< ଦ୍ୱିତୀୟ ଶାମୁୟେଲ 5 >

1 ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।
ויבאו כל שבטי ישראל אל דוד--חברונה ויאמרו לאמר הננו עצמך ובשרך אנחנו
2 ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ଵ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।’”
גם אתמול גם שלשום בהיות שאול מלך עלינו אתה הייתה מוציא (המוציא) והמבי את ישראל ויאמר יהוה לך אתה תרעה את עמי את ישראל ואתה תהיה לנגיד על ישראל
3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।
ויבאו כל זקני ישראל אל המלך חברונה ויכרת להם המלך דוד ברית בחברון לפני יהוה וימשחו את דוד למלך על ישראל
4 ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ୱ କଲେ।
בן שלשים שנה דוד במלכו ארבעים שנה מלך
5 ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।
בחברון מלך על יהודה שבע שנים וששה חדשים ובירושלם מלך שלשים ושלש שנה על כל ישראל ויהודה
6 ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ, ତହିଁରେ ଦାଉଦ ଏହି ସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏହି ସ୍ଥାନକୁ ଆସିପାରିବ ନାହିଁ।”
וילך המלך ואנשיו ירושלם אל היבסי יושב הארץ ויאמר לדוד לאמר לא תבוא הנה כי אם הסירך העורים והפסחים לאמר לא יבוא דוד הנה
7 ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼କୁ ଅଧିକାର କଲେ; ଯାହା ଦାଉଦ-ନଗର ହେଲା।
וילכד דוד את מצדת ציון--היא עיר דוד
8 ପୁଣି ଦାଉଦ ସେହି ଦିନ କହିଲେ, “ଯେକେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳ ପ୍ରଣାଳୀକୁ ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ‘ଛୋଟା ଓ ଅନ୍ଧମାନଙ୍କୁ’ ବଧ କରୁ।” ଏହେତୁ ଲୋକେ କହନ୍ତି, “ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ସଦାପ୍ରଭୁଙ୍କ ଗୃହ ଭିତରକୁ ଆସିପାରିବ ନାହିଁ।”
ויאמר דוד ביום ההוא כל מכה יבסי ויגע בצנור ואת הפסחים ואת העורים שנאו (שנואי) נפש דוד על כן יאמרו עור ופסח לא יבוא אל הבית
9 ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
וישב דוד במצדה ויקרא לה עיר דוד ויבן דוד סביב מן המלוא וביתה
10 ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ।
וילך דוד הלוך וגדול ויהוה אלהי צבאות עמו
11 ଏଥିଉତ୍ତାରେ ସୋରର ରାଜା ହୂରମ୍‍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।
וישלח חירם מלך צר מלאכים אל דוד ועצי ארזים וחרשי עץ וחרשי אבן קיר ויבנו בית לדוד
12 ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ।
וידע דוד כי הכינו יהוה למלך על ישראל וכי נשא ממלכתו בעבור עמו ישראל
13 ଏଥିଉତ୍ତାରେ ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପତ୍ନୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।
ויקח דוד עוד פלגשים ונשים מירושלם אחרי באו מחברון ויולדו עוד לדוד בנים ובנות
14 ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା: - ଶମ୍ମୂୟ ଓ ଶୋବବ୍‍ ଓ ନାଥନ ଓ ଶଲୋମନ
ואלה שמות הילדים לו--בירושלם שמוע ושובב ונתן ושלמה
15 ଓ ୟିଭର ଓ ଇଲୀଶୂୟ ଓ ନେଫଗ୍‍ ଓ ଯାଫୀୟ
ויבחר ואלישוע ונפג ויפיע
16 ଓ ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍‍।
ואלישמע ואלידע ואליפלט
17 ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ।
וישמעו פלשתים כי משחו את דוד למלך על ישראל ויעלו כל פלשתים לבקש את דוד וישמע דוד וירד אל המצודה
18 ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟୀମ ତଳଭୂମିରେ ବିସ୍ତାର ହୋଇଥିଲେ
ופלשתים באו וינטשו בעמק רפאים
19 ଏଥିରେ ଦାଉଦ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ମାଗି କହିଲେ, “ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କି ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
וישאל דוד ביהוה לאמר האעלה אל פלשתים התתנם בידי ויאמר יהוה אל דוד עלה כי נתן אתן את הפלשתים בידך
20 ତହୁଁ ଦାଉଦ ବାଲ୍‍-ପରାସୀମ୍‍କୁ ଆସିଲେ ଓ ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ପୁଣି ସେ କହିଲେ, “ସଦାପ୍ରଭୁ ମୋʼ ସମ୍ମୁଖରେ ମୋʼ ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେ ସେହି ସ୍ଥାନର ନାମ ବାଲ୍‍-ପରାସୀମ୍‍ (ଭଗ୍ନ ସ୍ଥାନ) ରଖିଲେ।
ויבא דוד בבעל פרצים ויכם שם דוד ויאמר פרץ יהוה את איבי לפני כפרץ מים על כן קרא שם המקום ההוא--בעל פרצים
21 ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେହି ସବୁ ଦଗ୍ଧ କଲେ।
ויעזבו שם את עצביהם וישאם דוד ואנשיו
22 ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ଆସି ରଫାୟୀମ ତଳଭୂମିରେ ବିସ୍ତାର (ବିଶ୍ରାମ ନେଲେ) ହେଲେ।
ויספו עוד פלשתים לעלות וינטשו בעמק רפאים
23 ତହିଁରେ ଦାଉଦ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗନ୍ତେ, ସେ କହିଲେ, “ତୁମ୍ଭେ ଉଠି ଉଠିଯାଅ ନାହିଁ; ସେମାନଙ୍କ ପଶ୍ଚାତ୍‍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।
וישאל דוד ביהוה ויאמר לא תעלה הסב אל אחריהם ובאת להם ממול בכאים
24 ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”
ויהי בשמעך (כשמעך) את קול צעדה בראשי הבכאים--אז תחרץ כי אז יצא יהוה לפניך להכות במחנה פלשתים
25 ତହିଁରେ ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେପରି କଲେ ଓ ଗେବାଠାରୁ ଗେଷର ନିକଟ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ।
ויעש דוד כן כאשר צוהו יהוה ויך את פלשתים מגבע עד באך גזר

< ଦ୍ୱିତୀୟ ଶାମୁୟେଲ 5 >