< ଦ୍ୱିତୀୟ ଶାମୁୟେଲ 5 >
1 ଏଥିଉତ୍ତାରେ ଇସ୍ରାଏଲର ସମସ୍ତ ବଂଶ ହିବ୍ରୋଣକୁ ଦାଉଦଙ୍କ ନିକଟକୁ ଆସି କହିଲେ, “ଦେଖ, ଆମ୍ଭେମାନେ ତୁମ୍ଭର ଅସ୍ଥି ଓ ତୁମ୍ଭର ମାଂସ।
Entonces todas las tribus de Israel fueron a David en Hebrón y dijeron: ¡Aquí estamos, hueso tuyo y carne tuya!
2 ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ଵ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।’”
Antes, cuando Saúl era nuestro rey, eras tú quien nos sacabas y nos devolvías en Israel, y Yavé te dijo: Tú apacentarás a mi pueblo Israel y serás el jefe de Israel.
3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।
Cuando todos los ancianos de Israel fueron al rey en Hebrón, el rey David hizo un pacto con ellos en Hebrón delante de Yavé. Y ungieron a David como rey de Israel.
4 ଦାଉଦ ତିରିଶ ବର୍ଷ ବୟସରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଚାଳିଶ ବର୍ଷ ରାଜତ୍ୱ କଲେ।
David comenzó a reinar cuando tenía 30 años y reinó 40 años.
5 ସେ ହିବ୍ରୋଣରେ ଯିହୁଦା ଉପରେ ସାତ ବର୍ଷ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୂଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।
En Hebrón reinó sobre Judá siete años y seis meses, y en Jerusalén reinó sobre todo Israel y Judá 33 años.
6 ଏଉତ୍ତାରେ ରାଜା ଓ ତାଙ୍କର ଲୋକମାନେ ଦେଶବାସୀ ଯିବୂଷୀୟମାନଙ୍କ ବିରୁଦ୍ଧରେ ଯିରୂଶାଲମକୁ ଯାତ୍ରା କଲେ, ତହିଁରେ ଦାଉଦ ଏହି ସ୍ଥାନକୁ ଆସି ପାରିବେ ନାହିଁ ବୋଲି ମନେ କରି ସେମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଅନ୍ଧ ଓ ଛୋଟାମାନଙ୍କୁ ଦୂର ନ କଲେ, ଏହି ସ୍ଥାନକୁ ଆସିପାରିବ ନାହିଁ।”
El rey marchó con sus hombres a Jerusalén contra los jebuseos que habitaban en aquella tierra, quienes hablaron a David: No podrás entrar acá, pues hasta los ciegos y los cojos te rechazarían y gritarían: ¡David no puede entrar acá!
7 ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼କୁ ଅଧିକାର କଲେ; ଯାହା ଦାଉଦ-ନଗର ହେଲା।
Pero David capturó la fortaleza de Sion, que es la Ciudad de David.
8 ପୁଣି ଦାଉଦ ସେହି ଦିନ କହିଲେ, “ଯେକେହି ଯିବୂଷୀୟମାନଙ୍କୁ ବଧ କରେ, ସେ ଜଳ ପ୍ରଣାଳୀକୁ ଯାଇ ଦାଉଦ-ପ୍ରାଣର ଘୃଣିତ ସେହି ‘ଛୋଟା ଓ ଅନ୍ଧମାନଙ୍କୁ’ ବଧ କରୁ।” ଏହେତୁ ଲୋକେ କହନ୍ତି, “ଅନ୍ଧ ଓ ଛୋଟାମାନେ ସେଠାରେ ଅଛନ୍ତି; ସେ ସଦାପ୍ରଭୁଙ୍କ ଗୃହ ଭିତରକୁ ଆସିପାରିବ ନାହିଁ।”
Aquel día David dijo: El que quiera atacar a los jebuseos, suba por el túnel del acueducto y llegue hasta los cojos y ciegos, a quienes el alma de David aborrece. Por lo cual se dice: ¡Ni ciegos ni cojos entrarán en la Casa!
