıtı yaktı: “Avner, bir budala gibi mi ölmeliydi?
34 ତୁମ୍ଭ ହାତ ବନ୍ଧା ନ ଥିଲା, କି ବେଡ଼ିରେ ତୁମ୍ଭ ପାଦ ବନ୍ଧା ନ ଥିଲା; ଯେପରି ମନୁଷ୍ୟ ଅଧର୍ମୀ-ସନ୍ତାନମାନଙ୍କ ଆଗରେ ପଡ଼େ, ସେପରି ତୁମ୍ଭେ ପଡ଼ିଲ।” ଏଥିରେ ସମସ୍ତ ଲୋକ ପୁନର୍ବାର ତାହା ପାଇଁ ରୋଦନ କଲେ।
Ellerin bağlı değildi, ayaklarına zincir vurulmamıştı. Ama sen kötülerin önünde düşen biri gibi düştün!” Herkes Avner için yine ağladı.
35 ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଭୋଜନ କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, “ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୁଟି କି ଆଉ କିଛି ସ୍ପର୍ଶ କରେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”
Halk Davut'un yanına varıp akşam olmadan bir şeyler yemesi için üstelediyse de, Davut ant içerek şöyle dedi: “Güneş batmadan ekmek ya da başka herhangi bir şey tatmayacağım. Yoksa Tanrı bana aynısını, hatta daha kötüsünü yapsın!”
36 ତହିଁରେ ସମସ୍ତ ଲୋକ ବୁଝିଲେ ଓ ତାହା ସେମାନଙ୍କ ଦୃଷ୍ଟିରେ ଭଲ ଦେଖାଗଲା; ରାଜା ମଧ୍ୟ ଯାହା ଯାହା କଲେ, ତାହାସବୁ ସମସ୍ତ ଲୋକଙ୍କ ଦୃଷ୍ଟିରେ ଭଲ ଥିଲା।
Herkes bunu benimsedi ve kralın yaptığı her şeyden hoşnut oldukları gibi, bundan da hoşnut oldular.
37 ଏହିରୂପେ ନେର୍ର ପୁତ୍ର ଅବ୍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ।
Ner oğlu Avner'in öldürülmesinde kralın parmağı olmadığını o gün bütün İsrail halkı anladı.
38 ଆହୁରି ରାଜା ଆପଣା ଦାସମାନଙ୍କୁ କହିଲେ, “ଆଜି ଇସ୍ରାଏଲ ମଧ୍ୟରେ ଜଣେ ଅଧିପତି ଓ ମହାନ ପୁରୁଷ ଯେ ପତିତ ହେଲା, ଏହା କି ତୁମ୍ଭେମାନେ ଜାଣ ନାହିଁ?
Kral adamlarına, “Bugün İsrail'de bir önderin, büyük bir adamın öldüğünü bilmiyor musunuz?” dedi,
39 ଏଣୁ ମୁଁ ରାଜାଭିଷିକ୍ତ ହେଲେ ହେଁ ଆଜି ଦୁର୍ବଳ ହେଲି; ଏହି ପୁରୁଷମାନେ, ଅର୍ଥାତ୍, ସରୁୟାର ପୁତ୍ରମାନେ ଆମ୍ଭ ପ୍ରତି ନିଷ୍ଠୁର; ସଦାପ୍ରଭୁ ଏହି କୁକ୍ରିୟାକାରୀକୁ ତାହାର କୁକର୍ମ ଅନୁସାରେ ପ୍ରତିଫଳ ଦିଅନ୍ତୁ।”
“Meshedilmiş bir kral olduğum halde bugün güçsüzüm. Seruya'nın oğulları benden daha zorlu. RAB kötülük edene yaptığı kötülüğe göre karşılık versin!”