< ଦ୍ୱିତୀୟ ଶାମୁୟେଲ 4 >
1 ଆଉ ଶାଉଲଙ୍କର ପୁତ୍ର ଈଶ୍ବୋଶତ ଯେତେବେଳେ ଶୁଣିଲା ଯେ, ହିବ୍ରୋଣରେ ଅବ୍ନର ମରିଅଛି, ସେତେବେଳେ ତାହାର ହସ୍ତ ଦୁର୍ବଳ ହେଲା ଏବଂ ସମୁଦାୟ ଇସ୍ରାଏଲ ନିରାଶ ହେଲେ।
A usłyszawszy Izboset, syn Saula, że poległ Abner w Hebronie, zemdlały ręce jego, i wszystek Izrael był przestraszony.
2 ପୁଣି ଶାଉଲଙ୍କର ପୁତ୍ର ଈଶ୍ବୋଶତର ଦୁଇ ଜଣ ଦଳପତି ଥିଲେ; ଜଣକର ନାମ ବାନା ଓ ଅନ୍ୟର ନାମ ରେଖବ; ଏମାନେ ବିନ୍ୟାମୀନ୍-ବଂଶଜାତ ବେରୋତୀୟ ରିମ୍ମୋନ୍ର ପୁତ୍ର। (କାରଣ ବେରୋତ ମଧ୍ୟ ବିନ୍ୟାମୀନ୍ର ଅଧିକାରରେ ଗଣିତ;
Miał też syn Saula dwóch mężów hetmanów nad hufcami, imię jednego Baana, a imię drugiego Rechab, synowie Remmona Berotczyka z synów Benjaminowych; bo też Berot policzon był w Benjaminie.
3 ମାତ୍ର ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେହି ସ୍ଥାନରେ ଆଜି ପର୍ଯ୍ୟନ୍ତ ବାସ କରୁଅଛନ୍ତି।)
Uciekli tedy Berotczykowie do Gietaim, i byli tam przychodniami aż do onego dnia.
4 ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଗୋଟିଏ ପୁତ୍ର ଥିଲା, ତାହାର ଦୁଇ ପାଦ ଛୋଟା। ଯିଷ୍ରିୟେଲରୁ ଶାଉଲ ଓ ଯୋନାଥନ ବିଷୟକ ସମ୍ବାଦ ଆସିବା ବେଳେ ତାହାକୁ ପାଞ୍ଚ ବର୍ଷ ହୋଇଥିଲା, ପୁଣି ତାହାର ସେବିକା ତାହାକୁ ନେଇ ପଳାଇଲା; ମାତ୍ର ପଳାଇବା ପାଇଁ ଚଞ୍ଚଳ ହେବାରୁ ପିଲା ପଡ଼ିଯାଇ ଛୋଟା ହେଲା। ତାହାର ନାମ ମଫୀବୋଶତ୍।
A Jonatan, syn Saula, miał jednego syna chromego na nogi, (bo gdy miał pięć lat, a przyszła wieść o śmierci Saulowej, i Jonatanowej z Jezreel, a wziąwszy go mamka jego uciekła, a gdy prędko uciekała, upadł i ochromiał, ) a imię jego Mefiboset.
5 ଏଥିଉତ୍ତାରେ ଈଶ୍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ।
Poszli tedy synowie Remmona Berotczyka, Rechab i Baana, i weszli, gdy był najgorętszy dzień, do domu Izboseta, który spał na łóżku w południe.
6 ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇଗଲେ।
Ci tedy weszli w dom jego, jakoby kupować zboża; tamże go przebili pod piąte żebro Rechab i Baana, brat jego, i uciekli.
7 (ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ସମୟରେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ଆରବା ନାମକ ଅର୍ଥାତ୍ ଯର୍ଦ୍ଦନ ଉପତ୍ୟକା ଦେଇ ରାତ୍ରିସାରା ଗମନ କଲେ।
Bo gdy byli weszli w dom, a on spał na łóżku swem w pokoju, kędy legał, tedy go przebili, i zabili go, a uciąwszy głowę jego, wzięli ją, i poszli drogą puszczy przez całą onę noc.