9 ଏଥିଉତ୍ତାରେ ଦାଉଦ ସେହି ଦୃଢ଼ ଗଡ଼ରେ ବାସ କରି ତାହାର ନାମ ଦାଉଦ-ନଗର ରଖିଲେ। ଆଉ ଦାଉଦ ମିଲ୍ଲୋଠାରୁ ଭିତର ଆଡ଼େ ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
David vivió en la fortaleza y la llamó Ciudad de David. Luego edificó alrededor, desde el muro hacia adentro.
10 ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ।
David se engrandecía cada vez más, porque Yavé ʼElohim de las huestes estaba con él.
11 ଏଥିଉତ୍ତାରେ ସୋରର ରାଜା ହୂରମ୍ ଦାଉଦଙ୍କ ନିକଟକୁ ଦୂତଗଣ ଓ ଏରସ କାଠ ଓ ବଢ଼େଇ ଓ ରାଜମିସ୍ତ୍ରୀମାନଙ୍କୁ ପଠାଇଲା; ତହିଁରେ ସେମାନେ ଦାଉଦଙ୍କ ନିମନ୍ତେ ଗୃହ ନିର୍ମାଣ କଲେ।
Hiram, rey de Tiro, envió embajadores a David, con madera de cedro, ebanistas y canteros para los muros, quienes edificaron la casa de David.
12 ତହିଁରେ ସଦାପ୍ରଭୁ ଦାଉଦଙ୍କୁ ଇସ୍ରାଏଲର ରାଜପଦରେ ସ୍ଥିର କଲେ ଓ ଆପଣା ଇସ୍ରାଏଲ ଲୋକଙ୍କ ସକାଶୁ ତାଙ୍କ ରାଜ୍ୟ ଉନ୍ନତ କଲେ, ଏହା ସେ ବୁଝିଲେ।
David entendió que Yavé lo había establecido como rey de Israel y que había exaltado su reino por amor a su pueblo Israel.
13 ଏଥିଉତ୍ତାରେ ଦାଉଦ ହିବ୍ରୋଣରୁ ଆସିଲା ଉତ୍ତାରେ ଯିରୂଶାଲମରେ ଆଉ ଅନେକ ଉପପତ୍ନୀ ଓ ଭାର୍ଯ୍ୟା ଗ୍ରହଣ କଲେ; ତହିଁରେ ଦାଉଦଙ୍କର ଆହୁରି ପୁତ୍ରକନ୍ୟା ଜାତ ହେଲେ।
Después que salió de Hebrón, David tomó otras concubinas y esposas en Jerusalén, y le nacieron más hijos e hijas a David.
14 ଯିରୂଶାଲମରେ ତାଙ୍କର ଔରସରେ ଯେଉଁମାନେ ଜନ୍ମିଲେ, ସେମାନଙ୍କର ନାମ ଏହି: ଯଥା: - ଶମ୍ମୂୟ ଓ ଶୋବବ୍ ଓ ନାଥନ ଓ ଶଲୋମନ
Estos son los nombres de los que le nacieron en Jerusalén: Samúa, Sobab, Natán, Salomón,
15 ଓ ୟିଭର ଓ ଇଲୀଶୂୟ ଓ ନେଫଗ୍ ଓ ଯାଫୀୟ
Ibhar, Elisúa, Nefeg, Jafía,
16 ଓ ଇଲୀଶାମା ଓ ଇଲୀୟାଦା ଓ ଇଲୀଫେଲଟ୍।
Elisama, Eliada y Elifelet.
17 ଏଉତ୍ତାରେ ଲୋକମାନେ ଦାଉଦଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛନ୍ତି, ଏହା ପଲେଷ୍ଟୀୟମାନେ ଶୁଣି ସମସ୍ତ ପଲେଷ୍ଟୀୟ ଲୋକ ଦାଉଦଙ୍କୁ ଅନ୍ୱେଷଣ କରିବାକୁ ଆସିଲେ; ତହୁଁ ଦାଉଦ ତାହା ଶୁଣି ଗଡ଼କୁ ଚାଲିଗଲେ।
Cuando los filisteos oyeron que David fue ungido como rey de Israel, todos subieron en busca de él. David lo supo y bajó a la fortaleza.
18 ଏହି ସମୟରେ ପଲେଷ୍ଟୀୟମାନେ ଆସି ରଫାୟୀମ ତଳଭୂମିରେ ବିସ୍ତାର ହୋଇଥିଲେ
Los filisteos llegaron y se desplegaron por el valle de Refaim.
19 ଏଥିରେ ଦାଉଦ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ମାଗି କହିଲେ, “ମୁଁ କି ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଉଠି ଯିବି? ତୁମ୍ଭେ କି ସେମାନଙ୍କୁ ମୋʼ ହସ୍ତରେ ସମର୍ପଣ କରିବ?” ତହିଁରେ ସଦାପ୍ରଭୁ ଦାଉଦଙ୍କୁ କହିଲେ, “ଉଠିଯାଅ, କାରଣ ଆମ୍ଭେ ନିଶ୍ଚୟ ପଲେଷ୍ଟୀୟମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”
David consultó entonces a Yavé: ¿Subo contra los filisteos? ¿Los entregarás en mi mano? Y Yavé respondió a David: Sube, porque ciertamente entregaré a los filisteos en tu mano.
20 ତହୁଁ ଦାଉଦ ବାଲ୍-ପରାସୀମ୍କୁ ଆସିଲେ ଓ ଦାଉଦ ସେଠାରେ ସେମାନଙ୍କୁ ଆଘାତ କଲେ; ପୁଣି ସେ କହିଲେ, “ସଦାପ୍ରଭୁ ମୋʼ ସମ୍ମୁଖରେ ମୋʼ ଶତ୍ରୁମାନଙ୍କୁ ଜଳ ଦ୍ୱାରା ସେତୁଭଙ୍ଗ ତୁଲ୍ୟ ଭଗ୍ନ କରିଅଛନ୍ତି।” ଏହେତୁ ସେ ସେହି ସ୍ଥାନର ନାମ ବାଲ୍-ପରାସୀମ୍ (ଭଗ୍ନ ସ୍ଥାନ) ରଖିଲେ।
David fue a Baal-perazim y allí los derrotó, y dijo: ¡Yavé me abrió brecha entre mis enemigos como corriente impetuosa! Por eso llamó aquel lugar Baal-perazim.
21 ସେହି ସ୍ଥାନରେ ସେମାନେ ଆପଣା ପ୍ରତିମାଗଣକୁ ପରିତ୍ୟାଗ କରିଥିଲେ, ତହିଁରେ ଦାଉଦ ଓ ତାଙ୍କର ଲୋକମାନେ ସେହି ସବୁ ଦଗ୍ଧ କଲେ।
Ellos dejaron allí sus ídolos, y David y sus hombres se los llevaron.
22 ଏଥିଉତ୍ତାରେ ପଲେଷ୍ଟୀୟମାନେ ପୁନର୍ବାର ଆସି ରଫାୟୀମ ତଳଭୂମିରେ ବିସ୍ତାର (ବିଶ୍ରାମ ନେଲେ) ହେଲେ।
Los filisteos volvieron a subir y se desplegaron por el valle de Refaim.
23 ତହିଁରେ ଦାଉଦ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗନ୍ତେ, ସେ କହିଲେ, “ତୁମ୍ଭେ ଉଠି ଉଠିଯାଅ ନାହିଁ; ସେମାନଙ୍କ ପଶ୍ଚାତ୍ ଘୁରି ଆସି ତୂତ ବୃକ୍ଷ ତୋଟା ସମ୍ମୁଖରେ ସେମାନଙ୍କୁ ଆକ୍ରମଣ କର।
David consultó a Yavé, y Él le dijo: No subas, sino rodéalos por detrás, y sal a ellos frente a las balsameras.
24 ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”
Cuando oigas el ruido de marcha en las copas de las balsameras, te apresurarás, porque entonces Yavé saldrá delante de ti para herir al ejército de los filisteos.
25 ତହିଁରେ ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେପରି କଲେ ଓ ଗେବାଠାରୁ ଗେଷର ନିକଟ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ଆଘାତ କଲେ।
David hizo como Yavé le ordenó, y derrotó a los filisteos desde Geba hasta Gezer.