8 ଏଉତ୍ତାରେ ସେମାନେ ଈଶ୍ବୋଶତର ମସ୍ତକ ହିବ୍ରୋଣରେ ଦାଉଦଙ୍କ କତିକି ଆଣିଲେ ଓ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆପଣଙ୍କ ପ୍ରାଣ ଅନ୍ୱେଷଣକାରୀ ଶତ୍ରୁ ଯେ ଶାଉଲ, ତାଙ୍କର ପୁତ୍ର ଈଶ୍ବୋଶତର ମସ୍ତକ ଏହି; ସଦାପ୍ରଭୁ ଆଜି ଆମ ପ୍ରଭୁ ମହାରାଜାଙ୍କ ପକ୍ଷରେ ଶାଉଲ ଓ ତାଙ୍କର ବଂଶଠାରୁ ପରିଶୋଧ ନେଇଅଛନ୍ତି।”
I przynieśli głowę Izbosetowę do Dawida do Hebronu, i rzekli do króla; Oto, głowa Izboseta, syna Saulowego, nieprzyjaciela twego, który szukał duszy twojej; a dał Pan królowi, panu memu, pomstę dzisiaj nad Saulem i nad nasieniem jego.
9 ମାତ୍ର ଦାଉଦ ବେରୋତୀୟ ରିମ୍ମୋନ୍ର ପୁତ୍ର ରେଖବକୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, “ଯେ ସମୁଦାୟ କ୍ଳେଶରୁ ମୋʼ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି,
Tedy odpowiedział Dawid Rechabowi i Baanie, bratu jego, synom Remmona Berotczyka, i rzekł do nich: Jako żyw Pan, który wybawił duszę moję od wszelkiego ucisku:
10 ଯେତେବେଳେ ଜଣେ ଆପଣାକୁ ଶୁଭ ବାର୍ତ୍ତାବାହକ ମନେ କରି ମୋତେ କହିଲା, ‘ଦେଖନ୍ତୁ, ଶାଉଲ ମରିଅଛି,’ ସେତେବେଳେ ମୁଁ ତହିଁର ପୁରସ୍କାର ଦେବା ନିମନ୍ତେ ତାହାକୁ ଧରି ସିକ୍ଲଗ୍ଠାରେ ବଧ କଲି।
Jeźlim onego, który mi oznajmił, mówiąc: Oto umarł Saul, (choć mu się zdało, że wesołą nowinę przyniósł, ) pojmawszy zabił w Syclegu, który rozumiał, żem mu miał dać zapłatę za poselstwo jego:
11 ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି?”
Jako daleko więcej ludzie niepobożne, gdyż zabili męża sprawiedliwego w domu jego, na łożu jego? A teraz, izali nie mam szukać krwi jego z ręki waszej, i wygładzić was z ziemi?
12 ତହିଁରେ ଦାଉଦ ଆପଣା ଯୁବାମାନଙ୍କୁ ଆଜ୍ଞା ଦିଅନ୍ତେ, ସେମାନେ ସେମାନଙ୍କୁ ବଧ କଲେ, ଆଉ ସେମାନଙ୍କର ହସ୍ତ ଓ ପାଦ ଛେଦନ କରି ହିବ୍ରୋଣର ପୁଷ୍କରିଣୀ ନିକଟରେ ଟଙ୍ଗାଇ ଦେଲେ। ମାତ୍ର ସେମାନେ ଈଶ୍ବୋଶତର ମସ୍ତକ ନେଇ ହିବ୍ରୋଣରେ ଅବ୍ନର-କବରରେ କବର ଦେଲେ।
A tak rozkazał Dawid sługom, i zabili je, a obciążywszy ręce ich, i nogi ich, zawiesili je nad stawem w Hebronie; ale głowę Izbosetową wziąwszy pogrzebali w grobie Abnerowym w Hebronie.